Posted inଜାତୀୟ

ବାରାଣସୀରୁ ପ୍ରଧାନମନ୍ତ୍ରୀଙ୍କ ବିରୋଧରେ ଲଢ଼ି ପାରନ୍ତି ନୀତିଶ କୁମାର, ପ୍ରିୟଙ୍କା ଗାନ୍ଧୀ!

ନୂଆଦିଲ୍ଲୀ,୨୦।୧୨: ପ୍ରଧାନମନ୍ତ୍ରୀଙ୍କୁ ଉତ୍ତରପ୍ରଦେଶର ବାରାଣସୀରୁ କେଉଁ ବଡ଼ ନେତା ଚ୍ୟାଲେଞ୍ଜ କରିବେ ସେ ଚିନ୍ତା କରୁଛି ବିରୋଧୀଙ୍କ ଇଣ୍ଡିଆ ବ୍ଲକ୍। ୧୯୯୧ ପରଠାରୁ ୨୦୦୪ ବ୍ୟତୀତ ବାରାଣସୀରେ ଭାଜପା ଭାଜପା ଜିତି ଆସିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୨୦୧୪ ଏବଂ ୨୦୧୯ ରେ ସେଠାରୁ ବିଜୟ ଲାଭ କରିଛନ୍ତି। ଯେଉଁଠାରୁ ତାଙ୍କୁ ୬୦ ପ୍ରତିଶତରୁ ଅଧିକ ଭୋଟ ମିଳିଥିଲା।

ଏହି ଆସନକୁ ୧୯୫୨ ପରଠାରୁ ଦଶନ୍ଧି ଧରି କଂଗ୍ରେସ କବଜାରେ ରହିଥିଲା। କିନ୍ତୁ ବର୍ତ୍ତମାନ ସମୟରେ ପ୍ରଧାନମନ୍ତ୍ରୀଙ୍କ ସୁରକ୍ଷିତ ଆସନ ଛଡ଼ାଇନେବା ଇଣ୍ଡିଆ ବ୍ଲକ ପାଇଁ ପ୍ରାୟ ଅସମ୍ଭବ ଲାଗୁଛି। ତେବେ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ ବର୍ତ୍ତମାନ ସୁଦ୍ଧା ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର ଏବଂ କଂଗ୍ରେସ ସାଧାରଣ ସଚିବ ପ୍ରିୟଙ୍କା ଗାନ୍ଧୀଙ୍କ ନାଁ ଏଥିପାଇଁ ଚର୍ଚ୍ଚାକୁ ଆସିଛି।

ଗୋଟିଏ ସମୟରେ ଭାଜପାର ସହଯୋଗୀ ଥିବା ନୀତିଶ କୁମାର ବର୍ତ୍ତମାନ ଭାଜପାର ବିରୋଧୀ ମାନଙ୍କ ମଧ୍ୟରୁ ଅନ୍ୟତମ। ଇଣ୍ଡିଆ ବ୍ଲକର ପ୍ରତିଷ୍ଠାତା ମାନଙ୍କ ମଧ୍ୟରୁ ସେ ଅନ୍ୟତମ। ଏହା ସହିତ ସେ ଏହି ଗୋଷ୍ଠୀର ପ୍ରଧାନମନ୍ତ୍ରୀ ପ୍ରାର୍ଥୀ ବୋଲି ମଧ୍ୟ ଆଲୋଚନା ହେଉଛି। ଏହାପୂର୍ବରୁ ୨୦୧୪ ନିର୍ବାଚନ ସମୟରେ ମଧ୍ୟ ତାଙ୍କର ନାଁ ଏହି ପାଦ ପାଇଁ ଚର୍ଚ୍ଚାରେ ଥିଲା, ସେ ସମୟରେ ସେ ଭାଜପା ସହିତ ଥିଲେ।

ଅନ୍ୟପକ୍ଷେ ପ୍ରିୟଙ୍କା ଗାନ୍ଧୀ ରହିଛନ୍ତି, ଯିଏ ଏପର୍ଯ୍ୟନ୍ତ କୌଣସି ନିର୍ବାଚନ ଲଢ଼ି ନାହାନ୍ତି। ୨୦୧୯ ରେ ମଧ୍ୟ ସମାନ ପ୍ରୀୟଙ୍କାଙ୍କୁ ନେଇ ସମାନ ଚର୍ଚ୍ଚା ହୋଇଥିଲା, କିନ୍ତୁ ଅଜୟ ରାୟଙ୍କୁ କଂଗ୍ରେସ ଏଠାରୁ ପ୍ରାର୍ଥୀ କରିଥିଲା ଏବଂ ସେ ନିର୍ବାଚନ ଫଳାଫଳରେ ତୃତୀୟରେ ରହିଥିଲେ। ଚାରି ବର୍ଷ ପୂର୍ବେ ବାରାଣାସୀରୁ ପ୍ରତିଦ୍ୱନ୍ଦ୍ୱିତା କରିବେ କି ନାହିଁ ପ୍ରଶ୍ନରେ ପ୍ରିୟଙ୍କା ଗାନ୍ଧୀ କହିଥିଲେ ଯେ, ଯେତେବେଳେ ବି ଦଳ ନିଷ୍ପତ୍ତି ନେବେ ସେ ନିର୍ବାଚନରେ ​​ଲଢ଼ିବାକୁ ପ୍ରସ୍ତୁତ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହିନ୍ଦୁ ସାଧୁଙ୍କ ପାଦ ସ୍ପର୍ଶ କଲେ ଇରାନର ରାଷ୍ଟ୍ରପତି ପେଜେଶକିଆନ! ଭିଡିଓ ଭାଇରାଲ

ନୂଆଦିଲ୍ଲୀ/ତେହରାନ,୧୩।୯: ଦିଲ୍ଲୀର ଭାରତ ମଣ୍ଡପମରେ ଚାଲିଥିବା ବ୍ରିକ୍ସ (BRICS) ସମ୍ମିଳନୀର ଏକ ଭିଡିଓ ବର୍ତ୍ତମାନ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଏହି ଭିଡିଓରେ ଇରାନର ରାଷ୍ଟ୍ରପତି…

ସୋସିଆଲ ମିଡିଆରେ ଚର୍ଚ୍ଚା; କିଶୋର କୁମାରଙ୍କ ଗୀତ ଗାଇଲେ ପ୍ରଧାନମନ୍ତ୍ରୀ, ସବୁ କହିଲେ….

ନୂଆଦିଲ୍ଲୀ,୧୩।୯: ଭାରତରେ ଆୟୋଜିତ ବ୍ରିକ୍ସ ଶିଖର ସମ୍ମିଳନୀର ଗାଲା ଡିନରରେ ମାଲେସିଆ ପ୍ରଧାନମନ୍ତ୍ରୀ ଅନୱାର ଇବ୍ରାହିମଙ୍କ ଏକ ଭିନ୍ନ ରୂପ ଦେଖିବାକୁ ମିଳିଛି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର…

ପୁଣି ଲଣ୍ଡନରେ କ୍ୱାଲିଟି ଟାଇମ ସ୍ପେଣ୍ଡ କରୁଥିବାର ନଜର ଆସିଲେ ତ୍ରିଶା-ବିଜୟ; ଭିଡିଓ ଭାଇରାଲ, ପ୍ରଶଂସକ କହିଲେ…

ଚେନ୍ନାଇ,୧୩।୯: ସୁପରଷ୍ଟାର ଥାଲାପତି ବିଜୟ ଏବଂ ଅଭିନେତ୍ରୀ ତ୍ରିଶା କ୍ରିଷ୍ଣନଙ୍କ ଯୋଡ଼ିକୁ ପ୍ରଶଂସକମାନେ ଦୀର୍ଘ ଦିନ ଧରି ପସନ୍ଦ କରିଆସୁଛନ୍ତି। ଏହି ପସନ୍ଦ ସହିତ, ଉଭୟଙ୍କ ମଧ୍ୟରେ…

ଛୋଲେ-ଭଟୁରେ ତିଆରି କଲେ ପ୍ରିୟଙ୍କା ଗାନ୍ଧୀ, ସୋସିଆଲ ମିଡିଆରେ ଫଟୋ ସେୟାର କରି ରାହୁଲ କହିଲେ…

ନୂଆଦିଲ୍ଲୀ,୧୩।୯: କଂଗ୍ରେସ ନେତା ତଥା ଲୋକସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ରବିବାର ସୋସିଆଲ ମିଡିଆ ପ୍ଲାଟଫର୍ମ ‘ଏକ୍ସ’ରେ ଛୋଲେ-ଭଟୁରେର ଏକ ଫଟୋ ସେୟାର କରିଛନ୍ତି…

ଭୋପାଳ-ଦିଲ୍ଲୀ ଏୟାର ଇଣ୍ଡିଆ ବିମାନର ଜରୁରୀ ଅବତରଣ, ଟଳିଲା ବଡ଼ ବିପଦ

ଭୋପାଳ/ନୂଆଦିଲ୍ଲୀ: ଭୋପାଳରୁ ଦିଲ୍ଲୀ ଯାଉଥିବା ଏୟାର ଇଣ୍ଡିଆର ବିମାନ (AI-୧୮୮୬) ଜୟପୁର ବିମାନବନ୍ଦରରେ ଜରୁରୀକାଳିନ ଅବତରଣ କରିଛି। ଉଡ଼ାଣ ସମୟରେ ବିମାନଟିକୁ ଜୟପୁରକୁ ଡାଇଭର୍ଟ କରାଯାଇ ସୁରକ୍ଷିତ…

ଆକାଶ ଆନନ୍ଦଙ୍କ ଉପରେ ପୁଣି ବର୍ଷିଲେ ମାୟାବତୀ, ମୁଁ ଅସୁସ୍ଥ…..

ଲକ୍ଷ୍ନୌ,୧୩।୯: ବହୁଜନ ସମାଜ ପାର୍ଟି (ବିଏସ୍‌ପି) ସୁପ୍ରିମୋ ମାୟାବତୀ ରବିବାର ଗଣମାଧ୍ୟମ ସହ ଆଲୋଚନା କରି ଆକାଶ ଆନନ୍ଦଙ୍କୁ ନେଇ ପୁଣି ବଡ଼ ଅଭିଯୋଗ ଆଣିଛନ୍ତି ।…

ଗୋବିନ୍ଦାଙ୍କ ସହ ସମ୍ପର୍କରେ ତିକ୍ତତା ମଧ୍ୟରେ, ସୁନିତା ଆହୁଜା କରିବାକୁ ଯାଉଛନ୍ତି ଏମିତି କାମ ଯାହାକୁ ନେଇ ଉଠିପାରେ ବିରାଟ ଝଡ଼! କହିଲେ ଗଣେଶ ପୂଜା ସୁଦ୍ଧା…

ମୁମ୍ବାଇ,୧୩।୯: ବଲିଉଡ ଅଭିନେତା ଗୋବିନ୍ଦା ଏବଂ ତାଙ୍କ ପତ୍ନୀ ସୁନିତା ଆହୁଜାଙ୍କ ମଧ୍ୟରେ ଚାଲିଥିବା ମନୋମାଳିନ୍ୟ ସମ୍ପ୍ରତି ସୋସିଆଲ ମିଡିଆ ଏବଂ ଚଳଚ୍ଚିତ୍ର ଜଗତରେ ଚର୍ଚ୍ଚାର ବିଷୟ…

କେନ୍ଦ୍ର ସରକାରଙ୍କ ବଡ଼ ସୂଚନା, ୧୫ ସେପ୍ଟେମ୍ୱରରୁ ଏମାନଙ୍କୁ ଆଉ ମିଳିବନି LPG ସିଲିଣ୍ଡର!

ନୂଆଦିଲ୍ଲୀ,୧୩।୯: ସରକାର ଏବଂ ତୈଳ କମ୍ପାନୀଗୁଡ଼ିକ ପକ୍ଷରୁ ବୃଦ୍ଧି କରାଯାଇଥିବା ସମୟସୀମା ଅନୁଯାୟୀ, ବର୍ତ୍ତମାନ ୧୪ ସେପ୍ଟେମ୍ୱର ୨୦୨୬ ସୁଦ୍ଧା ଇ-କେୱାଇସି (eKYC) କରିବାକୁ ପଡ଼ିବ। ର୍ନିଦ୍ଧାରିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?