Posted inଜାତୀୟ

ଗାଡ଼ି ଚାଳକ ସାବଧାନ: ଏହି ଭୁଲ କଲେ ତୁରନ୍ତ ରଦ୍ଦ ହେବ ଡ୍ରାଇଭିଂ ଲାଇସେନ୍ସ! ଗଡ଼କରୀଙ୍କ ବଡ଼ ଘୋଷଣା

ନୂଆଦିଲ୍ଲୀ,୪।୯: ଭାରତରେ ଖୁବଶୀଘ୍ର ଡ୍ରାଇଭିଂ ଲାଇସେନ୍ସ (DL) ଏବଂ ଭେହିକଲ ରେଜିଷ୍ଟ୍ରେଶନ ସାର୍ଟିଫିକେଟ (RC)କୁ ନେଇ ନିୟମ ବଦଳିପାରେ। ଡ୍ରାଇଭିଂ ଲାଇସେନ୍ସ ଓ RC ପାଇଁ ଏକ ଗ୍ରେଡେଡ ପଏଣ୍ଟ ସିଷ୍ଟମ ଲାଗୁ କରିବା ନେଇ ସଡ଼କ ପରିବହନ ଓ ରାଜପଥ ମନ୍ତ୍ରଣାଳୟ ବିଚାର କରୁଛି। କେନ୍ଦ୍ର ସଡ଼କ ପରିବହନ ମନ୍ତ୍ରୀ ନିତିନ ଗଡ଼କରୀ ଏନେଇ ସୂଚନା ଦେଇଛନ୍ତି।

ପ୍ରସ୍ତାବିତ ବ୍ୟବସ୍ଥା ଲାଗୁ ହେଲେ ବାରମ୍ବାର ଟ୍ରାଫିକ ନିୟମ ଉଲ୍ଲଂଘନ କରୁଥିବା ଚାଳକଙ୍କ ଲାଇସେନ୍ସ ସସ୍ପେଣ୍ଡ କିମ୍ବା ବାତିଲ ହୋଇପାରେ। ଅନ୍ୟପଟେ ଦାୟିତ୍ୱବାନ ଭାବେ ଗାଡ଼ି ଚଳାଉଥିବା ଏବଂ ସ୍ବଚ୍ଛ ଡ୍ରାଇଭିଂ ରେକର୍ଡ ରଖିଥିବା ଚାଳକଙ୍କୁ ରିୱାର୍ଡ ଦେବାର ମଧ୍ୟ ବ୍ୟବସ୍ଥା ରହିପାରେ।

ସୋସାଇଟି ଅଫ ଇଣ୍ଡିଆନ ଅଟୋମୋବାଇଲ ମାନୁଫ୍ୟାକ୍ଚରର୍ସ (SIAM)ର ୬୬ତମ ବାର୍ଷିକ ସମ୍ମିଳନୀରେ ନିତିନ ଗଡ଼କରୀ କହିଛନ୍ତି ଯେ, ମନ୍ତ୍ରଣାଳୟ ଏଭଳି ଏକ ସିଷ୍ଟମ ପ୍ରସ୍ତୁତ କରୁଛି, ଯେଉଁଥିରେ ଟ୍ରାଫିକ ନିୟମ ଉଲ୍ଲଂଘନକୁ ସିଧାସଳଖ ଡ୍ରାଇଭିଂ ଲାଇସେନ୍ସର ରେକର୍ଡ ସହିତ ଯୋଡ଼ାଯିବ।

ଗଡ଼କରୀଙ୍କ କହିବା ଅନୁଯାୟୀ, ଡ୍ରାଇଭିଂ ଲାଇସେନ୍ସ ଓ ଭେହିକଲ ରେଜିଷ୍ଟ୍ରେଶନ ସାର୍ଟିଫିକେଟରେ ଗ୍ରେଡେଡ ପଏଣ୍ଟ ସିଷ୍ଟମ ଆଣିବାକୁ ଯୋଜନା ରହିଛି। ଏହା ଲାଗୁ ହେଲେ ପ୍ରତ୍ୟେକ ଟ୍ରାଫିକ ନିୟମ ଉଲ୍ଲଂଘନ ପାଇଁ ଡ୍ରାଇଭିଂ ଲାଇସେନ୍ସରୁ ନିର୍ଦ୍ଦିଷ୍ଟ ପଏଣ୍ଟ କଟାଯିବ। ଯେତେବେଳେ ଜଣେ ଚାଳକଙ୍କ ପେନାଲ୍ଟି ପଏଣ୍ଟ ନିର୍ଦ୍ଦିଷ୍ଟ ସୀମା ବା ଥ୍ରେଶହୋଲ୍ଡରେ ପହଞ୍ଚିବ, ସେତେବେଳେ ତାଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ନିଆଯାଇପାରିବ। ଏପରିକି ଲାଇସେନ୍ସ ସସ୍‌ପେଣ୍ଡ କିମ୍ବା ବାତିଲ ମଧ୍ୟ କରାଯାଇପାରେ।

ପ୍ରସ୍ତାବିତ ପଏଣ୍ଟ ସିଷ୍ଟମ କେବଳ ନିୟମ ଭାଙ୍ଗୁଥିବା ଚାଳକଙ୍କୁ ଦଣ୍ଡ ଦେବା ପାଇଁ ନୁହେଁ। ଭଲ ଡ୍ରାଇଭିଂ ରେକର୍ଡ ରଖୁଥିବା ଚାଳକଙ୍କୁ ପ୍ରୋତ୍ସାହନ ଦେବାର ମଧ୍ୟ ବ୍ୟବସ୍ଥା ରହିବ। ଯେଉଁ ଚାଳକମାନେ ନିୟମ ମାନି ଦାୟିତ୍ୱବାନ ଭାବେ ଗାଡ଼ି ଚଳାଇବେ ଏବଂ ଯାହାଙ୍କ ଡ୍ରାଇଭିଂ ରେକର୍ଡ ସଫା ରହିବ, ସେମାନଙ୍କୁ ବିଭିନ୍ନ ପ୍ରକାରର ଲାଭ ଦିଆଯାଇପାରେ। ଏଥିରେ ଇନ୍ସୁରାନ୍ସ କମ୍ପାନୀଗୁଡ଼ିକ ପକ୍ଷରୁ ମିଳିପାରୁଥିବା ଇନ୍ସେଣ୍ଟିଭ ମଧ୍ୟ ସାମିଲ ହୋଇପାରେ।

Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବିକ୍ଷୋଭ ବେଳେ ଦୁଇ କଂଗ୍ରେସ ନେତ୍ରୀଙ୍କ ମଧ୍ୟରେ ମାରପିଟ, ପରସ୍ପରକୁ ମାରିଲେ ଚାପୁଡ଼ା

ନୂଆଦିଲ୍ଲୀ,୯ା୧୦: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ଇସ୍ତଫା ଏବଂ ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ (SIR)ରେ ଅନିୟମିତତା ଅଭିଯୋଗକୁ ନେଇ ହରିୟାଣାର ଫରିଦାବାଦରେ ବିରୋଧୀ…

ଛାତ୍ର ସଂସଦ ନିର୍ବାଚନ: ନୋମିନେଶନ ଜାରି

ଭୁବନେଶ୍ୱର,୯ା୧୦: ଛାତ୍ର ସଂସଦ ନିର୍ବାଚନ ନେଇ ରାଜ୍ୟର ବିଭିନ୍ନ କଲେଜରେ ନୋମିନେଶନ ଜାରି ରହିଛି। ଶୁକ୍ରବାର ସକାଳ ୧୦ଟାରୁ ଦିନ ଗୋଟାଏ ଭିତରେ ପ୍ରାର୍ଥୀମାନେ ସେମାନଙ୍କର ନୋମିନେଶନ…

ଆମେରିକାରେ ଭାରତୀୟ IT କର୍ମଚାରୀଙ୍କୁ ବଡ଼ ଝଟ୍‌କା! ଏହି କମ୍ପାନୀର ଗ୍ରୀନ୍ କାର୍ଡ…..

ୱାଶିଂଟନ୍‌,୯।୧୦: ଆମେରିକାରେ କାମ କରୁଥିବା ଭାରତୀୟ IT କର୍ମଚାରୀଙ୍କ ପାଇଁ ଚିନ୍ତା ବଢ଼ିଛି । ଆମେରିକା ସରକାର ଇନ୍‌ଫୋସିସ୍‌, ଟାଟା କନ୍‌ସଲ୍‌ଟାନ୍ସି ସର୍ଭିସେସ୍‌ (TCS), ୱିପ୍ରୋ, HCLTech,…

ଏଲ୍‌-ନିନୋ ପ୍ରଭାବ, ଅକ୍ଟୋବରରୁ ଡିସେମ୍ବର ଯାଏ ବଢ଼ିବ ତାପମାତ୍ରା

ନୂଆଦିଲ୍ଲୀ,୯।୧୦: ବିଶ୍ୱବ୍ୟାପୀ ପାଣିପାଗ ବିଶେଷଜ୍ଞମାନେ ଏଲ୍‌ ନିନୋର ପ୍ରଭାବ ବୃଦ୍ଧିକୁ ନେଇ ଚେତାବନୀ ଦେଇଛନ୍ତି । ଅକ୍ଟୋବରରୁ ଡିସେମ୍ବର ଯାଏଁ ଏଲ୍‌-ନିନୋ କାରଣରୁ ତାପମାତ୍ରା ପ୍ରାୟ ୩.୭…

ପୁଣି ନୋବେଲ ଶାନ୍ତି ପୁରସ୍କାର ଦାବିକଲେ ଟ୍ରମ୍ପ୍‌, ୮ଯୁଦ୍ଧ ରୋକିଥିବା ଦାବି ଦୋହରାଇଲେ

ଓ୍ବାଶିଂଟନ,୯।୧୦: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନୋବେଲ ଶାନ୍ତି ପୁରସ୍କାର ପାଇଁ ପୁଣି ଥରେ ଦାବି ଉପସ୍ଥାପନ କରିଛନ୍ତି । ସେ ୮ଟି ଯୁଦ୍ଧର ସମାଧାନ କରିଛନ୍ତି…

ପଶ୍ଚିମବଙ୍ଗରୁ ତାମିଲନାଡୁ…. ଆଜି ୬ ଆସନର ରେଜଲ୍ଟ, କିଏ ମାରିବ ବାଜି?

ନୂଆଦିଲ୍ଲୀ,୯।୧୦: ପଶ୍ଚିମବଙ୍ଗ, ତାମିଲନାଡୁ, ଆସାମ ଓ ପୁଡୁଚେରୀରେ ଅକ୍ଟୋବର ୬ ତାରିଖରେ ହୋଇଥିବା ନିର୍ବାଚନର ଫଳାଫଳ ଆଜି ପ୍ରକାଶ ପାଇବ । ଏଥିରେ ୫ଟି ବିଧାନସଭା ଆସନ…

ନେତାନ୍ୟାହୁଙ୍କ ବଡ଼ ନିଷ୍ପତ୍ତି, ସ୍ମିତ ମାଚ୍ଛରଙ୍କୁ ମିଳିବ ଇସ୍ରାଏଲର ସର୍ବୋଚ୍ଚ ବେସାମରିକ ବୀରତ୍ୱ ସମ୍ମାନ

ନୂଆଦିଲ୍ଲୀ,୯।୧୦: ନିଜ ସହ-ପାଇଲଟ୍‌ଙ୍କ ମରଣାନ୍ତକ ଆକ୍ରମଣର ସାମ୍ନା କରି ମଧ୍ୟ ୧୭୪ ଜଣ ଯାତ୍ରୀ ଓ ବିମାନ କର୍ମଚାରୀଙ୍କ ଜୀବନ ବଞ୍ଚାଇଥିବା ଭାରତୀୟ ପାଇଲଟ୍ କ୍ୟାପ୍ଟେନ୍ ସ୍ମିତ…

ରାହୁଲ, ପ୍ରିୟଙ୍କାଙ୍କ ବିରୋଧରେ ଏତଲା

ନୂଆଦିଲ୍ଲୀ,୮ା୧୦: କଂଗ୍ରେସ ପକ୍ଷରୁ ବୁଧବାର ବିକ୍ଷୋଭ ବେଳେ ପୋଲିସ କର୍ମଚାରୀଙ୍କୁ ମାଡ଼ ମାରିବା ଓ ସରକାରୀ କାର୍ଯ୍ୟରେ ବାଧା ଦେବା ଅଭିଯୋଗରେ କଂଗ୍ରେସ ନେତା ରାହୁଲ ଗାନ୍ଧୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?