Posted inଜାତୀୟ

ପ୍ରଶାନ୍ତ କିଶୋରଙ୍କ କଥା ଶୁଣି ରାଗିଗଲେ ନୀତୀଶ କୁମାର

ନୂଆଦିଲ୍ଲୀ,୮।୯: ଭାଜପା ବିରୋଧରେ ବିରୋଧୀଙ୍କୁ ଏକଜୁଟ କରିବାରେ ଲାଗିପଡିଛନ୍ତି ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର। ୪ ଦିନିଆ ଦିଲ୍ଲୀ ଗସ୍ତରେ ଆସି ଜଣଙ୍କ ପରେ ଜଣେ ବିରୋଧୀ ଦଳର ନେତାଙ୍କୁ ସେ ଭେଟିବାରେ ଲାଗିଛନ୍ତି। ଏଥିସହ ସେ ସବୁ ବିରୋଧୀଙ୍କୁ ୨୦୨୪ ସାଧାରଣ ନିର୍ବାଚନ ପୂର୍ବରୁ ଏକାଠି କରିପାରିବେ ବୋଲି ଆଶା ମଧ୍ୟ ରଖିଛନ୍ତି।
ଏନସିପି ମୁଖ୍ୟ ଶରଦ ପାୱାରଙ୍କୁ ଭେଟିବା ପରେ ନୀତୀଶ କୁମାରଙ୍କୁ ଖବରଦାତା ମାନେ ଏକାଧିକ ପ୍ରଶ୍ନ କରିଥିଲେ। ଏହି ସମୟରେ ତାଙ୍କୁ ନିର୍ବାଚନ ରଣନୀତିଜ୍ଞ ପ୍ରଶାନ୍ତ କିଶୋରଙ୍କ ଉପରେ ଏକ ପ୍ରଶ୍ନ ହେବାରୁ ସେ ରାଗିଯାଇଥିଲେ। ନିକଟରେ ପ୍ରଶାନ୍ତ କିଶୋର କହିଛନ୍ତି, ବିହାରରେ ଯାହା ଘଟିଛି ତାହା ଜାତୀୟ ରାଜନୀତିରେ ଅଧିକ ପ୍ରଭାବ ପକାଇବ ନାହିଁ। ଏହାର ଜବାବରେ ନୀତୀଶ କହିଛନ୍ତି,ପ୍ରଶାନ୍ତ କିଶୋରଙ୍କ କଥାବାର୍ତ୍ତାର କିଛି ଅର୍ଥ ନାହିଁ। ସେ ବିହାରର ଏ,ବି,ସି କିଛି ଜାଣନ୍ତି ନାହିଁ। ଯଦି ସେ କିଛି କହୁଛନ୍ତି, ତେବେ ବୁଝନ୍ତୁ ଯେ ତାଙ୍କ ମନ ଭାଜପା ସହିତ ରହିବ, ଏହା ଭାଜପାକୁ ସାହାଯ୍ୟ କରିବ। ସେ ଲୋକ ମୋ ସହ ପ୍ରଥମେ ଥିଲେ।  ସାରା ଦେଶରେ ଅନେକ ପାର୍ଟି ପାଇଁ ସେ କାର୍ଯ୍ୟ କରୁଛନ୍ତି। ତାଙ୍କର ଏହା ଏକ ବ୍ୟବସାୟ। ସେ ବିହାରରେ ଯାହା କରିବାକୁ ଚାହାଁନ୍ତି, ସେ କରନ୍ତୁ। ତାଙ୍କର ମନ୍ତବ୍ୟର କୌଣସି ଅର୍ଥ ନାହିଁ।
ସୂଚନାଯୋଗ୍ୟ, ନୀତୀଶ କୁମାର ଗତ ମାସରେ ବିହାରରେ ଭାଜପା ସହ ମେଣ୍ଟ ଭାଙ୍ଗି ଆରଜେଡି ସହ ସରକାର ଗଠନ କରିଥିଲେ। ସେବେଠାରୁ ସେ ବିରୋଧୀ ଏକତା ଉପରେ ଲଗାତର ଗୁରୁତ୍ୱ ଦେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀ ସରକାରଙ୍କ ପ୍ରାଣମୁର୍ଚ୍ଛା ଉଦ୍ୟମ, ପ୍ରଦୂଷଣ ରୋକିବାକୁ ‘ତନ୍ଦୁର’ ଉପରେ ଲାଗିଲା ବ୍ୟାନ

ନୂଆଦିଲ୍ଲୀ,୧୬।୧୨: ଦିଲ୍ଲୀରେ ବାୟୁ ପ୍ରଦୂଷଣ ସଙ୍କଟଜନକ ସ୍ତରରେ ପହଞ୍ଚିବା ପରେ ରାଜ୍ୟ ସରକାର ଅଧିକ କଡ଼ା କଟକଣା ଲାଗୁ କରିଛନ୍ତି। ରୁଟି ଏବଂ ଅନ୍ୟାନ୍ୟ ଖାଦ୍ୟ...

ଏପଟେ ଚାଲିଥିଲା IPL ନିଲାମ; ସେପଟେ ପ୍ରଥମ ଭାରତୀୟ ଭାବେ ଦ୍ୱିଶତକ ମାରିଲେ ୧୭ ବର୍ଷୀୟ ବ୍ୟାଟର

ନୂଆଦିଲ୍ଲୀ,୧୬।୧୨: ଭାରତୀୟ କ୍ରିକେଟ୍ ଇତିହାସରେ ଏକ ନୂଆ ଅଧ୍ୟାୟ ଯୋଡ଼ିଛନ୍ତି ୧୭ ବର୍ଷୀୟ ବାମହାତୀ ବ୍ୟାଟ୍ସମ୍ୟାନ୍ ଅଭିଜ୍ଞାନ କୁଣ୍ଡୁ। ସେ ଏସିଆ କପ୍ ୨୦୨୫ ରେ...

ଗୁଜରାଟରେ ‘ରୋଲିଂ ପେପର’ ଉପରେ କଟକଣା: ନିଶା ସେବନ ରୋକିବା ପାଇଁ ସରକାରଙ୍କ ବଡ଼ ପଦକ୍ଷେପ

ନୂଆଦିଲ୍ଲୀ,୧୬।୧୨: ଯୁବପିଢ଼ିଙ୍କ ମଧ୍ୟରେ ବଢୁଥିବା ନିଶା ସେବନକୁ ରୋକିବା ଉଦ୍ଦେଶ୍ୟରେ ଗୁଜରାଟ ସରକାର ମଙ୍ଗଳବାର ରାଜ୍ୟରେ ‘ରୋଲିଂ ପେପର’, ‘ସ୍ମୋକିଂ କୋନ୍’, ପ୍ୟାକେଜ୍ଡ ରୋଲିଂ କିଟ୍...

୬ ବଲ୍‌ରେ ମାରିଥିଲେ ୬ ଛକା, ଏବେ ୧୦ ଗୁଣା ଅଧିକ ଟଙ୍କା ଦେଇ କିଣିଲା KKR, ମିଳିଲା ଏତିକି…

ଅବୁଧାବୀ,୧୬।୧୨: ଆଇପିଏଲ୍‌ ୨୦୨୬ର ମିନି ନୀଲାମୀରେ ଭାରତୀୟ ଯୁବ ଖେଳାଳିମାନଙ୍କ ଉପରେ ଟଙ୍କା ବର୍ଷା ହୋଇଛି। ଏଥର ଅନେକ ଯୁବ ଖେଳାଳି ଉପରେ ଫ୍ରାଞ୍ଚାଇଜିଗୁଡ଼ିକ ବଡ଼...

କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର: ଚିକିତ୍ସା ଅବହେଳାରୁ ନବଜାତ ଶିଶୁପୁତ୍ର, ପ୍ରସୂତି ମହିଳାଙ୍କ ମୃତ୍ୟୁ

କେସିଙ୍ଗା,୧୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଚିକିତ୍ସା ଅବହେଳାରୁ ଏକ ନବଜାତ ଶିଶୁପୁତ୍ର ସହ...

ତପ୍ତପାଣି ଘାଟିରେ ଭୟଙ୍କର ଦୁର୍ଘଟଣା: ଦୁଇ ସାଙ୍ଗ ବୁଲିବାକୁ ଜାଇ…

ଦିଗପହଣ୍ଡି,୧୬।୧୨(ଅଶେଷ ନାଥ ମିଶ୍ର):ଗଞ୍ଜାମ-ଗଜପତି ସୀମାନ୍ତ ସାନଖେମୁଣ୍ଡି ବ୍ଳକ ପାଟପୁର ଥାନା ତପ୍ତପାଣି ଘାଟି ଛେଦନଇ ନିକଟରେ ଏକ ବାଇକ ଦୁର୍ଘଟଣାରେ ଜଣେ ମତ୍ୟୁବରଣ କରିଥିବା ବେଳେ...

ପୂର୍ବତନ କାଉନସିଲରଙ୍କ ପରଲୋକ: ଶୋକ ବ୍ୟକ୍ତକଲେ ବିଧାୟକ

ଭଞ୍ଜନଗର,୧୬।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଏନଏସିର ପୂର୍ବତନ କାଉନସିଲର ଟି. ସାରଦା ରାଓ (୫୫) ମଙ୍ଗଳବାର ପରାଲୋକ ହୋଇଛିି। ସେ ଜନତାଦଳରୁ ୧୯୯୮ ମସିହାରେ...

୧ ଲକ୍ଷ ଟଙ୍କାର ଋଣ ୭୪ ଲକ୍ଷରେ ପହଞ୍ଚିଲା: ପରିଶୋଧ କରିବାକୁ କିଡନୀ ବିକ୍ରି କଲେ ଚାଷୀ

ଭୁବନେଶ୍ୱର,୧୬।୧୨: ମହାରାଷ୍ଟ୍ରର ଚନ୍ଦ୍ରପୁର ଜିଲାର ଜଣେ ଚାଷୀଙ୍କୁ ବେଆଇନ ମହାଜନମାନଙ୍କଠାରୁ ନେଇଥିବା ୧ ଲକ୍ଷ ଟଙ୍କାର ଋଣ ଶେଷରେ ଦିନକୁ ୧୦,୦୦୦ ଟଙ୍କା ସୁଧ ସହିତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri