Posted inଜାତୀୟ

ପ୍ରଶାନ୍ତ କିଶୋରଙ୍କ କଥା ଶୁଣି ରାଗିଗଲେ ନୀତୀଶ କୁମାର

ନୂଆଦିଲ୍ଲୀ,୮।୯: ଭାଜପା ବିରୋଧରେ ବିରୋଧୀଙ୍କୁ ଏକଜୁଟ କରିବାରେ ଲାଗିପଡିଛନ୍ତି ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର। ୪ ଦିନିଆ ଦିଲ୍ଲୀ ଗସ୍ତରେ ଆସି ଜଣଙ୍କ ପରେ ଜଣେ ବିରୋଧୀ ଦଳର ନେତାଙ୍କୁ ସେ ଭେଟିବାରେ ଲାଗିଛନ୍ତି। ଏଥିସହ ସେ ସବୁ ବିରୋଧୀଙ୍କୁ ୨୦୨୪ ସାଧାରଣ ନିର୍ବାଚନ ପୂର୍ବରୁ ଏକାଠି କରିପାରିବେ ବୋଲି ଆଶା ମଧ୍ୟ ରଖିଛନ୍ତି।
ଏନସିପି ମୁଖ୍ୟ ଶରଦ ପାୱାରଙ୍କୁ ଭେଟିବା ପରେ ନୀତୀଶ କୁମାରଙ୍କୁ ଖବରଦାତା ମାନେ ଏକାଧିକ ପ୍ରଶ୍ନ କରିଥିଲେ। ଏହି ସମୟରେ ତାଙ୍କୁ ନିର୍ବାଚନ ରଣନୀତିଜ୍ଞ ପ୍ରଶାନ୍ତ କିଶୋରଙ୍କ ଉପରେ ଏକ ପ୍ରଶ୍ନ ହେବାରୁ ସେ ରାଗିଯାଇଥିଲେ। ନିକଟରେ ପ୍ରଶାନ୍ତ କିଶୋର କହିଛନ୍ତି, ବିହାରରେ ଯାହା ଘଟିଛି ତାହା ଜାତୀୟ ରାଜନୀତିରେ ଅଧିକ ପ୍ରଭାବ ପକାଇବ ନାହିଁ। ଏହାର ଜବାବରେ ନୀତୀଶ କହିଛନ୍ତି,ପ୍ରଶାନ୍ତ କିଶୋରଙ୍କ କଥାବାର୍ତ୍ତାର କିଛି ଅର୍ଥ ନାହିଁ। ସେ ବିହାରର ଏ,ବି,ସି କିଛି ଜାଣନ୍ତି ନାହିଁ। ଯଦି ସେ କିଛି କହୁଛନ୍ତି, ତେବେ ବୁଝନ୍ତୁ ଯେ ତାଙ୍କ ମନ ଭାଜପା ସହିତ ରହିବ, ଏହା ଭାଜପାକୁ ସାହାଯ୍ୟ କରିବ। ସେ ଲୋକ ମୋ ସହ ପ୍ରଥମେ ଥିଲେ।  ସାରା ଦେଶରେ ଅନେକ ପାର୍ଟି ପାଇଁ ସେ କାର୍ଯ୍ୟ କରୁଛନ୍ତି। ତାଙ୍କର ଏହା ଏକ ବ୍ୟବସାୟ। ସେ ବିହାରରେ ଯାହା କରିବାକୁ ଚାହାଁନ୍ତି, ସେ କରନ୍ତୁ। ତାଙ୍କର ମନ୍ତବ୍ୟର କୌଣସି ଅର୍ଥ ନାହିଁ।
ସୂଚନାଯୋଗ୍ୟ, ନୀତୀଶ କୁମାର ଗତ ମାସରେ ବିହାରରେ ଭାଜପା ସହ ମେଣ୍ଟ ଭାଙ୍ଗି ଆରଜେଡି ସହ ସରକାର ଗଠନ କରିଥିଲେ। ସେବେଠାରୁ ସେ ବିରୋଧୀ ଏକତା ଉପରେ ଲଗାତର ଗୁରୁତ୍ୱ ଦେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ମୁଁ ଏଠାକାର ଖେଳାଳି’, ନଦୀରେ ଡେଇଁ ଭିଡିଓ ପୋଷ୍ଟ କଲେ କିରେନ ରିଜିଜୁ, ରାହୁଲ ଗାନ୍ଧୀଙ୍କ ସହ ତୁଳନାରେ ଦେଲେ ଏମିତି ଜବାବ

ନୂଆଦିଲ୍ଲୀ,୨୩।୮: ଅରୁଣାଚଳ ପ୍ରଦେଶର ଏମପି ତଥା କେନ୍ଦ୍ରମନ୍ତ୍ରୀ କିରେନ ରିଜିଜୁ ସୋସିଆଲ ମିଡିଆରେ ନିଜର ଏକ ଭିଡିଓକୁ ନେଇ ଚର୍ଚ୍ଚାରେ ଅଛନ୍ତି । ନଦୀରେ ଡେଇଁ ତୀବ୍ର…

ଦୋକାନ ଭିତରୁ ମିଳିଲା ମାଲିକାଣୀଙ୍କ ରକ୍ତାକ୍ତ ମୃତଦେହ, ଭାଇ ଆଣିଲେ ହତ୍ୟା ଅଭିଯୋଗ

କେନ୍ଦୁଝର,୨୩।୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଟାଉନ ଥାନା ଅଧୀନ ଘୁଟୁରୁରେ ଥିବା ଏକ ଶୋରୁମ ଭିତରୁ ଜଣେ ମହିଳାଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି। ତାଙ୍କ ନାମ…

ରନ୍ଧନ ଗ୍ୟାସକୁ ନେଇ କେନ୍ଦ୍ର ସରକାରଙ୍କ ବଡ଼ ନିୟମ: ଏହା ଥିଲେ ବନ୍ଦ ହେବ LPG ସିଲିଣ୍ଡର

ନୂଆଦିଲ୍ଲୀ,୨୩।୮: ଦେଶର ଘରୋଇ ରୋଷେଇ ଗ୍ୟାସ ବ୍ୟବସ୍ଥାରେ ବଡ଼ ପରିବର୍ତ୍ତନ ଆଣିବା ଦିଗରେ କେନ୍ଦ୍ର ସରକାର ପଦକ୍ଷେପ ନେଉଛନ୍ତି । ଯେଉଁ ଅଞ୍ଚଳରେ ପୂର୍ବରୁ PNG (Piped…

ସ୍କୁଲ ବନ୍ଦ କରି ଚାଲିଗଲେ ଶିକ୍ଷକ: ଭିତରେ ଫସି ରହିଲେ ଛାତ୍ରୀ, କାନ୍ଦ ବୋବାଳି….

ବଲାଙ୍ଗୀର,୨୩ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପାଟଣାଗଡ ଭାଇଁସା ସରକାରୀ ପ୍ରାଥମିକ ଉଚ୍ଚ ବିଦ୍ୟାଳୟରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଗତକାଲି ଶନିବାର ଦିନ…

ଡିଜିଟାଲ ଠକେଇରୁ କେମିତି ମିଳିବ ମୁକ୍ତି? ବରିଷ୍ଠ ନାଗରିକଙ୍କୁ ନେଇ…

ଛତ୍ରପୁର,୨୩ା୮(ଦିଲ୍ଲୀପ ସାମଲ): ବଢୁଥିବା ସାଇବର ଅପରାଧ ଓ ବିଶେଷକରି ଡିଜିଟାଲ ଆରେଷ୍ଟ ନାମରେ ହେଉଥିବା ଠକେଇରୁ ବରିଷ୍ଠ ନାଗରିକମାନଙ୍କୁ ସଚେତନ କରିବା ଲକ୍ଷ୍ୟରେ ଛତ୍ରପୁର ଥାନା ପକ୍ଷରୁ…

ଥୁଆମୂଳ ରାମପୁରରେ ରେକର୍ଡ ବର୍ଷା; ଯାତାୟତ ସମ୍ପୂର୍ଣ୍ଣ ଠପ୍, ପାଣିରେ ଫସିଲା ଆମ୍ବୁଲାନ୍ସ

ଥୁଆମୂଳ ରାମପୁର,୨୩ା୮(ଦୁର୍ଗା କୀର୍ତ୍ତି): ଲଘୁଚାପ ପ୍ରଭାବରେ ଦକ୍ଷିଣ ଓଡ଼ିଶାର ବିଭିନ୍ନ ଜିଲାରେ ପ୍ରବଳ ବର୍ଷା ଜାରି ରହିଥିବା ବେଳେ କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ରେକର୍ଡ…

ଭରା ପାଣିରେ ବଞ୍ଚିବା ପାଇଁ ସଂଘର୍ଷ, ଗ୍ରାମବାସୀ ଜନପ୍ରତିନିଧିଙ୍କୁ ଅଭିଯୋଗ କରିବା ପରେ ବି…

ଗୁଡ଼ାରି,୨୩ା୮(ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକର ପେଣ୍ଡିଲି ପଞ୍ଚାୟତ ଅନ୍ତର୍ଗତ ପଞ୍ଚୁପାଣ୍ଡବ ଗ୍ରାମ ନିକଟରେ ପ୍ରବାହିତ ନାଳରେ ଲଘୁଚାପ ଜନିତ ବର୍ଷା ଯୋଗୁ ଅଧିକ…

ଆସନ୍ତାକାଲି ପ୍ରବଳ ବର୍ଷା ସହ ବଜ୍ରପାତ ସମ୍ଭାବନା: ଏହି ଜିଲାରେ ସବୁ ସ୍କୁଲ ଛୁଟି

ନବରଙ୍ଗପୁର,୨୩ା୮(ସଦାଶିବ ପ୍ରହରାଜ): ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ନବରଙ୍ଗପୁର ଜିଲାରେ ଆସନ୍ତାକାଲି ଅର୍ଥାତ୍‌ ୨୪ ଅଗଷ୍ଟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସହିତ ଘଡ଼ଘଡ଼ି ଓ ବଜ୍ରପାତର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri