Posted inଜାତୀୟ

କୁଳପତି ନିଯୁକ୍ତି ଲାଗି ନିଜସ୍ବ ବିଜ୍ଞାପନ ଦେଲେ ନୀତୀଶ ସରକାର

ପାଟନା,୨୪ା୮ : ରାଜ୍ୟର ବିଶ୍ୱବିଦ୍ୟାଳୟଗୁଡ଼ିକରେ କୁଳପତି ନିଯୁକ୍ତି ଲାଗି ବିହାର ସରକାର ପ୍ରଥମ ଥର ପାଇଁ ନିଜସ୍ବ ବିଜ୍ଞାପନ ପ୍ରକାଶ କରିଛନ୍ତି। ପୂର୍ବରୁ କୁଳପତିମାନଙ୍କ ନିଯୁକ୍ତି ରାଜ୍ୟପାଳ ତଥା ବିଶ୍ୱବିଦ୍ୟାଳୟ କୁଳାଧିପତିଙ୍କ କାର୍ଯ୍ୟାଳୟ ଦ୍ୱାରା ହେଉଥିଲା। ରାଜ୍ୟର ୭ ବିଶ୍ୱବିଦ୍ୟାଳୟରେ କୁଳପତି ନିଯୁକ୍ତି ଲାଗି ଆଶାୟୀ ପ୍ରାର୍ଥୀମାନଙ୍କଠାରୁ ରାଜ୍ୟ ସରକାର ଦରଖାସ୍ତ ଆହ୍ବାନ କରିଛନ୍ତି। ପ୍ରାର୍ଥୀମାନେ ସେପ୍ଟେମ୍ବର ୧୩ ପର୍ଯ୍ୟନ୍ତ ଉଭୟ ଅନ୍‌ଲାଇନ ଏବଂ ଅଫ୍‌ଲାଇନରେ ଆବେଦନ କରିପାରିବେ।

ସରକାରଙ୍କ ଦ୍ୱାରା ଗଠିତ ସର୍ଚ୍ଚ କମିଟି ଜରିଆରେ କୁଳପତିମାନଙ୍କୁ ନିଯୁକ୍ତି ଦିଆଯିବ। ଏଥିପାଇଁ ପ୍ରାର୍ଥୀଙ୍କ ବୟସ ୬୭ ବର୍ଷରୁ କମ୍‌ ହୋଇଥିବ ଏବଂ ଅନୂ୍ୟନ ୧୦ ବର୍ଷର ଶିକ୍ଷାଦାନ ଅଭିଜ୍ଞତା ରହିଥିବ। ପୂର୍ବରୁ କୁଳାଧିପତିଙ୍କ କାର୍ଯ୍ୟାଳୟ ଅଗଷ୍ଟ ୨୪ରୁ ୨୭ ମଧ୍ୟରେ ଖାଲିଥିବା କୁଳପତି ପଦବୀ ପାଇଁ ଆବେଦନ କରିବାକୁ ବିଜ୍ଞାପନ ଦେଇଥିଲା। ପରେ ରାଜ୍ୟ ସରକାର ବିଜ୍ଞାପନ ଦେଇଥିବାରୁ ରାଜଭବନ ଏବଂ ନୀତୀଶ କୁମାର ସରକାରଙ୍କ ମଧ୍ୟରେ ବିବାଦ ଲାଗିରହିଥବା ସ୍ପଷ୍ଟ ହୋଇଛି ବୋଲି ମଗଧ ୟୁନିଭର୍ସିଟିର ଜଣେ ବରିଷ୍ଠ ପ୍ରଫେସର କହିଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ହେମନ୍ତ ସୋରେନଙ୍କ ଜନ୍ମଦିନରେ ଶୁଭେଚ୍ଛା ଜଣାଇଲେ ମୋଦି, ଜାଣନ୍ତୁ ପୋଷ୍ଟ ଶେୟାର କରି କ’ଣ ଲେଖିଲେ

ନୂଆଦିଲ୍ଲୀ,୧୦।୮: ଝାଡ଼ଖଣ୍ଡରେ ଛାତ୍ରମାନେ ବର୍ତ୍ତମାନ ବିଶାଳ ପ୍ରତିବାଦ କରୁଛନ୍ତି, ନିଯୁକ୍ତି ପରୀକ୍ଷାରେ ଅନିୟମିତତା ଅଭିଯୋଗକୁ ବିରୋଧ କରି ଅନେକ ଲୋକ ଅନଶନ କରୁଛନ୍ତି। ଏହି ଆନ୍ଦୋଳନ ଅନେକ…

୧୩ କୋଟିରୁ ଅଧିକ ଟଙ୍କାର ଗଞ୍ଜେଇ ଜବତ, ପୋଲିସକୁ ଦେଖି ଡ୍ରାଇଭର…

ଅମରପାଲି,୧୦ା୮(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ସୁବଳୟା ପୋଲିସକୁ ମିଳିଛି ବଡ଼ ସଫଳତା। ଏକ କଣ୍ଟେନରରୁ ୧୨ କ୍ୱିଣ୍ଟାଲରୁ ଅଧିକ ଗଞ୍ଜେଇ ଯାହାର ଆନୁମାନିକ ମୂଲ୍ୟ ପ୍ରାୟ ୧୩…

ଚୋରି ହୋଇଥିବା ଘରୁ ପୁଣି ଚୋରି

କେସିଙ୍ଗା,୧୦।୮,(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା କଲେଜ ରୋଡ଼ ମୁହାଣ ଥିବା ସୁବାଷ ଅଗ୍ରୱାଲଙ୍କ ଘରୁ ଗତ ଦୁଇ ବର୍ଷ ତଳେ ପ୍ରାୟ ଲକ୍ଷ୍ୟାଧିକ ଟଙ୍କା ସୁନା…

କାମ କରୁନି ଆୟୁଷ୍ମାନ ଆରୋଗ୍ୟ ମନ୍ଦିର, କାର୍ଯ୍ୟକ୍ଷମ କରିବାକୁ ଅଞ୍ଚଳବାସୀଙ୍କ ଦାବି

କେସିଙ୍ଗା ତା ୧୦।୮,( ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ପାଷ୍ଟିକୁଡ଼ି ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର ଅଧିନସ୍ଥ ଶିରୋଲ ଗ୍ରାମ ରାଜସ୍ବ ନିରୀକ୍ଷକଙ୍କ କାର୍ଯ୍ୟାଳୟ ପଛ…

ଧାନବିକ୍ରି ପଞ୍ଜୀକରଣ ଆରମ୍ଭରୁ ଏଗ୍ରିଷ୍ଟାକ କଟକଣାକୁ ବିରୋଧ, ସବୁଠି ତେଜିଲା ଚାଷୀ ଅସନ୍ତୋଷ, ଆଜି ହେବ…

ବରଗଡ଼,୧୦ା୮(ପ୍ରେମାନନ୍ଦ ଖମାରୀ): ଧାନବିକ୍ରି ନେଇ ରାଜ୍ୟ ସରକାର ଦିନକୁ ଦିନ ଗୋଟିଏ ପରେ ଗୋଟିଏ ନିୟମ ଲାଗୁ କରୁଛନ୍ତି। ଏଥିପାଇଁ ପ୍ରତି ୬ମାସରେ ଥରେ ଚାଷୀ ପଞ୍ଜୀକରଣ…

JPSC ପରୀକ୍ଷା ହେରଫେର ମାମଲାରେ EDର ଏଣ୍ଟ୍ରି; ଆସୁ ଆସୁ ନେଲା ବଡ଼ ଆକ୍ସନ

ନୂଆଦିଲ୍ଲୀ,୧୦।୮: ଝାଡ଼ଖଣ୍ଡରେ JPSCର 14ତମ ପ୍ରିଲିମିନାରୀ ଟେଷ୍ଟ (PT) ଏବଂ ଅନ୍ୟାନ୍ୟ ସମ୍ବନ୍ଧିତ ପରୀକ୍ଷାରେ ହୋଇଥିବା ଅନିୟମିତତାର ତଦନ୍ତ ପାଇଁ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ED) ପଦକ୍ଷେପ ନେଇଛି।…

ଏଇ ଭାରତରେ

ଅନେକ ସମୟରେ ଜଣେ ମହିଳା ପରିବାର ପ୍ରତିପୋଷଣର ଦାୟିତ୍ୱ ବହନ କରିବା ଲାଗି ଏକ ପୁରୁଷକୈନ୍ଦ୍ରିକ ପେସାକୁ ଆଦରିନେବାକୁ ବାଧ୍ୟ ହୋଇଥାନ୍ତି, ଯାହା ଘଟିଛି ଜାନ୍‌ସୀ ବି.ଭି.ଙ୍କ…

ଝାଡ଼ଖଣ୍ଡ ବିଧାନସଭା ଘେରାଓ ପୂର୍ବରୁ ରାଞ୍ଚିରେ କଡ଼ା ହେଲା ସୁରକ୍ଷା ବ୍ୟବସ୍ଥା

ରାଞ୍ଚି,୧୦।୮: ଛାତ୍ରଙ୍କ ପ୍ରତିବାଦ ଏବଂ ବିଧାନସଭା ଘେରାଉ ଡାକରା ପରେ, ବିଧାନସଭାକୁ ଯାଉଥିବା ରାସ୍ତାରେ ସୁରକ୍ଷା ବଳୟ ସ୍ଥାପନ କରାଯାଇଛି, ଯାହା ଫଳରେ ବିକ୍ଷୋଭକାରୀମାନେ ସେହି ସ୍ଥାନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri