Posted inଜାତୀୟ

ଭାଜପା ରାଷ୍ଟ୍ରୀୟ କାର୍ଯ୍ୟକାରୀ ସଭାପତି ଭାବେ ଦାୟିତ୍ବ ନେଲେ ନିତିନ ନବୀନ

ନୂଆଦିଲ୍ଲୀ,୧୫।୧୨:  ଭାଜପାର ନୂତନ କାର୍ଯ୍ୟକାରୀ ସଭାପତି ଭାବେ ଦାୟିତ୍ବ ନେଲେ ନୀତିନ ନବୀନ । ସଭାପତି ଜେପି ନଡ୍ଡା ଓ ଗୃହ ମନ୍ତ୍ରୀ ଅମିତ ଶାହଙ୍କ ଉପସ୍ଥିତିରେ ସେ ଦଳୀୟ ମୁଖ୍ୟାଳୟରେ ଦାୟିତ୍ୱ ଗ୍ରହଣ କରିଛନ୍ତି।

ଦଳର ବହୁମୁଖୀ ହଲରେ ଜାତୀୟ କାର୍ଯ୍ୟକାରୀ ସଭାପତିଙ୍କୁ ସମ୍ବର୍ଦ୍ଧିତ କରିବା ପାଇଁ ଏକ ସମାରୋହ ଅନୁଷ୍ଠିତ ହୋଇଥିଲା। ପୂର୍ବରୁ ନୀତିନ ନବୀନଙ୍କୁ ବିମାନବନ୍ଦରରେ ଭବ୍ୟ ସ୍ୱାଗତ କରାଯାଇଥିଲା। ଦିଲ୍ଲୀ ମୁଖ୍ୟମନ୍ତ୍ରୀ ରେଖା ଗୁପ୍ତା, ଦିଲ୍ଲୀ ବିଜେପି ରାଜ୍ୟ ସଭାପତି, ସମସ୍ତ ଦିଲ୍ଲୀ ସାଂସଦ ଏବଂ ମନ୍ତ୍ରୀମାନେ ଉପସ୍ଥିତ ଥିଲେ।

ନୀତିନ ନବୀନଙ୍କ ନାମ ଘୋଷଣା ହେବା ପରେ ସେ କହିଥିଲେ ଯେ, “ମୁଁ କେନ୍ଦ୍ରୀୟ ନେତୃତ୍ୱ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଗୃହମନ୍ତ୍ରୀ ଅମିତ ଶାହ, ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ଏବଂ କେନ୍ଦ୍ରୀୟ ନେତୃତ୍ୱର ସମସ୍ତଙ୍କୁ ଏହି ସୁଯୋଗ ଦେବା ପାଇଁ କୃତଜ୍ଞତା ଜଣାଉଛି। ମୋ ଉପରେ ପ୍ରଧାନମନ୍ତ୍ରୀଙ୍କ ଆଶୀର୍ବାଦ ରହିଛି। ମୁଁ ତାଙ୍କ ମାର୍ଗଦର୍ଶନ ଏବଂ ନେତୃତ୍ୱକୁ ଆଗକୁ ବଜାୟ ରଖିବି। ଦଳ ମୋତେ ଯେଉଁ ଦାୟିତ୍ୱ ଦେଇଛି ତାହା ମୁଁ ପୂର୍ଣ୍ଣ ଭାବରେ ପାଳନ କରିବି।”

 


Enter your email to get our daily news in your inbox.

All Right Reserved By Dharitri.Com

ପୁଣି କିମ୍‌ ଯଙ୍ଗ୍‌ ଉନ୍‌ ବିଜୟୀ

ପୋଙ୍ଗୟାଙ୍ଗ୍‌ ,୧୯ା୩: ଉତ୍ତର କୋରିଆ ଶାସକ କିମ୍‌ ଯଙ୍ଗ୍‌ ଉନ୍‌ ଜାତୀୟ ନିର୍ବାଚନରେ ବିପୁଳ ଭୋଟରେ ବିଜୟୀ ହୋଇଛନ୍ତି। ୧୫ତମ ସୁପ୍ରିମ ପିପୁଲ୍ସ ଆସେମ୍ବ୍ଲି ପାଇଁ ଗତ…

ରାଜ୍ୟଗୋଷ୍ଠୀ କ୍ରୀଡ଼ା ପାଇଁ ଘୋଷଣା ହେଲା ତାରିଖ ଏବଂ ସ୍ଥାନ, ଜାଣନ୍ତୁ…

ନୂଆଦିଲ୍ଲୀ,୧୯ା୩: ରାଜ୍ୟଗୋଷ୍ଠୀ କ୍ରୀଡ଼ାର ୮ମ ସଂସ୍କରଣ ୨୦୨୭ ଅକ୍ଟୋବର ୨୯ରୁ ନଭେମ୍ବର ୪ ମାଲ୍‌ଟା ଓ ଗୋଜୋରେ ହେବ। ଉଦ୍‌ଘାଟନୀ ଉତ୍ସବ ଅକ୍ଟୋବର ୨୯ରେ ଏହାପଛକୁ ଅକ୍ଟୋବର…

ଆମେରିକାକୁ ଟାର୍ଗେଟ କରିପାରେ ପାକିସ୍ତାନର…! ଗୁପ୍ତଚର ସଂସ୍ଥା ମୁଖ୍ୟଙ୍କ ବୟାନ ପରେ ବିଶ୍ୱରେ ଚାଞ୍ଚଲ୍ୟ

ୱାଶିଂଟନ/ଇସଲାମାବାଦ,୧୯।୩: ଆମେରିକାର ଶୀର୍ଷ ଗୁପ୍ତଚର ସଂସ୍ଥାର ମୁଖ୍ୟ ତୁଲସୀ ଗବାର୍ଡଙ୍କ ଏକ ବିସ୍ଫୋରକ ବୟାନ ଏବେ ସାରା ବିଶ୍ୱର ଦୃଷ୍ଟି ଆକର୍ଷଣ କରିଛି। ପାକିସ୍ତାନ ଏବେ ଏଭଳି…

ଗଞ୍ଜାମ ଏସ୍‌ପି ଶୁଭେନ୍ଦୁ କୁମାର ପାତ୍ରଙ୍କୁ ମିଳିବ ସମ୍ମାନଜନକ ‘ଡିଜିପି ଡିସ୍କ ଆୱାର୍ଡ’,ଛୁଟିଛି ଶୁଭେଚ୍ଛାର ସୁଅ

ଛତ୍ରପୁର,୧୯।୩(ଦିଲ୍ଲୀପ ସାମଲ): ପୋଲିସ ସେବାରେ ନିଜର ଉଲ୍ଲେଖନୀୟ କୃତିତ୍ୱ ଓ ଦକ୍ଷତା ପାଇଁ ଗଞ୍ଜାମ ଆରକ୍ଷୀ ଅଧିକ୍ଷକ (SP) ଶୁଭେନ୍ଦୁ କୁମାର ପାତ୍ର ‘ଡିଜିପି ଡିସ୍କ ଆୱାର୍ଡ’…

IPL 2026 ପୂର୍ବରୁ CSKକୁ ବଡ଼ ଝଟ୍‌କା, ପୁରା ସିଜନ୍‌ରୁ ବାଦ୍‌ ପଡ଼ିଲେ ଘାତକ ବୋଲର୍‌…

ନୂଆଦିଲ୍ଲୀ,୧୯।୩: ଗତ ସିଜନର ଖରାପ ପ୍ରଦର୍ଶନକୁ ପଛରେ ପକାଇ ଆଇପିଏଲ୍‌ ୨୦୨୬ରେ ନୂଆ ଆଶା ଓ ଉତ୍ସାହ ସହ ପଡ଼ିଆକୁ ଓହ୍ଲାଇବାକୁ ପ୍ରସ୍ତୁତ ହେଉଥିବା ଚେନ୍ନାଇ ସୁପର…

କାଳବୈଶାଖୀ ପ୍ରଭାବରେ କୁଆପଥର ବର୍ଷା, ମଣ୍ଡିରେ ଭିଜିଲା ଧାନ

ମାଥିଲ,୧୯।୩(ସୁବାଷ ଚନ୍ଦ୍ର ଖୁଡୁପିଆ) ମାଲକାନଗିରି ଜିଲାର ବିଭିନ୍ନ ସ୍ଥାନରେ କାଳବୈଶାଖୀ ପ୍ରଭାବରେ ପବନ ସାଙ୍ଗକୁ କୁଆପଥର ବର୍ଷା ହୋଇଥିବା ଦେଖିବାକୁ ମିଳିଛି। ବର୍ଷା ଯୋଗୁ ମାଲକାନଗିରି ଜିଲା…

ଭତ୍ତା ନେବାକୁ ଆସିଥିଲେ ଲୋକେ, ଗୋଡ଼ାଇ ଗୋଡ଼ାଇ ଆକ୍ରମଣ କଲେ ମହୁମାଛି, ଆଉ ତା’ ପରେ…

ଦିଗପହଣ୍ଡି,୧୯ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ ଜକର ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରେ ଗୁରୁବାର ଅପରାହ୍ନରେ ମହୁମାଛି ଆକ୍ରମଣରେ ୪ ଜଣ ଆହତ…

ଦୁଇ ବସ୍‌ ମୁହାଁମୁହିଁ, ୩୦ରୁ ଊର୍ଦ୍ଧ୍ୱ ଯାତ୍ରୀ…

ମୋହନା,୧୯ା୩(ମନ୍ମଥ ମିଶ୍ର): ଘରୋଇ ଯାତ୍ରୀବାହୀ ବସ୍‌ ସହ ମୁଖ୍ୟମନ୍ତ୍ରୀ ବସ୍‌ ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ ୪ ଜଣ ଆହତ ହୋଇଛନ୍ତି। ଏଭଳି ଅଭାବନୀୟ ଘଟଣା ଦେଖିବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri