Posted inଜାତୀୟ

ନୀତିନ ପଟେଲ ହୋଇପାରନ୍ତି ଗୁଜରାଟ ମୁଖ୍ୟମନ୍ତ୍ରୀ

ଅହମଦାବାଦ, ୧୨।୯: ଗୁଜରାଟ ମୁଖ୍ୟମନ୍ତ୍ରୀ ପଦରୁ ବିଜୟ ରୂପାନୀଙ୍କ ଇସ୍ତଫା ପରେ ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ କିଏ ହେବେ ତାକୁ ନେଇ କଳ୍ପନାଜଳ୍ପନା ଆରମ୍ଭ ହୋଇଛି। ଏହି ପଦ ଲାଗି ଉପମୁଖ୍ୟମନ୍ତ୍ରୀ ନୀତିନ ପଟେଲ, ରାଜ୍ୟ କୃଷିମନ୍ତ୍ରୀ ଆର୍‌.ସି. ଫାଲ୍‌ଡୁ, କେନ୍ଦ୍ରମନ୍ତ୍ରୀ ପୁରୁଷୋତ୍ତମ ରୁପାଲା ଏବଂ ମନସୁଖ ଲାଲ୍‌ ମାଣ୍ଡବ୍ୟଙ୍କ ନାମ ଚର୍ଚ୍ଚା ହେଉଛି। ତେବେ ଚୂଡ଼ାନ୍ତ ନିଷ୍ପତ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନେବେ ବୋଲି ଜଣେ ଭାଜପା ନେତା କହିଛନ୍ତି। ୨୦୧୬ ଅଗଷ୍ଟରେ ଆନନ୍ଦୀବେନ୍‌ ପଟେଲ ଇସ୍ତଫା ଦେବା ପରେ ନୀତିନ ପଟେଲ୍‌ ମୁଖ୍ୟମନ୍ତ୍ରୀ ହେବା ନେଇ ଆଲୋଚନା ହେଉଥିଲା। କିନ୍ତୁ ଶେଷ ମୁହୂର୍ତ୍ତରେ ବିଜୟ ରୂପାନୀଙ୍କୁ ମୁଖ୍ୟମନ୍ତ୍ରୀ କରାଯାଇଥିଲା। ଏବେ ନୀତିନଙ୍କୁ ମୁଖ୍ୟମନ୍ତ୍ରୀ କରିବା ପାଇଁ ସୋସିଆଲ ମିଡିଆ ମାଧ୍ୟମରେ ଦାବି କରାଯାଉଛି। ସେହିପରି ମାଣ୍ଡବ୍ୟ ପ୍ରଭାବଶାଳୀ ପଟିଦାର ସମ୍ପ୍ରଦାୟର ହୋଇଥିବାରୁ ସେ ମୁଖ୍ୟମନ୍ତ୍ରୀ ଦୌଡ଼ରେ ଆଗଧାଡ଼ିରେ ଥିବା କୁହାଯାଉଛି। ଏହା ବ୍ୟତୀତ ଦାଦ୍ରା ଓ ନଗର ହାଭେଲି ଏବଂ ଡାମନ୍‌ ଓ ଡିଉ କେନ୍ଦ୍ରଶାସିତ ଅଞ୍ଚଳର ପ୍ରଶାସକ ଥିବା ପ୍ରଫୁଲ୍ଲ ଖୋଡ଼ା ପଟେଲଙ୍କ ନାଁ ମଧ୍ୟ ଚର୍ଚ୍ଚାରେ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଁ ଆବେଦନ ଆରମ୍ଭ, ଶେଷ ତାରିଖ…

ଭୁବନେଶ୍ୱର,୨୪ା୧୨(ସୁଚିସ୍ମିତା ସାହୁ): ରାଜ୍ୟର ସମସ୍ତ ସରକାରୀ ତଥା ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟ ଗୁଡିକର ଛାତ୍ରୀଛାତ୍ର, ଶିକ୍ଷୟିତ୍ରୀ ଶିକ୍ଷକ ତଥା ଶିକ୍ଷା ବ୍ୟବସ୍ଥା ସହିତ ଜଡ଼ିତ ସମସ୍ତ...

ଗୁରୁବାରଠୁ ବଢ଼ିବ ଶୀତ, ଘନ କୁହୁଡ଼ି ନେଇ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୨୪ା୧୨(ବନ୍ଦନା ସେଠୀ) – ରାଜ୍ୟରେ ସର୍ବନିମ୍ନ ତାପମାତ୍ରାରେ ସାମାନ୍ୟ ବୃଦ୍ଧି ଘଟିଥିଲେ ମଧ୍ୟ ଶୀତ ଲହରି ଜାରି ରହିଛି। ପ୍ରବଳ ଥଣ୍ଡା ସାଙ୍ଗକୁ କୁହୁଡ଼ି...

ବରଗଡ଼ ଧନୁଯାତ୍ରା: ଶୁଭେଚ୍ଛା ଜଣାଇଲେ ନବୀନ ପଟ୍ଟନାୟକ

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆଜିଠାରୁ ଆରମ୍ଭ ହେବ। ସନ୍ଧ୍ୟା ୭ଟାରେ ଏହି ମହୋତ୍ସବର ଉଦଘାଟନୀ ସମାରୋହ ରହିଛି। ଏହା...

ଖ୍ରୀଷ୍ଟମାସରେ ଏହି ୩ ରାଶିର ବ୍ୟକ୍ତି ପାଇବେ ଶୁଭ ଖବର, କେମିତି କଟିବ ଦିନ ଜାଣନ୍ତୁ

୨୫ ଡିସେମ୍ବର, ୨୦୨୫ ରେ ସାରା ଦେଶରେ ଖ୍ରୀଷ୍ଟମାସ ପାଳନ କରାଯିବ। ସ୍କନ୍ଦ ଷଷ୍ଠୀ ଉପବାସ ମଧ୍ୟ ପାଳନ କରାଯାଉଛି, ଯାହା ଦେବତାମାନଙ୍କ ଦେବତା ଭଗବାନ...

ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନାକୁ କ୍ୟାବିନେଟ୍ ମୋହର

ଭୁବନେଶ୍ୱର,୨୪।୧୨: ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନା ଉପରେ ବାଜିଲା କ୍ୟାବିନେଟ୍ ମୋହର । ରାଜ୍ୟ କ୍ୟାବିନେଟ୍ ବୈଠକ ନେଇ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା...

ଜିଲାପାଳ କାର୍ଯ୍ୟାଳୟ ଆଗରେ ପୂର୍ବତନ ତହସିଲଦାରଙ୍କ ଧାରଣା, କହିଲେ ନ୍ୟାୟ ନମିଳିବା ପର୍ଯ୍ୟନ୍ତ…

ବାରିପଦା,୨୪ା୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ମୟୂରଭଞ୍ଜ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା । ବଦଳି ହୋଇ ଆସିଥିବା ଓଡିଶା ପ୍ରଶାସନିକ ସେବା(ଓଏଏସ) ପୂର୍ବତନ ତହସିଲଦାର କାର୍ଯ୍ୟରେ ଯୋଗଦେବାକୁ ନେଇ...

ଆରମ୍ଭ ହେଲା ବରଗଡ଼ ‘ଧନୁଯାତ୍ରା’: ଚାଲିଲା କଂସ ରାଜୁତି

ମଥୁରାନଗରୀ,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ବୁଧବାର ଉଦଘାଟିତ ହୋଇଯାଇଛି। ସଂଧ୍ୟା ପ୍ରାୟ ୭ଟା ୩୦ମିନିଟ୍‌ରେ ସ୍ଥାନୀୟ ଏମ୍‌ପି ପ୍ରଦୀପ କୁମାର...

IPL ୨୦୨୬ ପୂର୍ବରୁ ଗିରଫ ହେବେ RCBର ବୋଲର୍‌? ୫ କୋଟିରେ ରିଟେନ କରିଛି… 

ନୂଆଦିଲ୍ଲୀ,୨୪।୧୨: ଭାରତୀୟ କ୍ରିକେଟର ଉଦୀୟମାନ ତାରକା ତଥା ଆରସିବିର ବାମହାତୀ ଦ୍ରୁତ ବୋଲର ଯଶ ଦୟାଲଙ୍କ  ଅଡ଼ୁଆ କମିବାର ନାଁ ନେଉନାହିଁ। ଜୟପୁରର ପୋକ୍ସୋ କୋର୍ଟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri