Posted inଜାତୀୟ

ଅପରାଧୀ ମଞ୍ଜୁ ବର୍ମାଙ୍କୁ ଜେଡିୟୁ ଟିକେଟ

ପାଟନ,୮ ।୧୦: ତିନୋଟି ପର୍ଯ୍ୟାୟରେ ହେବାକୁ ଥିବା ବିହାର ବିଧାନସଭା ନିର୍ବାଚନର ପ୍ରଥମ ପର୍ଯ୍ୟାୟ ପାଇଁ ନାମାଙ୍କନ ପାଇଁ ଶେଷ ତାରିଖର ଠିକ୍ ଗୋଟିଏ ଦିନ ପୂର୍ବରୁ ବହୁ ଟଣାଭିଡା ପରେ ଜନତା ଦଳ ୟୁନାଇଟେଡ(ଜେଡିୟୁ) ବୁଧବାର ତା’ର ସମସ୍ତ ୧୧୫ ପ୍ରାର୍ଥିଙ୍କ ନାମ ଘୋଷଣା କରିଛି । ଏହି ତାଲିକାରେ ଏମିତି ଏକ ନାମ ରହିଛି ଯାହା ସମସ୍ତଙ୍କୁ ଚକିତ କରିଛି । ନୀତୀଶ କୁମାରଙ୍କ ପୂର୍ବ ସରକାରରେ ମନ୍ତ୍ରୀ ଥିବା ମଞ୍ଜୁ ବର୍ମା । ତାଙ୍କୁ ଚୌରିଆ ବରିୟାରପୁର ବିଧାନସଭା ଆସନରୁ ପ୍ରାର୍ଥି କରାଯାଇଛି । ସୂଚନାଯୋଗ୍ୟ, ମଞ୍ଜୁ ବର୍ମା ୨୦୧୮ ମସିହାରେ ଦେଶରେ ଚର୍ଚ୍ଚାର କେନ୍ଦ୍ରବିନ୍ଦୁ ପାଲଟିଥିବା ମୁଜାଫରପୁର ବାଳିକାଗୃହ ବା ସେଲଟର ହୋମ୍ ଘଟଣାର ଜଣେ ଅଭିଯୁକ୍ତ ଯାହାଙ୍କୁ ଦଳ ପୂର୍ବରୁ ବାହାର କରିଦେଇଥିଲା । ମଞ୍ଜୁ ସେତେବେଳେ ନୀତୀସ ସରକାରରେ ସମାଜ କଲ୍ୟାଣ ମନ୍ତ୍ରୀ ଥିଲେ । ବିରୋଧିଙ୍କ ପ୍ର୍‌ତିବାଦ ପରେ ମଞ୍ଜୁ ସେତେବେଳେ ନିଜ ପଦବୀରୁ ଇସ୍ତଫା ଦେଇଥିଲେ । ସୂଚନାଯୋଗ୍ୟ, ମୁଜାଫରପୁର ସେଲ୍‌ଟର ହୋମ୍‌ରେ ପ୍ରାୟ ୩୪ ଜଣ ବାଳିକାଙ୍କୁ ଯୌନ ନିର୍ଯ୍ୟାତନା ଦିଆଯାଇଥିଲା । ଏହି ମାମଲାରେ ମଞ୍ଜୁ ବର୍ମାଙ୍କ ସ୍ୱାମୀ ଚନ୍ଦ୍ରଶେଖର ବର୍ମାଙ୍କ ନାମ ମଧ୍ୟ ସାମ୍ନାକୁ ଆସିଥିଲା । ଏହାପରେ ମଞ୍ଜୁଙ୍କ ଘରେ ଚଢାଉ କରାଯାଇ ବେଆଇନ ଭାବେ ଥିବା କିଛି ଅସ୍ତ୍ରଶସ୍ତ୍ର ଓ ଅନ୍ୟ ସାମଗ୍ରୀ ଜବତ କରାଯିବା ସହ ମଞ୍ଜୁ ଓ ତାଙ୍କ ସ୍ୱାମୀଙ୍କୁ ଗିରଫ କରି ଜେଲ୍ ପଠାଇ ଦିଆଯାଇଥିଲା । ପରେ ଅବଶ୍ୟ ଏମାନେ ଜାମିନରେ ମୁକୁଳି ଆସିଥିଲେ । ହେଲେ ଆପରାଧିକ ମାମଲାରେ ଜଡିତ ଥିବା ମଞ୍ଜୁଙ୍କୁ କିପରି ଟିକେଟ ମିଳିଲା ତାହା ଏବେ ଚର୍ଚ୍ଚାର ବିଷୟ ପାଲଟିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡିରେ ହେବ ଖେମୁଣ୍ଡି ଲୋକ ମହୋତ୍ସବ, ୨ ମନ୍ତ୍ରୀ ୪ ବିଧାୟକଙ୍କୁ କରାଯିବ ନିମନ୍ତ୍ରଣ

ଦିଗପହଣ୍ଡି,୧୨।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ରାଜସ୍ବ ବଙ୍ଗଳା ସମ୍ମିଳନୀ କକ୍ଷରେ ରବିବାର ଅପରାହ୍ନରେ ଖେମୁଣ୍ଡି ଲୋକ ମହୋତ୍ସବ ଆୟୋଜନ କରିବା ନିମନ୍ତେ ପ୍ରସ୍ତୁତି ବୈଠକ…

କନ୍ଧମାଳରୁ ଗଞ୍ଜେଇ ଚଲାଣ ବେଳେ ମାଡ଼ି ବସିଲା ପୋଲିସ, ଆଉ ତା’ପରେ…

ଭଞ୍ଜନଗର,୧୨।୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ରବିବାର ଗଞ୍ଜେଇ ଚୋରା ଚାଲାଣ ଅଭିଯୋଗରେ ଜଣଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ଜଣକ ହେଲେ ବୁଗୁଡ଼ା ଥାନା…

ଡେଲିଭରି ବୟର ସଙ୍ଗୀନ କାରନାମା! ଅର୍ଡର ଦେବା ପରେ ପଶିଲେ, ମହିଳାଙ୍କୁ ପ୍ରାଇଭେଟ୍ ପାର୍ଟ…

ବେଙ୍ଗାଲୁରୁ,୧୨।୭: ଶନିବାର ବେଙ୍ଗାଲୁରୁରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଜଣେ ଡେଲିଭରି ଏଜେଣ୍ଟ ଘରେ ଜୋରଜବରଦସ୍ତ ପ୍ରବେଶ କରି ମହିଳାଙ୍କ ସମ୍ମୁଖରେ ଅଶ୍ଳୀଳ କାର୍ଯ୍ୟ…

ଜାତୀୟସ୍ତରରେ ସମ୍ମାନିତ ହେଲେ ବ୍ରାହ୍ମଣୀଗାଁର ଝିଅ ଲକ୍ଷ୍ମୀପ୍ରିୟା

ଦାରିଙ୍ଗବାଡ଼ି, ୧୨ା୭ (ଅରୁଣ ସାହୁ): ଦାରିଙ୍ଗବାଡ଼ି ବ୍ଲକ୍‌ ବ୍ରାହ୍ମଣୀଗାଁ ଅଞ୍ଚଳରର ଝିଅ ଲକ୍ଷ୍ମୀପ୍ରିୟା ପରିଡ଼ା ପୁଣିଥରେ ଜାତୀୟସ୍ତରରେ ସମ୍ବର୍ଦ୍ଧିତ ହୋଇ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି।…

ପ୍ରଭାତ ଭାଜପାରେ ସାମିଲ ହେବା ପରେ ବର୍ଷିଲେ ମୁଖ୍ୟମନ୍ତ୍ରୀ, ବିଜେଡିରେ ଭୂକମ୍ପ….

ଭୁବନେଶ୍ବର,୧୨ା୭: ଭାଜପାରେ ମିଶିଲେ ବିଜେଡିରୁ ବିତାଡ଼ିତ ହୋଇଥିବା ବରିଷ୍ଠ ନେତା ପ୍ରଭାତ ବିଶ୍ୱାଳ । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଉପସ୍ଥିତିରେ…

ପୂର୍ବତନ ବିଧାୟକଙ୍କ ଜନ୍ମଜୟନ୍ତୀ ସମାରୋହ

ଦିଗପହଣ୍ଡି,୧୨ା୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଏକ କଲ୍ୟାଣମଣ୍ଡପରେ ପୂର୍ବତନ ବିଧାୟକ ତଥା ପ୍ରବୀଣ କୃଷକ ନେତା ସ୍ବର୍ଗତ ବିଶ୍ୱନାଥ ସାହୁ ଜନ୍ମ ଶତବାର୍ଷିକୀ…

ରେଳଧାରଣାରୁ ମିଳିଲା ଯୁବତୀଙ୍କ ମୃତଦେହ, ବଢ଼ିଲା ସନ୍ଦେହ…

ଛତ୍ରପୁର,୧୨।୭(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ପୌରପରିଷଦ ନିକଟ ହୁମ୍ବର ଗ୍ରାମ ଦେଇ ଯାଉଥିବା ଚେନ୍ନାଇ-ହାୱଡ଼ା ରେଳଧାରଣା କଡ଼ରୁ ରବିବାର ଜଣେ ଯୁବତୀଙ୍କ ମୃତଦେହ ଉଦ୍ଧାର ହୋଇଛି।…

୩୦ ଦିନ ଜେଲରେ ରହିଲେ PM-CMଙ୍କ ବିରୋଧରେ କ’ଣ ହେବ ଆକ୍ସନ? ସଂସଦୀୟ କମିଟି ଦେଲା ବଡ଼ ପରାମର୍ଶ

ନୂଆଦିଲ୍ଲୀ,୧୨।୭: ବିରୋଧୀ ଦଳଗୁଡ଼ିକ ଦ୍ୱାରା ଉଠାଯାଇଥିବା ଚିନ୍ତା ମଧ୍ୟରେ, ସଂସଦୀୟ କମିଟି ଏକ ସୁପାରିଶ କରିଛି । ଯେ ଯଦି କୌଣସି ପ୍ରଧାନମନ୍ତ୍ରୀ, କେନ୍ଦ୍ରମନ୍ତ୍ରୀ କିମ୍ବା ମୁଖ୍ୟମନ୍ତ୍ରୀଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri