Posted inଜାତୀୟ

ଫ୍ଲୋର ଟେଷ୍ଟ ପୂର୍ବରୁ ରିଲାକ୍ସ ମୁଡରେ ନୀତୀଶ

ପାଟନା,୧୨।୨: ସୋମବାର ବିହାର ବିଧାନସଭାରେ ଏନଡିଏ ମିଳିତ ସରକାରଙ୍କ ଅଗ୍ନୀ ପରୀକ୍ଷା ଅନୁଷ୍ଠିତ ହେବ। ସୋମବାର ନୀତୀଶ କୁମାରଙ୍କ ନେତୃତ୍ୱରେ ଏନଡିଏ ସରକାର ବିହାର ବିଧାନସଭାରେ ବହୁମତ ହାସଲ କରିବାକୁ ପଡିବ। ସଂଖ୍ୟାଗରିଷ୍ଠତା ପ୍ରମାଣ କରିବାକୁ ବିଧାନସଭାରେ ବିଧାୟକଙ୍କ ନିକଟରେ ପହଞ୍ଚିବାର ପ୍ରକ୍ରିୟା ଆରମ୍ଭ ହୋଇଛି। ଦିନ ପ୍ରାୟ ୧୦ଟା ୨୦ ସମୟରେ ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ମଧ୍ୟ ଫେ୍‌ଲାର ଟେଷ୍ଟରେ ଭାଗ ନେବାକୁ ପହଞ୍ଚିଥିଲେ।

ଏହି ସମୟରେ ନୀତୀଶ କୁମାରଙ୍କ ଚେହେରାା ଭାଷା ବହୁତ ସକାରାତ୍ମକ ଦେଖାଯାଉଥିଲା। ଯେତେବେଳେ ସେ ବିଧାନସଭାରେ ପହଞ୍ଚିଲେ ସେତେବେଳେ ସେ ବହୁତ ରିଲାକ୍ସ ଦେଖାଯାଉଥିଲେ। ମୁଖ୍ୟମନ୍ତ୍ରୀଙ୍କ ମୁହଁରେ ହସ ଦେଖାଯାଉଥିବା ବେଳେ ସେ ଦୁଇଥର ହାତ ମିଳାଇ ସାମ୍ବାଦିକମାନଙ୍କୁ ଅଭିବାଦନ ଜଣାଇଥିଲେ। ଯଦିଓ ଏହି ସମୟରେ ତାଙ୍କ ସହ ଉପସ୍ଥିତ ଥିବା କେତେଜଣ ମନ୍ତ୍ରୀ ଏବଂ ଜେଡିୟୁ ବିଧାୟକମାନେ ମଧ୍ୟ ବିଜୟ ସଙ୍କେତ ଦେଖାଇଥିଲେ, କିନ୍ତୁ ନୀତୀଶ କୁମାର ସାମ୍ବାଦିକମାନଙ୍କୁ ହାତ ମିଳାଇ ଅଭିବାଦନ ଜଣାଇଥିଲେ ଏବଂ ଏହାପରେ ସେ ବିଧାନସଭାରେ ପ୍ରବେଶ କରିଥିଲେ। ବିହାର ବିଧାନସଭାର ପ୍ରକ୍ରିୟା ସକାଳ ୧୧ ଟାରୁ ଆରମ୍ଭ ହୋଇଛି।
ଅନ୍ୟପକ୍ଷରେ ଉଭୟ ଉପ ମୁଖ୍ୟମନ୍ତ୍ରୀ ସମ୍ରାଟ ଚୌଧୁରୀ ଏବଂ ବିଜୟ ସିହ୍ନାଙ୍କ ନେତୃତ୍ୱରେ ପଦଯାତ୍ରା କରି ଭାଜପା ବିଧାୟକମାନେ ବିଧାନସଭାରେ ପ୍ରବେଶ କରିଥିଲେ। ଭାଜପା ନେତାମାନେ ଜୟ ଶ୍ରୀ ରାମଙ୍କ ସ୍ଲୋଗାନ ଦେଉଥିବାର ନଜର ଆସିଥିଲେ। ଏହି ସମୟ ମଧ୍ୟରେ ଏନଡିଏ ସରକାର ସଂଖ୍ୟାଗରିଷ୍ଠତା ହାସଲ କରିବାକୁ ଦାବି କରିଥିବାବେଳେ ଅନ୍ୟପକ୍ଷରେ ସମ୍ରାଟ ଚୌଧୁରୀ ତେଜସ୍ବୀ ଯାଦବଙ୍କୁ ଟାର୍ଗେଟ କରିବାକୁ ଚାହୁଁଛନ୍ତି ଏବଂ ସେ ତେଜସ୍ବୀ ଯାଦବଙ୍କୁ ଖେଳନା ଦେବେ ବୋଲି କହିଛନ୍ତି। ସମସ୍ତ ଦଳ ବିହାର ବିଧାନସଭାରେ ପହଞ୍ଚିବାର ପ୍ରକ୍ରିୟା ଜାରି ରହିଛି।
ସୂଚନାଯୋଗ୍ୟ, ବିହାର ବିଧାନସଭାରେ ମୋଟ ବିଧାୟକଙ୍କ ସଂଖ୍ୟା ୨୪୩ ଅଟେ। ଗୃହରେ ସଂଖ୍ୟାଗରିଷ୍ଠତା ପ୍ରମାଣ କରିବାକୁ ୧୨୨ଜଣ ବିଧାୟକଙ୍କ ସମର୍ଥନ ଆବଶ୍ୟକ। ଏନଡିଏ ଦାବି କରିଛି ଯେ ଏହାର ୧୨୮ ବିଧାୟକଙ୍କ ଶକ୍ତି ରହିଛି, ଯେଉଁଥିରେ ଭାଜପାରୁ ୭୮, ଜେଡିୟୁରୁ ୪୫, ହାମରୁ ୪ ଏବଂ ଜଣେ ସ୍ବାଧୀନ ସୁମିତ କୁମାର ସିଂ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡିରେ ସାମାଜିକ କର୍ମୀଙ୍କୁ ମରଣାନ୍ତକ ଆକ୍ରମଣ: ସୁନା ଚେନ ଓ ଟଙ୍କା ଲୁଟିନେଲେ, ଗାଁରେ ଚାପା ଉତ୍ତେଜନା

ଦିଗପହଣ୍ଡି,୧୭।୩ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସହଦେବଟିକରପଡ଼ା ଗ୍ରାମରେ ଜଣେ ସାମାଜିକ କର୍ମୀଙ୍କୁ ସଂଘବଦ୍ଧ ଭାବେ ମରଣାନ୍ତକ ଆକ୍ରମଣ କରାଯାଇଥିବା ଅଭିଯୋଗ ହୋଇଛି।…

କର୍ମୀଙ୍କ ବିଶ୍ୱାସରେ ବିଷ ଦେଲେ ବିଧାୟକ, କ୍ରସ ଭୋଟିଂକୁ ନିନ୍ଦା, ରମେଶଙ୍କ ସହ ୩ଜଣଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଦାବି

ଭଞ୍ଜନଗର,୧୭।୩ (ବାବୁଲା ପ୍ରଧାନ): ରାଜ୍ୟ ସଭା ନିର୍ବାଚନରେ କ୍ରସ ଭୋଟିଂକୁ ନେଇ ଓଡ଼ିଶା ରାଜନୀତିରେ ବଡ଼ ଧରଣର ଚର୍ଚ୍ଚା ଲାଗି ରହିଛି। କଂଗ୍ରେସ ଓ ବିଜେଡିର ୧୧…

‘ମୋର ବିଜୟ କି ଲାଭ ଯଦି ଲଦାଖ ହାରିଯାଏ?’ ଜେଲରୁ ମୁକୁଳିବା ପରେ ମୁହଁ ଖୋଲିଲେ ସୋନମ ୱାଙ୍ଗଚୁକ

ୱାଶିଂଟନ,୧୭।୩: ପ୍ରାୟ ୧୭୦ ଦିନ କାରାଗାରରେ ବିତାଇବା ପରେ ଶନିବାର ଜେଲରୁ ମୁକୁଳିଛନ୍ତି ଲଦାଖର ବିଶିଷ୍ଟ ଶିକ୍ଷାବିତ୍ ତଥା ପରିବେଶ କର୍ମୀ ସୋନମ ୱାଙ୍ଗଚୁକ। କେନ୍ଦ୍ର ସରକାର…

ହରମୁଜରେ ଫସିଲା ପାକିସ୍ତାନର ତେଲ ଜାହାଜ, ଇରାନ କଲା ବଡ଼ ଘୋଷଣା

ତେହରାନ,୧୭।୩: ଇରାନ ପାକିସ୍ତାନର ବାଣିଜି୍ୟକ ତୈଳ ଟ୍ୟାଙ୍କରକୁ ହରମୁଜ ମଧ୍ୟରେ ଏହାର କ୍ଷେତ୍ରୀୟ ଜଳସୀମା ଦେଇ ଯିବା ପାଇଁ ଅନୁମତି ପ୍ରଦାନ କରିଛି। ପାକିସ୍ତାନ ନ୍ୟାସନାଲ ସିପିଂ…

ଇସ୍ରାଏଲ ଚାପରେ ଇରାନ ସହ ଯୁଦ୍ଧ ଆରମ୍ଭ କରିଛି ଆମେରିକା: ଇସ୍ତଫା ଦେଲେ ଟ୍ରମ୍ପଙ୍କ…

ୱାଶିଂଟନ,୧୭।୩: ଆମେରିକା ପ୍ରଶାସନରେ ଏକ ବଡ଼ ଧରଣର ବିଭ୍ରାଟ ଦେଖାଦେଇଛି। ଇରାନ ସହ ଚାଲିଥିବା ଯୁଦ୍ଧକୁ ବିରୋଧ କରି ଡୋନାଲ୍ଡ ଟ୍ରମ୍ପଙ୍କ ନ୍ୟାସନାଲ କାଉଣ୍ଟର ଟେରରିଜମ ସେଣ୍ଟର…

୧୧ଟି ଜିଲାରେ ୨୩ଟି ଶିଳ୍ପ ପ୍ରକଳ୍ପକୁ ମଞ୍ଜୁରୀ; ସୃଷ୍ଟି ହେବ ୧୦ ହଜାରରୁ ଅଧିକ ନିଯୁକ୍ତି

ଭୁବନେଶ୍ୱର,୧୭।୩: ରାଜ୍ୟରେ ଅର୍ଥନୈତିକ ଅଭିବୃଦ୍ଧିକୁ ତ୍ୱରାନ୍ୱିତ କରିବା ପାଇଁ ଓଡ଼ିଶା ସରକାର ଏକ ବଡ଼ ପଦକ୍ଷେପ ନେଇଛନ୍ତି। ମଙ୍ଗଳବାର ମୁଖ୍ୟ ଶାସନ ସଚିବ ଅନୁ ଗର୍ଗଙ୍କ ଅଧ୍ୟକ୍ଷତାରେ…

ଯୁଦ୍ଧ ଭିତରେ ଟ୍ରମ୍ପଙ୍କୁ ଜୋରଦାର ଝଟ୍‌କା, ବଡ଼ ଘୋଷଣା କରି ବିଶ୍ୱରେ ପକାଇଲେ ଚହଳ

ଓ଼୍ବାଶିଂଟନ,୧୭।୩: ଇରାନ ସହିତ ଚାଲିଥିବା ବିବାଦ ମଧ୍ୟରେ, ଡୋନାଲ୍ଡ ଟ୍ରମ୍ପ ପ୍ରଶାସନକୁ ଏକ ବଡ଼ ଝଟକା ଲାଗିଛି। ଆମେରିକାର ଜାତୀୟ ଆତଙ୍କବାଦ ବିରୋଧୀ କେନ୍ଦ୍ରର ନିର୍ଦ୍ଦେଶକ ଜୋ…

PSL 2026: ହାଇଦ୍ରାବାଦ ଅଧିନାୟକ ହେଲେ ମାର୍ନସ ଲାବୁସେନ, ଚମକାଇଲା ନିଷ୍ପତ୍ତି

କରାଚୀ,୧୭।୩: ଅଷ୍ଟ୍ରେଲିଆର ଷ୍ଟାର୍‌ ବ୍ୟାଟର ମାର୍ନସ ଲାବୁସେନ ପ୍ରଥମ ଥର ପାଇଁ ପାକିସ୍ତାନ ସୁପର ଲିଗ (PSL) ଖେଳିବାକୁ ଯାଉଛନ୍ତି। ତେବେ ଆଶ୍ଚର୍ଯ୍ୟର କଥା ହେଉଛି, ପଦାର୍ପଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri