Posted inଜାତୀୟ

ସାତ ନମ୍ବର ସହ କ’ଣ ରହିଛି ନୀତୀଶଙ୍କର ସମ୍ପର୍କ

ପାଟନା,୧୨ ।୧୧: ବିହାରରେ ପୁଣିଥରେ ଏନ୍‌ଡିଏ ସରକାର ଗଢିବାକୁ ଯାଉଛି । ଆଉ ସୁଶାସନ ବାବୁ ଭାବେ ପରିଚିତ ନୀତିଶ କୁମାର ଏଥର ବି ଶାସନ ଡୋରି ହାତରେ ରଖିବେ ବୋଲି ଜଣାପଡିଛି । ମହାମେଣ୍ଟକୁ ହରାଇବା ପରେ ଭାରତୀୟ ଜନତା ପାର୍ଟି(ଭାଜପା) ଯଦିଓ ସବୁଠାରୁ ବଡ ଦଳ ଭାବେ ଉଭା ହୋଇଛି ନୀତୀଶ କିନ୍ତୁ ମୁଖ୍ୟମନ୍ତ୍ରୀ ଆସନରେ ବସିବା ଧାର୍ଯ୍ୟ କରାଯାଇଛି । ଏଥରକୁ ମିଶାଇଲେ ନୀତୀଶ ୭ ଥର ଲାଗି ବିହାରର ମୁଖ୍ୟମନ୍ତ୍ରୀ ଆସନରେ ବସିବାକୁ ଯାଉଛନ୍ତି । ଯଦି ନମ୍ବରକୁ ଦେଖିବା ତେବେ ସାତ ନମ୍ବର ନୀତୀଶଙ୍କ ପାଇଁ ଭାଗ୍ୟଶାଳୀ ବୋଲି କୁହାଯାଉଛି । ନିର୍ବାଚନ ହେଉ କି ଏହାର ଫଳଫଳ ସବୁସହ ରହିଛି ୭ ଅଙ୍କର ସମ୍ପର୍କ । ନୀତୀଶ କୁମାର ଏବେ ୭୦ ବର୍ଷ ଅତିକ୍ରମ କରିଛିନ୍ତି । ଏହାସହ ସେ ସପ୍ତମ ଥର ପାଇଁ ମୁଖ୍ୟମନ୍ତ୍ରୀ ହେବାକୁ ଯାଉଛନ୍ତି । ନିର୍ବାଚନ ଫଳାଫଳର ତାରିଖ ୧୦-୧୧-୨୦୨୦ ହୋଇଥିିବା ବେଳେ ଏହାକୁ ମିଶାଇଲେ ଏହା ଗୋଟିଏ ଦୃଷ୍ଟିରୁ ୭ ହେଉଛି । ଜନତା ଦଳ ୟୁନାଇଟେଡ(ଜେଡିୟୁ) ବା ନୀତୀଶଙ୍କ ଦଳ ଏଥର ୪୩ ଆସନରେ ବିଜୟୀ ହୋଇଛି । ୪ରେ ୩ ମିଶିଲେ ବି ୭ ହେଉଛି । ସେପଟେ ଶପଥ ଗ୍ରହଣ ତାରିଖ ନୀତୀଶ ୧୬ ରଖିଛନ୍ତି । ଆଉ ୧ରେ ୬ ମିଶାଇଲେ ବି ୭ ହେଉଛି । ଏସବୁକୁ ଦେଖି ଏବେ ଆଲୋଚନା ହେଉଛି କି ନୀତୀଶଙ୍କ ପାଇଁ ୭ ହେଉଛି ଲକି ନମ୍ବର ।


Enter your email to get our daily news in your inbox.

All Right Reserved By Dharitri.Com

ନୂଆଦିଲ୍ଲୀରେ ରେଳମନ୍ତ୍ରୀଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୩୧ା୭: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନୂଆଦିଲ୍ଲୀ ଗସ୍ତରେ ଯାଇ କେନ୍ଦ୍ର ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କୁ ସାକ୍ଷାତ କରିଛନ୍ତି। ଏହି ସାକ୍ଷାତ ସମୟରେ ରାଜ୍ୟର ରେଳ ସଂଯୋଗୀକରଣ…

‘ଯୁଦ୍ଧରେ ମୃତ ଭାରତୀୟଙ୍କ ପରିବାରକୁ କେନ୍ଦ୍ର ସାହାଯ୍ୟ କରିବା ଉଚିତ’: ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ

ନୂଆଦିଲ୍ଲୀ,୩୧।୭: ସୁପ୍ରିମକୋର୍ଟ ରୁଷିଆ-ୟୁକ୍ରେନ ଯୁଦ୍ଧରେ ଶୁକ୍ରବାର ଆହତ ହୋଇଥିବା ଭାରତୀୟଙ୍କ ପରିବାରକୁ ସହାୟତା କରିବା ପାଇଁ ଜଣେ ନୋଡାଲ ଅଧିକାରୀଙ୍କୁ ନିଯୁକ୍ତି ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି। ଏହି…

ମୁଖ୍ୟମନ୍ତ୍ରୀଙ୍କୁ ହତ୍ୟା କରିବାକୁ ଷଡଯନ୍ତ୍ର; ଜୈଶ ଆତଙ୍କବାଦୀ ଗିରଫ

କୋଲକାତା,୩୧।୭: ପଶ୍ଚିମବଙ୍ଗର ସ୍ପେଶାଲ ଟାସ୍କ ଫୋର୍ସ (STF) ଜୈଶ-ଏ-ମହମ୍ମଦ (JeM) ସହିତ ଜଡିତ ଜଣେ ସନ୍ଦିଗ୍ଧ ଆତଙ୍କବାଦୀଙ୍କୁ ଗିରଫ କରିଛି। ଗିରଫ ବ୍ୟକ୍ତିଙ୍କୁ ହମିମ ମଣ୍ଡଳ ଭାବରେ…

ସ୍ତ୍ରୀଙ୍କୁ ଛାଡ଼ିବା ପାଇଁ ସୁପ୍ରିମକୋର୍ଟରେ ପହଞ୍ଚିଲେ ଓମାର ଅବଦୁଲ୍ଲା: ଆଗକୁ…

ଶ୍ରୀନଗର,୩୧।୭: ଜମ୍ମୁ ଏବଂ କଶ୍ମୀର ମୁଖ୍ୟମନ୍ତ୍ରୀ ଓମାର ଅବଦୁଲ୍ଲା ଖୁବଶୀଘ୍ର ତାଙ୍କ ପତ୍ନୀ ପାୟଲ ଅବଦୁଲ୍ଲାଙ୍କଠାରୁ ଛାଡପତ୍ର ନେବାକୁ ଯାଉଛନ୍ତି। ଏନେଇ ସେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ…

ଭାରତ ସହ ମିଶି ବାଂଲାଦେଶ-ରୁଷିଆ ନେଲା ବଡ଼ ନିଷ୍ପତ୍ତି, ଆମେରିକା ହୋଇଗଲା କାବା!

ନୂଆଦିଲ୍ଲୀ,୩୧।୭: ରୁଷ୍‌ର ପୁଟିନ୍ ସରକାର ବାଂଲାଦେଶକୁ ଭାରତୀୟ ଟଙ୍କା (INR)ରେ ବ୍ୟାପାରିକ ନେଣଦେଣ ଏବଂ ଋଣ ପରିଶୋଧ କରିବାକୁ ପ୍ରସ୍ତାବ ଦେଇଛନ୍ତି। ଏହି ପ୍ରସ୍ତାବ ଅଧୀନରେ ବାଂଲାଦେଶରେ…

Odisha Floods: ବନ୍ୟାଜଳ ହ୍ରାସ ପରେ ଶହ ଶହ ଏକର ଜମିରେ ବାଲିଚର, କ୍ଷତିପୂରଣ ଦାବି କଲେ ଚାଷୀ

କେସିଙ୍ଗା,୩୧।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକରେ ଲଗାଣ ଲଘୁଚାପଜନିତ ବର୍ଷାରେ ଶହ ଶହ ଏକର ଜମିରେ ଜଳମଗ୍ନ ହୋଇଥିଲା। ଗତ ରାତ୍ରିରୁ ପାଣି କମି ଯିବାରୁ…

ବୈଭବ ସୂର୍ଯ୍ୟବଂଶୀଙ୍କୁ ଉପ-ଅଧିନାୟକ ଭାବରେ ନିଯୁକ୍ତି ଉପରେ ପ୍ରଶ୍ନ ଉଠାଇଲେ ଭୋଗଲେ

ନୂଆଦିଲ୍ଲୀ,୩୧।୭: ଆଗାମୀ ଦୁଲୀପ ଟ୍ରଫି 2026-27 ଘରୋଇ ସିଜିନ ପାଇଁ ବୈଭବ ସୂର୍ଯ୍ୟବଂଶୀଙ୍କୁ ଉପ-ଅଧିନାୟକ ଭାବରେ ନିଯୁକ୍ତ କରି ପୂର୍ବ ଜୋନ ଚୟନକର୍ତ୍ତାମାନେ ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛନ୍ତି।…

odisha floods: ପାଣି ଘେରରେ କେନ୍ଦ୍ରାପଡ଼ାର ୭ ବ୍ଲକ

କେନ୍ଦ୍ରାପଡ଼ା,୩୧।୭: କେନ୍ଦ୍ରାପଡ଼ା ଜିଲାପାଳ ରଘୁରାମ ଆର ଆୟର ଶୁକ୍ରବାର ଏକ ବଡ଼ ସୂଚନା ଦେଇଛନ୍ତି। ଜିଲାର ୭ଟି ବ୍ଲକ ବନ୍ୟା ଦ୍ୱାରା ପ୍ରଭାବିତ ହୋଇଥିବା ଜିଲାପାଳ ଗଣମାଧ୍ୟମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri