ଆଉ ମାଗଣା ନୁହେଁ UPI! ପ୍ରତି ଟ୍ରାଞ୍ଜାକ୍ସନ୍‌ରେ ଦେବାକୁ ପଡ଼ିବ ଏତେ ଟଙ୍କା: କେନ୍ଦ୍ରରୁ ଆସିଲା ବଡ଼ ଅପଡେଟ୍‌

ନୂଆଦିଲ୍ଲୀ,୧୧।୯: UPI ବ୍ୟବହାର କରୁଥିବା ଲକ୍ଷ ଲକ୍ଷ ଲୋକଙ୍କ ପାଇଁ ଆସିଛି ବଡ଼ ଅପଡେଟ୍‌। କିଛି ଦିନ ତଳେ UPI ଉପରେ ଚାର୍ଜ ଲାଗିବ ବୋଲି ଖବର ଆସିଥିଲା। ତେବେ ସରକାର ଏଭଳି ଖବରକୁ ଖଣ୍ଡନ କରିଥିଲେ ଏବଂ UPI ଉପରେ କୌଣସି ଅତିରିକ୍ତ ଚାର୍ଜ ଲାଗିବ ନାହିଁ ବୋଲି ସ୍ପଷ୍ଟ କରିଥିଲେ।

କିନ୍ତୁ ଏବେ ନୀତି ଆୟୋଗର ଉପାଧ୍ୟକ୍ଷ ଅଶୋକ ଲହିରୀଙ୍କ ବୟାନ ଏହି ପ୍ରସଙ୍ଗକୁ ପୁଣି ଚର୍ଚ୍ଚାକୁ ଆଣିଛି। ତାଙ୍କ କହିବା ଅନୁସାରେ, UPI ସବୁବେଳ ପାଇଁ ମାଗଣା ରହିପାରିବ ନାହିଁ। ଭବିଷ୍ୟତରେ ଏହା ଉପରେ ଚାର୍ଜ ଲାଗିବାର ସମ୍ଭାବନା ରହିଛି।

ମୁମ୍ବାଇରେ ଚାଲିଥିବା ଗ୍ଲୋବାଲ ଫିନଟେକ ଫେଷ୍ଟ ୨୦୨୬ ସମୟରେ ଅଶୋକ ଲହିରୀ ଏକ ସାକ୍ଷାତକାରରେ UPI ଚାର୍ଜକୁ ନେଇ ମତ ରଖିଥିଲେ। ବ୍ୟବସାୟ ପେମେଣ୍ଟ ପାଇଁ UPI ଚାର୍ଜ କେବେଠାରୁ ଲାଗୁ ହୋଇପାରେ ବୋଲି ପଚରାଯିବାରୁ ସେ କୌଣସି ନିର୍ଦ୍ଦିଷ୍ଟ ସମୟସୀମା କହିପାରିବେ ନାହିଁ ବୋଲି କହିଥିଲେ।

ତେବେ ତାଙ୍କ ମତରେ, UPI ପରି ବ୍ୟବସ୍ଥା ଚଳାଇବାରେ ଅପରେଟିଂ ଏବଂ ସେଟଅପ ଖର୍ଚ୍ଚ ରହିଛି। ତେଣୁ ସବୁକିଛିକୁ ଦୀର୍ଘ ସମୟ ଧରି ମାଗଣା ରଖିବା ସମ୍ଭବ ନୁହେଁ। ଫିନଟେକ କମ୍ପାନୀଗୁଡ଼ିକର ଏକ ସ୍ଥାୟୀ ଆର୍ଥିକ ମଡେଲ ରହିବା ଆବଶ୍ୟକ ବୋଲି ସେ କହିଛନ୍ତି।

UPI ମାଧ୍ୟମରେ ଲୋକଙ୍କଠାରୁ ଚାର୍ଜ ନିଆଯିବ କି, ବ୍ୟବସାୟୀଙ୍କଠାରୁ ଚାର୍ଜ ଲାଗିବ କି, ନା ବ୍ୟବସାୟ-ବ୍ୟବସାୟ କାରବାରରେ ଶୁଳ୍କ ରହିବଏସବୁ ନିଷ୍ପତ୍ତି ବିଶେଷଜ୍ଞମାନେ ନେବେ ବୋଲି ସେ କହିଛନ୍ତି। ତେବେ UPI ନିଜର ଖର୍ଚ୍ଚ ନିଜେ ବହନ କରିପାରୁଥିବା ବ୍ୟବସ୍ଥା ହେବା ଉଚିତ ବୋଲି ତାଙ୍କ ମତ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

‘ଭାଜପା ସରକାର ଅଢ଼େଇ ବର୍ଷରେ ଓଡ଼ିଶା ଛବିକୁ ମଳିନ କରିସାରିଲେଣି’

ଭୁବନେଶ୍ୱର, ୯।୧୦(ସୁନିତ୍‌ ମିଶ୍ର): ବିଜେଡି ସବୁବେଳେ ସେବା ଓ ବିକାଶରେ ବିଶ୍ୱାସ କରେ। ବିଜେଡି ସରକାର ସମୟରେ ଦ୍ରୁତ ବିକାଶ ପାଇଁ ଓଡ଼ିଶା ସାରା ଦେଶରେ ଏକ…

ଆସନ୍ତା ୧୨ ତାରିଖରେ ଗୁଡ଼ାରୀ ବ୍ଲକର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର ବନ୍ଦ ରହିବ

ଗୁଡ଼ାରୀ, ୯/୧୦ (ପ୍ରମୋଦ କୁମାର ପତି): ଆସନ୍ତା ୧୨ ତାରିଖରେ ଗୁଡ଼ାରୀ ବ୍ଲକର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର ବନ୍ଦ ରହିବ। ଏହି ଦିନ ସମସ୍ତ ଅଙ୍ଗନବାଡ଼ି କର୍ମୀ…

ଘୂର୍ଣ୍ଣିବଳୟ ସକ୍ରିୟ, ୧୩ ବେଳକୁ ଲଘୁଚାପ: ଫେରନ୍ତା ମୌସୁମୀ ପ୍ରଭାବରେ ବର୍ଷା ଆରମ୍ଭ; ୟେଲୋ ଓ୍ବାର୍ନିଂ ଜାରି…

ଭୁବନେଶ୍ୱର, ୯ା୧୦(ବନ୍ଦନା ସେଠୀ) – ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ସୃଷ୍ଟି ହେବାକୁ ଯାଉଛି। ଇତିମଧ୍ୟରେ ଥାଇଲାଣ୍ଡ ଉପସାଗର ଓ ଆଖପାଖ ଅଞ୍ଚଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ…

ସରପଞ୍ଚଙ୍କ ସ୍ବାମୀଙ୍କୁ ହତ୍ୟା ଉଦ୍ୟମ : ମାମଲା ରୁଜୁ କଲା ପୋଲିସ                     

ଦିଗପହଣ୍ଡି,୯|୧୦(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ବନ୍ଥପଲ୍ଲୀ ପଞ୍ଚାୟତ ସରପଞ୍ଚ ଚାନ୍ଦିନୀ ନାୟକ ଙ୍କ ସ୍ବାମୀ ଟୁନା ନାୟକ ଙ୍କୁ ଯୋଜନାବଦ୍ଧ ଭାବେ ହତ୍ୟା…

ଦିଗପହଣ୍ଡିରେ ପ୍ରକଳ୍ପ ସ୍ତରୀୟ ପୋଷଣ ମାସ: ଶ୍ରେଷ୍ଠ ଅଙ୍ଗନୱାଡ଼ି କର୍ମୀ ମାନଙ୍କୁ କରାଗଲା ସମ୍ମାନିତ

ଦିଗପହଣ୍ଡି,୯|୧୦(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ମିଶନ ଶକ୍ତି ଭବନ ପରିସରରେ ଶୁକ୍ରବାର ମହିଳା ଓ ଶିଶୁ ବିକାଶ ସମନ୍ୱିତ ପ୍ରକଳ୍ପ ସ୍ତରୀୟ ପୋଷଣ…

କେସିଙ୍ଗା ମହାବିଦ୍ୟାଳୟରେ ସଭାପତି ପଦ ପାଇଁ ୩ ପ୍ରାର୍ଥୀଙ୍କ ନାମାଙ୍କନ ଦାଖଲ

କେସିଙ୍ଗା, ୯/୧୦ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲ୍ଲା କେସିଙ୍ଗା ମହାବିଦ୍ୟାଳୟରେ ଦୀର୍ଘ ୮ ବର୍ଷ ପରେ ଛାତ୍ର ସଂସଦ ନିର୍ବାଚନ ହେବାକୁ ଯାଉଛି। ନିର୍ବାଚନ ନେଇ ବିଜ୍ଞପ୍ତି…

ପ୍ରଥମ ଥର ପାଇଁ ଋଷିମାଳ ସ୍ନାତକ ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ

ବ୍ରାହ୍ମଣୀଗାଁ, ୯।୧୦(ମନୋରଞ୍ଜନ ରଣା): ଦୀର୍ଘ ୮ ବର୍ଷର ବ୍ୟବଧାନ ପରେ ଓଡ଼ିଶାର କଲେଜ ଓ ବିଶ୍ୱବିଦ୍ୟାଳୟଗୁଡ଼ିକରେ ପୁଣିଥରେ ଛାତ୍ର ସଂସଦ ନିର୍ବାଚନ ଅନୁଷ୍ଠିତ ହେଉଛି। ଏହି କ୍ରମରେ…

ଆମେରିକା କାର୍ଯ୍ୟାନୁଷ୍ଠାନ ଉପରେ ସ୍ପଷ୍ଟୀକରଣ ରଖିଲା ଭାରତ, H-1B ଭିସା ଉପରେ …

ନୂଆଦିଲ୍ଲୀ,୯।୧୦: ଆମେରିକା ସରକାରଙ୍କ ଦ୍ୱାରା କେତେକ ପ୍ରମୁଖ ଟେକ୍ କମ୍ପାନୀକୁ ନିଯୁକ୍ତି-ଭିତ୍ତିକ ଗ୍ରୀନ୍ କାର୍ଡ କାର୍ଯ୍ୟକ୍ରମରୁ ନିଲମ୍ବିତ କରାଯିବା ନିଷ୍ପତ୍ତି ଉପରେ ଭାରତର ବୈଦେଶିକ ମନ୍ତ୍ରାଳୟ (MEA)…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?