Posted inଜାତୀୟ

ନୀତୀଶ କୁମାର ଅସୁସ୍ଥ!

ପାଟନା,୨୬।୧: ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କ ସ୍ବାସ୍ଥ୍ୟାବସ୍ଥା ପୁଣି ହଠାତ୍‌ ଖରାପ ହୋଇଯାଇଛି। ଏହି କାରଣରୁ ତାଙ୍କର ସମସ୍ତ କାର୍ଯ୍ୟକ୍ରମ ବାତିଲ କରାଯାଇଛି। ତାଙ୍କୁ ଥଣ୍ଡା, ଫ୍ଲୁ ଏବଂ ଜ୍ୱର ହୋଇଥିବା ସୂଚନା ମିଳିଛି। ପାଗ ପରିବର୍ତ୍ତନ ଯୋଗୁ ତାଙ୍କ ସ୍ବାସ୍ଥ୍ୟାବସ୍ଥା ଖରାପ ହୋଇଯାଇଛି ବୋଲି କୁହାଯାଉଛି। ଅସୁସ୍ଥତା କାରଣରୁ ତାଙ୍କର ସମସ୍ତ କାର୍ଯ୍ୟକ୍ରମ ବାତିଲ ହୋଇଯାଇଛି। ତଥାପି, ଏହା ଏପର୍ଯ୍ୟନ୍ତ ସରକାରୀ ଭାବରେ ନିଶ୍ଚିତ ହୋଇନାହିଁ।
ନୀତୀଶ କୁମାର ଗଣତନ୍ତ୍ର ଦିବସ ଅବସରରେ ରାଜଭବନରେ ଆୟୋଜିତ କାର୍ଯ୍ୟକ୍ରମରେ ଯୋଗଦେବାର ଥିଲା। ଅସୁସ୍ଥତା ପାଇଁ ସେ କାର୍ଯ୍ୟକ୍ରମରେ ଯୋଗ ଦେଇପାରିଲେ ନାହିଁ। ସେ ପ୍ରତିବର୍ଷ ଦଳିତ ଟୋଲାରେ ପତାକା ଉତ୍ତୋଳନ ଉତ୍ସବରେ ଅଂଶଗ୍ରହଣ କରୁଥିଲେ। କିନ୍ତୁ, ଏବର୍ଷ ସେ ଏହି କାର୍ଯ୍ୟକ୍ରମରେ ମଧ୍ୟ ଯୋଗ ଦେଇପାରିଲେ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

କୋଣାଦିତ୍ୟରେ ନବ ଆଳତି ପରମ୍ପରା

ପଦ୍ମକ୍ଷେତ୍ର କୋଣାର୍କଠାରେ ଅଭିନବ ଆଳତି ପରମ୍ପରା କଥା ପୂର୍ବ ସଂଖ୍ୟାରେ ଆମେ ଆଲୋଚନା କରିଥିଲେ। ତାହାର ଏକ ଚମତ୍କାର ଦିଗ ରହିଛି। ଭାରତରେ ଅନ୍ୟ କେଉଁ କ୍ଷେତ୍ର…

କ୍ରାଇମବ୍ରାଞ୍ଚ DGଙ୍କ ବଡ଼ ବୟାନ: ସୌମ୍ୟ ହତ୍ୟାର ସବୁ ଅଭିଯୁକ୍ତ ଚିହ୍ନଟ

ଭୁବନେଶ୍ୱର,୧୮।୫: କ୍ରାଇମବ୍ରାଞ୍ଚ DG ବିନୟତୋଷ ମିଶ୍ର ସୋମବାର ଏକ ବଡ଼ ବୟାନ ଦେଇଛନ୍ତି। ବାଲିଅନ୍ତା ସୌମ୍ୟ ହତ୍ୟା ମାମଲାରେ ସବୁ ଅଭିଯୁକ୍ତଙ୍କୁ ଚିହ୍ନଟ କରାଯାଇଥିବା DG ମିଶ୍ର…

ଇଲେକ୍ଟ୍ରିସିଆନକୁ ଭଲ ପାଉଥିଲେ ନାବାଳିକା, ରାଗିଯାଇ ଝିଅର ଗଳା କାଟିଦେଲେ ବାପା

ବେଙ୍ଗାଲୁରୁ,୧୮।୫: ବେଙ୍ଗାଲୁରୁରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଝିଅର ପ୍ରେମକୁ ସହିନପାରି ହତ୍ୟା କଲେ ବାପା । ଘଟଣାଟି ଆଶ୍ଚର୍ଯ୍ୟ ଲାଗିଲେ ମଧ୍ୟ ସତ…

ପ୍ରଦୂଷଣ ଓ ଜଳବାୟୁ ପରିବର୍ତ୍ତନ

ବର୍ତ୍ତମାନ ପ୍ରଦୂଷଣ ସମଗ୍ର ବିଶ୍ୱରେ ଚିନ୍ତାର କାରଣ ପାଲଟିଛି। ଏହା ଏବେ ଏଭଳି ଆକାର ଧାରଣ କରିଛି ଯେ ତାହାଦ୍ୱାରା ଜଳବାୟୁ ପ୍ରଭାବିତ ହେଉଛି। କେବଳ ସେତିକି…

ଭାଜପା ପାର୍ଟି ଅଫିସର କୋର୍‌ କମିଟି ବୈଠକ: ଏମିତି କ’ଣ ଆଲୋଚନା ହେଲା କହିଦେଲେ ବସନ୍ତ ପଣ୍ଡା

ଭୁବନେଶ୍ୱର,୧୮।୫: ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ ଓଡ଼ିଶା ଆସିବା ପରେ ସୋମବାର ସକାଳେ ଭାଜପା ପାର୍ଟି ଅଫିସର କୋର୍‌ କମିଟି ବୈଠକ ବସିଥିଲା। ଯେଉଁଥିରେ ଦଳକୁ…

କଟକ ପରେ ମାଲକାନଗିରିରେ ପେଟ୍ରୋଲ ନେଲା ଜୀବନ

ମାଲକାନଗିରି,୧୮ା୫(ଦୁର୍ଯ୍ୟୋଧନ ପାତ୍ର): ଡାକ୍ତରଖାନା ଆସୁଥିବା ବେଳେ ବାଟରେ ସରିଗଲା ବାଇକରୁ ପେଟ୍ରୋଲ। ଆଖପାଖରେ ଆଉ ମିଳିଲା ନାହିଁ ପେଟ୍ରୋଲ। ଫଳରେ ହସ୍ପିଟାଲ ପହଞ୍ଚିବା ପୂର୍ୱରୁ ଚାଲିଯାଇଛି ଆଉ…

୬ ମାସରେ ଭାଙ୍ଗିଯିବ TVK ସରକାର, ଷ୍ଟାଲିନ ପୁଣି ହେବେ ମୁଖ୍ୟମନ୍ତ୍ରୀ! ଜାଣନ୍ତୁ କିଏ କରିଛନ୍ତି ଏମିତି ଭବିଷ୍ୟବାଣୀ

ଚେନ୍ନାଇ,୧୮।୫: ତାମିଲନାଡୁରେ ବିଜୟଙ୍କ ସରକାର ସମ୍ପର୍କରେ ଏକ ବଡ଼ ଭବିଷ୍ୟବାଣୀ କରାଯାଇଛି। ଡିଏମକେ ଦାବି କରିଛି ଯେ ଥାଲାପତି ବିଜୟଙ୍କ ଟିଭିକେ ସରକାର ଛଅ ମାସ ମଧ୍ୟ…

ପ୍ରୋତ୍ସାହନ ନାହିଁ, ସଙ୍କଟରେ ଜୀବିକା

ବରଗଡ଼,୧୮।୫(ପ୍ରେମାନନ୍ଦ ଖମାରୀ):ଗ୍ରୀଷ୍ମବେଳେ ମନେପଡ଼େ ବେଣାଚେର। ଦିନ ଥିଲା, ଖରାବେଳେ ଏହା ଲୋକଙ୍କ ସାଥୀ ହୋଇ ରହିଥିଲା। ତାତି ହେଉ ଅବା ଗୁଳୁଗୁଳି, ଲୋକେ ବେଣାଚେର ନିର୍ମିତ ବିଞ୍ଚଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri