Posted inଜାତୀୟ

‘ଇଣ୍ଡିଆ’ରେ ପୁଣି ଆକ୍ଟିଭ ହେଲେ ନୀତୀଶ

ନୂଆଦିଲ୍ଲୀ,୫।୧: ଲୋକ ସଭା ନିର୍ବାଚନ ପାଇଁ ପ୍ରସ୍ତୁତି ମଧ୍ୟରେ ବିରୋଧୀ ଦଳ ଇଣ୍ଡି ମେଣ୍ଟ ସମ୍ମୁଖରେ ସିଟ ଶେୟାରିଂ, ସଂଯୋଜକ ଏବଂ ପାରସ୍ପରିକ ବିବାଦର ସମାଧାନ କିପରି ହେବ ସେନେଇ ଅନେକ ପ୍ରଶ୍ନ ଉଠିଛି। ଏହି ସମୟରେ ବିହାର ମୁଖ୍ୟମନ୍ତ୍ରୀ ତଥା ଜେଡିୟୁ ସଭାପତି ନୀତୀଶ କୁମାର ପୁଣି ଥରେ ଏହି ମେଣ୍ଟରେ ସକ୍ରିୟ ହୋଇଛନ୍ତି। ସୂତ୍ରରୁ ପ୍ରକାଶ ଯେ ନୀତୀଶ କୁମାର କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖାର୍ଗେ ଏବଂ ରାହୁଲ ଗାନ୍ଧୀଙ୍କ ସହ ଫୋନରେ କଥା ହୋଇଛନ୍ତି। ନୀତୀଶ କୁମାର ଅନ୍ୟ ଆଞ୍ଚଳିକ ନେତାଙ୍କ ସହ ଫୋନରେ ମଧ୍ୟ କଥା ହୋଇଛନ୍ତି।

ନୀତୀଶ କୁମାର ଖାର୍ଗେ ଏବଂ ରାହୁଲ ଗାନ୍ଧୀଙ୍କ ସହ ସେହି ସମୟରେ କଥା ହୋଇଛନ୍ତି ଯେଉଁ ସମୟରେ ଗୁରୁବାର କଂଗ୍ରେସର ରାଷ୍ଟ୍ରୀୟ ମେଣ୍ଟ ସମିତି ଅନ୍ୟ ଦଳ ସହ ମେଣ୍ଟ ସମ୍ପର୍କରେ ରିପୋର୍ଟ ଦାଖଲ କରିଛି। ସୂତ୍ରରୁ ପ୍ରକାଶ ଯେ ନୀତୀଶ କୁମାର ମିଳିତ ମଞ୍ଚ ସହ ଜଡିତ ଅନେକ ପ୍ରସଙ୍ଗ ଉପରେ ଆଲୋଚନା କରିଛନ୍ତି।
ସେପଟେ ବିହାର କଂଗ୍ରେସ ସଭାପତି ଅଖିଳେଶ ପ୍ରସାଦ ସିଂ କହିଛନ୍ତି ଯେ ତାଙ୍କ ଦଳ ବିହାରର ୪୦ଟି ଲୋକ ସଭା ଆସନ ମଧ୍ୟରୁ ୯ରୁ ୧୦ଟି ଆସନରେ ପ୍ରତିଦ୍ୱନ୍ଦ୍ୱିତା କରିବାକୁ ଚେଷ୍ଟା କରୁଛି। ଏକ ଘରୋଇ ନ୍ୟୁଜ ଚ୍ୟାନେଲ ସହ କଥାବାର୍ତ୍ତା କରି ସେ କହିଛନ୍ତି ଯେ ଗତଥର ଆମେ ୯ ଟି ଆସନରେ ପ୍ରତିଦ୍ୱନ୍ଦ୍ୱିତା କରି ୧ରେ ଜିତିଥିଲୁ। ଲାଲୁ ପ୍ରସାଦ ଯାଦବଙ୍କ ଆରଜେଡି୧୮ ଟି ଆସନରେ ପ୍ରତିଦ୍ୱନ୍ଦ୍ୱିତା କରିଥିଲେ ଏବଂ ଏପରିକି ୧ ଟି ବି ଜିତି ନଥିଲେ। ଏଭଳି ପରିସ୍ଥିତିରେ ଏହାର ଅର୍ଥ ନୁହେଁ ଯେ ତାଙ୍କର ସମର୍ଥନ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

Mettle Meet 2026: ରେଜିଷ୍ଟ୍ରେଶନ ପ୍ରକ୍ରିୟା ଆରମ୍ଭ

ଭୁବନେଶ୍ୱର,୮।୮: ‘ମେଟଲ ମିଟ’ର ଦଶମ ସଂସ୍କରଣ ଶନିବାର ଆରମ୍ଭ ହୋଇଯାଇଛି। ସକାଳ ୮.୩୦ରୁ ଏହି କୁଇଜ ମହାକୁମ୍ଭ ପାଇଁ ରେଜିଷ୍ଟ୍ରେଶନ ପ୍ରକ୍ରିୟା ଆରମ୍ଭ ହୋଇଯାଇଛି। ଭୁବନେଶ୍ୱରସ୍ଥିତ ସ୍ବସ୍ତି…

ବରଗଡ଼ ୯ବୁଣାକାରଙ୍କୁ ରାଜ୍ୟ ପୁରସ୍କାର: ଜାଣନ୍ତୁ କିଏ କିଏ ପାଇଲେ ଏହି ସମ୍ମାନ

ବରଗଡ଼,୮।୧୦(ପ୍ରେମାନନ୍ଦ ଖମାରୀ):ବରଗଡ଼ସ୍ଥିତ ବୟନଶିଳ୍ପ ଉପ ନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିସରରେ ଶୁକ୍ରବାର ଜିଲାସ୍ତରୀୟ ଜାତୀୟ ହସ୍ତତନ୍ତ ଦିବସ ପାଳିତ ହୋଇଛି। କାର୍ଯ୍ୟକ୍ରମରେ ଜିଲାପାଳ ଆଦିତ୍ୟ ଗୋୟଲ ମୁଖ୍ୟ ଅତିଥିଭାବେ…

ମୋଦିଙ୍କୁ ଫୋନ କରି ଏମିତି କହିଦେଲେ ନେତାନ୍ୟାହୁ, ଚାରିଆଡେ ପଡିଗଲା ଚହଳ

ନୂଆଦିଲ୍ଲୀ,୮।୮: ଆମେରିକା-ଇରାନ ଯୁଦ୍ଧକୁ ନେଇ ପଶ୍ଚିମ ଏସିଆରେ ଉତ୍ତେଜନା ଜାରି ରହିଛି। ମିଡିଲ ଇଷ୍ଟର ପରିସ୍ଥିତିକୁ ନେଇ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଇସ୍ରାଏଲର ପ୍ରଧାନମନ୍ତ୍ରୀ…

ଝିଲିମିଣ୍ଡା ପାଇଁ ଗୌରବ ଆଣିଲେ ରାମ ମେହେର

ଅତାବିରା,୮ା୮ (ଯୁଧିଷ୍ଠିର ମହାପାତ୍ର):ଜାତୀୟ ହସ୍ତତନ୍ତ ଦିବସ ଅବସରରେ ବରଗଡ଼ ଜିଲା ପାଇଁ ଆସିଛି ଗର୍ବର ମୁହୂର୍ତ୍ତ। ଅତାବିରା ବ୍ଲକ ଅନ୍ତର୍ଗତ ଝିଲିମିଣ୍ଡା ଗ୍ରାମର ବିଶିଷ୍ଟ ହସ୍ତତନ୍ତ ଶିଳ୍ପୀ…

ବର୍ଷାପାଗ ଯୋଗୁ ବନ୍ଦ ଘୋଷଣା ବାତିଲ: ସ୍ବାଭାବିକ ରହିବ ବିଦ୍ୟୁତ ସେବା

ବରଗଡ଼,୯।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଡିଭିଜନ-୨ ଗ୍ରୀଡରୁ ୧୧କେଭି ଟେଲିଫୋନ ଏକ୍ସଚେଞ୍ଜ ଫିଡର୍‌ ଶନିବାର ସକାଳୁ ଅପରାହ୍ନ ୨ଟା ପର୍ଯ୍ୟନ୍ତ ବନ୍ଦ ରହିବ ବୋଲି ଶୁକ୍ରବାର ଟିପିଡବ୍ଲୁଓଡିଏଲ ଘୋଷଣା…

ଭାଜପା-ଏସ୍‌ଏଡି ମେଣ୍ଟ ଚର୍ଚ୍ଚା

ନୂଆଦିଲ୍ଲୀ,୮ା୮: ଶିରୋମଣି ଅକାଳୀ ଦଳ (ଏସ୍‌ଏଡି) ମୁଖ୍ୟ ସୁଖବୀର ସିଂ ବାଦଲ ଶୁକ୍ରବାର ପାର୍ଲାମେଣ୍ଟ ପରିସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିଥିବାରୁ ପଞ୍ଜାବ ବିଧାନସଭା ନିର୍ବାଚନ ପୂର୍ବରୁ…

ଧନୀ ହେବା ପୂର୍ବରୁ ବୁଢ଼ା ହେବ ଭାରତ: ଗବେଷଣାରୁ ଚାଞ୍ଚଲ୍ୟକର ଖୁଲାସା

ନୂଆଦିଲ୍ଲୀ,୮ା୮(ପି.ଟି.):ଭାରତରେ ହାରାହାରି ପ୍ରତି ୫ ଜଣରେ ଜଣେ ବ୍ୟକ୍ତିଙ୍କ ବୟସ ୬୦ ବର୍ଷରୁ ଅଧିକ ହେବ ଏବଂ ପ୍ରାୟ ୧୦ ଜଣଙ୍କ ମଧ୍ୟରୁ ୭ ଜଣ ବୟସ୍କ…

ଦାୟିତ୍ୱରେ ଅବହେଳା ପଡ଼ିଲା ମହଙ୍ଗା:ଫାଣ୍ଡି ଅଧିକାରୀ ନିଲମ୍ବିତ

ଲୋଇସିଂହା,୮ା୮(ସୁଶାନ୍ତ ବାରିକ):ଦାୟିତ୍ୱରେ ଅବହେଳା କରିବା ବଲାଙ୍ଗୀର ଜିଲା ଲୋଇସିଂହା ଥାନା ଅଧୀନ ସାଲେଭଟା ଫାଣ୍ଡି ଅଧିକାରୀ ଭରତ ସାହୁଙ୍କୁ ମହଙ୍ଗା ପଡ଼ିଛି। ଗୁରୁବାର ସନ୍ଧ୍ୟାରେ ତାଙ୍କୁ ବଲାଙ୍ଗୀର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri