Posted inଜାତୀୟ

ଡାକ୍ତରଙ୍କ ମୁହଁରୁ ହିଜାବ ଟାଣିଦେଲେ ନୀତୀଶ କୁମାର, ମାନସିକ ସ୍ଥିତି ଉପରେ ପ୍ରଶ୍ନ ଉଠାଇଲା ବିରୋଧୀ

ନୂଆଦିଲ୍ଲୀ,୧୫।୧୨: ଦଶମ ଥର ପାଇଁ ବିହାର ମୁଖ୍ୟମନ୍ତ୍ରୀ ଭାବରେ ଶପଥ ନେବାର କିଛି ସପ୍ତାହ ପରେ, ନୀତୀଶ କୁମାର ଏକ ସରକାରୀ କାର୍ଯ୍ୟକ୍ରମରେ ଜଣେ ମହିଳା ଡାକ୍ତରଙ୍କ ମୁହଁରୁ ହିଜାବ ଟାଣି ଦେବା ଘଟଣାକୁ ନେଇ ତୀବ୍ର ବିବାଦ ସୃଷ୍ଟି ହୋଇଛି। ଏହି ଘଟଣା ପରେ ବିରୋଧୀ ଦଳଗୁଡ଼ିକ ତାଙ୍କର ମାନସିକ ସ୍ଥିତି ଉପରେ ପ୍ରଶ୍ନ ଉଠାଇଛନ୍ତି।

ସୋମବାର ପାଟନାରେ ଅନୁଷ୍ଠିତ ଏକ ଆୟୁଷ ଡାକ୍ତରଙ୍କୁ ପ୍ରମାଣପତ୍ର ବଣ୍ଟନ କାର୍ଯ୍ୟକ୍ରମ ସମୟରେ, ୭୪ ବର୍ଷୀୟ ଜେଡି(ୟୁ) ମୁଖ୍ୟ ନୀତୀଶ କୁମାର ଜଣେ ଡାକ୍ତରଙ୍କୁ ହିଜାବ ହଟାଇବା ପାଇଁ ଇଙ୍ଗିତ କରିଥିଲେ। ମହିଳା ଡାକ୍ତର ଜଣଙ୍କ କୌଣସି ପ୍ରତିକ୍ରିୟା ଦେବା ପୂର୍ବରୁ ହିଁ କୁମାର ଆଗକୁ ବଢ଼ି ତାଙ୍କ ମୁହଁରୁ ହିଜାବ ଟାଣି ଦେଇଥିଲେ, ଯାହା ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଭିଡିଓରେ ଉପମୁଖ୍ୟମନ୍ତ୍ରୀ ସମ୍ରାଟ ଚୌଧୁରୀ ତାଙ୍କୁ ଅଟକାଇବାକୁ ଚେଷ୍ଟା କରୁଥିବା ଦେଖାଯାଇଛି।

ନୀତିଶଙ୍କ ଏହି କାର୍ଯ୍ୟକୁ ‘ନିନ୍ଦନୀୟ’ ଓ ‘ଲଜ୍ଜାଜନକ’ କହି ତୁରନ୍ତ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେବାକୁ ଦାବି କରିଛି। କଂଗ୍ରେସ କହିଛି ଯେ ବିହାରର ସର୍ବୋଚ୍ଚ ପଦରେ ଥିବା ଜଣେ ବ୍ୟକ୍ତି ଏପରି ନିନ୍ଦନୀୟ କାର୍ଯ୍ୟ କରୁଥିବାବେଳେ ରାଜ୍ୟରେ ମହିଳାମାନେ କେତେ ସୁରକ୍ଷିତ ରହିବେ?

ଆରଜେଡି ସୋସିଆଲ ମିଡ଼ିଆରେ ଲେଖିଛି ଯେ “ନୀତୀଶ ଜୀଙ୍କୁ କ’ଣ ହୋଇଛି? ତାଙ୍କର ମାନସିକ ସ୍ଥିତି ଏବେ ସମ୍ପୂର୍ଣ୍ଣ ଶୋଚନୀୟ ଅବସ୍ଥାରେ ପହଞ୍ଚିଛି।” ଆର୍‌ଜେଡି ମୁଖପାତ୍ର ଇଜାଜ ଅହମ୍ମଦ କହିଛନ୍ତି ଯେ ଏହା ଜେଡିୟୁ-ବିଜେପି ମେଣ୍ଟର ମହିଳାଙ୍କ ପ୍ରତି ଥିବା ମନୋଭାବକୁ ସ୍ପଷ୍ଟ କରୁଛି ଏବଂ ଏହା ସାମ୍ବିଧାନିକ ଧାର୍ମିକ ସ୍ୱାଧୀନତା ବିରୋଧୀ କାର୍ଯ୍ୟ।

ଉଲ୍ଲେଖଯୋଗ୍ୟ ଯେ, ନିର୍ବାଚନ ପୂର୍ବରୁ ମଧ୍ୟ ଜନ ସୁରାଜର ପ୍ରଶାନ୍ତ କିଶୋର ଏବଂ ଅନ୍ୟ କେତେକ ନେତା ନୀତୀଶ କୁମାରଙ୍କ ମାନସିକ ସ୍ୱାସ୍ଥ୍ୟ ଏବଂ ଶାସନ କରିବାର ଉପଯୁକ୍ତତା ଉପରେ ପ୍ରଶ୍ନ ଉଠାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମୋବାଇଲ୍‌ ନ ଦେବାକୁ ଚରମ ନିଷ୍ପତ୍ତି ନେଲେ ସପ୍ତମ ଶ୍ରେଣୀ ଛାତ୍ର: ଘରେ ଖେଳିଗଲା…

ସୁରତ,୫।୮:ଗୁଜରାଟର ସୁରତରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ମୋବାଇଲ ଫୋନ ନିଶା ପିଲାମାନଙ୍କ ଜୀବନ ଉପରେ କେତେ ପ୍ରଭାବ ପକାଇପାରେ ତାହାର ଏକ ହୃଦୟ ବିଦାରକ…

ଜାମିନ୍‌ରୁ ଆସି ପିତା ଷ୍ଟାଲିନଙ୍କୁ ଭେଟିଲେ ଉଦୟନିଧି, କହିଲେ- ‘ମୋ ସହ ଆତଙ୍କବାଦୀଙ୍କ ଭଳି…’

ନୂଆଦିଲ୍ଲୀ,୫।୮: ତାମିଲନାଡୁର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ଉଦୟନିଧି ଷ୍ଟାଲିନଙ୍କୁ ମଙ୍ଗଳବାର ପୋଲିସ ହେପାଜତକୁ ନେଇଥିଲା। ସେହି ଦିନ ତାଙ୍କୁ ମୁକ୍ତ ମଧ୍ୟ କରାଯାଇଥିଲା। ମୁକ୍ତି ପାଇବା ପରେ ଉଦୟନିଧି…

‘ଆପଣ ପୁରୁଷ ହୋଇଥିଲେ…’ ତ୍ରିଶାଙ୍କୁ ନେଇ ଷ୍ଟାଲିନଙ୍କ ବିବାଦୀୟ ମନ୍ତବ୍ୟ ପରେ ଏମିତି କହିଲେ ଭାଜପା ନେତ୍ରୀ

ନୂଆଦିଲ୍ଲୀ,୫।୮: ଡିଏମକେ (DMK) ନେତା ଉଦୟନିଧି ଷ୍ଟାଲିନ ଅଭିନେତ୍ରୀ ତ୍ରିଶା କୃଷ୍ଣନଙ୍କୁ ନେଇ କରିଥିବା ବିବାଦୀୟ ମନ୍ତବ୍ୟ ପରେ ଭାରି ବିବାଦରେ ଫସିଯାଇଛନ୍ତି। ମଙ୍ଗଳବାର ପୋଲିସ ତାଙ୍କୁ…

ଚାପରୁ ବର୍ଷା

ଯୁଦ୍ଧ, ଅନ୍ତର୍ଜାତୀୟ ରାଜନୀତି ଓ ଅର୍ଥନୈତିକ ଅସ୍ଥିରତା ପୃଥିବୀକୁ ଯେତିକି ଆକ୍ତାମାକ୍ତା କରୁଛି, ତା’ଠାରୁ ଅଧିକ କ୍ଷତାକ୍ତ କଲାଣି ଜଳବାୟୁ ପରିବର୍ତ୍ତନଜନିତ ଅସ୍ବାଭାବିକତା। ଥଣ୍ଡା ଜଳବାୟୁରେ ବଢ଼ି…

ଗ୍ରାହକଙ୍କ ପାଇଁ ଖୁସି ଖବର: ଶସ୍ତା ହୋଇଯିବ ପେଟ୍ରୋଲ-ଡିଜେଲ! ହ୍ରାସ ପାଇଲା…

ନୂଆଦିଲ୍ଲୀ,୫।୮: ଆଜି ବିଶ୍ୱ ବଜାରରେ ଅଶୋଧିତ ତୈଳ (କ୍ରୁଡ ଅଏଲ) ଦରରେ ବଡ଼ ଧରଣର ହ୍ରାସ ଦେଖାଯାଇଛି। ଆମେରିକା ଓ ଇରାନ ମଧ୍ୟରେ ଚାଲିଥିବା କୂଟନୈତିକ ଆଲୋଚନା…

ରାଜନୈତିକ ଦଳ ନୁହେଁ, ଏହି ରୂପରେ ମଇଦାନକୁ ଆସିବ CJP: ବଡ଼ ଖୁଲାସା କଲେ ସିଜେପି ପ୍ରବକ୍ତା

ନୂଆଦିଲ୍ଲୀ,୫।୮: ଜନ୍ତର-ମନ୍ତରରେ ଛାତ୍ରୀଛାତ୍ରଙ୍କ ଆନ୍ଦୋଳନ ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ସହ ସଫଳ ହୋଇଥିଲା। ଏହି ଆନ୍ଦୋଳନର ଆରମ୍ଭ କରିଥିବା କକରୋଚ ଜନତା ପାର୍ଟି (CJP) ଏବେ…

ବଲିଉଡରୁ ଆସିଲା ଦୁଃଖଦ ଖବର: ପରଲୋକରେ ଲୋକପ୍ରିୟ ଅଭିନେତା

ମୁମ୍ବାଇ: ଲୋକପ୍ରିୟ ଅଭିନେତା ପ୍ରଦୀପ ରାୱତଙ୍କର ୭୪ ବର୍ଷ ବୟସରେ ପରଲୋକ ଘଟିଛି। ତାଙ୍କ ଦେହାନ୍ତ ସମ୍ବନ୍ଧୀୟ ସୂଚନା ଅଭିନେତା ଯଶପାଳ ଶର୍ମା ସୋସିଆଲ ମିଡିଆରେ ପୋଷ୍ଟ…

ଦ୍ୱିଅର୍ଥବୋଧକ ମନ୍ତବ୍ୟ: ଉଦୟନିଧି ଷ୍ଟାଲିନ୍‌ଙ୍କୁ ଗିରଫ ପରେ ଜାମିନ

ଚେନ୍ନାଇ,୫ା୮: ଲୋକପ୍ରିୟ ଅଭିନେତ୍ରୀ ତ୍ରିଶାଙ୍କୁ ଇଙ୍ଗିତ କରି ଓ ତାଙ୍କ ସମ୍ମାନ ଏବଂ ନାରୀତ୍ୱକୁ ଅପମାନିତ କରି ଦ୍ୱିଅର୍ଥବୋଧକ ମନ୍ତବ୍ୟ ଦେବା ଅଭିଯୋଗରେ ତାମିଲନାଡୁର ପୂର୍ବତନ ଉପମୁଖ୍ୟମନ୍ତ୍ରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri