Posted inଜାତୀୟ

ଏକଜୁଟ୍‌ ହେଲେ ବିରୋଧୀ

ନୂଆଦିଲ୍ଲୀ,୨୫।୯: ପୂର୍ବତନ ଉପପ୍ରଧାନମନ୍ତ୍ରୀ ସ୍ବର୍ଗତଃ ଚୌଧରୀ ଦେବୀ ଲାଲଙ୍କ ୧୦୯ତମ ଜନ୍ମ ବାର୍ଷିକୀରେ ଭାରତୀୟ ଜାତୀୟ ଲୋକ ଦଳ ରବିବାର ଫତେହାବାଦରେ ଏକ ସମ୍ମାନ ଦିବସ ରାଲିର ଆୟୋଜନ କରିଛି। ଏହି ଅବସରରେ ବିରୋଧୀ ଦଳର ଅନେକ ବରିଷ୍ଠ ନେତା ଉବସ୍ଥିତ ଥିଲେ। ଏଥିରେ ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର, ଉପମୁଖ୍ୟମନ୍ତ୍ରୀ ତେଜସ୍ବୀ ଯାଦବ, ମହାରାଷ୍ଟ୍ରର ପୂର୍ବତନ ମୁଖ୍ୟମନ୍ତ୍ରୀ ଶରଦ ପାୱାର, ଶିରୋମଣି ଅକାଳୀ ଦଳର ସଭାପତି ସୁଖବୀର ସିଂ ବାଦଲ, ସିପିଆଇ (ଏମ) ନେତା ସୀତାରାମ ୟେଚୁରୀ ଏବଂ ଜେଡିୟୁ ସାଧାରଣ ସମ୍ପାଦକ କେ.ସି ତ୍ୟାଗି ମଞ୍ଚରେ ଏକତ୍ର ହୋଇଥିଲେ।
ଏହି ରାଲିକୁ ସମ୍ବୋଧିତ କରି ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର କହିଛନ୍ତି, ଏହା ତୃତୀୟ ଫ୍ରଣ୍ଟ ନୁହେଁ, ଏହା ପ୍ରଥମ ଫ୍ରଣ୍ଟ। ଆମେ ସମସ୍ତେ ଏକାଠି ରହିଲେ ହିଁ ଆମେ ଶକ୍ତିଶାଳୀ ହେବୁ। ମୁଁ ଜଣେ ପ୍ରଧାନମନ୍ତ୍ରୀ ପ୍ରାର୍ଥୀ ନୁହେଁ। ମୁଁ କେବଳ ଭାଜପା ବିରୋଧରେ ବିରୋଧୀ ଦଳକୁ ଏକାଠି ଆଣିବାକୁ ଚେଷ୍ଟା କରୁଛି। ମୁଁ କଂଗ୍ରେସ ସମେତ ସମସ୍ତ ଦଳକୁ ଏକାଠି ହେବାକୁ ଅନୁରୋଧ କରିବି। ସମସ୍ତେ ମିଶିଲେ ୨୦୨୪ ଲୋକ ସଭା ନିର୍ବାଚନରେ ଭାଜପା ହାରିବ। ହିନ୍ଦୁ ଏବଂ ମୁସଲମାନମାନଙ୍କ ମଧ୍ୟରେ କୌଣସି ଲଢେଇ ନାହିଁ। ଭାଜପା ବିଶୃଙ୍ଖଳା ସୃଷ୍ଟି କରିବାକୁ ଚାହୁଁଛି, ସେମାନଙ୍କ ମଧ୍ୟରେ ମତଭେଦ ସୃଷ୍ଟି କରିବାକୁ ଚାହୁଁଛି।
ସେହିପରି ଏନସିପି ସୁପ୍ରିମୋ ଶରଦ ପାୱାର କହିଛନ୍ତି, କୃଷକମାନେ ଦିଲ୍ଲୀ ସୀମାରେ ବିରୋଧ କରିଥିଲେ, କିନ୍ତୁ ସରକାର ସେମାନଙ୍କ ଦାବି ପ୍ରତି ଧ୍ୟାନ ଦେଇ ନ ଥିଲେ। କୃଷକ ନେତାଙ୍କ ବିରୋଧରେ ରୁଜୁ ମାମଲା ପ୍ରତ୍ୟାହାର କରିବାକୁ ସରକାର ପ୍ରତିଶୃତି ଦେଇଛନ୍ତି, କିନ୍ତୁ ତାହା ପୂରଣ କରିନାହାଁନ୍ତି। ଆମର କୃଷକ ଏବଂ ଯୁବକମାନେ ଆତ୍ମହତ୍ୟା କରିବାକୁ ବାଧ୍ୟ ହେଉଛନ୍ତି। ୨୦୨୪ରେ ସରକାର ପରିବର୍ତ୍ତନକୁ ସୁନିଶ୍ଚିତ କରିବା ଦିଗରେ କାର୍ଯ୍ୟ କରିବାର ସମୟ ଆସିଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଭାକର ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ, ଡେଙ୍ଗାପଦର ଭଲିବଲ ଟିମ୍ ବିଜୟୀ

ଦିଗପହଣ୍ଡି, ୩୧|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ୪ର୍ଥ ଦିବସ ଆଜି ଆୟୋଜିତ...

ରାସନ୍ କାର୍ଡ E-KYC ନେଇ ଯୋଗାଣ ମନ୍ତ୍ରୀଙ୍କ ବଡ଼ ଘୋଷଣା, ଏତିକି ଦିନ ବଢ଼ିଲା ଅବଧି

ଭୁବନେଶ୍ବର,,୩୧/୧୨: ରାସନକାର୍ଡ ହିତାଧିକାରୀଙ୍କ ପାଇଁ ବଡ଼ ଖବର । ଆହୁରି ୨ ମାସ ବଢିଲା ରାସନ୍ କାର୍ଡ E-KYC ଅବଧି । ଆଜି  E-KYC ଅବଧି...

ଭଞ୍ଜନଗରରେ ପରିବେଶ ଆଇନ୍ ସଚେତନତା ଶିବିର, ସାମିଲ ହେଲେ….

ଭଞ୍ଜନଗର,୩୧/୧୨(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ନିୟନ୍ତ୍ରିତ ବଜାର କମିଟି ସମ୍ମିଳନୀ ହଲ୍‌ରେ ବୁଧବାର “Protect Today, Secure Tomorrow” ଶୀର୍ଷକ ଅଧୀନରେ ଏକ ପରିବେଶ...

ଭିଜିଲାନ୍ସ ଜାଲରେ ଛେଣ୍ଡିପଦା ଅତିରିକ୍ତ ତହସିଲଦାର, ୯ ହଜାର ଟଙ୍କା ପାଇଁ…

ଅନୁଗୋଳ,୩୧ା୧୨: ଜମି ମ୍ୟୁଟେସନ କେସ୍‌ ପାଇଁ ଲାଞ୍ଚ ନେବା ଅତିରିକ୍ତ ତହସିଲଦାରଙ୍କୁ ମହଙ୍ଗା ପଡ଼ିଛି। ବୁଧବାର ଅନୁଗୋଳ ଜିଲା ଛେଣ୍ଡିପଦା ତହସିଲର ଅତିରିକ୍ତ ତହସିଲଦାର ପ୍ରକାଶ...

ଉଷୁ କପ ପ୍ରତିଯୋଗିତାରେ ବଲାଙ୍ଗୀରକୁ ୩ ପଦକ, ଜିଲା ପ୍ରଶାସନ ପକ୍ଷରୁ ଖେଳାଳୀଙ୍କୁ ସମ୍ବର୍ଦ୍ଧନା

ବଲାଙ୍ଗୀର,୩୧/୧୨ -( ସୁନିଲ କୁମାର ମହାନ୍ତି): ଦ୍ବିତୀୟ ତମ ଜାତୀୟ ଫେଡେରେସନ ଉଷୁ କପ ପ୍ରତିଯୋଗିତା ଛତିଶଗଡ଼ ଠାରେ ଅନୁଷ୍ଠିତ ହୋଇଥିଲା । ଏହି ପ୍ରତିଯୋଗୀତା...

ବାଇକ୍‌କୁ ଧକ୍କାଦେଲା ବାଇକ୍‌, ମହିଳାଙ୍କ ମୁଣ୍ଡରୁ ପ୍ରବଳ ରକ୍ତସ୍ରାବ

ଗଞ୍ଜାମ,୩୧ା୧୨(ବିଦ୍ୟାଧର ସାହୁ): ୧୬ ନଂ ଜାତୀୟ ରାଜପଥ ଶନିମନ୍ଦିର ଛକଠାରେ ପୁଣି ଏକ ଦୁର୍ଘଟଣା ଘଟିଛି। ବିପଦସଙ୍କୁଳ ଛକ କୁହାଯାଉଥିବା ଏହି ଛକଠାରେ ବୁଧବାର ଅପରାହ୍ନରେ...

ଆଶ୍ଚର୍ଯ୍ୟ…ଚଳନ୍ତା ଯାତ୍ରୀବାହୀ ବସରୁ ଛିଡିପଡ଼ିଲା ଚକା, ଅଳ୍ପକେ ବର୍ତ୍ତିଲେ ୪୦ରୁ ଉର୍ଦ୍ଧ୍ବ ପର୍ଯ୍ୟଟକ  

ଦିଗପହଣ୍ଡି,୩୧|୧୨(ଅଶେଷ ନାଥ ମିଶ୍ର): ଏକ  ବଡ ଧରଣର ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଗଲା ଯାତ୍ରୀବାହୀ ବସ୍ ।ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟରାଜପଥର  ଗଣିଆନାଳ ଛକ...

ନୂଆବର୍ଷରୁ ଶନିଙ୍କ ସାଢେ ସାତ ଚାଲି ଆରମ୍ଭ; ଏହି ୩ ରାଶିର ଖରାପ ଟାଇମ ଷ୍ଟାର୍ଟ…

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହରାଜ ଶନିଙ୍କୁ କର୍ମଫଳ ଦାତା ଓ ନ୍ୟାୟ ପ୍ରଦାତା ଗ୍ରହ ଭାବେ ଗଣନା କରଯାଇଥାଏ । ଶନି ଯେତେବେଳେ ଗୋଟିଏ ରାଶିରେ ଦୀର୍ଘ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri