କେନ୍ଦୁଝର ଗସ୍ତରେ ନୀତି ଆୟୋଗ ଉଚ୍ଚସ୍ତରୀୟ ପ୍ରତିନିଧି ଦଳ, ବିଭିନ୍ନ କାର୍ଯ୍ୟର ତଦାରଖ

କେନ୍ଦୁଝର,୧୦ା୧୨(ସ୍ବ.ପ୍ର.): ନୀତି ଆୟୋଗର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ ପରମେଶ୍ୱରନ ଆୟାରଙ୍କ ନେତୃତ୍ୱରେ ଆୟୋଗର ଏକ ଉଚ୍ଚସ୍ତରୀୟ ପ୍ରତିନିଧି ଦଳ ଶନିବାର କେନ୍ଦୁଝର ଗସ୍ତ କରି ବିଭିନ୍ନ କାର୍ଯ୍ୟକ୍ରମର ତଦାରଖ କରିଛନ୍ତି। ରାଜ୍ୟ ସରକାରଙ୍କ ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନା,କେନ୍ଦ୍ର ସରକାରଙ୍କ ଜନଜାତି ବ୍ୟାପାର ମନ୍ତ୍ରଣାଳୟର ସଚିବ ଅନୀଲ କୁମାର ଝା,ଆୟୋଗର ନିର୍ଦ୍ଦେଶକ ଅମିତ ବର୍ମା ପ୍ରମୁଖ ଏହି ଗସ୍ତରେ ସାମିଲ ହୋଇଥିଲେ। ଜିଲାପାଳ ଆଶିଷ ଠାକ୍‌ରେ ଜିଲାରେ ଚାଲିଥିବା ବିଭିନ୍ନ ଉନ୍ନୟନ ଓ କଲ୍ୟାଣମୂଳକ କାର୍ଯ୍ୟକ୍ରମ ତଥା ଅନୁସୂଚିତ ଜନଜାତି ତଥା ଅଞ୍ଚଳର ବିକାଶ ପାଇଁ ନିଆଯାଉଥିବା ପଦକ୍ଷେପ ସମ୍ପର୍କରେ ଆୟୋଗର ପ୍ରତିନିଧିମାନଙ୍କୁ ଅବଗତ କରାଇଥିଲେ। ନୀତି ଆୟୋଗର ପ୍ରତିନିଧି ଦଳ ପ୍ରଥମେ ଗୋନାସିକା ଏଜୁକେଶନାଲ କମ୍ପ୍ଲେକ୍ସ (ଗୋନାସିକା ଛାତ୍ରୀ ନିକେତନ) ପରିଦର୍ଶନ କରି ଛାତ୍ରୀମାନଙ୍କ ସହ ବାର୍ତ୍ତାଳାପ କରିଥିଲେ। ବିଦ୍ୟାଳୟର ରୂପାନ୍ତରଣ,ଶିକ୍ଷାଦାନ ପ୍ରଣାଳୀ,ଶିକ୍ଷାଦାନ ସହ ଆନୁସଙ୍ଗିକ ବ୍ୟବସ୍ଥା ସମ୍ପର୍କରେ ପଚାରି ବୁଝିଥିଲେ।

ସେହିପରି ଏହି ପ୍ରତିନିଧି ଦଳ ବାଂଶପାଳ ବ୍ଲକ ଅନ୍ତର୍ଗତ ଘୁଙ୍ଗି ଗ୍ରାମ, କୁଣ୍ଢେଇ ଗ୍ରାମ ଆଦି ଯାଇଥିଲେ। ଏହାପରେ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ଥିବା ମିଲେଟ କାଫେ ପରିଦର୍ଶନ କରିବା ସହ ମିଲେଟ କାଫେର ପରିଚାଳନା ଅନୁଧ୍ୟାନ କରି ମାଣ୍ଡିଆରୁ ପ୍ରସ୍ତୁତି ଖାଦ୍ୟ ଗ୍ରହଣ କରିଥିଲେ। ଜିଲାରେ ମାଣ୍ଡିଆ ଚାଷକୁ ପ୍ରୋତ୍ସାହନ, ମାଣ୍ଡିଆ ପ୍ରକିୟାକରଣ, ମାଣ୍ଡିଆ ଜାତୀୟ ଖାଦ୍ୟକୁ ଲୋକପ୍ରିୟ କରିବା ପାଇଁ ଜିଲା ପ୍ରଶାସନ ତରଫରୁ ନିଆଯାଉଥିବା ପଦକ୍ଷେପ ସମ୍ପର୍କରେ ଜିଲାପାଳ ଅବଗତ କରାଇଥିଲେ।

କେନ୍ଦୁଝରରୁ ଆୟୋଗର ପ୍ରତିନିଧିମାନେ ମୟୂରଭଞ୍ଜ ଗସ୍ତରେ ଯିବେ ଏବଂ ରାଜ୍ୟସ୍ତରରେ ରାଜ୍ୟ ସରକାରଙ୍କ ସହ ଆଲୋଚନା କରିବେ ବୋଲି ସିଇଓ ସୂଚନା ଦେଇଥିଲେ। ଏହି ଗସ୍ତ ସମୟରେ କେନ୍ଦୁଝର ଜିଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ବିଷ୍ଣୁପ୍ରସାଦ ଆଚାର୍ଯ୍ୟ,କେନ୍ଦୁଝର ସମନ୍ବିତ ଆଦିବାସୀ ଉନ୍ନୟନ ସଂସ୍ଥାର ପ୍ରକଳ୍ପ ପ୍ରଶାସକ ତପନ କୁମାର ନାଏକ,ଜିଲା ମଙ୍ଗଳ ଅଧିକାରୀ ପ୍ରଦ୍ୟୁମ୍ନ କୁମାର ଦାଶ,ବାଂଶପାଳ ବିଡିଓ ଉଗ୍ରସେନ ଓରାମ,ତହସିଲଦାର ସପନ କୁମାର ସାହୁ,ଡିଏମ୍‌ଏଫ୍‌ ଟିମ୍‌ ଲିଡର ନିର୍ମଳ ଯୋଶୀ,ଜନଜାତି ଶିକ୍ଷା ସଂଯୋଜକ ଦୁର୍ଗା ପ୍ରସାଦ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଚିଟ୍‌ଫଣ୍ଡ ଅଭିଯୁକ୍ତଙ୍କ ପାସ୍‌ପୋର୍ଟ ଫେରାଅ: ହାଇକୋର୍ଟ

କଟକ,୧୯ା୪ (କାର୍ତ୍ତିକ ସାହୁ) ଜଣେ ଚିଟ୍‌ଫଣ୍ଡ ଅଭିଯୁକ୍ତଙ୍କ ପାସ୍‌ପୋର୍ଟ ଫେରାଇବାକୁ ହାଇକୋର୍ଟ ସିବିଆଇକୁ ଆଦେଶ ଦେଇଛନ୍ତି। ଏଥିସହ ସମ୍ପୃକ୍ତ ଅଭିଯୁକ୍ତଙ୍କ ପାସ୍‌ପୋର୍ଟ ଫେରାଇବା ବିରୋଧରେ ସିବିଆଇ...

କୋରାପୁଟରେ ଶକ୍ତି ପ୍ରଦର୍ଶନ କଲେ ମାମୁଁ ଭଣଜା

କୋରାପୁଟ,୧୯।୪(ଅମିତାଭ ବେହେରା) କୋରାପୁଟ ସଂସଦୀୟ କ୍ଷେତ୍ରରେ ଆସନ୍ତା ମେ ୧୩ରେ ପ୍ରଥମ ପର୍ଯ୍ୟାୟ ମତଦାନ ହେବ। ଗତକାଲି ଅର୍ଥାତ ୧୮ରୁ ପାର୍ଥୀପତ୍ର ଦାଖଲ ଆରମ୍ଭ ହୋଇଥିବାବେକେ...

ଟ୍ରେନ୍‌ ଚଳାଚଳରେ ପରିବର୍ତ୍ତନ

ସମ୍ବଲପୁର,୧୯ା୪(ପ୍ରମୋଦ ବହିଦାର): ରେଳବାଇ ସୁରକ୍ଷା ଜନିତ ରକ୍ଷଣାବେକ୍ଷଣ କାର୍ଯ୍ୟ ପାଇଁ ସମ୍ବଲପୁର ରେଳମଣ୍ଡଳ ଅଧୀନସ୍ଥ କେତେକ ଟ୍ରେନ୍‌ ଚଳାଚଳରେ ପରିବର୍ତ୍ତନ କରାଯାଇଥିବା ନେଇ ସମ୍ବଲପୁର ରେଳ...

ତାପମାତ୍ରାରେ ଭୁବନେଶ୍ୱକୁ ଟପିଲା କଟକ

ଭୁବନେଶ୍ୱର,୧୯।୪: ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ତାତି। ସକାଳ ୮ଟା ପରେ ଘରୁ ବାହାରିବା ମୁସ୍କିଲ ହୋଇପଡୁଛି। ରାଜ୍ୟରେ ଏ ବର୍ଷ ପ୍ରଥମ ଥର ପାଇଁ...

୨୦୧୯ରେ ପୁରୀ ବିଧାନସଭାରେ କାହିଁକି ହାରିଥିଲା ବିଜେଡି, କାରଣ କହିଲେ ସଭାପତି…

ପୁରୀ,୧୯।୪: ୨୦୧୯ରେ ପୁରୀ ବିଧାନସଭା ଆସନରେ କାହିଁକି ହାରିଲା ବିଜେଡି । ଏନେଇ କାରଣ କହିଛନ୍ତି ଖୋଦ ଜିଲା ବିଜେଡି ସଭାପତି । ସଭାପତି ଦିବାକର...

ପିକ୍‌ଅପ୍‌ରୁ ଜବତ ହେଲା ପୁଳାପୁଳା ଟଙ୍କା

ପଦ୍ମପୁର,୧୯ା୪(ପ୍ରଦୀପ୍ତ ଦାଶ): ବରଗଡ଼ ଜିଲା ପଦ୍ମପୁର ଥାନା ପୋଲିସ ଶୁକ୍ରବାର ଏକ ପିକ୍‌ଅପ୍‌ରୁ ପୁଳାପୁଳା ଟଙ୍କା ଜବତ କରିଛି। ଗାଇସିଲେଟ -ପଦ୍ମପୁର ରାସ୍ତାର ଗଡ଼ଭାଟି ଛକରୁ...

ଅଶୁଂଘାତ ନେଲା ଜଣଙ୍କ ଜୀବନ

ଭୁବନେଶ୍ୱର,୧୯।୪: ଅଂଶୁଘାତରେ ରାଜ୍ୟରେ ଜଣଙ୍କର ମୃତ୍ୟୁ ଘଟିଛି। ମୃତ ବ୍ୟକ୍ତି ଜଣଙ୍କ ବାଲେଶ୍ୱରର ବୋଲି ଜଣାପଡିଛି। ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ନିରଞ୍ଜନ ମିଶ୍ର ଆଜି ଏହି...

ମହାନଦୀରେ ବୁଡିଲା ଡଙ୍ଗା: ଜଣେ ମୃତ, ୬ ନିଖୋଜ

ଝାରସୁଗୁଡା,୧୯।୪: ମହାନଦୀରେ ବୁଡିଲା ଡଙ୍ଗା। ଏଥିରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୬ ଜଣଙ୍କର ପତ୍ତା ମିଳୁନି। ଝାରସୁଗୁଡା ଜିଲା ଲଖନପୁର ବ୍ଲକ ଶରଧା ନିକଟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri