Posted inଜାତୀୟ

ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କୁ ଭଗବାନ କୃଷ୍ଣଙ୍କ ସହ ତୁଳନା କଲେ କେନ୍ଦ୍ର ମନ୍ତ୍ରୀ

ନୂଆଦିଲ୍ଲୀ,୧୪।୩: କେନ୍ଦ୍ର ମନ୍ତ୍ରୀ ନୀତିନ ଗଡକରୀ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କୁ ଭଗବାନ କୃଷ୍ଣଙ୍କ ସହ ତୁଳନା କରିଛନ୍ତି। ଏଥିସହ କେନ୍ଦ୍ର ମନ୍ତ୍ରୀ ଉତ୍ତରପ୍ରଦେଶର ଆଇନ ଶୃଙ୍ଖଳା ପରିସ୍ଥିତିକୁ ନିୟନ୍ତ୍ରଣ କରିଥିବାରୁ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କୁ ପ୍ରଶଂସା କରିଛନ୍ତି। ଭଗବତ ଗୀତାରେ ଭଗବାନ ଶ୍ରୀକୃଷ୍ଣ କହିଛନ୍ତି, ଯେତେବେଳେ ବି ଅନ୍ୟାୟ ହୁଏ, ସେଠାରେ ସେ ଅନ୍ୟାୟକୁ ଦୂର କରିବାକୁ ଅବତାରିତ ହୁଅନ୍ତି। ସେହିଭଳି ଉତ୍ତରପ୍ରଦେଶରେ ଯୋଗୀ ଜୀ ସାଧାରଣ ଲୋକଙ୍କୁ ସୁରକ୍ଷା ପାଇଁ ପ୍ରଭୁ କୃଷ୍ଣଙ୍କ ଭଳି କାର୍ଯ୍ୟ କରୁଛନ୍ତି। ଯେଉଁମାନେ ସମାଜ ପାଇଁ ବିପଜ୍ଜନକ ସେମାନଙ୍କ ବିରୋଧରେ ଦୃଢ ପଦକ୍ଷେପ ନେଇଛନ୍ତି ବୋଲି କେନ୍ଦ୍ର ମନ୍ତ୍ରୀ ନୀତିନ ଗଡକରୀ କହିଛନ୍ତି।

କେନ୍ଦ୍ର ମନ୍ତ୍ରୀ ସୋମବାର ଗୋରଖପୁରରେ ଭାରତୀୟ ଜାତୀୟ ରାଜପଥ ପ୍ରାଧିକରଣ (ଏନଏଚଏଆଇ)ର ୧୮ଟି ପ୍ରକଳ୍ପର ଶିଳାନ୍ୟାସ ଓ ଉଦ୍‌ଘାଟନ କରିଛନ୍ତି। ଏହି ସମୟରେ ଜନସାଧାରଣଙ୍କୁ ସମ୍ବୋଧିତ କରି କହିଛନ୍ତି, ଯୋଗୀ ଜୀ ଆଇନ ଶୃଙ୍ଖଳା ପରିସ୍ଥିତିକୁ ନେଇ ଏକ ଉଦାହରଣ ସୃଷ୍ଟି କରିଥିବାରୁ ମୁଁ ଖୁସି। ମୁଁ ଏହା ପୂର୍ବରୁ କହିଥିଲି ଯେ, ଉତ୍ତରପ୍ରଦେଶର ରାସ୍ତାକୁ ଆମେରିକା ସହିତ ସମାନ କରିବୁ ଏବଂ ସେହି ଦିଗରେ ଆମର ଉଦ୍ୟମ ଆରମ୍ଭ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସମର୍ଥଙ୍କୁ ୭ ଦିନିଆ ରିମାଣ୍ଡରେ ନେଲା ପୋଲିସ

ଭୋପାଳ,୨୩ା୫: ଟ୍ବିଶା ଶର୍ମା ମୃତ୍ୟୁ ମାମଲାରେ ୧୦ ଦିନ ହେଲା ଫେରାର ଥିବା ସ୍ବାମୀ ସମର୍ଥ ସିଂଙ୍କୁ ପୋଲିସ ଶୁକ୍ରବାର ଜବଲପୁରରୁ ଗିରଫ କରିବା ପରେ ଶନିବାର…

ଏସିଆନ ଗେମ୍ସ ଚୟନରେ ଭାଗନେବେ ଭିନେଶ

ନୂଆଦିଲ୍ଲୀ, ୨୩ା୫: ରେସଲର ଭିନେଶ ଫୋଗତ ଆଗାମୀ ଏସିଆନ ଗେମ୍ସ ଚୟନ ପ୍ରକ୍ରିୟାରେ ଭାଗ ନେବେ। ଏଥିନେଇ ତାଙ୍କୁ ଦିଲ୍ଲୀ ହାଇକୋର୍ଟ ଅନୁମତି ପ୍ରଦାନ କରିବା ସହ…

କୋଟିଏ ଟଙ୍କାର ବୀମା ଟଙ୍କା ପାଇଁ ସ୍ବାମୀଙ୍କ ଉପରେ ଲାଗିଲା ଗୁରୁତର ଅଭିଯୋଗ! ସୋସିଆଲ ମିଡ଼ିଆରେ ଘୁରି ବୁଲୁଛି ଭିଡ଼ିଓ

ଚେନ୍ନାଇ,୨୩।୫: ତେଲେଙ୍ଗାନାର ଖମ୍ମମ ଜିଲାର ଥିରୁମାଲାୟାପାଲେମ ମଣ୍ଡଳରେ ଅବସ୍ଥିତ ଗୋଲ ଥାଣ୍ଡା ଗାଁରେ ଜଣେ ୨୯ ବର୍ଷୀୟ ବିବାହିତ ମହିଳାଙ୍କ ସନ୍ଦେହଜନକ ଅବସ୍ଥାରେ ମୃତଦେହ ମିଳିଛି। ମୃତକଙ୍କ…

ନିଖିଲ ହାଡପା ଗୁଳିକାଣ୍ଡ ମାମଲା: ପୋଲିସର ଫ୍ଲାଗମାର୍ଚ୍ଚ, ୯ ଅଭିଯୁକ୍ତ ଜିଲ୍ଲା ବାହାର ଜେଲକୁ ସ୍ଥାନାନ୍ତର

ଗୁଣପୁର, ୨୩।୫ (ସୁଜାତା ପାଢ଼ୀ): ନିଖିଲ ହାଡପା ଗୁଳିକାଣ୍ଡ ଘଟଣା ପରେ ରାୟଗଡା ସହରରେ ଉତ୍ତେଜନା ଜାରି ରହିଛି। ଶୁକ୍ରବାର ରାତିରେ ରାୟଗଡା ଟାଉନ ଥାନା ସମ୍ମୁଖରେ…

ବିଦ୍ୟୁତ କାର୍ଯ୍ୟାଳୟରେ ତାଲା ପକାଇଲେ ତାଳପଡା ଗ୍ରାମବାସୀ: ଅଘୋଷିତ ବିଦ୍ୟୁତ କାଟ …

ପାତ୍ରପୁର, ୨୩/୦୫ (ଉମା ଚରଣ ନେପାକ): ଅଘୋଷିତ ବିଦ୍ୟୁତ କାଟ ଓ ଏସ୍‌ ନୁଆଗାଁ ଗ୍ରାମ ଉପର ପଟରୁ ଯାଇଥିବା ୧୧ କେଭି ତାର ସ୍ଥାନାନ୍ତର ଦାବିକୁ…

ଶୁଭେନ୍ଦୁଙ୍କ ବଡ଼ ଆକ୍ସନ, ମମତାଙ୍କୁ ଲାଗିବ ଶକ୍ତ ଧକ୍କା

କୋଲକାତା,୨୩।୫: କୋଲକାତାର ପ୍ରସିଦ୍ଧ ସଲ୍ଟ ଲେକ ଷ୍ଟାଡିୟମ ବାହାରେ ଅବସ୍ଥିତ ଏକ ବିବାଦୀୟ ପ୍ରତିମୂର୍ତ୍ତିକୁ ଭାଙ୍ଗି ଦିଆଯାଇଛି। ଏହି ମୂର୍ତ୍ତିରେ ଫୁଟବଲ ଉପରେ ଦୁଇଟି ଅସ୍ଥିର ଗୋଡ଼କୁ…

କାଳବୈଶାଖୀର ତାଣ୍ଡବ: କ୍ଷତିଗ୍ରସ୍ତଙ୍କୁ ସହାୟତା ପ୍ରଦାନ ପାଇଁ ଭେଟିଲା ବିଜେଡି ବ୍ଲକ ଟିମ୍‌

ଥୁଆମୂଳ ରାମପୁର,୨୩ା୫(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ନାକୁରୁଣ୍ଡି ପଞ୍ଚାୟତରେ କାଳବୈଶାଖୀ ଜନିତ ବ୍ୟାପକ କ୍ଷୟକ୍ଷତି ପରେ ପ୍ରଭାବିତ ଅଞ୍ଚଳରେ ଶନିବାର ବିଜେଡିର…

ଥୁଆମୂଳ ରାମପୁର ଥାନା ଏସ୍‌ଆଇଙ୍କ ମେଡିକାଲରେ ଚିକିତ୍ସା ଅବହେଳା ନେଇ ତୀବ୍ର ଅସନ୍ତୋଷ, କ୍ୱାର୍ଟର୍ସରେ ଶୋଇଥିଲେ ଡାକ୍ତର-ନର୍ସ, ଚାଲିଗଲା ଜୀବନ

ଥୁଆମୂଳ ରାମପୁର, ୨୩।୫ (ଦୁର୍ଗା କୀର୍ତ୍ତି) : କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନାରେ କାର୍ଯ୍ୟରତ ଏସ୍‌ଆଇ ଭାସ୍କର ଖୋସ୍ଲାଙ୍କର (୫୬) ଗତକାଲି ବିଳମ୍ବିତ ରାତିରେ ଅକାଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri