ପଞ୍ଚାୟତ, ପୌର ନିର୍ବାଚନ ପାଇଁ ଗୁରୁମନ୍ତ୍ର ଦେଲେ ନୀତିନ ନବୀନ: ଏବେଠୁ ରଣନୀତି ପ୍ରସ୍ତୁତ, ଆଗକୁ…

ଜଟଣୀ,୧୮।୫: ଖୋର୍ଦ୍ଧା ଜିଲା ଜଟଣୀରେ ଆୟୋଜିତ ପ୍ରଶିକ୍ଷଣ ଶିବିରରେ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ କାର୍ଯ୍ୟକର୍ତ୍ତାଙ୍କୁ ୫ଟି ଗୁରୁମନ୍ତ୍ର ଦେଇ ସଂଗଠନକୁ ଆହୁରି ସୁଦୃଢ କରିବାକୁ ଆହ୍ୱାନ ଦେଇଛନ୍ତିା

ଶିବିରରେ ନୀତିନ ନବୀନ ଉଦ୍ବୋଧନଦେଇ କହିଥିଲେ ଯେ, ଆଜିର ଯୁବପିଢ଼ୀ, ବିଶେଷକରି ‘ଜେନ୍‌ ଜି’ ମନୋଭାବରେ ସକାରାତ୍ମକତା ରହିବା ଆବଶ୍ୟକ। ନେଗେଟିଭିଟିକୁ ଛାଡ଼ି ଦେଶ ଗଠନରେ ସକ୍ରିୟ ଭାଗ ନେବାକୁ ସେ ଆହ୍ୱାନ କରିଥିଲେ।

ସେ ତାଙ୍କ ୫ଟି ମୁଖ୍ୟ ଗୁରୁମନ୍ତ୍ର ମଧ୍ୟରେ ପ୍ରଥମେ ରାଷ୍ଟ୍ର ପ୍ରତି ସମର୍ପଣକୁ ଗୁରୁତ୍ୱ ଦେଇ କହିଥିଲେ ଯେ, ପ୍ରତ୍ୟେକ କାର୍ଯ୍ୟକର୍ତ୍ତା ଦେଶର ହିତକୁ ସର୍ବୋପରି ରଖିବା ଉଚିତ। ଦ୍ୱିତୀୟତଃ, ଗଣତନ୍ତ୍ରରେ ସକ୍ରିୟ ଭାଗିଦାରୀ ହେବାକୁ ଉଲ୍ଲେଖ କରି ସେ କହିଥିଲେ ଯେ, ଲୋକମାନେ କେବଳ ଦର୍ଶକ ନୁହେଁ, ବରଂ ସହଭାଗୀ ହେବା ଦରକାର।

ତୃତୀୟ ଗୁରୁମନ୍ତ୍ରରେ ସେ ଚେତାବନୀ ଦେଇ କହିଥିଲେ ଯେ, ଦେଶର ଗଣତନ୍ତ୍ରରେ ଅନୁପ୍ରବେଶକାରୀଙ୍କୁ ସ୍ଥାନ ମିଳିବା ଉଚିତ ନୁହେଁ। ଚତୁର୍ଥ ଭାବେ, ସେ ପ୍ରଧା ନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଉଦାହରଣ ଦେଇ କହିଥିଲେ ଯେ, ଦଳୀୟ ମତଭେଦକୁ ପଛରେରଖି ବିକାଶ ଦିଗରେ କାମ କରିବା ଆବଶ୍ୟକ।

ଶେଷ ଗୁରୁମନ୍ତ୍ରରେ ନୀତିନ ନବୀନ ସଂଗଠନକୁ ତଳସ୍ତରରୁ ମଜବୁତ କରିବାକୁ ଜୋର ଦେଇଥିଲେ। ଗ୍ରାସରୁଟ୍‌ ଲେଭେଲରେ କାର୍ଯ୍ୟକର୍ତ୍ତାଙ୍କ ସକ୍ରିୟତା ଓ ଏକତା ଦଳକୁ ଶକ୍ତିଶାଳୀ କରିବ ବୋଲି ସେ କହିଥିଲେ।

ଏହି ପ୍ରଶିକ୍ଷଣ ଶିବିରରେ ରାଜ୍ୟର ଅନେକ ବରିଷ୍ଠ ନେତା ଓ କାର୍ଯ୍ୟକର୍ତ୍ତା ଉପସ୍ଥିତ ଥିଲେ। ଶିବିରଟି ଆଗାମୀ ନିର୍ବାଚନ ପାଇଁ ଦଳୀୟ ରଣନୀତିକୁ ଆହୁରି ମଜବୁତ କରିବାରେ ଗୁରୁତ୍ୱପୂର୍ଣ୍ଣ ବୋଲି ଚର୍ଚ୍ଚା ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

IND vs WI: ତୃତୀୟ ଦିନିକିଆ ପୂର୍ବରୁ ବଡ଼ ଝଟ୍‌କା, ବାଦ୍ ପଡ଼ିଲେ ଷ୍ଟାର୍ ଅଲରାଉଣ୍ଡର, ମାରିଥିଲେ ଦମଦାର୍ ଶତକ!

ନୂଆଦିଲ୍ଲୀ,୨।୧୦: ଭାରତ ଏବଂ ୱେଷ୍ଟଇଣ୍ଡିଜ୍ ମଧ୍ୟରେ ଖେଳାଯାଉଥିବା ୩ ମ୍ୟାଚ୍ ବିଶିଷ୍ଟ ଦିନିକିଆ (ODI) ସିରିଜ୍‌ରେ ଭାରତୀୟ ଦଳ ୨-୦ ରେ ଅଗ୍ରଣୀ ସହ ସିରିଜ୍ କବ୍‌ଜା…

ତୁଳା ରାଶିରେ ଶୁକ୍ରଙ୍କ ଓଲଟା ଚାଲି: ଅକ୍ଟୋବର ୩ରୁ ଏହି ୫ଟି ରାଶିର ଲୋକଙ୍କୁ ରହିବାକୁ ପଡ଼ିବ ସାବଧାନ!

୨୦୨୬ ଅକ୍ଟୋବର ୩ ତାରିଖରୁ ଶୁକ୍ର ନିଜର ସ୍ୱରାଶି ତୁଳାରେ ବକ୍ରୀ ଅର୍ଥାତ୍ ଓଲଟା ଚାଲି ଚାଲିବାକୁ ଯାଉଛନ୍ତି। ଶୁକ୍ରଙ୍କର ଏହି ଚଳନ ହେତୁ ସମ୍ପର୍କ, ଭାଗୀଦାରୀ,…

SRHର ଅଧିନାୟକ ନିଷ୍ପତ୍ତିକୁ ନେଇ ଝଡ଼! କ୍ଷୁବ୍ଧ ଅଭିଷେକ ଶର୍ମା, ଛାଡ଼ିପାରନ୍ତି ଦଳ

ନୂଆଦିଲ୍ଲୀ,୨।୧୦: ଇଣ୍ଡିଆନ୍ ପ୍ରିମିୟର ଲିଗ୍ (IPL) ୨୦୨୭ ସଂସ୍କରଣ ପୂର୍ବରୁ ସନ୍‌ରାଇଜର୍ସ ହାଇଦ୍ରାବାଦ (SRH) ଶିବିରରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ,…

ଧାମୁଣିପଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ କ୍ଲଷ୍ଟର ସ୍ତରୀୟ ‘ସୁରଭି’ ମହୋତ୍ସବ ଅନୁଷ୍ଠିତ

କଲ୍ୟାଣସିଂହପୁର, ୨/୧୦ (ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ଧାମୁଣିପଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’…

ଚୋରାରେ କଟାଯାଇଥିବା ୪ ଶାଳ ଗଛର ଗଣ୍ଡି ଜବତ

ପାଟଣା, ୨।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅନ୍ତର୍ଗତ ପାଟଣା ସେକ୍ସନର ମଲ୍ଲିପୋଷି ବିଟ୍‌ ଅଧୀନ ନୂଆପଡ଼ା ଗ୍ରାମ ହୁଡ଼ିରୁ ଚୋରାରେ କଟାଯାଇ…

କଙ୍କାଳ ଜବତ, ନିଖୋଜ ମହିଳାଙ୍କ କଙ୍କାଳ ବୋଲି ଅନୁମାନ

ରିଆମାଳ,୨|୧୦(ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ଥାନା ଗୁଣ୍ଡିଆପାଲି ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ସାନଡଙ୍ଗାଘାଟର ମୁଣ୍ଡା ସାହି ଗୋହିରା ନାଳ ପାଖରୁ ରିଆମାଳ ଥାନା ପୁଲିସ ଏକ…

ଅନ୍ତରବା ଛକରେ ଦୁର୍ଘଟଣା, ୩ ଗୁରୁତର, ୨ ଆହତ

ମୋହନା, ୨।୧୦ (ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ଥାନା ଅନ୍ତରବା ଛକରେ ଗୁରୁବାର ଏକ ସଡ଼କ ଦୁର୍ଘଟଣା ଘଟି ୩ ଜଣ ଗୁରୁତର ଓ ୨…

ଭାରତ-ପାକିସ୍ତାନ ମହାମୁକାବିଲା: ଓପନର ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ବଢ଼ିଲା ଚିନ୍ତା, ସାମ୍ନାକୁ ଆସିଲା…

ନୂଆଦିଲ୍ଲୀ,୨।୧୦: ଏସିଆନ୍ ଗେମ୍ସ କ୍ରିକେଟ୍ ପ୍ରତିଯୋଗିତାର ଫାଇନାଲ୍‌ରେ ଆସନ୍ତା ଅକ୍ଟୋବର ୩ ତାରିଖରେ ଭାରତ ଓ ପାକିସ୍ତାନ ମୁହାଁମୁହିଁ ହେବାକୁ ଯାଉଛନ୍ତି। ଏହି ହାଇ-ଭୋଲ୍ଟେଜ୍ ସ୍ୱର୍ଣ୍ଣ ପଦକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?