Posted inଜାତୀୟ

ଗଡକରିଙ୍କ ବଡ ଘୋଷଣା- ୧୫ ବର୍ଷ ପରେ ସଡ଼କରେ ଦୌଡିବ ନାହିଁ ସରକାରୀ ଯାନ

ନୂଆଦିଲ୍ଲୀ,୨୫ ।୧୧: ସଡ଼କ ପରିବହନ ମନ୍ତ୍ରୀ ନୀତୀନ ଗଡକରି ଶୁକ୍ରବାର ଏକ ବଡ ଘୋଷଣା କରିଛନ୍ତି । ସେ କହିଛନ୍ତି ସଡ଼କରେ ଦୌଡୁଥିବା ୧୫ ବର୍ଷ ପୁରୁଣା ସରକାରୀ ଯାନକୁ ସ୍କ୍ରାପରେ ପରିବର୍ତ୍ତନ କରି ଦିଆଯିବ । ସରକାର ଖୁବଶୀଘ୍ର ଏହି ନିୟମ ଆଣିବାକୁ ଯାଉଛନ୍ତି । ଏହାଦ୍ୱାରା ୧୫ ବର୍ଷ ପୁରୁଣା ଗାଡିକୁ ଆଉ ସଡ଼କରେ ଚଲାଇବାକୁ ଅନୁମତି ଦିଆଯିବ ନାହିଁ । ଯଦି ଏମିତି କିଛି ଗାଡି ନଜରକୁ ଆସିବ ତେବେ ଏହାକୁ ତୁରନ୍ତ ସ୍କ୍ରାପରେ ବଦଳାଇ ଦିଆଯିବ । ମହାରାଷ୍ଟ୍ରରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଗଡକରି କହିଛନ୍ତି, ଭାରତ ସରକାରଙ୍କ ୧୫ ବର୍ଷ ପୁରୁଣା ଯାନ ଆଉ ସଡ଼କରେ ଚାଲି ପାରିବ ନାହିଁ । ଭାରତ ସରକାର ଏହି ନୀତି ସମସ୍ତ ରାଜ୍ୟକୁ ପଠାଇ ଦେଇଛନ୍ତି । ରାଜ୍ୟ ସରକାର ବି ତାଙ୍କ ଅଧିନରେ ଥିବା ବିଭାଗରେ ୧୫ ବର୍ଷ ପୁରୁଣା ବସ, ଟ୍ରକ ଓ କାରକୁ ବନ୍ଦ କରିଦେବା ଦରକାର ।
ସୂଚନାଯୋଗ୍ୟ, ପୂର୍ବରୁ ସରକାର ଏହି ନିୟମ ଲାଗୁ କରି ସାରିଛନ୍ତି । ଏହା ଅନ୍ତର୍ଗତ ରାଜଧାନୀ ଦିଲ୍ଲୀ-ଏନସିଆରରେ ୧୦ ବର୍ଷ ପୁରୁଣା ଡିଜେଲ ଓ ୧୫ ବର୍ଷ ପୁରୁଣା ପେଟ୍ରୋଲ ଗାଡି ଚଲାଇବାରେ ପ୍ରତିବନ୍ଧକ ଲାଗିଛି ।


Enter your email to get our daily news in your inbox.

All Right Reserved By Dharitri.Com

ସେନ୍ସର ବୋର୍ଡର ନୂଆ ଟିମ୍ ଘୋଷଣା: CBFCରେ ପ୍ରୀତି ଜିଣ୍ଟା, ସୁନୀଲ ଶେଟ୍ଟୀ ଓ ପଙ୍କଜ ତ୍ରିପାଠୀଙ୍କ ସହ ସାମିଲ ହେଲେ ଓଡ଼ିଆ ପୁଅ ନୀଳମାଧବ

ନୂଆଦିଲ୍ଲୀ,୧୬।୯: କେନ୍ଦ୍ରର ନରେନ୍ଦ୍ର ମୋଦୀ ସରକାର ସେଣ୍ଟ୍ରାଲ ବୋର୍ଡ ଅଫ୍ ଫିଲ୍ମ ସର୍ଟିଫିକେସନ୍ (CBFC) ବା ସେନ୍ସର ବୋର୍ଡର ନୂଆ ଟିମ୍ ଗଠନ କରିଛନ୍ତି। ସୂଚନା ଓ…

ୱେଷ୍ଟଇଣ୍ଡିଜ୍ ବିପକ୍ଷ ସିରିଜ୍ ପାଇଁ ଟିମ୍ ଇଣ୍ଡିଆ ଘୋଷଣା; ଏହି ୨ ନୂଆ ଖେଳାଳିଙ୍କୁ ମିଳିଲା ସ୍ଥାନ

ନୂଆଦିଲ୍ଲୀ,୧୬।୯: ୱେଷ୍ଟଇଣ୍ଡିଜ୍ ବିପକ୍ଷ ଆଗାମୀ ଦିନିକିଆ ଓ ଟି-୨୦ ସିରିଜ୍ ପାଇଁ ଟିମ୍ ଇଣ୍ଡିଆର ଦଳ ଘୋଷଣା ହୋଇଛି । ଏହି ଚୟନକୁ ନେଇ କ୍ରିକେଟ୍‌ପ୍ରେମୀଙ୍କ ମଧ୍ୟରେ…

ବୀରମିତ୍ରପୁର ଅଞ୍ଚଳରେ ଲଜ୍ଜା; ଜଙ୍ଗଲରେ ୨ନାବାଳିକାଙ୍କୁ ଗଣ ବଳାତ୍କାର, ୫ ଜଣ…

କୁଆଁରମୁଣ୍ଡା,୧୬।୯(ମହେନ୍ଦ୍ର କୁମାର ସାହୁ) : ବୀରମିତ୍ରପୁର ଥାନା ଅଞ୍ଚଳରୁ ଏକ ଲଜ୍ଜାଜନକ ଘଟଣା ସାମ୍ନାକୁ ଆସିଛି । ୨ ଜଣ ନାବାଳିକାଙ୍କୁ ଏକ ଜଙ୍ଗଲରେ ୫ ଜଣ…

ବଡ଼ ଖବର! ଏହି ରାଜ୍ୟରେ ଅକ୍ଟୋବର ୧ରୁ ମିଳିବନି ପେଟ୍ରୋଲ୍-ଡିଜେଲ୍

ଚଣ୍ଡିଗଡ଼,୧୬।୯: ହରିୟାଣାରେ ୧ ଅକ୍ଟୋବର ୨୦୨୬ରୁ ଯାନବାହନ ଚଳାଚଳକୁ ନେଇ ବଡ଼ ପରିବର୍ତ୍ତନ ହେବାକୁ ଯାଉଛି । ବାୟୁ ପ୍ରଦୂଷଣ ନିୟନ୍ତ୍ରଣ ପାଇଁ ଏନ୍‌ସିଆର ଅଞ୍ଚଳରେ ପୁରୁଣା…

ହାଇଦ୍ରାବାଦରେ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ, ଜ୍ବରରେ ପୀଡିତ ହୋଇ ଚିକିତ୍ସିତ ହେଉଥିଲେ, ଅଞ୍ଚଳରେ ଶୋକର ଛାୟା

ପାତ୍ରପୁର,୧୬।୯(ଉମା ଚରଣ ନେପାକ): ପାତ୍ରପୁର ବ୍ଲକ ଗୁଣ୍ଡୁରା ଗ୍ରାମର ପ୍ରତାପ ବାଡ଼ତ୍ୟା ଓ ତାଙ୍କ ସ୍ତ୍ରୀ ପ୍ରିୟଙ୍କା ହାଇଦ୍ରାବାଦରେ ଶ୍ରମିକ ଭାବେ କାମ କରୁଥିଲେ । ତେବେ…

ଦିଗପହଣ୍ଡିରେ ମଧୁବୈଶ୍ଯ ସମାଜର ବାର୍ଷିକ ସମ୍ମିଳନୀ ; ପାରମ୍ପରିକ ବ୍ୟବସାୟର ପ୍ରଚାର ପ୍ରସାର ଉପରେ ବିଧାୟକଙ୍କ ଗୁରୁତ୍ୱ

ଦିଗପହଣ୍ଡି,୧୬।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ହାଟତୋଟା ସ୍ଥିତ ଗୁପ୍ତେଶ୍ବର ଶୈବପୀଠ ପରିସରରେ ବଡଖେମୁଣ୍ଡି ତାଲୁକା ମଧୁବୈଶ୍ଯ (ଗୁଡିଆ) ସମାଜର ବାର୍ଷିକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି…

ବାପାଙ୍କ ଛୁରାମାଡ଼ରେ ପୁଅଙ୍କ ଚାଲିଗଲା ଜୀବନ, ନୂଆଁଖାଇରେ ହୋଇଥିଲା ରକ୍ତପାତ

ଝରିଗାଁ,୧୬।୯(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ କୁସୁମପାଣି ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଯାଇଛି । ଗତ ମଙ୍ଗଳବାର ରାତିରେ ବାପାର ଛୁରା ମାଡ଼ରେ…

କନ୍ନଡ ଅଭିନେତା ଅନନ୍ତ ନାଗ୍‌ ପାଇବେ ଦାଦା ସାହେବ ଫାଲ୍‌କେ ଆୱାର୍ଡ

ନୂଆଦିଲ୍ଲୀ,୧୬।୯: ଭାରତୀୟ ସିନେମାରେ ନିଜର ଦୀର୍ଘ ଓ ସ୍ମରଣୀୟ ଅବଦାନ ପାଇଁ ଦାଦାସାହେବ ଫାଲ୍‌କେ ପୁରସ୍କାର ପାଇବେ କନ୍ନଡ଼ ସିନେମାର ଭେଟେରାନ୍‌ ଅଭିନେତା ଅନନ୍ତ ନାଗ ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?