Posted inଜାତୀୟ

ବିରୋଧୀ ଏକତା ପାଇଁ ବାହାରିଲେ ନୀତୀଶ, ଦିଲ୍ଲୀ ଗସ୍ତ ପୂର୍ବରୁ ଲାଗିଲା ଗ୍ରହଣ

ପାଟନା,୫ ।୯: ବିହାରର ପୂର୍ବତନ ମୁଖ୍ୟମନ୍ତ୍ରୀ ଲାଲୁ ପ୍ରସାଦ ଯାଦବଙ୍କ ଦଳ ରାଷ୍ଟ୍ରୀୟ ଜନତା ଦଳ(ଆରଜେଡି) ସହ ମିଶି ସରକାର ଗଠନ କରିବା ପରେ ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ଏବେ ଭାଜପା ମୁକ୍ତ ଭାରତ ଆହ୍ୱାନ ଦେଇ ବିରୋଧୀ ଦଳଙ୍କୁ ଭାଜପା ବିରୋଧରେ ଏକାଠି କରିବାରେ ଲାଗିଛନ୍ତି । ତାଙ୍କ ନେତୃତ୍ୱରେ ବିରୋଧି ଦଳ ଗୁଡିକୁ ଭାଜପା ବିରୋଧରେ ଏକଜୁଟ କରିବାକୁ ମୁଖ୍ୟମନ୍ତ୍ରୀ ପ୍ରଥମେ ସମାଜବାଦୀ ଗୋଷ୍ଠୀ ଗଠନ କରିବାକୁ ଚାହୁଁଛନ୍ତି । ଏହାପରେ ସେ ଆଞ୍ଚଳିକ ଦଳ ଗୁଡିକ ନିକଟକୁ ଯିବେ । ଏହି ପର୍ଯ୍ୟାୟରେ ସୋମବାରଠାରୁ ନୀତୀଶଙ୍କ ୩ ଦିନିଆ ଦିଲ୍ଲୀ ଗସ୍ତ ଗୁରୁତ୍ୱପୂର୍ଣ୍ଣ ବୋଲି କୁହାଯାଉଛି ।
ଗୋଟିଏ ପଟେ ରାହୁଲ ଗାନ୍ଧୀ ୭ ସେପ୍ଟେମ୍ବରରେ କଂଗ୍ରେସର ‘ଭାରତ ଯୋଡୋ ଯାତ୍ରା’ ଆରମ୍ଭ କରୁଥିବା ବେଳେ ଅନ୍ୟପଟେ ନୀତୀଶଙ୍କ ଭାଜପା ବିରୋଧି ଅଭିଯାନ ଗୁରୁତ୍ୱପୂର୍ଣ୍ଣ । ତେବେ ନୀତୀଶଙ୍କ ଏହି ପ୍ରୟାସକୁ ନେଇ ଏପର୍ଯ୍ୟନ୍ତ ତ୍ରୁଣମୂଳ କଂଗ୍ରେସ, ଆମ ଆଦମୀ ପାର୍ଟି ଓ ଟିଆରଏସ ଚୁପ ରହିଛନ୍ତି ।
ତେବେ ନୀତୀଶଙ୍କର ଏହି ବିରୋଧି ଏକତାକୁ ଆରମ୍ଭରୁ ଗ୍ରହଣ ଲାଗିଛି । ସୂଚନାଯୋଗ୍ୟ, ତେଲେଙ୍ଗାନାର ମୁଖ୍ୟମନ୍ତ୍ରୀ କେସିଆର ନୀତୀଶଙ୍କ ଏହି ଯୋଜନା ସହ ସହମତ ନ ଥିବା କୁହାଯାଉଛି । ହେଲେ ପୂର୍ବରୁ ଦାବି କରାଯାଉଥିଲା କି କେସିଆର ବିହାର ଗସ୍ତ କରିବା ପରେ ସ୍ପଷ୍ଟ ହୋଇଛି ଯେ ବିରୋଧୀ ଏକତାର ଆରମ୍ଭ ହୋଇଛି । ହେଲେ ଜେଡିୟୁର ମହାସଚିବ କେସି ତ୍ୟାଗୀ ରବିବାର କହିଛନ୍ତି, କେସିଆର ଚାହୁଁଛନ୍ତି ଭାଜପା ବିରୋଧରେ ଯେଉଁ ମେଣ୍ଟ ହେଉଛି ସେଥିରେ କଂଗ୍ରେସ ନ ରହୁ । ହେଲେ ଜେଡିୟୁ କହିଛି, କଂଗ୍ରେସ ଓ ବାମଦଳକୁ ଛାଡି ଭାଜପା ବିରୋଧୀ କୌଣସି ମୋର୍ଚ୍ଚା ଗଠନ ହୋଇପାରିବ ନାହିଁ ।


Enter your email to get our daily news in your inbox.

All Right Reserved By Dharitri.Com

ଗୁଜରାଟକୁ ହରାଇ ରାଜସ୍ଥାନର ଦ୍ୱିତୀୟ ବିଜୟ

ଅହମଦାବାଦ,୪ା୪: ଯଶସ୍ୱି ଜୟସ୍ୱାଲ ଓ ଧ୍ରୁବ ଜୁରେଲଙ୍କ ଅର୍ଦ୍ଧଶତକ ପରେ ରବି ବିଷ୍ଣୋଇଙ୍କ ୪ ଉଇକେଟ ସଫଳତା ଯୋଗୁ ରାଜସ୍ଥାନ ରୟାଲ୍ସ ୬ ରନରେ ଗୁଜରାଟ ଟାଇଟନ୍ସକୁ…

ମୁମ୍ୱାଇକୁ ହରାଇଲା ଦିଲ୍ଲୀ

ନୂଆଦିଲ୍ଲୀ,୪ା୪: ସମୀର ରିଜ୍‌ଭୀଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ଶନିବାର ଅପରାହ୍ନରେ ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ ମୁମ୍ୱାଇ ଇଣ୍ଡିଆନ୍ସ (ଏମ୍‌ଆଇ)କୁ ୬ ଉଇକେଟରେ ପରାସ୍ତ…

ୟୁକ୍ରେନ୍‌ ଉପରେ ରୁଷିଆର ଡ୍ରୋନ୍‌ ଆକ୍ରମଣ, ପୁଣି ବଢ଼ାଇଲା ଚିନ୍ତା…

କିଭ୍‌,୪ା୪: ୟୁକ୍ରେନ୍‌ର ନିକୋପୋଲ୍‌ ସହର ଅନ୍ତର୍ଗତ ଏକ ବଜାର ଉପରେ ଶନିବାର ରୁଷିଆ ଡ୍ରୋନ୍‌ ମାଡ଼ କରିବାରୁ ଅନୂ୍ୟନ ୫ ଜଣଙ୍କ ମୃତ୍ୟୁ ଘଟିବା ସହ ୧୯ଜଣ…

ଉତ୍ସବରେ ଯୋଗଦେଇ ଘରକୁ ଫେରୁଥିଲେ ପରିବାର ଲୋକେ: ରାସ୍ତାପାର୍ଶ୍ୱ କୂଅରେ ଖସିପଡ଼ିଲା କାର୍‌, ଆଉ ତା’ପରେ…

ନାଶିକ୍‌,୪ା୪: ମହାରାଷ୍ଟ୍ରର ନାଶିକ ଜିଲାରେ ଖୋଲା କୂଅକୁ ଏକ କାର୍‌ ଖସିପଡ଼ିବାରୁ ଗୋଟିଏ ପରିବାରର ୯ ସଦସ୍ୟଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରେ ୬ଜଣ ପିଲା ଥିବା…

ଶ୍ରେୟଶଙ୍କୁ ୨୪ ଲକ୍ଷ ଟଙ୍କା ଜରିମାନା

ଚେନ୍ନାଇ, ୪ା୪: ସ୍ଥାନୀୟ ଏମ୍‌.ଏ. ଚିଦାମ୍ୱରମ ଷ୍ଟାଡିୟମରେ ଚେନ୍ନାଇ ସୁପର କିଙ୍ଗ୍ସ ବିପକ୍ଷ ଆଇପିଏଲ୍‌ ମ୍ୟାଚରେ ଏକ ସ୍ଲୋ-ଓଭର ରେଟ୍‌ ପାଇଁ ପଞ୍ଜାବ କିଙ୍ଗ୍ସ ଅଧିନାୟକ ଶ୍ରେୟସ…

ସିଏସ୍‌କେ ପରାଜୟର କାରଣ କହିଲେ ଗାଭାସ୍କର

ଚେନ୍ନାଇ,୪ା୪: ଭାରତର କିମ୍ୱଦନ୍ତୀ କ୍ରିକେଟର ସୁନୀଲ ଗାଭାସ୍କରଙ୍କ ମତରେ ୫ ଥରର ଚାମ୍ପିୟନ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ପାଇଁ ସେମାନଙ୍କର ବୋଲିଂ ସବୁଠୁ ବଡ଼ ସମସ୍ୟା।…

ମହଙ୍ଗା ପଡ଼ିଲା କର୍ତ୍ତବ୍ୟରେ ଅବହେଳା: ବିଏଲ୍‌ଓ ନିଲମ୍ବିତ

ଗଜପତ/ମୋହନା,୪।୪(ଗିରିଧାରୀ ପରିଛା/ମନ୍ମଥ ମିଶ୍ର): ଗଜପତି ଜିଲା ୧୩୭-ପାରଳାଖେମୁଣ୍ଡି ବିଧାନସଭାର କାଶୀନଗର ବ୍ଲକ ଅନ୍ତର୍ଗତ ଭୋଟଗ୍ରହଣ କେନ୍ଦ୍ରର ବୁଥସ୍ତରୀୟ ଅଧିକାରୀ ଦାୟିତ୍ୱରେ ଥିବା ସହକାରୀ ଶିକ୍ଷକଙ୍କୁ ଜିଲା ନିର୍ବାଚନ…

ରେଷ୍ଟୁରାଣ୍ଟ-ଢାବା ମାଲିକଙ୍କ ପାଇଁ ନିର୍ଦ୍ଦେଶ: କେବଳ ଏମିତି କଲେ ମିଳିବ ବାଣିଜ୍ୟିକ ସିଲିଣ୍ଡର

ନୂଆଦିଲ୍ଲୀ,୪।୪: ଦିଲ୍ଲୀ ସରକାର ବାଣିଜ୍ୟିକ LPG ସିଲିଣ୍ଡର ଯୋଗାଣ ନିୟନ୍ତ୍ରଣ ନିୟମକୁ କଡ଼ାକଡ଼ି କରିଛନ୍ତି। ଏବେ, ଯେଉଁ ଅଞ୍ଚଳରେ ପାଇପ ଯୁକ୍ତ ପ୍ରାକୃତିକ ଗ୍ୟାସ (PNG) ନେଟୱାର୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri