Posted inଜାତୀୟ

ଏକଜୁଟ୍‌ ହେଲେ ବିରୋଧୀ

ନୂଆଦିଲ୍ଲୀ,୨୫।୯: ପୂର୍ବତନ ଉପପ୍ରଧାନମନ୍ତ୍ରୀ ସ୍ବର୍ଗତଃ ଚୌଧରୀ ଦେବୀ ଲାଲଙ୍କ ୧୦୯ତମ ଜନ୍ମ ବାର୍ଷିକୀରେ ଭାରତୀୟ ଜାତୀୟ ଲୋକ ଦଳ ରବିବାର ଫତେହାବାଦରେ ଏକ ସମ୍ମାନ ଦିବସ ରାଲିର ଆୟୋଜନ କରିଛି। ଏହି ଅବସରରେ ବିରୋଧୀ ଦଳର ଅନେକ ବରିଷ୍ଠ ନେତା ଉବସ୍ଥିତ ଥିଲେ। ଏଥିରେ ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର, ଉପମୁଖ୍ୟମନ୍ତ୍ରୀ ତେଜସ୍ବୀ ଯାଦବ, ମହାରାଷ୍ଟ୍ରର ପୂର୍ବତନ ମୁଖ୍ୟମନ୍ତ୍ରୀ ଶରଦ ପାୱାର, ଶିରୋମଣି ଅକାଳୀ ଦଳର ସଭାପତି ସୁଖବୀର ସିଂ ବାଦଲ, ସିପିଆଇ (ଏମ) ନେତା ସୀତାରାମ ୟେଚୁରୀ ଏବଂ ଜେଡିୟୁ ସାଧାରଣ ସମ୍ପାଦକ କେ.ସି ତ୍ୟାଗି ମଞ୍ଚରେ ଏକତ୍ର ହୋଇଥିଲେ।
ଏହି ରାଲିକୁ ସମ୍ବୋଧିତ କରି ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର କହିଛନ୍ତି, ଏହା ତୃତୀୟ ଫ୍ରଣ୍ଟ ନୁହେଁ, ଏହା ପ୍ରଥମ ଫ୍ରଣ୍ଟ। ଆମେ ସମସ୍ତେ ଏକାଠି ରହିଲେ ହିଁ ଆମେ ଶକ୍ତିଶାଳୀ ହେବୁ। ମୁଁ ଜଣେ ପ୍ରଧାନମନ୍ତ୍ରୀ ପ୍ରାର୍ଥୀ ନୁହେଁ। ମୁଁ କେବଳ ଭାଜପା ବିରୋଧରେ ବିରୋଧୀ ଦଳକୁ ଏକାଠି ଆଣିବାକୁ ଚେଷ୍ଟା କରୁଛି। ମୁଁ କଂଗ୍ରେସ ସମେତ ସମସ୍ତ ଦଳକୁ ଏକାଠି ହେବାକୁ ଅନୁରୋଧ କରିବି। ସମସ୍ତେ ମିଶିଲେ ୨୦୨୪ ଲୋକ ସଭା ନିର୍ବାଚନରେ ଭାଜପା ହାରିବ। ହିନ୍ଦୁ ଏବଂ ମୁସଲମାନମାନଙ୍କ ମଧ୍ୟରେ କୌଣସି ଲଢେଇ ନାହିଁ। ଭାଜପା ବିଶୃଙ୍ଖଳା ସୃଷ୍ଟି କରିବାକୁ ଚାହୁଁଛି, ସେମାନଙ୍କ ମଧ୍ୟରେ ମତଭେଦ ସୃଷ୍ଟି କରିବାକୁ ଚାହୁଁଛି।
ସେହିପରି ଏନସିପି ସୁପ୍ରିମୋ ଶରଦ ପାୱାର କହିଛନ୍ତି, କୃଷକମାନେ ଦିଲ୍ଲୀ ସୀମାରେ ବିରୋଧ କରିଥିଲେ, କିନ୍ତୁ ସରକାର ସେମାନଙ୍କ ଦାବି ପ୍ରତି ଧ୍ୟାନ ଦେଇ ନ ଥିଲେ। କୃଷକ ନେତାଙ୍କ ବିରୋଧରେ ରୁଜୁ ମାମଲା ପ୍ରତ୍ୟାହାର କରିବାକୁ ସରକାର ପ୍ରତିଶୃତି ଦେଇଛନ୍ତି, କିନ୍ତୁ ତାହା ପୂରଣ କରିନାହାଁନ୍ତି। ଆମର କୃଷକ ଏବଂ ଯୁବକମାନେ ଆତ୍ମହତ୍ୟା କରିବାକୁ ବାଧ୍ୟ ହେଉଛନ୍ତି। ୨୦୨୪ରେ ସରକାର ପରିବର୍ତ୍ତନକୁ ସୁନିଶ୍ଚିତ କରିବା ଦିଗରେ କାର୍ଯ୍ୟ କରିବାର ସମୟ ଆସିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦମଦାର ବିଜୟ ସହ ସିଜିନ୍‌ ଆରମ୍ଭ କଲା ରାଜସ୍ଥାନ ରୟାଲ

ଗୁଆହାଟୀ,୩୦।୩: ରାଜସ୍ଥାନ ରୟାଲ୍ସ ଏକ ଦମଦାର ବିଜୟ ସହିତ IPL 2026 ସିଜିନ ଆରମ୍ଭ କରିଛି। ଗୁଆହାଟୀରେ ଖେଳାଯାଇଥିବା ସେମାନଙ୍କର ପ୍ରଥମ ମ୍ୟାଚରେ ରାଜସ୍ଥାନ ରୟାଲ୍ସ ସମ୍ପୂର୍ଣ୍ଣ…

ଅଙ୍ଗନୱାଡ଼ି ସୁପରଭାଇଜରଙ୍କ ବଦଳି ଦାବିରେ ଧାରଣା: ପ୍ରଶାସନର ଏଭଳି ପ୍ରତିଶ୍ରୁତି ପରେ ହଟିଲା…

ଦେବଗଡ଼, ୩୦।୩ (ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ରିଆମାଳ ବ୍ଲକ ଅଙ୍ଗନୱାଡ଼ି ସୁପରଭାଇଜରଙ୍କ ବଦଳି ଦାବିରେ ଅଙ୍ଗନୱାଡି କର୍ମୀ ବ୍ଲକ ସମ୍ମୁଖରେ ଦେଉଥିବା ଧାରଣାସ୍ଥଳରେ ସୋମବାର…

୧୫ କିଲୋ ଗଞ୍ଜେଇ ସହ ଯୁବକଙ୍କୁ ବାନ୍ଧିଲା ପୋଲିସ

ନନ୍ଦପୁର,୩୦।୩( ତୁଷାର କାନ୍ତ ମହାନ୍ତି): ନନ୍ଦପୁର ଅବକାରୀ ଦଳ ସୋମବାର ଜଣେ ଯୁବକଙ୍କୁ ୧୫ କିଲୋ ୨୦୦ ଗ୍ରାମ ଗଞ୍ଜେଇ ସହ ଗିରଫ କରିଛି। ନନ୍ଦପୁର ଅଞ୍ଚଳରୁ…

ଡାକ୍ତରଙ୍କ ପାଖକୁ ଯାଆନ୍ତୁ ନିଶିକାନ୍ତ ଦୁବେ: ବର୍ଷିଲେ ନବୀନ

ଭୁବନେଶ୍ୱର, ୩୦।୩: ଏମ୍‌ପି ନିଶିକାନ୍ତ ଦୁବେଙ୍କ ଦ୍ୱାରା ବିଜୁ ବାବୁଙ୍କ ବାବଦରେ ରବିବାର ରଖାଯାଇଥିବା ବିବୃତ୍ତି ଶୁଣି ଆଶ୍ଚର୍ଯ୍ୟ ହେଲି। ତାଙ୍କର ଏଭଳି ମନ୍ତବ୍ୟକୁ ନିନ୍ଦା କରୁଛି।…

ହଠାତ୍‌ ଭାରସାମ୍ୟ ହରାଇ ଷ୍ଟ୍ରିଟଲାଇଟ ଖୁଣ୍ଟକୁ ଧକ୍କା ଦେଲା କାର୍‌: ଘଟଣାସ୍ଥଳରେ…

ଦେବଗଡ,୩୦ା୩(ଶଶାଙ୍କ ଶେଖର ଝାଙ୍କର): ସୋମବାର ଅପରାହ୍ନରେ ଦେବଗଡ ପୌରାଞ୍ଚଳ ମୋହିନୀପୁର ଛକ ନିକଟସ୍ଥ ୫୩ ନମ୍ବର ଜାତୀୟ ରାଜପଥରେ ଏକ କାର୍‌ ଦୁର୍ଘଟଣାଗ୍ରସ୍ତ ହୋଇଥିବା ଜଣାପଡିଛି ।…

ଅପସାରିତ ପୌରାଧ୍ୟକ୍ଷାଙ୍କୁ ପୁନଃ ଅବସ୍ଥାପିତ ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ, ତୁରନ୍ତ…

ଦେବଗଡ,୩୦ା୩(ଶଶାଙ୍କ ଶେଖର ଝାଙ୍କର): ୨୦୨୫ ଜାନୁଆରୀ ୨୮ ତାରିଖରେ ରାଜ୍ୟ ସରକାରଙ୍କ ଦ୍ୱାରା ଗାଦିଚ୍ୟୁତ ହୋଇଥିବା ଦେବଗଡ ପୌର ପରିଷଦ ଅଧ୍ୟକ୍ଷା ଶାନ୍ତି ମଞ୍ଜରୀ ଦେଈଙ୍କୁ ଏହି…

ବିଜୁ ପଟ୍ଟନାୟକଙ୍କ ଉପରେ ଅସମ୍ମାନଜନକ ମନ୍ତବ୍ୟକୁ ନେଇ ମୁହଁ ଖୋଲିଲେ ବୈଜୟନ୍ତ ପଣ୍ଡା: କହୁ କହୁ କହିଦେଲେ…

ଭୁବନେଶ୍ୱର,୩୦।୩: ଭାଜପା ଏମ୍‌ପି ନିଶିକାନ୍ତ ଦୁବେ ସ୍ବର୍ଗତଃ ବିଜୁ ପଟ୍ଟନାୟକଙ୍କୁ ଉପରେ ଦେଇଥିବା ମନ୍ତବ୍ୟକୁ ନେଇ ରାଜନୀତି ଜୋର ଧରିଛି। ବିଜୁ ବାବୁଙ୍କ ପ୍ରତି ମନ୍ତବ୍ୟ ନେଇ…

ଅନ୍ତର୍ଜାତୀୟ ବଡ଼ି ଲିଫ୍ଟ ପ୍ରତିଯୋଗିତାରେ ଦିଗପହଣ୍ଡିର ଶଙ୍କର ପୁରସ୍କୃତ, ଚାରିଆଡୁ ଛୁଟୁଛି ଶୁଭେଚ୍ଛା

ଦିଗପହଣ୍ଡି,୩୦।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୩ ନଂ ୱାର୍ଡ ନୂଆସାହିରେ ରହୁଥିବା ନନ୍ଦୁ ଓରଫ ଶଙ୍କର ବେହେରା ଅନ୍ତର୍ଜାତୀୟ ବଡି ଲିଫ୍ଟ ପ୍ରତିଯୋଗିତାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri