Posted inଜାତୀୟ

ନିଜ ପୁଅକୁ ମୁଖ୍ୟମନ୍ତ୍ରୀ ବସାନ୍ତୁ ନୀତୀଶ କୁମାର: କାହିଁକି ଏମିତି ଦାବି କଲେ ରାବ୍ରି ଦେବୀ

ପାଟନା,୨୧।୩: ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ଏବଂ ରାଜ୍ୟର ପୂର୍ବତନ ମୁଖ୍ୟମନ୍ତ୍ରୀ ରାବ୍ରୀ ଦେବୀଙ୍କ ମଧ୍ୟରେ ବାକଯୁଦ୍ଧ ତୀବ୍ର ହୋଇଛି। ନୀତିଶ କୁମାର ରାବ୍ରିଙ୍କୁ ମୁଖ୍ୟମନ୍ତ୍ରୀ ହେବା ନେଇ ଟାର୍ଗେଟ କରିଥିଲେ। ତେଣୁ ଏବେ ରାବ୍ରୀ ଦେବୀ ମୁଖ୍ୟମନ୍ତ୍ରୀ ନୀତୀଶଙ୍କ ମାନସିକ ସ୍ବାସ୍ଥ୍ୟ ଉପରେ ପ୍ରଶ୍ନ ଉଠାଇଛନ୍ତି। ରାବ୍ରୀ କହିଛନ୍ତି, ନୀତୀଶଙ୍କୁ ଚୌକି ଛାଡି ତାଙ୍କ ପୁଅକୁ ମୁଖ୍ୟମନ୍ତ୍ରୀ କରିବା ଉଚିତ। ଆରଜେଡି ମଧ୍ୟ ମୁଖ୍ୟମନ୍ତ୍ରୀ ନୀତୀଶଙ୍କ ଉପରେ ଜାତୀୟ ସଙ୍ଗୀତର ଅପମାନ କରିଥିବା ଅଭିଯୋଗ କରିଛି।

ବିହାର ବିଧାନସଭାରେ ଗୃହର କାର୍ଯ୍ୟ ଆରମ୍ଭ ହେବା ମାତ୍ରେ ତେଜସ୍ବୀ ଯାଦବ ଜାତୀୟ ସଙ୍ଗୀତ ପ୍ରସଙ୍ଗ ଉଠାଇଥିଲେ। ଏହା ଉପରେ ବାଚସ୍ପତି କହିଥିଲେ, ସେ ଶୂନ୍ୟ କାଳରେ ଏହି ପ୍ରସଙ୍ଗ ଉଠାଇବେ। ଏହା ପରେ ବିରୋଧୀ ବିଧାୟକମାନେ ହଟ୍ଟଗୋଳ ଜାରି ରଖିଥିଲେ। ମନ୍ତ୍ରୀ ବିଜୟ ଚୌଧୁରୀ କହିଥିଲେ, ସେ ସରକାରଙ୍କ ପକ୍ଷ ଉପସ୍ଥାପନ କରିବେ କିନ୍ତୁ ବିରୋଧୀ ଦଳ ହଙ୍ଗାମା ଜାରି ରଖିଥିଲେ। ଏହା ପରେ ବାଚସ୍ପତି ଗୃହ କାର୍ଯ୍ୟକୁ ଅପରାହ୍ନ ୨ଟା ପର୍ଯ୍ୟନ୍ତ ମୁଲତବୀ ରଖିଥିଲେ।

ବିରୋଧୀ ଦଳ ବିହାର ବିଧାନସଭା ପରିଷଦରେ ମଧ୍ୟ ମୁଖ୍ୟମନ୍ତ୍ରୀ ନୀତୀଶଙ୍କୁ ଟାର୍ଗେଟ କରିଥିଲେ। ଆରଜେଡି ନେତା ରାବ୍ରୀ ଦେବୀ ଗୃହରେ କହିଥିଲେ, ଯଦି ମୁଖ୍ୟମନ୍ତ୍ରୀ ମାନସିକ ସ୍ତରରେ ଅସ୍ଥିର, ତେବେ ସେ ଚୌକି ଛାଡି ତାଙ୍କ ପୁଅକୁ ମୁଖ୍ୟମନ୍ତ୍ରୀ କରିବା ଉଚିତ।

ବିହାର ବିଧାନସଭା ପରିଷଦରେ ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ଏବଂ ପୂର୍ବତନ ମୁଖ୍ୟମନ୍ତ୍ରୀ ରାବ୍ରୀ ଦେବୀଙ୍କ ମଧ୍ୟରେ ପ୍ରବଳ ଯୁକ୍ତିତର୍କ ହୋଇଥିଲା। ରାବ୍ରୀ ଦେବୀଙ୍କ ଆଡ଼କୁ ଇଙ୍ଗିତ କରି ନୀତୀଶ କହିଥିଲେ, ଏହା ତାଙ୍କ ସ୍ବାମୀଙ୍କ ସରକାର ଥିଲା, ପରେ ତାଙ୍କୁ ମୁଖ୍ୟମନ୍ତ୍ରୀ କରାଯାଇଥିଲା। ଏହି ଲୋକମାନେ କେବେ କିଛି କରିଛନ୍ତି କି? ଆମେ ସବୁ କାମ କରିଛୁ, ତେଣୁ ସେମାନେ ଯାହା କହୁଛ ତାହାର କୌଣସି ଅର୍ଥ ନାହିଁ। ସେମାନେ କେବଳ ପ୍ରଚାର କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପଥରରେ ଛେଚି ଯୁବକଙ୍କୁ ହତ୍ୟା !: ନିର୍ମାଣାଧୀନ ଆବାସ ଘରୁ ରକ୍ତାକ୍ତ ମୃତଦେହ

ରାଇରଙ୍ଗପୁର,୧୧।୮: ମୟୂରଭଞ୍ଜ ଜିଲା ବିଶୋଇ ଥାନା ଅଞ୍ଚଳର ବାଢୁଣିଆ ଗାଁରେ ଜଣେ ଯୁବକଙ୍କୁ ପଥରରେ ଛେଚି ହତ୍ୟା କରାଯାଇଥିବା ସନ୍ଦେହଜନକ ଘଟଣା ସାମ୍ନାକୁ ଆସିଛି। ଗାଁର ଏକ…

Blinkit ଉପରେ ବଡ଼ କାର୍ଯ୍ୟାନୁଷ୍ଠାନ: ସସ୍‌ପେଣ୍ଡ ହେଲା ଲାଇସେନ୍ସ; ସାମ୍ନାକୁ ଆସିଲା ଗୁରୁତର ତ୍ରୁଟି

ନୂଆଦିଲ୍ଲୀ, ୧୧।୮: ମହାରାଷ୍ଟ୍ରରେ IAS ଅଧିକାରୀ ତୁକାରାମ ମୁଣ୍ଡେଙ୍କ ଖରାପ ଓ ଅସୁରକ୍ଷିତ ଖାଦ୍ୟ ପଦାର୍ଥ ବିରୋଧୀ ଅଭିଯାନ ଜାରି ରହିଛି। ଦେଶର ପ୍ରସିଦ୍ଧ କମ୍ପାନୀ Blinkit…

ଚିଲିକା ମଝିରେ ଆକ୍ରମଣ, ଜଣେ ମୃତ, ଜଣେ ଗୁରୁତର

କୃଷ୍ଣପ୍ରସାଦ,୧୨।୮(କୈଳାଶ ଚନ୍ଦ୍ର ପଟ୍ଟନାୟକ): ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକ ରାମଲଙ୍କା ପଞ୍ଚାୟତ କୁମାରପୁର ଚିଲିକାରେ ମାଛ ଧରିବା ବେଳେ ଏକ ଅଘଟଣ ଘଟିଛି। କୁମାରପୁର ଗ୍ରାମର ଚିନ୍ମୟ…

ପୂର୍ବତନ ରାଷ୍ଟ୍ରପତିଙ୍କୁ ମୃତ୍ୟୁ ଦଣ୍ଡାଦେଶ ଶୁଣାଇଲେ କୋର୍ଟ: ଆସିଥିଲା ସାଂଘାତିକ ଅଭିଯୋଗ

ଡାମସକସ୍‌,୧୧।୮: ସିରିଆର ଏକ କୋର୍ଟ ମଙ୍ଗଳବାର ଦେଶର ପୂର୍ବତନ ରାଷ୍ଟ୍ରପତି ବଶର ଅଲ-ଆସାଦ ଏବଂ ତାଙ୍କ ସାନ ଭାଇ ମାହେର ଅଲ-ଆସାଦଙ୍କୁ ଫାଶୀ ଦଣ୍ଡରେ ଦଣ୍ଡିତ କରିଛନ୍ତି।…

ସ୍ବାଧୀନତା ଦିବସ ପାଳନ ପାଇଁ ପ୍ରସ୍ତୁତି ଜୋରଦାର

ରାଇକିଆ,୧୧।୮(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆରେ ଜାତୀୟ ଦିବସ ଆୟୋଜକ କମିଟି ପକ୍ଷରୁ ପାଳନ ହେବାକୁ ଥିବା ବ୍ଲକସ୍ତରୀୟ ସ୍ବାଧୀନତା ଦିବସକୁ ନେଇ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ…

ପାଖରେ ଶୋଇଥିଲା ମୃତ୍ୟୁ: କେଇ ମିନିଟରେ…

ନୀଳଗିରି, ୧୧।୮ (ପ୍ରଶାନ୍ତ କୁମାର ବିଶ୍ୱାଳ): ବାଲେଶ୍ୱର ଜିଲା ନୀଳଗିରି ଉପଖଣ୍ଡ ଅଧୀନ ଶ୍ୟାମସୁନ୍ଦରପୁର ପଞ୍ଚାୟତ କୁଳିଗଡ଼ି ଗ୍ରାମରେ ଏକ ଘର ଭିତରୁ ପ୍ରାୟ ୧୦ ଫୁଟ…

ବିବାହ ପ୍ରତିଶ୍ରୁତି ଦେଇ ରଖୁଥିଲେ ଶାରୀରିକ ସମ୍ପର୍କ: ଏହି କ୍ରିକେଟର୍‌ଙ୍କୁ ବାନ୍ଧିଲା ପୋଲିସ

ନୂଆଦିଲ୍ଲୀ,୧୧।୮: ଇଣ୍ଡିଆନ ପ୍ରିମିୟର ଲିଗ (IPL)ରେ ଦିଲ୍ଲୀ କ୍ୟାପିଟାଲ୍ସ ପାଇଁ ଖେଳୁଥିବା ବଙ୍ଗଳା କ୍ରିକେଟର ଅଭିଷେକ ପୋରେଲଙ୍କୁ ଜଣେ ଡାକ୍ତରୀ ଛାତ୍ରୀଙ୍କ ଦ୍ୱାରା ଦାୟର କରାଯାଇଥିବା ଆପରାଧିକ…

୧୯୪୭ରେ ଟଙ୍କାକର ମୂଲ୍ୟ କେତେ ଥିଲା? ଜାଣି ତାଜୁବ ହେବେ ୧ଟଙ୍କାରେ ୮ଲିଟର କ୍ଷୀର ଆଉ ସପ୍ତାହକର ଆସୁଥିଲା ରାଶନ…

ନୂଆଦିଲ୍ଲୀ, ୧୧।୮: ୧୫ ଅଗଷ୍ଟ ୧୯୪୭ରେ ଭାରତ ଯେତେବେଳେ ସ୍ୱାଧୀନ ହୋଇଥିଲା, ସେତେବେଳେ ଏହାର ଟଙ୍କା ଆମେରିକାର ଡଲାର ତୁଳନାରେ ବହୁତ ପଛରେ ନ ଥିଲା। ସେତେବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri