ନିତିନଙ୍କ ଆତ୍ମହତ୍ୟାରେ ହତବାକ ବଲିଉଡ୍‌

‘ଯୋଦ୍ଧା ଆକବର’, ‘ଦେବଦାସ’ ଏବଂ ‘ଲଗାନ’ ଭଳି ସୁପରହିଟ୍‌ ଚଳଚ୍ଚିତ୍ରର ସେଟ ଡିଜାଇନ କରିଥିବା କଳା ନିର୍ଦ୍ଦେଶକ ନିତିନ ଦେଶାଇ ଆତ୍ମହତ୍ୟା କରିଛନ୍ତି। ଏନଡି ଷ୍ଟୁଡିଓର ପ୍ରତିଷ୍ଠାତା ନିତିନ ନିଜ ଷ୍ଟୁଡିଓରେ ହିଁ ଫାଶୀ ଲଗାଇ ଦେଇଛନ୍ତି। ତାଙ୍କ ମୃତ୍ୟୁରେ ବଲିଉଡରେ ଶୋକର ଲହରୀ ଖେଳିଯାଇଛି। ବଲିଉଡ ଇଣ୍ଡଷ୍ଟ୍ରିର ଭେଟେରାନ ଅଭିନେତାମାନେ ନିତିନଙ୍କ ମୃତ୍ୟୁରେ ଶୋକ ପ୍ରକାଶ କରିଛନ୍ତି।
ବଲିଉଡର ଡ୍ରିମ ଗର୍ଲ ହେମା ମାଲିନି ନିତିନ ଦେଶାଇଙ୍କ ସହ ଏକ ଫଟୋ ଶେୟାର କରି ତାଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ। ସେ ଲେଖିଛନ୍ତି- ସକାଳର ଆଶ୍ଚର୍ଯ୍ୟଜନକ ଖବର, କଳା ନିର୍ଦ୍ଦେଶକ ନିତିନ ଦେଶାଇ ଆଉ ନାହାଁନ୍ତି। ସେ ବହୁତ ଭଲ ବ୍ୟକ୍ତି ଥିଲେ। ତାଙ୍କ ସହିତ ଅନେକ ପ୍ରୋଜେକ୍ଟରେ କାମ କରଥିଲି। ଚଳଚ୍ଚିତ୍ର ଶିଳ୍ପ ପାଇଁ ଏହା ଏକ ବଡ କ୍ଷତି। ବଲିଉଡ ଅଭିନେତା ସଞ୍ଜୟ ଦତ୍ତ, ରିତେଶ ଦେଶମୁଖ, ଅକ୍ଷୟ କୁମାର ପ୍ରମୁଖ ନିତିନଙ୍କ ମୃତ୍ୟୁରେ ଶୋକ ପ୍ରକାଶ କରିଛନ୍ତି।
ନିତିନ ଅନେକ ସୁପରହିଟ୍‌ ଚଳଚ୍ଚିତ୍ରରେ କାର୍ଯ୍ୟ କରିଛନ୍ତି। ଏଥିମଧ୍ୟରେ ହମ ଦିଲ ଦେ ଚୁକେ ସନମ, ଲଗାନ, ଯୋଦ୍ଧା ଆକବର ଏବଂ ପ୍ରେମ ରତନ ଧନ ପାୟୋ ସାମିଲ ଅଛି। ନିତିନ ଏହି ଚଳଚ୍ଚିତ୍ରଗୁଡ଼ିକର ସେଟ ଡିଜାଇନ କରିଥିଲେ।ଏହି ସମସ୍ତ ଚଳଚ୍ଚିତ୍ରରେ ଗ୍ରାଣ୍ଡ ସେଟ ପ୍ରଦର୍ଶିତ ହୋଇଥିଲା, ଯାହା ପ୍ରତ୍ୟେକ ଥର ପ୍ରଶଂସିତ ହୁଏ। ନିତିନଙ୍କୁ ଚାରିଟି ଜାତୀୟ ପୁରସ୍କାର ମଧ୍ୟ ମିଳିଛି। ଶ୍ରେଷ୍ଠ କଳା ନିର୍ଦ୍ଦେଶନା ପାଇଁ ତାଙ୍କୁ ଏହି ପୁରସ୍କାରରେ ସମ୍ମାନିତ କରାଯାଇଥିଲା।
ସେଟ ଡିଜାଇନ କରିବା ସହିତ ନିତିନ ଦେଶାଇ ମଧ୍ୟ ଅଭିନୟ କରିଥିଲେ।ନିତିନ ଦାଉଦ ଫନ୍‌ ଅନ ଦ ରନ, ହେଲୋ ଜୟ ହିନ୍ଦ ଏବଂ ହମ ସବ ଏକ ହେଁ ଭଳି ଅନେକ ଚଳଚ୍ଚିତ୍ରରେ ଅଭିନୟ କରିଥିଲେ। କେବଳ ଏତିକି ନୁହେଁ,ସେ ଫିଲ୍ମର ନିର୍ଦ୍ଦେଶନା ମଧ୍ୟ ଦେଇଛନ୍ତି। ୨୦୧୧ ଚଳଚ୍ଚିତ୍ର ହେଲୋ ଜୟ ହିନ୍ଦରେ ନିତିନ ନିର୍ଦ୍ଦେଶନା ଦେବା ସହିତ ଅଭିନୟ କରିଥିଲେ। ସେ ଏକ ମରାଠୀ ଚଳଚ୍ଚିତ୍ରର ନିର୍ଦ୍ଦେଶନା ମଧ୍ୟ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମୋଦିଙ୍କୁ ନେଇ ଏମିତି କହିଦେଲେ ଟ୍ରମ୍ପ: ବିଶ୍ୱରେ ପଡ଼ିଗଲା ଚହଳ

ଓ୍ବାଶିଂଟନ୍‌,୧୭।୧୨: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ପ୍ରଶଂସା କରିଛନ୍ତି। ସେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ତାଙ୍କର ‘ମହାନ ବନ୍ଧୁ’ ଭାବରେ ବର୍ଣ୍ଣନା କରିଛନ୍ତି।...

ଗାଁ ମଝିରେ ଛିଡ଼ିଲା ବିଦ୍ୟୁତ ତାର: ଅଳ୍ପକେ ବର୍ତ୍ତିଲେ ଜେଜେ ମା’-ନାତି

ଗଞ୍ଜାମ,୧୭।୧୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତ ଲକ୍ଷ୍ମୀପୁର ଗାଁରେ ବୁଧବାର ସକାଳେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଥିଲା। ଗାଁ ମଝିରେ ରାସ୍ତା...

ଓଡ଼ିଶାରେ ୨ ଦିନ ପାଇଁ ୟେଲୋ ଓ୍ବାର୍ନିଂ: ହୋଇଯାନ୍ତୁ ସତର୍କ

ଭୁବନେଶ୍ୱର,୧୭।୧୨(ଅନୁରାଧା ମହାରଣା):ରାଜ୍ୟରେ ଗତ କିଛିଦିନ ଧରି ଶୀତ ଲହରୀ ଜାରି ରହିଛି। ଆଭ୍ୟନ୍ତରୀଣ ଓଡ଼ିଶାର ସୁନ୍ଦରଗଡ଼, କୋରାପୁଟ ଏବଂ କନ୍ଧମାଳର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ...

ଆଜି ଦେଶବ୍ୟାପୀ ବିକ୍ଷୋଭ: ମହାତ୍ମା ଗାନ୍ଧୀଙ୍କ ଫଟୋ ଧରି…

ନୂଆଦିଲ୍ଲୀ,୧୭ା୧୨(ପି.ଟି.):ଏମ୍‌ଜିଏନ୍‌ଆର୍‌ଇଜିଏ ନାଁ ବଦଳାଇବା ପାଇଁ କେନ୍ଦ୍ର ସରକାର ଆଣିଥିବା ଭିବି-ଜି ରାମ ଜି ବିଲ୍‌ ବିରୋଧରେ କଂଗ୍ରେସ ବୁଧବାର ଦେଶବ୍ୟାପୀ ବିକ୍ଷୋଭ କରିବାକୁ ଘୋଷଣା କରିଛି।...

ସ୍ବିଫ୍ଟ କାର୍‌ରେ ପାର୍ଟନର୍‌ଙ୍କୁ ବସାଇ ଜଙ୍ଗଲକୁ ନେଲେ ବୟଫ୍ରେଣ୍ଡ: ଆଉ ତା’ପରେ କଲେ ଏମିତି କାଣ୍ଡ

ଲକ୍ଷ୍ନୌ,୧୭ା୧୨:ଉତ୍ତରପ୍ରଦେଶରେ ଏକ ବୀଭତ୍ସ ହତ୍ୟା ଘଟଣା ଘଟିଛି। ଜଣେ ଟ୍ୟାକ୍ସି ଡ୍ରାଇଭର ତାଙ୍କ ସ୍ତ୍ରୀ ଉମା(୩୦)ଙ୍କୁ ହତ୍ୟା କରିବା ପରେ ମୃତଦେହକୁ ଜଙ୍ଗଲ ମଧ୍ୟରେ ଫିଙ୍ଗିଦେଇଥିଲେ।...

କମ୍ୟୁନିଟି ସେଣ୍ଟର ସ୍ଥାନାନ୍ତର ଉଦ୍ୟମକୁ ବିରୋଧ: ବିରୋଧ କଲା ଜିଲା ଆଦିବାସୀ କଲ୍ୟାଣ ସଂଘ

ଅମରପାଲି,୧୭/୧୨(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ବହଲପଦର ପଞ୍ଚାୟତର ହୋତାପାଲି ( ସୁରଧାପାଲି) ଠାରେ ନିର୍ମାଣ ହେବାକୁ ଥିବା ଏକ କମ୍ୟୁନିଟି ସେଣ୍ଟର...

୧୨ ଘଣ୍ଟିଆ ଦେବଗଡ଼ ବନ୍ଦ: ଆନ୍ଦୋଳନକାରୀଙ୍କୁ ଉଠାଇନେଲା ପୋଲିସ…

ଦେବଗଡ,୧୭।୧୨(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ପୁରୁଣା ଡାକ୍ତରଖାନାରେ ୨୪ ଘଣ୍ଟିଆ ସ୍ବାସ୍ଥ୍ୟସେବା ଦାବିରେ ବନ୍ଦ ଡାକରା ଦେଇଛି ଜିଲା ମହିଳା ଏକତା ମଞ୍ଚ। ସକାଳ ୬ରୁ...

୮ ଦିନ ମଧ୍ୟରେ କିଡନୀ ରୋଗରେ ୩ ଜଣଙ୍କ ମୃତ୍ୟୁ ଘଟଣା: ରକ୍ତ, ପାନୀୟ ଜଳ ନମୁନା ସଂଗ୍ରହ

ଅମରପାଲି,୧୭ା୧୨(ପୀତାମ୍ବର ସାହୁ):ସୁବର୍ଣ୍ଣପୁର ଜିଲଶ ବୀରମହାରାଜପୁର ବ୍ଲକର ଉପାନ୍ତ ଅଞ୍ଚଳରେ କିଡ଼ନୀ ରୋଗରେ ୮ ଦିନ ମଧ୍ୟରେ ୩ ଜଣଙ୍କ ମୃତ୍ୟୁ ଘଟିଥିଲା। ଏନେଇ ଧରିତ୍ରୀରେ ଖବର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri