Posted inଜାତୀୟ

ରାହୁଲଙ୍କ ଏହି ପଦିଏ କଥା ନୀତୀଶଙ୍କୁ ଲାଗିଥିଲା ଖରାପ, ସେହି ଦିନ ହିଁ ଇଣ୍ଡିଆ ମେଣ୍ଟ ଛାଡିବାକୁ ନେଇଥିଲେ ନିଷ୍ପତ୍ତି

ପାଟନା,୨୯।୧: ବିହାର ରାଜନୀତି ଏହି କିଛି ଦିନ ହେବ ଚର୍ଚ୍ଚାରେ ରହିଛି। ରବିବାର ନୀତୀଶ କୁମାର ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇ ପୁଣିଥରେ ଭାଜପାରେ ଯୋଗ ଦେଇ୯ମ ଥର ପାଇଁ ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି। ଭାଜପା ରାଜ୍ୟ ସଭାପତି ସମ୍ରାଟ ଚୌଧୁରୀ ଏବଂ ବିରୋଧୀଦଳ ନେତା ବିଜୟ ସିହ୍ନାଙ୍କୁ ଉପମୁଖ୍ୟମନ୍ତ୍ରୀ କରାଯାଇଛି। ସୂଚନାନୁସାରେ, ଜାନୁଆରୀ ୧୩ରେ ନୀତୀଶ ମହାଗଠବନ୍ଧନକୁ ଭାଙ୍ଗି ଏନ୍‌ଡିଏରେ ଯୋଗଦେବା ପାଇଁ ନିଷ୍ପତ୍ତି ନେଇଥିଲେ। ଏହି ଦିନ ଇଣ୍ଡିଆ ମେଣ୍ଟର ବୈଠକ ଅନୁଷ୍ଠିତ ହୋଇଥିଲା। ଏହି ବୈଠକରେ ରାହୁଲ ଗାନ୍ଧୀ ଏପରି କିଛି କହିଥିଲେ, ଯାହାକୁ ନେଇ ନୀତୀଶ ଅସନ୍ତୋଷ ପ୍ରକାଶ କରିଥିଲେ। ନୀତୀଶଙ୍କୁ ରାହୁଲଙ୍କ କଥାକୁ ଏତେ ଖରାପ ଲାଗିଥିଲା ଯେ, ସେ ବୈଠକ ଶେଷ ହେବାର ୧୦ ମିନିଟ ପୂର୍ବରୁ ଚାଲିଆସିଥିଲେ।

ସୂଚନାନୁସାରେ, ଜାନୁଆରୀ ୧୩ରେ କଂଗ୍ରେସ ଇଣ୍ଡିଆ ମେଣ୍ଟର ଏକ ଭର୍ଚୁଆଲ ବୈଠକ ଆୟୋଜନ କରିଥିଲା। ଏହି ବୈଠକରେ ଇଣ୍ଡିଆ ମେଣ୍ଟର ସଂଯୋଜକଙ୍କ ନାମ ଚୂଡାନ୍ତ ହେବାର ଥିଲା, କିନ୍ତୁ ରାହୁଲ ଗାନ୍ଧୀ କହିଥିଲେ ସଂଯୋଜକଙ୍କ ନାମ ପାଇଁ ସେ ଟିଏମସି ସୁପ୍ରିମୋ ମମତା ବାନାର୍ଜୀଙ୍କ ପରାମର୍ଶ ନେବେ। ଏହି କଥା ନୀତୀଶଙ୍କୁ ଭଲ ଲାଗିନଥିଲା। ବୈଠକର କିଛି ସମୟ ପରେ ସଦସ୍ୟମାନେ ନୀତୀଶ କୁମାରଙ୍କ ନାମ ସଂଯୋଜକ ଭାବରେ ଗ୍ରହଣ କରିଥିଲେ। ତେବେ ନୀତୀଶ କୁମାର ଏହି ପଦକୁ ପ୍ରତ୍ୟାଖ୍ୟାନ କରିଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରାଜପଥରେ ଆମ୍ବୁଲାନ୍ସ ବିଳମ୍ବ ହେଲେ ଦେବାକୁ ହେବ ଜୋରିମାନା, NHAI ଧାର୍ଯ୍ୟ କଲା ପ୍ରତି ମିନିଟ୍‌ର ଦାମ୍

ନୂଆଦିଲ୍ଲୀ,୧୨ା୮: ଭାରତୀୟ ଜାତୀୟ ରାଜପଥ ପ୍ରାଧିକରଣ (NHAI) ସଡ଼କ ଦୁର୍ଘଟଣା ପରେ ଉଦ୍ଧାର ଏବଂ ରିଲିଫ୍ କାର୍ଯ୍ୟକୁ ତ୍ୱରାନ୍ୱିତ କରିବା ଏବଂ ରାଜପଥରେ ଜରୁରୀକାଳୀନ ସେବାଗୁଡ଼ିକୁ ଅଧିକ…

ଭିଜିଲାନ୍ସ ଜାଲରେ ବ୍ରହ୍ମପୁର CDAO, ୧୫ ହଜାର ଲାଞ୍ଚ ନେଇ ଧରାପଡ଼ିଲେ

ବ୍ରହ୍ମପୁର,୧୨ା୮: ଭିଜିଲାନ୍ସ ଜାଲରେ ବ୍ରହ୍ମପୁର ମୁଖ୍ୟ ଜିଲା କୃଷି ଅଧିକାରୀ (CDAO) ବ୍ୟୋମକେଶ ମିଶ୍ର । ୧୫,୦୦୦ ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରିଲା ଭିଜିଲାନ୍ସ ବିଭାଗ…

ପୁରୀ ବେଳାଭୂମି ହେବ ଆଧ୍ୟାତ୍ମିକ ବେଳାଭୂମି: ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର,୧୨ା୮: ପୁରୀ ଗୋବର୍ଦ୍ଧନ ପୀଠର ସର୍ବାଙ୍ଗୀନ ବିକାଶ, ସୁରକ୍ଷା ଏବଂ ଶ୍ରୀଜଗନ୍ନାଥ ସଂସ୍କୃତିର ପ୍ରସାର ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ବୁଧବାର ଲୋକ ସେବା…

ରୋଷେଇ କରୁଥିବା ବେଳେ ଗ୍ୟାସ ଲିକ୍ ହୋଇ ଘର ଜଳିଗଲା, ଅଳ୍ପକେ ବର୍ତ୍ତିଲେ…

ଭବାନୀପାଟଣା,୧୨।୮(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ନୂଆଗୁଡା ଗ୍ରାମରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଗ୍ରାମର ହୀରା ବିଶି ନାମକ ଜଣେ ବିଧବା ମହିଳା…

ରାହୁଲ ଗାନ୍ଧୀଙ୍କୁ ନେଇ ବିବାଦୀୟ ମନ୍ତବ୍ୟ ଦେଲେ କଙ୍ଗନା, ଇଟାଲୀୟ ମା’ ହିଁ…..

ନୂଆଦିଲ୍ଲୀ,୧୨ା୮: ଛାତ୍ରମାନଙ୍କୁ ଲାଠିଚାର୍ଜ ଏବଂ କାର୍ଯ୍ୟାନୁଷ୍ଠାନକୁ ନେଇ ସ୍ବରାଷ୍ଟ୍ରମନ୍ତ୍ରୀଙ୍କ ବିବୃତ୍ତି ଦାବି ପ୍ରସଙ୍ଗରେ ଲୋକ ସଭାରେ ବିରୋଧୀ ଦଳର ନେତା ରାହୁଲ ଗାନ୍ଧୀ କ୍ରମାଗତ ଭାବରେ ସରକାରଙ୍କୁ…

୧୦ଟି ପ୍ରସ୍ତାବ ଉପରେ ବାଜିଲା କ୍ୟାବିନେଟ୍ ମୋହର, ପେପରଲେସ୍‌ ହେବ ଅଫିସ କାର୍ଯ୍ୟ

ଭୁବନେଶ୍ବର,୧୨ା୮: ରାଜ୍ୟ କ୍ୟାବିନେଟ୍‌ରେ ବୁଧବାର ୬ ବିଭାଗର ୧୦ଟି ପ୍ରସ୍ତାବ ଉପରେ ମୋହର ବାଜିଛି । ବୈଠକ ପରେ ସୂଚନା ଦେଲେ ମୁଖ୍ୟ ଶାସନ ସଚିବ ଅନୁ…

ଟେବୁଲ୍‌ ଟେନିସ୍‌ ଫେଡେରେଶନ ସ୍ବୀକୃତି ରଦ୍ଦ, କ୍ରୀଡ଼ା ମନ୍ତ୍ରଣାଳୟର ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୧୨।୮: ବୁଧବାର ଦିନ କ୍ରୀଡ଼ା ମନ୍ତ୍ରଣାଳୟ ପକ୍ଷରୁ ଭାରତୀୟ ଟେବୁଲ୍ ଟେନିସ୍ ମହାସଂଘ (TTFI) ର ସ୍ୱୀକୃତି ରଦ୍ଦ କରାଯାଇଛି। ମନ୍ତ୍ରଣାଳୟ ପକ୍ଷରୁ ଭାରତୀୟ ଅଲିମ୍ପିକ୍ ସଂଘକୁ…

ଉଦଘାଟନର ବର୍ଷେ ପରେବି ଅଚଳ ନୂଆ ମେଡିକାଲ, ଅବ୍ୟବସ୍ଥା ନେଇ ବର୍ଷିଲେ ବିଧାୟକ

କୋରାପୁଟ,୧୨ା୮(ଅମିତାଭ ବେହେରା ): କୋରାପୁଟ ମେଡିକାଲ ଉଦ୍‌ଘାଟନକୁ ବର୍ଷେ ପୂରିଥିଲେ ମଧ୍ୟ କାର୍ଯ୍ୟକ୍ଷମ ହୋଇପାରିନି ନୂଆ ମେଡିକାଲ କୋଠା। ଫଳରେ ପୁରୁଣା ମେଡିକାଲ କଲେଜ ଓ ହସ୍ପିଟାଲରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri