Posted inଖେଳ

ନୀତୀଶ ଉପଅଧିନାୟକ ରହିବା ନେତୃତ୍ୱକୁ ମଜଭୁୁତ କରିବ: ଶ୍ରେୟସ

କୋଲକାତା,୧୫।୧୨: ଇଣ୍ଡିଆନ ପ୍ରିମିୟର ଲିଗ୍‌(ଆଇପିଏଲ୍‌) ୨୦୨୪ରେ କୋଲକାତା ନାଇଟ୍‌ ରାଇଡର୍ସ(କେକେଆର୍‌)ର ଅଧିନାୟକତ୍ୱ କରିବେ ଭାରତୀୟ ମିଡଲ ଅର୍ଡର ବ୍ୟାଟର ଶ୍ରେୟସ ଆୟର।

ପିଠିରେ ଇଞ୍ଜୁରୀ ଯୋଗୁ ଲଣ୍ଡନରେ ଏପ୍ରିଲରେ ଶ୍ରେୟସଙ୍କ ଅସ୍ତ୍ରୋପଚାର ଆବଶ୍ୟକ ପଡ଼ିଥିଲା। ଫଳରେ ସେ ଆଇପିଏଲ ୨୦୨୩ ସିଜନରେ ଖେଳିପାରି ନ ଥିଲେ। ନୀତୀଶ ରାଣାଙ୍କୁ ଅଧିନାୟକ ଦାୟିତ୍ୱ ତୁଲାଇବାକୁ ପଡ଼ିଥିଲା। ଶ୍ରେୟସ ଅଧିନାୟକ ପଦକୁ ଫେରିଥିବାରୁ ଟିମ୍‌ ମେନେଜ୍‌ମେଣ୍ଟ ଅଭିନନ୍ଦନ ଜଣାଇବା ସହ ଖୁବ୍‌ ଖୁସି ବୋଲି କେକେଆର ସିଇଓ ଭେଙ୍କି ମାଇଶୋର ପ୍ରକାଶ କରିଛନ୍ତି। ଶ୍ରେୟସ ସେପ୍ଟେମ୍ବରରେ ଏସିଆ କପ୍‌ରେ ପ୍ରତିଯୋଗିତାମୂଳକ କ୍ରିକେଟକୁ ପ୍ରତ୍ୟାବର୍ତ୍ତନ କରିଥିଲେ। ଅନ୍ୟପକ୍ଷେ ନୀତିଶ ରାଣା ଉପ ଅଧିନାୟକ ହେବେ।

ଶ୍ରେୟାସ ଏକ ବିବୃତ୍ତିରେ କହିଛନ୍ତି, ଗତ ସିଜନରେ ଦଳକୁ ବିଭିନ୍ନ ସମସ୍ୟାର ସମ୍ମୁଖୀନ ହେବାକୁ ପଡିଥିଲା। ଯେପରିକି ଆଘାତ ଯୋଗୁ ମୋର ଅନୁପସ୍ଥିତି। ନୀତିଶଙ୍କ ନେତୃତ୍ୱରେ ଦଳ ଭଳ ପ୍ରଦର୍ଶନ କରିଥିଲେ। ମୁଁ ଖୁସି ଯେ, କେକେଆର୍‌ ତାଙ୍କୁ ଉପ-ଅଧିନାୟକ ଦିୟିତ୍ୱ ଦେଇଛି। ଏହା ନେତୃତ୍ୱକୁ ମଜଭୁୁତ କରିପାରିବ ବୋଲି ସେ କହିଛନ୍ତି। କେକେଆର୍‌ ଗତ ଥର ସପ୍ତମ ସ୍ଥାନରେ ରହିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

୧୨.୮୯ କୋଟି ଟଙ୍କାରେ ହେବ ସ୍ଥାୟୀ ରାଜମହଲ

ବରଗଡ଼,୧୫।୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ଧନୁଯାତ୍ରା ମହୋତ୍ସବ ପାଇଁ ସାରାବିଶ୍ୱରେ ବରଗଡ଼ର ସ୍ୱତନ୍ତ୍ର ପରିଚୟ ରହିଛି। ଗତ ଜାନୁୟାରୀ ମାସରେ ୭୮ତମ ଧନୁଯାତ୍ରା ମହୋତ୍ସବ ସରିଯାଇଛି।…

ମହେନ୍ଦ୍ରଗିରିର ଶିବ ମହିମା

ମହେନ୍ଦ୍ରଗିରି ପର୍ୱତ, ଯେଉଁ ପର୍ୱତ ଦିନେ ଥିଲା ଶ୍ୱେତକମଣ୍ଡଳ ରାଜ୍ୟର ଅଂଶବିଶେଷ, ଯେଉଁ ପର୍ୱତକୁ ନିଜ କବିତାରେ ସ୍ଥାନ ଦେଇଛନ୍ତି ଗୋଦାବରୀଶ ମିଶ୍ର, ଗୋପବନ୍ଧୁ ଦାସ ଏବଂ…

କୁଶପଲ୍ଲା ଜଙ୍ଗଲରୁ ହାତୀର ଗଳିତ ଶବ ଜବତ, ହାତୀକୁ ମାରି ଦାନ୍ତ ନେଇଗଲେ ଶିକାରି

ଖୋର୍ଦ୍ଧା,୧୫।୨(ପ୍ରଭାତ ପାଣିଗ୍ରାହୀ): ଖେର୍ଦ୍ଧା ବନଖଣ୍ଡ ଟାଙ୍ଗୀ ରେଜଂରେ କିଛି ଦିନ ହେଲା ଜଙ୍ଗଲୀ ହାତୀ ଓ ମଣିଷ ଲଢେଇ ଚାଲିଛି। କେତେବେଳେ ମଣିଷ ତ ଆଉ କେତବେଳେ…

ହ୍ୟାଣ୍ଡଶେକ୍‌ ପ୍ରସଙ୍ଗକୁ ଏଡ଼ାଇଲେ ଉଭୟ ଅଧିନାୟକ

କଲମ୍ୱୋ,୧୫ା୨(ପି.ଟି.): ଆମେ ହାତ ମିଳାଇବୁ କି ନାହିଁ, ତାହା ମ୍ୟାଚ୍‌ ପୂର୍ୱରୁ ଜଣାପଡ଼ିବ। କ୍ରିକେଟ ଉଚିତ ଭାବନା ସହ ଖେଳାଯିବା ଦରକାର। ହେଲେ ମୋ ବ୍ୟକ୍ତିଗତ ମତାମତ…

ମା’ ହେଲେ ନାବାଳିକା; ୮ ମାସ ହେଲା ମିଳୁଥିଲା ସରକାରୀ ସୁବିଧା, ଟିକା

ନୀଳଗିରି,୧୫ା୨(ପ୍ରଶାନ୍ତ କୁମାର ବିଶ୍ୱାଳ): ବାଲେଶ୍ୱର ଜିଲା ନୀଳଗିରି ବ୍ଲକ ବରହମପୁର ଥାନା ଅଞ୍ଚଳର ଜଣେ ୧୬ ବର୍ଷୀୟା ନାବାଳିକା ଏକ କନ୍ୟା ସନ୍ତାନକୁ ଜନ୍ମଦେଇଛନ୍ତି। ଆଶାକର୍ମୀ ଦୀର୍ଘଦିନ…

ଚୋର ସନ୍ଦେହ: ଯୁବକଙ୍କୁ ପିଟି ହତ୍ୟା

ଭଞ୍ଜନଗର,୧୫ା୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସାର୍ଦ୍ଦୁଳ ଗ୍ରାମରେ ଶୁକ୍ରବାର ବିଳମ୍ୱିତ ରାତିରେ ଏକ ଅମାନବୀୟ ଘଟଣା ଘଟିଛି। ଚୋର ସନ୍ଦେହରେ ଗ୍ରାମର କେତେଜଣ ଲୋକ ଜଣେ…

ଦେଶଭକ୍ତି ଚିନ୍ତା

ଆମ ଦେଶରେ ଜାତୀୟତାବାଦର ଅତ୍ୟଧିକ ଚାହିଦା ରହିଛି, ହେଲେ ସବୁବେଳେ ଏଠାରେ ଏହାର ଅଭାବ ଥିବା ମନେହୁଏ। ମୋ ଜୀବନରେ ଅତିବାହିତ ସବୁ ଦଶନ୍ଧିରେ ‘ବନ୍ଦେ ମାତରମ୍‌’କୁ…

ଭାରତ-ପାକିସ୍ତାନ ମୁକାବିଲା ଆଜି

କଲମ୍ୱୋ, ୧୫।୨: ଚଳିତ ଟି୨୦ କ୍ରିକେଟ ବିଶ୍ୱକପ୍‌ରେ ସବୁଠାରୁ ଚର୍ଚ୍ଚିତ ଭାରତ-ପାକିସ୍ତାନ ମୁକାବିଲା ରବିବାର ପ୍ରେମଦାସା ଷ୍ଟାଡିୟମରେ ଅନୁଷ୍ଠିତ ହେବ। ଟୁର୍ନାମେଣ୍ଟରୁ ବାଂଲାଦେଶକୁ ବାଦ୍‌ ଦିଆଯିବାକୁ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri