Posted inଜାତୀୟ

‘ପ୍ରଧାନମନ୍ତ୍ରୀ ହେବା ପାଇଁ ଅଣ୍ଡରୱାଲର୍‌ଡ ଡନ ଦାଉଦ ସହ ହାତ ମିଳାଇପାରନ୍ତି ନୀତୀଶ କୁମାର’

ପାଟନା,୧୨।୮: ବିହାରରେ ପୁଣି ମହାମେଣ୍ଟ ସରକାର ଗଠନ କରାଯାଇଛି। ଭାଜପା ସହ ସମ୍ପର୍କ କାଟି ନୀତୀଶ କୁମାର ପୁଣି ବିରୋଧୀଙ୍କ ସହ ମିଶି ସରକାର ଗଢିଛନ୍ତି। ଏହାପରେ ଜେଡିୟୁ ଏବଂ ଭାଜପା ନେତାଙ୍କ ମଧ୍ୟରେ ବାକ୍‌ଯୁଦ୍ଧ ଜାରି ରହିଛି। ବିହାରର ସାସରାମରୁ ଭାରତୀୟ ଜନତା ପାର୍ଟି (ଭାଜପା) ଏମ୍‌ପି ଛେଦୀ ପାଶୱାନ ନୀତୀଶ କୁମାରଙ୍କ ଉପରେ ବର୍ଷିଛନ୍ତି। ନୀତୀଶ କୁମାରଙ୍କୁ ଜଣେ ‘ଉଚ୍ଚାଭିଳାଷୀ ଏବଂ ଅବିଶ୍ୱସନୀୟ ବ୍ୟକ୍ତି’ ବୋଲି କହି ଛେଦୀ ପାଶୱାନ କହିଛନ୍ତି କହିଛନ୍ତି, ପ୍ରଧାନମନ୍ତ୍ରୀ ପଦ ପାଇଁ ମୁଖ୍ୟମନ୍ତ୍ରୀ ତଥା ଜନତା ଦଳ (ୟୁନାଇଟେଡ) ନେତା ନୀତୀଶ କୁମାର ମଧ୍ୟ ଅଣ୍ଡରୱାଲର୍‌ଡ ଡନ ଦାଉଦ ଇବ୍ରାହିମଙ୍କ ସହ ହାତ ମିଳାଇ ପାରିବେ। କିନ୍ତୁ ନୀତୀଶଙ୍କ ବିଡମ୍ବନାର ବିଷୟ ଯେ ସେ ପ୍ରଧାନମନ୍ତ୍ରୀ ହୋଇପାରିବେ ନାହିଁ। ନୀତୀଶ ଜଣେ ସ୍ବାର୍ଥବାଦୀ ନେତା। ସେ ସବୁବେଳେ ନିଜ ସ୍ବାର୍ଥ ଦେଖି କାର୍ଯ୍ୟ କରନ୍ତି।
ସୂଚନାଯୋଗ୍ୟ, ବିହାରରେ ୨୦୧୭ରେ ଭାଜପା ସମର୍ଥନରେ ଜେଡିୟୁ ସରକାର ଗଢ଼ିବା ପରଠାରୁ ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ଏବଂ ଭାଜପା ନେତା କ୍ରମାଗତ ଭାବେ ପରସ୍ପରକୁ କଟାକ୍ଷ କରିଆସୁଥିଲେ। କିନ୍ତୁ ଗତ କିଛିଦିନ ହେଲା ତାହା ଚରମ ସ୍ଥିତିରେ ପହଞ୍ଚତ୍ ଥିବାବେଳେ ରାଜ୍ୟରେ ଏନ୍‌ଡିଏ ମେଣ୍ଟ ଭାଙ୍ଗି ଯାଇଥିଲା। ଜେଡିୟୁର ଅଭିଯୋଗ ଥିଲା ଦଳ ଭିତରେ ନୀତିଶଙ୍କ ପତିଆରା କ୍ଷୁଣ୍ଣ କରିବାକୁ ଭାଜପା ଉଦ୍ୟମ ଚଳାଇଥିଲା। ଶେଷରେ ଭାଜପାଠାରୁ ଦୂରେଇ ନୀତୀଶ କୁମାର ଆରଜେଡି ସହ ମିଶି ରାଜ୍ୟରେ ସରକାର ଗଢିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...

୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...

ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri