Posted inଜାତୀୟ

ବିହାର ମୁଖ୍ୟମନ୍ତ୍ରୀଙ୍କ ପାଇଁ ନିଜର ଆଙ୍ଗୁଳି କାଟିଲେ ପ୍ରଶଂସକ

ଜେହାନାବାଦ,୨୪।୧୧: ନିକଟରେ ବିହାର ବିଧାନସଭା ନିର୍ବାଚନ ଶେଷ ହୋଇଛି। ରାଜ୍ୟରେ ନୂଆ ସରକାର ଗଠନ ହେବା ପରେ ଲୋକମାନେ ଭିନ୍ନ ଭିନ୍ନ ଢ଼ଙ୍ଗରେ ନିଜର ଖୁସି ଜାହିର କରୁଛନ୍ତି। କିଏ ପୂଜାର୍ଚ୍ଚନା କରୁଛି ତ ଆଉ କିଏ ମିଠା ବଣ୍ଟନ କରି ଉତ୍ସବ ମନାଉଛି। ସେହିପରି ଅଭିନେତା ହେଉ କି ନେତା, ସମସ୍ତଙ୍କର କେହି ନା କେହି ପ୍ରଶଂସକ ଥାନ୍ତି। ଆଉ ନିଜର ଆଦର୍ଶଙ୍କ ପାଇଁ କିଛି ବି କରିବାକୁ ସେମାନେ ପଛଘୁଞ୍ଚା ଦେଇ ନ ଥାନ୍ତି। କିଛି ଏଭଳି ଦେଖିବାକୁ ମିଳିଛି ବିହାର ଜେହାନାବାଦ ଜିଲାରେ। ବିହାରରେ ନୀତୀଶ କୁମାର ସରକାର ଗଠନ କରିବା ଖୁସିରେ ତାଙ୍କର ଜଣେ ପ୍ରଶଂସକ ନିଜର ଆଙ୍ଗୁଳି କାଟି ଦେଇଥିବା ଶୁଣିବାକୁ ମିଳିଛି। ସେ ପୁଣି ଗୋଟିଏ କି ଦୁଇଟି ନୁହେଁ ବରଂ ନିଜର ୪ଟି ଅଙ୍ଗୁଳି କାଟି ଅନନ୍ୟ ଉଦାହରଣ ସୃଷ୍ଟି କରିଛନ୍ତି। ସୂଚନାଯୋଗ୍ୟ, ଜେହାନାବାଦ ଜିଲାର ଘୋଷି ଥାନା ଅନ୍ତର୍ଗତ ବେନା ଗଁାରେ ରହୁଥିବା ୪୫ବର୍ଷୀୟ ଅନୀଲ ଶର୍ମା ନୀତୀଶ କୁମାରଙ୍କ ଜଣେ ବଡ଼ ପ୍ରଶଂସକ। ପୂର୍ବରୁ ନୀତିଶ ୩ଥର ମୁଖ୍ୟମନ୍ତ୍ରୀ ହୋଇଥିବା ବେଳେ ଅନୀଲ ତାଙ୍କ ପାଇଁ ନିଜର ଆଙ୍ଗୁଳି କାଟି ଖୁସି ଜାହିର କରିଥିଲେ। ତେବେ ଚଳିତ ବର୍ଷ ନଭେମ୍ବର ୧୬ରେ ନୀତୀଶ କୁମାର କ୍ରମାଗତ ଚତୁର୍ଥଥର ଲାଗି ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଥିଲେ। ଚତୁର୍ଥଥର ଲାଗି ଶାସନ ଗାଦି ସମ୍ଭାଳି ଥିବାରୁ ଅନୀଲ ନିଜର ଚତୁର୍ଥ ଆଙ୍ଗୁଳି କାଟି ମନ୍ଦିରକୁ ଦାନ କରିଛନ୍ତି। ତେବେ ଅନୀଲଙ୍କ ଏଭଳି କାର୍ଯ୍ୟ ଯୋଗୁ ଏବେ ସେ ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚାର ବିଷୟ ପାଲଟିଛନ୍ତି।

 

 


Enter your email to get our daily news in your inbox.

All Right Reserved By Dharitri.Com

ସର୍ଭର ଡାଉନ, ପଞ୍ଜୀକରଣ ପାଇଁ ଚାଷୀ କଲବଲ

ହାଟଡିହୀ/ଛେନାପଦୀ,୩୦l୮(ଶୁଭକାନ୍ତ ନାୟକ/ନିରାକାର ପରିଡା): ଚାଷୀଙ୍କ ନାମ ପଞ୍ଜୀକରଣର ସମୟ ସୀମା ସରକାର ଆଉ ୭ ଦିନ ବୃଦ୍ଧି କରିଛନ୍ତି। କିନ୍ତୁ ସର୍ଭର ଡାଉନ ଥିବାରୁ ଚାଷୀ ନାମ…

ଲାଞ୍ଚ ନେଇ ଧରାପଡ଼ିଲେ ଜିଲା ଶ୍ରମ ଅଧିକାରୀ

କେନ୍ଦୁଝର,୩୦ା୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଶ୍ରମ ଅଧିକାରୀ ଆକାଶ ବିଶୋଇ ଜଣେ ବ୍ୟକ୍ତିଙ୍କଠାରୁ ଲାଞ୍ଚ ନେଇ ଭିଜିଲାନ୍ସ ବିଭାଗ ହାତରେ ଧରାପଡ଼ିଛନ୍ତି। ଜିଲା ଶ୍ରମ ଅଧିକାରୀ…

ସ୍କୁଲ ପ୍ରିନି୍ସପାଲଙ୍କ ଉପସ୍ଥିତ ବୁଦ୍ଧି ଯୋଗୁ ବଞ୍ଚିଗଲା ସମସ୍ତ ସ୍କୁଲ ପିଲା, ଶିକ୍ଷକଙ୍କ ଜୀବନ, କେମିତି ଜାଣନ୍ତୁ…

କାଠମାଣ୍ଡୁ,୩୦ା୮: ନେପାଳରେ ପ୍ରଳୟଙ୍କରୀ ବନ୍ୟା ମାଡ଼ିଆସିବା ବେଳେ ଜଣେ ସ୍କୁଲ ପ୍ରିନି୍ସପାଲଙ୍କ ଉପସ୍ଥିତ ବୁଦ୍ଧି ଯୋଗୁ ୧,୬୪୩ ଜଣ ପିଲାଙ୍କ ଜୀବନ ବଞ୍ଚତ୍ୟାଇଛି। ନୁଓ୍ବାକୋଟ୍‌ ଜିଲା ତ୍ରିଭୁବନ…

ସ୍ବୟଂ ସହାୟିକା ଗୋଷ୍ଠୀ ଟଙ୍କା ଆତ୍ମାସତ କରି ମହିଳା ଗିରଫ, ମୁଖ୍ୟ ଅଭିଯୁକ୍ତ ଫେରାର

ପାରଳାଖେମୁଣ୍ଡି,୩୦ା୮(ଗିରିଧାରୀ ପରିଚ୍ଛା): ସ୍ବୟଂ ସହାୟକ ଗୋଷ୍ଠୀ ଜଟଙ୍କା ଓ ସୁନା ସଂଗ୍ରହ କରି ଆତ୍ମସାତ୍‌ କରିବା ଅଭିଯୋଗରେ ପାରଳାଖେମୁଣ୍ଡି ପୋଲିସ ଜଣଙ୍କୁ ହାଇଦ୍ରାବାଦରୁ ଗିରଫ କରିଛି। ଗିରଫ…

ହକି ବିଶ୍ୱକପ୍‌: ନେଦରଲାଣ୍ଡ୍ସକୁ ହରାଇ ବ୍ରୋଞ୍ଜ ପଦକ ଜିତିଲା ଆର୍ଜେଣ୍ଟିନା

ବେଲଫିଅସ,୩୦ା୮: ଚଳିତ ଏଫ୍‌ଆଇଏଚ୍‌ ପୁରୁଷ ହକି ବିଶ୍ୱକପ୍‌ରେ ଆର୍ଜେଣ୍ଟିନା ବ୍ରୋଞ୍ଜ ପଦକ ହାସଲ କରିଛି। ରବିବାର ଅନୁଷ୍ଠିତ ମ୍ୟାଚ୍‌ରେ ଆର୍ଜେଣ୍ଟିନା ୨-୧ ଗୋଲରେ ହକି ପାଓ୍ବରହାଉସ୍‌ ତଥା…

ଛତ୍ରପୁରରେ ଚାଞ୍ଚଲ୍ୟ: ଚିକିତ୍ସାଳୟରୁ ମୂକ ଶିଶୁକନ୍ୟା ଚୋରି, ସିସିଟିଭି ଯାଞ୍ଚ କରୁଛି ପୋଲିସ

ଛତ୍ରପୁର,୩୦ା୮(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ଉପଖଣ୍ଡ ଚିକିତ୍ସାଳୟରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଗୋଟିଏ ୫ ବର୍ଷର ମୂକ ଶିଶୁକନ୍ୟାକୁ ଜଣେ ବ୍ୟକ୍ତି ଚୋରି…

ଇମ୍ରାନ ମାମଲା: ପାକିସ୍ତାନ କ୍ରିକେଟରଙ୍କୁ ମୁହଁ ନ ଖୋଲିବାକୁ ପିସିବିର ବଡ଼ ତାଗିଦ

କରାଚୀ,୩୦ା୮: ଜେଲରେ ଥିବା ଇମ୍ରାନ ଖାନ୍‌ଙ୍କ ସମ୍ପର୍କରେ ଚଳିତ ଇଂଲଣ୍ଡ ବିପକ୍ଷରେ ଟେଷ୍ଟ ସିରିଜ୍‌ ଖେଳୁଥିବା ପାକିସ୍ତାନ କ୍ରିକେଟ ଦଳର ସଦସ୍ୟଙ୍କୁ କୌଣସି ମତାମତ ନ ଦେବାକୁ…

ଘରେ ପଶି ମୂକ ଯୁବତୀଙ୍କୁ ବଳାତ୍କାର ଉଦ୍ୟମ, ଜେଲ୍‌ ଗଲେ ଯୁବକ

ଦିଗପହଣ୍ଡି,୩୦ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅଧୀନ ଏକ ଗାଁରେ ଶନିବାର ମଧ୍ୟାହ୍ନରେ ଘରେ ପଶି ଜଣେ ମାନସିକ ଅନଗ୍ରସର ଓ ମୂକ ଯୁବତୀ(୨୧)ଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri