ଶିଶୁଙ୍କ ପୋଷଣ ଲାଗି ଚାଲିଥିବା ମାଣ୍ଡିଆ ଲଡୁ କାର୍ଯ୍ୟକ୍ରମକୁ ନୀତି ଆୟୋଗଙ୍କ ପ୍ରଶଂସା

ସୁନ୍ଦରଗଡ଼, ୪।୯(ଡି.ଏନ୍‌.ଏ.)-ସୁନ୍ଦରଗଡ଼ ଜିଲାରେ ସାନ ପିଲାଙ୍କ ପୋଷଣ ପାଇଁ ସରକାରଙ୍କ ପକ୍ଷରୁ ଚାଲିଥିବା ମାଣ୍ଡିଆ ଲଡୁ କାର୍ଯ୍ୟକ୍ରମକୁ ନୀତି ଆୟୋଗ ପ୍ରଶଂସା କରିଛନ୍ତି। ପିଲାଙ୍କ ପୋଷଣ ସହ ଏହା ସ୍ଥାନୀୟ ଚାଷୀ ଏବଂ ମହିଳା ସ୍ବୟଂ ସହାୟକ ଗୋଷ୍ଠୀର ସଦସ୍ୟାମାନଙ୍କ ଜୀବିକାକୁ ସୁନିଶ୍ଚିତ କରୁଥିବା ବିଷୟ ଆୟୋଗ ଏହାର ଏକ ସର୍ବଭାରତୀୟ ରିପୋର୍ଟରେ ଦର୍ଶାଇଛନ୍ତି।
କେନ୍ଦ୍ର ସରକାରଙ୍କ ନୀତି ଆୟୋଗଙ୍କ ପକ୍ଷରୁ ନିକଟରେ ପ୍ରକାଶିତ ‘ଟେକ ହୋମ ରାଶନ -ଗୁଡ ପ୍ରାକ୍ଟିସେସ ଆକ୍ରସ ଦ ଷ୍ଟେଟସ/ୟୁନିୟନ ଟେରିଟୋରିଜ’ ଶୀର୍ଷକ ରିପୋର୍ଟ ପ୍ରକାଶ ପାଇଛି। ଏଥିରେ କୋଭିଡ୍‌ ସମୟରେ ସୁନ୍ଦରଗଡ଼ ଜିଲାରେ ଅଙ୍ଗନଓ୍ବାଡ଼ି ମାଧ୍ୟମରେ ପିଲାଙ୍କ ଘରେ ଘରେ ‘ମାଣ୍ଡିଆ ଲଡୁ ମିକ୍ସ’ ଦିଆଯିବା ବିଷୟ ଉଲ୍ଲେଖ କରାଯାଇଛି।
ଏହି ରିପୋର୍ଟକୁ ସ୍ବାଗତ କରି ସୁନ୍ଦରଗଡ଼ ଜିଲାପାଳ ଡାକ୍ତର ପରାଗ ହର୍ଷଦ ଗାଭାଲି କହିଛନ୍ତି, ‘ପିଲାମାନଙ୍କ ଶାରୀରିକ ଓ ମାନସିକ ବିକାଶ କ୍ଷେତ୍ରରେ ପୋଷଣ ଏକ ଗୁରୁତ୍ୱପୂର୍ଣ୍ଣ ବିଷୟ। ତେଣୁ ଜିଲାରେ ଅଙ୍ଗନଓ୍ବାଡ଼ି ମାଧ୍ୟମରେ ପିଲାଙ୍କୁ ନିୟମିତ ମାଣ୍ଡିଆ ଲଡ଼ୁ ଦିଆଯାଇ ସେମାନଙ୍କ ସ୍ବାସ୍ଥ୍ୟର ମୂଳଦୁଆକୁ ସଶକ୍ତ କରିବା ଲାଗି ଏହି କାର୍ଯ୍ୟକ୍ରମ ଚାଲିଛି। ଜିଲାରେ ମାଣ୍ଡିଆ ଉତ୍ପାଦନ ବଢ଼ାଇ ଚାଷୀମାନଙ୍କୁ ପରିଶ୍ରମର ଉଚିତ ମୂଲ୍ୟ ପ୍ରଦାନ ସହିତ ସ୍ବୟଂ ସହାୟକ ଗୋଷ୍ଠୀର ମହିଳାଙ୍କ ଜୀବିକା ବିକାଶ ଉପରେ ପ୍ରଶାସନ ଗୁରୁତ୍ୱ ଦେଉଛି। ସୁନ୍ଦରଗଡ଼ ଜିଲାରେ ଅଙ୍ଗନଓ୍ବାଡ଼ି ଶିଶୁଙ୍କ ଅତିରିକ୍ତ ପୋଷଣ ଲାଗି ମାଣ୍ଡିଆ ଲଡୁ ପ୍ରଦାନ କରାଯାଉଛି। ଜିଲାରେ ମିଶନ ଶକ୍ତିର ମହିଳାମାନେ ଏହି ମାଣ୍ଡିଆ ଲଡୁ ମିକ୍ସ ତିଆରି କରୁଛନ୍ତି। ତେଣୁ ଏହି କାର୍ଯ୍ୟକ୍ରମ ଜିଲାରେ ପିଲାଙ୍କ ପୋଷଣ ସହ ଚାଷୀମାନଙ୍କର ଆୟ ବଢ଼ାଇବା ଏବଂ ମହିଳା ସ୍ବୟଂ ସହାୟକ ଗୋଷ୍ଠୀର ସଦସ୍ୟାମାନଙ୍କ ଜୀବିକା ପାଇଁ ଏକ ନୂଆ ବାଟ ଖୋଲିଦେଇଛି। ବର୍ତ୍ତମାନ ୩୯ଟି ମହିଳା ସ୍ବୟଂ ସହାୟକ ଗୋଷ୍ଠୀକୁ ମାଣ୍ଡିଆ ଲଡ଼ୁ ମିକ୍ସ ପ୍ରସ୍ତୁତି ଦାୟିତ୍ୱ ଦିଆଯାଇଛି। ଏହି ମାଣ୍ଡିଆ ଲଡ଼ୁ କାର୍ଯ୍ୟକ୍ରମରୁ ୩,୮୦୯ ଅଙ୍ଗନଓ୍ବାଡ଼ି କେନ୍ଦ୍ର ମାଧ୍ୟମରେ ୬୩ ହଜାର ଶିଶୁ ଉପକୃତ ହେଉଛନ୍ତି।
ରାଜ୍ୟ ସରକାରଙ୍କ କୃଷି ଓ କୃଷକ ସଶକ୍ତୀକରଣ ବିଭାଗ ଅଧୀନରେ ୧୯ଟି ଜିଲାର ୧୪୩ଟି ବ୍ଲକରେ ମାଣ୍ଡିଆ ସହିତ ବିଭିନ୍ନ ପୁଷ୍ଟିଶସ୍ୟ ଚାଷ କରାଯାଉଛି। ଏହା ମଧ୍ୟରେ ସୁନ୍ଦରଗଡ଼ ଜିଲାର ୧୨ଟି ବ୍ଲକ ରହିଛି। ତା’ଭିତରୁ ୮ଟି ବ୍ଲକରେ ପୁଷ୍ଟିଶସ୍ୟକୁ ପ୍ରୋତ୍ସାହନ ଦେବା ଲାଗି ଜିଲା ଖଣିଜ ପ୍ରତିଷ୍ଠାନ ପାଣ୍ଠିରୁ ଆର୍ଥିକ ସହାୟତା ଯୋଗାଇ ଦିଆଯାଉଛି।୨୦୧୮-୧୯ରେ ସୁନ୍ଦରଗଡ଼ ଜିଲା ଓଡ଼ିଶା ପୁଷ୍ଟିଶସ୍ୟ ମିଶନ କାର୍ଯ୍ୟକ୍ରମରେ ଯୋଡ଼ି ହୋଇଥିଲା। ସେହି ବର୍ଷ ୪ଟି ବ୍ଲକରେ ଏହି କାର୍ଯ୍ୟକ୍ରମ ଲାଗୁ କରାଯାଇଥିଲା। ୨୦୨୨-୨୩ରେ ତାହା ୧୨ବ୍ଲକରେ ପହଞ୍ଚି ପାରିଛି। ଚଳିତବର୍ଷ ୧୬ ହଜାରରୁ ଅଧିକ ଚାଷୀ ୬ହଜାର ହେକ୍ଟର ଜମିରେ ମାଣ୍ଡିଆ ଓ ବିଭିନ୍ନ ପୁଷ୍ଟିଶସ୍ୟ ଚାଷ କରୁଛନ୍ତି। ଏଥିପାଇଁ ଚାଷୀଙ୍କୁ ବିହନ, ସାର, ଆଧୁନିକ କୃଷି ଯନ୍ତ୍ରପାତି ଓ ବୈଷୟିକ ସହାୟତା ଯୋଗାଇ ଦିଆଯାଉଛି। ସେହିପରି ସେମାନଙ୍କଠାରୁ ଉଚିତ ମୂଲ୍ୟରେ ପୁଷ୍ଟିଶସ୍ୟ କିଣିବାକୁ ସରକାର ମଣ୍ଡି ବ୍ୟବସ୍ଥା କରୁଛନ୍ତି। ଫଳରେ ମାଣ୍ଡିଆ ଚାଷକରି ଜିଲାର ଚାଷୀମାନେ ଆର୍ଥିକ ସ୍ତରରେ ଅଧିକ ଲାଭବାନ ହୋଇପାରୁଛନ୍ତି। ପୁଷ୍ଟିଶସ୍ୟରୁ ପ୍ରସ୍ତୁତ ଖାଦ୍ୟର ପ୍ରସାର ପାଇଁ ରାଜ୍ୟ ସରକାର ବିଭିନ୍ନ କାର୍ଯ୍ୟକ୍ରମ କରୁଛନ୍ତି। ଏଥିପାଇଁ ସୁନ୍ଦରଗଡ଼ ଜିଲାର ବିଭିନ୍ନ ସ୍ଥାନରେ ପୁଷ୍ଟିଶସ୍ୟ ଖାଦ୍ୟ ମେଳାର ଆୟୋଜନ କରାଯାଉଛି। ସେହିପରି ଓଡ଼ିଶା ପୁଷ୍ଟିଶସ୍ୟ ମିଶନ ଓ ମିଶନ ଶକ୍ତି ସହଭାଗିତାରେ ଜିଲାରେ ୨୧ଟି ମିଲେଟ ଶକ୍ତି ଟିଫିନ ସେଣ୍ଟର ଏବଂ ରାଉରକେଲାଠାରେ ଗୋଟିଏ ମିଲେଟ ଶକ୍ତି କାଫେ ଖୋଲିଛି।


Enter your email to get our daily news in your inbox.

All Right Reserved By Dharitri.Com

କାଲିଠୁ ପ୍ରଚାର ଆରମ୍ଭ କରିବେ ନବୀନ

ହିଞ୍ଜିଳିକାଟୁ,୨୩।୪(ଦ୍ବିତୀକୃଷ୍ଣ ପଣ୍ଡା): ମୁଖ୍ୟମନ୍ତ୍ରୀ ତଥା ବିଜେଡ଼ି ସୁପ୍ରିମୋ ନବୀନ ପଟ୍ଟନାୟକ ବୁଧବାର ନିଜ ନିର୍ବାଚନ ମଣ୍ଡଳୀ ହିଞ୍ଜିଳିରୁ ନିର୍ବାଚନ ପ୍ରଚାର ଆରମ୍ଭ କରିବେ। ମୁଖ୍ୟମନ୍ତ୍ରୀ ଏହି...

ଚାପ ଖେଳିବେ ମହାପ୍ରଭୁ, ଚନ୍ଦନଯାତ୍ରା ପାଇଁ ପୁରୀରେ ପ୍ରସ୍ତୁତି ଆରମ୍ଭ

ପୁରୀ,୨୩।୪: ଶ୍ରୀକ୍ଷେତ୍ରରେ ଆରମ୍ଭ ହେବାକୁ ଯାଉଛି ମହାପ୍ରଭୁ ଜଗନ୍ନାଥଙ୍କ ବିଶ୍ବପ୍ରସିଦ୍ଧ ଚନ୍ଦନଯାତ୍ରା। ଅକ୍ଷୟ ତୃତୀୟାରେ ଆରମ୍ଭ ହେବାକୁ ଥିବା ଏହି ଯାତ୍ରାରେ ୨୧ ଦିନବ୍ୟାପୀ ନରେନ୍ଦ୍ର...

ନାମାଙ୍କନ ପତ୍ର ଦାଖଲ କଲେ କୋରାପୁଟ ଲୋକ ସଭା ପ୍ରାର୍ଥୀ କୌଶଲ୍ୟା ହିକକା

କୋରାପୁଟ,୨୩।୪(ଅମିତାଭ ବେହେରା): କୋରାପୁଟ ଲୋକସଭା ବିଜେଡି ପ୍ରାର୍ଥୀ କୌଶଲ୍ୟା ହିକକା ମଙ୍ଗଳବାର ନାମାଙ୍କନ ଦାଖଲ କରିଛନ୍ତି। ଜିଲାପାଳ ଭି କୀର୍ତି ଭାସନଙ୍କ ଠାରେ ସେ ନାମାଙ୍କନ...

ନାମାଙ୍କନ ପତ୍ର ଦାଖଲ କଲେ ରଘୁରାମ ପଡାଲ

କୋରାପୁଟ,୨୩।୪(ଅମିତାଭ ବେହେରା): କୋରାପୁଟ ବିଧାନସଭା ଆସନ ନିମନ୍ତେ ବିଜେଡି ପାର୍ଥି ରଘୁରାମ ପଡାଲ ନାମାଙ୍କନ ପତ୍ର ଦାଖଲ କରିଛନ୍ତି। କୋରାପୁଟ ଉପଜିଲାପାଳ ବେଣୁଧର ଶବରଙ୍କୁ ମଙ୍ଗଳବାର...

କାହିଁକି କଟିଲା ସମୀର ଦାଶଙ୍କ ଟିକେଟ୍‌, ରାଜା ସ୍ବାଇଁଙ୍କ ଭିଡିଓ ଭାଇରାଲ

ପୁରୀ,୨୩।୪: ନିମାପଡାରେ ଦିଲ୍ଲୀପ ନାୟକଙ୍କୁ ବିଜେଡି ଟିକେଟ ଦେବା ପରେ ବିଧାୟକ ସମୀର ଦାଶ ସମର୍ଥକଙ୍କ ଭିତରେ ଅସନ୍ତୋଷ ବଢିବାରେ ଲାଗିଛି । ଏହାରି ଭିତରେ...

ଆତଙ୍କ ଖେଳାଇଛି ଗୋଠଛଡ଼ା ଦନ୍ତା, ୩ ଦିନରେ ଭାଙ୍ଗିଲାଣି ୯ ଘର

ପାଟଣା,୨୩।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜରେ ୩ ଦିନ ହେବ ଏକ ଗୋଠଛଡ଼ା ଦନ୍ତା ଆତଙ୍କ ଖେଳାଇଛି। ୯ରୁ ଉଦ୍ଧର୍‌ବ ଘର ଭାଙ୍ଗି...

ଆଦିଶକ୍ତି ବେଶରେ ଦର୍ଶନ ଦେଲେ ତାରାତାରିଣୀ

ପୁରୁଷୋତ୍ତମପୁର,୨୩/୪(ସିମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲ୍ଲାର ପ୍ରସିଦ୍ଧ ଆରାଧ୍ୟ ଇଷ୍ଟଦେବୀ ମା ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରାର ଉଦ୍‌ଯାପନ ହୋଇଛି। ମଙ୍ଗଳବାର ସାଙ୍ଗକୁ ପୂର୍ଣ୍ଣିମା ପଡିଥିବାରୁୁ ମା’ଙ୍କ...

ଆଗାମୀ ନିର୍ବାଚନରେ ଡବଲ ଇଞ୍ଜିନ ସରକାର ହେବ ଗଠନ:ସୀତାଂଶୁ

ଭଦ୍ରକ,୨୩।୪(ସନାତନ ରାଉତ)- ସାଧାରଣ ନିର୍ବାଚନ ପାଖେଇ ଆସୁଥିବା ବେଳେ ଭଦ୍ରକ ନିର୍ବାଚନ ମଣ୍ଡଳୀରେ ଭାଜପା ତାର ସ୍ଥିତି ମଜଭୁତ କରୁଛି। ଯୁବ ଚେହରା ସୀତାଂଶୁ ଭାଜପା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri