Posted inଜାତୀୟ

ଭଲ ଡ୍ରାଇଭିଂ ରେକର୍ଡ ଥିଲେ ଚାଳକଙ୍କୁ ମିଳିବ ଏହି ଉପହାର, ନିୟମ ଭାଙ୍ଗିଲେ ରଦ୍ଦ ହେବ ଲାଇସେନ୍ସ: ଜାଣନ୍ତୁ ନୂଆ ନିୟମ

ନୂଆଦିଲ୍ଲୀ,୯।୯: ରାସ୍ତାରେ ବାରମ୍ବାର ଟ୍ରାଫିକ ନିୟମ ଉଲ୍ଲଂଘନ କରୁଥିବା ଗାଡ଼ି ଚାଳକଙ୍କ ପାଇଁ ଆସୁଛି ବଡ଼ ଝଟ୍‌କା। ଏଣିକି କେବଳ ଚାଲାଣ କାଟି ଛାଡ଼ି ଦିଆଯିବ ନାହିଁ। ଟ୍ରାଫିକ ନିୟମ ଭାଙ୍ଗିଲେ ଡ୍ରାଇଭିଂ ଲାଇସେନ୍ସ ଏବଂ ଗାଡ଼ିର ଆର୍ସିରୁ ପଏଣ୍ଟ କଟାଯିବ। ପଏଣ୍ଟ ଏକ ନିର୍ଦ୍ଦିଷ୍ଟ ସୀମା ଟପିଲେ ଲାଇସେନ୍ସ ସସ୍ପେଣ୍ଡ କିମ୍ବା ସ୍ଥାୟୀ ଭାବେ ବାତିଲ କରାଯାଇପାରେ।

କେନ୍ଦ୍ର ସଡ଼କ ପରିବହନ ମନ୍ତ୍ରୀ ନିତିନ ଗଡ଼କରୀ ୬୬ତମ SIAM ବାର୍ଷିକ ସମ୍ମିଳନୀରେ ଏହି ନୂଆ ବ୍ୟବସ୍ଥା ସମ୍ପର୍କରେ ସୂଚନା ଦେଇଛନ୍ତି। ଦେଶରେ ସଡ଼କ ଦୁର୍ଘଟଣା ହ୍ରାସ କରିବା ପାଇଁ ସରକାର ଏବେ ଅଧିକ କଠୋର ପଦକ୍ଷେପ ନେବାକୁ ଯୋଜନା କରୁଥିବା ସେ କହିଛନ୍ତି।

ଗଡ଼କରୀଙ୍କ କହିବା ଅନୁଯାୟୀ, ଡ୍ରାଇଭିଂ ଲାଇସେନ୍ସ ଏବଂ ଗାଡ଼ିର ଆର୍ସି ପାଇଁ ଏକ ଗ୍ରେଡେଡ ପଏଣ୍ଟ ସିଷ୍ଟମ ଆଣିବାକୁ ଯୋଜନା ହେଉଛି। ଏହି ବ୍ୟବସ୍ଥା ଲାଗୁ ହେବା ପରେ ଚାଳକ ଟ୍ରାଫିକ ନିୟମ ଉଲ୍ଲଂଘନ କଲେ ତାଙ୍କ ଲାଇସେନ୍ସରୁ ପଏଣ୍ଟ କଟିବ।

ବାରମ୍ବାର ନିୟମ ଭାଙ୍ଗିବା ଯୋଗୁ କଟିଥିବା ପଏଣ୍ଟ ଯଦି ନିର୍ଦ୍ଦିଷ୍ଟ ସୀମା ଅତିକ୍ରମ କରେ, ତେବେ ଟ୍ରାଫିକ ପୋଲିସ କିମ୍ବା ପ୍ରଶାସନ ସମ୍ପୃକ୍ତ ବ୍ୟକ୍ତିଙ୍କ ଲାଇସେନ୍ସ ସସ୍ପେଣ୍ଡ କରିପାରିବେ। ଆବଶ୍ୟକ ହେଲେ ଲାଇସେନ୍ସ ସ୍ଥାୟୀ ଭାବେ ବାତିଲ ମଧ୍ୟ ହୋଇପାରେ। ନୂଆ ପଏଣ୍ଟ ସିଷ୍ଟମ କେବଳ ନିୟମ ଭାଙ୍ଗୁଥିବା ଚାଳକଙ୍କୁ ଦଣ୍ଡ ଦେବା ପାଇଁ ନୁହେଁ। ଭଲ ଡ୍ରାଇଭିଂ ରେକର୍ଡ ଥିବା ଚାଳକଙ୍କୁ ମଧ୍ୟ ଏଥିରୁ ଲାଭ ମିଳିପାରେ।

ଗଡ଼କରୀ କହିଛନ୍ତି, ଭଲ ରେକର୍ଡ ଥିବା ଚାଳକଙ୍କୁ ବୀମା କମ୍ପାନୀ ପକ୍ଷରୁ ପ୍ରିମିୟମରେ ରିହାତି କିମ୍ବା ଅନ୍ୟାନ୍ୟ ଆର୍ଥିକ ସୁବିଧା ଦିଆଯାଇପାରେ। ଏହାଦ୍ୱାରା ଭଲ ଏବଂ ଖରାପ ଡ୍ରାଇଭରଙ୍କ ମଧ୍ୟରେ ଫରକ କରାଯିବ। ଆଦତଗତ ଭାବେ ନିୟମ ଭାଙ୍ଗୁଥିବା ଚାଳକଙ୍କ ଉପରେ କଠୋର ଜରିମାନା ଲାଗୁ ହେବ। ସମ୍ମିଳନୀରେ ପୁରୁଣା BS-IV ଗାଡ଼ିକୁ ନେଇ ମଧ୍ୟ ଗଡ଼କରୀ ଗୁରୁତ୍ୱପୂର୍ଣ୍ଣ ସୂଚନା ଦେଇଛନ୍ତି। ପୁରୁଣା ଗାଡ଼ିରୁ ନିର୍ଗତ ହେଉଥିବା ଧୂଆଁ ଏବଂ ପ୍ରଦୂଷଣ ନିୟନ୍ତ୍ରଣ ପାଇଁ ସରକାର ଏକ ନୂଆ ଏମିଶନ କଣ୍ଟ୍ରୋଲ ଡିଭାଇସ ଆଣିବାକୁ ଯାଉଛି।
ଏହି ଡିଭାଇସର ମୂଲ୍ୟ ପ୍ରାୟ ୪,୦୦୦ରୁ ୫,୦୦୦ ଟଙ୍କା ମଧ୍ୟରେ ରହିବ ବୋଲି କୁହାଯାଇଛି। ଏହାର ଟ୍ରାଏଲ ମଧ୍ୟ ସମ୍ପୂର୍ଣ୍ଣ ହୋଇଛି। ପୁରୁଣା ଗାଡ଼ିରେ ଏହା ଲଗାଇବା ପରେ ଗାଡ଼ିରୁ ବାହାରୁଥିବା ଧୂଆଁର ମାନ ନୂଆ BS-VI ଗାଡ଼ି ସ୍ତରରେ ପହଞ୍ଚିପାରିବ ବୋଲି ମନ୍ତ୍ରୀ କହିଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଫ୍ଲାଟ୍‌ରୁ ଝୁଲନ୍ତା ଅବସ୍ଥାରେ ମିଳିଲା ପୂର୍ବତନ ମୁଖ୍ୟ ଶାସନ ସଚିବଙ୍କ ମୃତଦେହ, ଘଟଣାକୁ ନେଇ ଖେଳିଗଲା ଚାଞ୍ଚଲ୍ୟ

ନୂଆଦିଲ୍ଲୀ, ୯।୯: ଦିଲ୍ଲୀର ପୂର୍ବତନ ମୁଖ୍ୟ ଶାସନ ସଚିବ ତଥା ୧୯୭୫ ବ୍ୟାଚ୍‌ ଆଇପିଏସ୍‌ ଅଧିକାରୀ ରାକେଶ ମେହଟ୍ଟା (୭୪) ନୋଏଡ଼ା ସ୍ଥିତ ନିଜ ଫ୍ଲାଟ୍‌ରେ ଆତ୍ମହତ୍ୟା…

କୋହଲିଙ୍କୁ ପଛରେ ପକାଇଲେ ରୋହିତ! ଟି-୨୦ ଅନ୍ତର୍ଜାତୀୟରେ ଭାରତର ଦ୍ରୁତତମ ଶତକ ଭାବେ ନମ୍ବର-୧, ଜାଣନ୍ତୁ କିଏ କେଉଁ ସ୍ଥାନରେ…

ନୂଆଦିଲ୍ଲୀ,୯।୯: ଗତ ଦୁଇ ଦଶନ୍ଧି ଧରି କ୍ରିକେଟର ସବୁଠୁ ଲୋକପ୍ରିୟ ଫର୍ମାଟ ହେଉଛି ଟି-୨୦। ପ୍ରାୟ ପ୍ରତି ମାସରେ ବିଶ୍ୱର କୌଣସି ନା କୌଣସି ଦେଶରେ ଟି-୨୦…

ମଦ ବିରୋଧରେ ତାତିଲେ ମହିଳା: ଦୋକାନରେ ପକାଇଲେ ତାଲା

ମହାକାଳପଡ଼ା, ୯ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବାଙ୍କୀଛନ୍ଦା ଗ୍ରାମରେ ବେଆଇନ ଦେଶୀ ଓ ବିଦେଶୀ ମଦ ଦୋକାନରେ ମହିଳା ଗୋଷ୍ଠୀ ମଙ୍ଗବଳାର ତାଲା ପକାଇ…

ବ୍ରିଟିଶ ଗଣ୍ଡ ପୋତିବା ପାଇଁ ଗଦା ହୋଇଛି ଆସ୍‌ପଣ୍ଡ: ଜମିରେ ମାଡ଼ୁଛି ବିଷାକ୍ତ ପାଣି

ମହାକାଳପଡ଼ା, ୯ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ଜମ୍ବୁ – ମାର୍ଶାଘାଇ ମୁଖ୍ୟ କେନାଲ ବ୍ରିଟିଶ ଗଣ୍ଡ ପୋତିବା ପାଇଁ ପାହାଡ଼ ଭଳି…

କଟକରେ ଚାଞ୍ଚଲ୍ୟ: ଘରୋଇ କଲେଜରୁ ମିଳିଲା ଛାତ୍ରଙ୍କ ଝୁଲନ୍ତା ମୃତଦେହ

କଟକ,୯।୯(ପ୍ରଭୁ କଲ୍ୟାଣ ପାଲ୍‌): କଟକର ସିଡିଏ ଅଞ୍ଚଳରେ ଚାଞ୍ଚଲ୍ୟ। ଏକ ଘରୋଇ କଲେଜରେ ଛାତ୍ରଙ୍କ ମୃତଦେହ ଉଦ୍ଧାର ହୋଇଛି। ଝୁଲନ୍ତା ଅବସ୍ଥାରେ ମିଳିଛି ଛାତ୍ରଙ୍କ ମୃତଦେହ। ସିଡିଏ…

ଦୁନିଆର ସବୁଠୁ ଧନୀ ପ୍ରଧାନମନ୍ତ୍ରୀ ଜାଣନ୍ତୁ କିଏ? ଟ୍ରମ୍ପଙ୍କଠାରୁ ୭ ଗୁଣ ଅଧିକ ଦରମା

ନୂଆଦିଲ୍ଲୀ, ୯।୯: ସିଙ୍ଗାପୁର ପ୍ରଧାନମନ୍ତ୍ରୀ ଲରେନ୍ସ ୱଙ୍ଗଙ୍କ ଦରମା ଏବେ ପୁଣି ବଢ଼ିବାକୁ ଯାଉଛି। ଏହି ବୃଦ୍ଧି ପରେ ସେ ବିଶ୍ୱର ସର୍ବାଧିକ ଦରମା ପାଉଥିବା ସରକାରୀ…

ସିକନ୍ଦରାବାଦରୁ ଓଡ଼ିଆ ଶ୍ରମିକ ନିଖୋଜ: ସୁପରଫାଷ୍ଟ ଟ୍ରେନରେ ଗାଁକୁ ଫେରୁଥିବାବେଳେ ବାଟରୁ ଉଭାନ୍‌

ଦିଗପହଣ୍ଡି,୯।୯(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ପଞ୍ଚାୟତ ନନ୍ଦ ଗାଁ ର ସମୀର ଗୌଡ଼(୨୬) ଦାଦନ ଶ୍ରମିକ ଭାବେ ମହାରାଷ୍ଟ୍ରର ପୁଣେ ନିକଟ…

ଗ୍ରହଙ୍କ ରାଜା ସୂର୍ଯ୍ୟଙ୍କ ବଡ଼ ପରିବର୍ତ୍ତନ: ୪ ରାଶି ହେବେ ମାଲାମାଲ, ୪ ରାଶିଙ୍କୁ କରିଦେବେ କାଙ୍ଗାଳ!

ଭୁବନେଶ୍ୱର: ଜ୍ୟୋତିଷ ଶାସ୍ତ୍ରରେ ସୂର୍ଯ୍ୟଙ୍କୁ ଗ୍ରହମାନଙ୍କ ରାଜା ବୋଲି କୁହାଯାଏ। ଆତ୍ମବିଶ୍ୱାସ, ମାନ-ସମ୍ମାନ, ଯଶ, ପଦ ଓ ପ୍ରତିଷ୍ଠାର କାରକ ଭାବେ ସୂର୍ଯ୍ୟଙ୍କୁ ବିବେଚନା କରାଯାଏ। ତେଣୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri