Posted inଜାତୀୟ

ଆର୍‌ସିପି ସିଂଙ୍କ ଟିକେଟ କାଟିଲେ ନୀତୀଶ

ପାଟନା, ୩୦ା୫ : ସଂଯୁକ୍ତ ଜନତା ଦଳ (ଜେଡିୟୁ) ନେତା ତଥା କେନ୍ଦ୍ରମନ୍ତ୍ରୀ ରାମଚନ୍ଦ୍ର ପ୍ରସାଦ ସିଂଙ୍କୁ ମୋଦିପ୍ରେମ ମହଙ୍ଗା ପଡ଼ିଛି। ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ଦଳୀୟ ଟିକେଟରେ ଆର୍‌. ସି. ପିଙ୍କୁ ରାଜ୍ୟ ସଭାକୁ ପଠାଇ ଥିଲେ। ଜେଡିୟୁ କୋଟାରୁ ତାଙ୍କୁ କେନ୍ଦ୍ରରେ ମନ୍ତ୍ରୀପଦ ଦେବା ପାଇଁ ବ୍ୟବସ୍ଥା କରାଇଥିଲେ। ହେଲେ ଆର୍‌. ସି. ପି. କେନ୍ଦ୍ର ଇସ୍ପାତ ମନ୍ତ୍ରୀ ହେବା ପରେ ନୀତୀଶଙ୍କ କଥା ନ ଶୁଣି ମୋଦିଙ୍କ କୋଳରେ ବସିପଡ଼ିଥିଲେ। କିଛି ଦିନ ହେଲା ସେ ପ୍ରଧାନମନ୍ତ୍ରୀଙ୍କ ବିଭିନ୍ନ କାର୍ଯ୍ୟକ୍ରମର ଫଟୋ ଏବଂ ଭିଡିଓ ଟୁଇଟରରେ ଶେୟାର କରିବା ସହ ଭାଜପା ନେତାମାନଙ୍କୁ ଜନ୍ମଦିନର ଅଭିନନ୍ଦନ ଜଣାଉଥିଲେ।

ଇତିମଧ୍ୟରେ ଜେଡିୟୁରେ ଦୁଇଟି କ୍ଷମତା କେନ୍ଦ୍ର ସୃଷ୍ଟି ହେଉଥିବା ଦଳର ଅନେକ ନେତା ଆଶଙ୍କା କରିଥିଲେ। ଫଳରେ ନୀତୀଶ କୁମାର ଏବଂ ତାଙ୍କ କ୍ୟାବିନେଟର ପୂର୍ବତନ ସହଯୋଗୀ ଆର୍‌. ସି. ପି. ସିଂଙ୍କ ମଧ୍ୟରେ ତିକ୍ତତା ବଢ଼ିଥିଲା। ଶେଷରେ ସମ୍ପର୍କ ଏତେ ଖରାପ ହୋଇଗଲା ଯେ, ଆର୍‌. ସି. ପି. ନିଜ ଟୁଇଟର ହ୍ୟାଣ୍ଡେଲରୁ ଜେଡିୟୁ ଫଟୋ ହଟାଇ ଦେଇ ପ୍ରଧାନମନ୍ତ୍ରୀଙ୍କ ଫଟୋ ରଖିଥିଲେ। ଜେଡିୟୁ ଅଧ୍ୟକ୍ଷ ଲଲନ ସିଂ ମଧ୍ୟ ଏସବୁକୁ ନେଇ ଆର୍‌. ସି. ପି.ଙ୍କ ଉପରେ କ୍ରୋଧିତ ହୋଇଥିଲେ।

ଟିକେଟ କଟିବା ଏକପ୍ରକାର ନିଶ୍ଚିତ ବୋଲି ଆର୍‌. ସି. ପି. ଜାଣିଥିଲେ ସୁଦ୍ଧା ଶେଷ ମୁହୂର୍ତ୍ତରେ ମୁଖ୍ୟମନ୍ତ୍ରୀ ଓ ଅଧ୍ୟକ୍ଷଙ୍କ ନିକଟତର ହେବାକୁ ଚେଷ୍ଟା କରିଥିଲେ। କିନ୍ତୁ କେନ୍ଦ୍ରମନ୍ତ୍ରୀଙ୍କୁ ଭାଜପା ସପକ୍ଷବାଦୀ ଧରିନେଇ ଜେଡିୟୁ ତାଙ୍କୁ ଟିକେଟ ଦେଇନାହିଁ। ତାଙ୍କ ବଦଳରେ ଜେଡିୟୁର ଝାଡ଼ଖଣ୍ଡ ସଭାପତି କ୍ଷୀରୋ ମହତୋଙ୍କୁ ରାଜ୍ୟ ସଭା ପ୍ରାର୍ଥୀ କରାଯାଇଛି। ଫଳରେ ଆର୍‌. ସି. ପି. ସିଂଙ୍କ ପାଇଁ ଅଡ଼ୁଆ ପରିସ୍ଥିତି ସୃଷ୍ଟି ହୋଇଛି। ଏବେ ଭାଜପା ରାଜ୍ୟ ସଭାକୁ ନ ପଠାଇଲେ ତାଙ୍କୁ ମନ୍ତ୍ରୀପଦରୁ ଇସ୍ତଫା ଦେବାକୁ ପଡ଼ିବ।

ଭାଜପା ରବିବାର ବିହାରରୁ ୨ ପ୍ରାର୍ଥୀଙ୍କ ନାଁ ଘୋଷଣା କରିସାରିଥିବାରୁ ଆର୍‌.ସି.ପିଙ୍କ ଆଶା ମଉଳିଯାଇଛି। ଜେଡିୟୁର ଏଭଳି ନିଷ୍ପତ୍ତି ପରେ ବିହାର ରାଜନୀତି ସରଗରମ ହୋଇଛି। ଏଥିସହ ପଛୁଆ ଜାତି ଜନଗଣନା ବାହାନାରେ ଭାଜପା ସହ ସମ୍ପର୍କ ତୁଟାଇ ଲାଲୁ ଯାଦବଙ୍କ ରାଷ୍ଟ୍ରୀୟ ଜନତା ଦଳ (ଆର୍‌ଜେଡି) ସହ ଜେଡିୟୁ ବିହାରରେ ପୁନର୍ବାର ମେଣ୍ଟ ସରକାର ଗଢ଼ିବା ନେଇ ଆଲୋଚନା ଜୋର୍‌ ଧରିଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଥମେ ସୋସିଆଲ ମିଡିଆରେ ପୋଷ୍ଟ, ଏବେ ଭାଜପାରୁ ଇସ୍ତଫା ଦେଇ ଚମକାଇଲେ ଧର୍ମେନ୍ଦ୍ର

ଲକ୍ଷ୍ନୌ, ୯।୧୦: ଉତ୍ତର ପ୍ରଦେଶରେ ରାଜ୍ୟ ସଭା ନିର୍ବାଚନ ପାଇଁ ଟିକେଟ ନ ମିଳିବାରୁ ଅସନ୍ତୁଷ୍ଟ ହୋଇ ଭାରତୀୟ ଜନତା ପାର୍ଟିର ପୂର୍ବତନ MP ଧର୍ମେନ୍ଦ୍ର କଶ୍ୟପ…

ବାଲିଯାତ୍ରାରେ ରକ୍ତପାତ: ଛୁରାମାଡ଼ରେ ଜଣେ ମୃତ, ଅନ୍ୟଜଣେ ଗୁରୁତର

କଲ୍ୟାଣସିଂହପୁର, ୯।୧୦ (ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ଶିଖରପାଇ ବାଲିଯାତ୍ରାରେ ଘଟିଛି ଏକ ଅଭାବନୀୟ ଘଟଣା। ସାମାନ୍ୟ ବଚସାକୁ କେନ୍ଦ୍ର କରି…

କେତେ ପଢ଼ିଛନ୍ତି ଫେମସ ୟୁଟ୍ୟୁବର ଧ୍ରୁବ ରାଠୀ? ନେଟ୍ ୱର୍ଥ ଶୁଣିଲେ ଉଡ଼ିଯିବ ହୋସ୍

ଗତ କିଛି ବର୍ଷ ମଧ୍ୟରେ ଧ୍ରୁବ ରାଠିଙ୍କ ନାମ ଭାରତୀୟ ସୋସିଆଲ ମିଡିଆ ଜଗତରେ ଅଧିକ ଲୋକପ୍ରିୟ ହୋଇଛି। ପ୍ରାରମ୍ଭିକ ଦିନରେ ଟ୍ରାଭେଲ ଭିଡିଓ ଯୋଗୁଁ ଫେମସ…

ସୌରାଷ୍ଟ୍ରରୁ ଖେଳିବେ ଜାଡେଜା

ରାଜକୋଟ,୯ା୧୦: ରଣଜୀ ଟ୍ରଫି ୨୦୨୬-୨୭ ସିଜନରେ ଛତିଶଗଡ଼ ବିପକ୍ଷ ଓପନିଂ ମ୍ୟାଚରେ ସୌରାଷ୍ଟ୍ର ପକ୍ଷରୁ ଭାରତ ଅଲ୍‌ରାଉଣ୍ଡର ରବୀନ୍ଦ୍ର ଜାଡେଜା ଖେଳିବେ। ଜୟଦେବ ଉନାଡକଟ ତାଙ୍କ ଅଧିନାୟକ…

୧୦୦ରୁ ଊର୍ଦ୍ଧ୍ୱ ଅଫିସକୁ ଅଗ୍ନିଶମ ବିଭାଗର କଡ଼ା ନୋଟିସ

ପାରଳାଖେମୁଣ୍ଡି,୯ା୧୦(ଗିରିଧାରୀ ପରିଚ୍ଛା): ଗଜପତି ଜିଲାର କେତେକ ପ୍ରମୁଖ ସରକାରୀ କାର୍ଯ୍ୟାଳୟରେ ଅଗ୍ନି ର୍ନିବାପକ ଯନ୍ତ୍ର ନ ଥିବା ଅଭିଯୋଗ ହୋଇଛି। ତହସିଲ, ଜିଲା କୋଷାଗାର ଓ ନିବନ୍ଧକ…

ଗଞ୍ଜାମ କଲେଜ ଛାତ୍ର ସଂସଦ ନିର୍ବାଚନ: ବିଜୁ ଛାତ୍ର ଜନତା ଦଳ ସମର୍ଥିତ ପ୍ରାର୍ଥୀଙ୍କ ନାମାଙ୍କନ ଦାଖଲ

ଗଞ୍ଜାମ, ୯।୧୦ (ବିଦ୍ୟାଧର ସାହୁ): ଆସନ୍ତା ୧୫ ତାରିଖରେ ଗଞ୍ଜାମ କଲେଜରେ ଛାତ୍ର ସଂସଦ ନିର୍ବାଚନ ଅନୁଷ୍ଠିତ ହେବ। ଏହାକୁ ନେଇ କଲେଜ ପରିସର ଚଳଚଞ୍ଚଳ ହୋଇଉଠିଛି।…

ଘରେ ପଶି ନଗଦ ଟଙ୍କା ଓ ସୁନା ଅଳଙ୍କାର ଚୋରି ମାମଲା: ଆସିଲା ବଡ଼ ରାୟ

ଦିଗପହଣ୍ଡି, ୯।୧୦ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଅନ୍ତର୍ଗତ ପଦ୍ମନାଭପୁର ପଞ୍ଚାୟତର ଚୈତନ୍ୟପୁର ଗ୍ରାମର ଏନ୍‌. ରାଜିୟା ରେଡ୍ଡୀଙ୍କ ଘରୁ ନଗଦ ଟଙ୍କା,…

ନନ୍ଦିଗ୍ରାମରେ ଭାଜପାର ବଡ଼ ବିଜୟ, ତାମିଲନାଡୁରେ ବିଜୟଙ୍କ TVKର ଜଲୱା!

ନୂଆଦିଲ୍ଲୀ,୯ା୧୦: ଦେଶର ବିଭିନ୍ନ ସ୍ଥାନରେ ୫ଟି ବିଧାନସଭା ଏବଂ ଗୋଟିଏ ଲୋକ ସଭା ଆସନରେ ଉପନିର୍ବାଚନ ହୋଇଥିଲା । ଆଜି ଭୋଟ ଗଣତି ଚାଲିଥିବା ବେଳେ, ଟ୍ରେଣ୍ଡ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?