Posted inଜାତୀୟ

ବାଜପେୟୀ, ଆଡଭାନୀଙ୍କୁ ପ୍ରଶଂସା, ନାଁ ନ ନେଇ ମୋଦିଙ୍କୁ ଟାର୍ଗେଟ କଲେ ନୀତୀଶ

ପାଟନା,୨୪।୮: ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ବୁଧବାର ବିଧାନସଭାରେ ଅନୁଷ୍ଠିତ ଆସ୍ଥା ଭୋଟରେ ବିଜୟୀ ହୋଇଛନ୍ତି। ଏହି ଅବସରରେ ନୀତୀଶ କୁମାର ଗୃହରେ ଭାଜପା ନେତା ଲାଲକୃଷ୍ଣ ଆଡଭାନୀ ଏବଂ ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କୁ ପ୍ରଶଂସା କରିବା ସହ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନାମ ନ ଦେଇ ତାଙ୍କୁ ଟାର୍ଗେଟ କରିଥିଲେ।

ନୀତୀଶ କୁମାର କହିଛନ୍ତି, ଏନଡିଏରେ ଅଟଳ ବିହାରୀ ବାଜପେୟୀ ଏବଂ ଆଡଭାନୀଙ୍କ ଭଳି ନେତାମାନେ ମୋତେ ସମ୍ମାନ ଦେଇଛନ୍ତି। କିନ୍ତୁ ଏହି ନେତାମାନଙ୍କୁ ଦଳରୁ ଦୂରେଇ ଦିଆଯିବା ପରେ ମୋର ଭାଜପା ସହିତ ସମ୍ପର୍କ ବିଚ୍ଛିନ୍ନ ହେବାରେ ଲାଗିଥିଲା। ଏନଡିଏ ସରକାରରେ ମୁଁ ମୁଖ୍ୟମନ୍ତ୍ରୀ ହେବାକୁ ଚାହୁଁ ନ ଥିଲି କିନ୍ତୁ ଏହା ଚାପରେ କରାଯାଇଥିଲା। ଆଜିକାଲି ପ୍ରଚାର ବେଶି, କାର୍ଯ୍ୟ କମ୍‌। ୨୦୧୪ ନିର୍ବାଚନରେ ସମସ୍ତଙ୍କୁ ଏକଜୁଟ ହୋଇ ଭାଜପା ବିରୋଧରେ ଲଢିବାକୁ ପଡିବ। ଆମେ (ଆରଜେଡି-ଜେଡିୟୁ) ଏକାଠି କାମ କରିବା ଏବଂ ବିହାରର ବିକାଶ ପାଇଁ ଶପଥ ନେଇଛୁ। ଏହି ନିଷ୍ପତ୍ତି ପାଇଁ ଦେଶର ବିଭିନ୍ନ ସ୍ଥାନରୁ ନେତାମାନେ ମୋତେ ଅଭିନନ୍ଦନ ଜଣାଇଛନ୍ତି। ମୁଁ ୨୦୨୪ ନିର୍ବାଚନରେ ସମସ୍ତଙ୍କୁ ଏକାଠି ଲଢିବାକୁ ଅନୁରୋଧ କରିଛି।
ସୂଚନାଯୋଗ୍ୟ, ବିହାର ବିଧାନସଭାରେ ଆଜି ନୀତୀଶ କୁମାର ସରକାର ଫ୍ଲୋର ଟେଷ୍ଟରେ ବିଜୟୀ ହୋଇଛନ୍ତି। ବିଧାନସଭାରେ ୧୬୦ ଜଣ ବିଧାୟକ ସରକାରଙ୍କ ସପକ୍ଷରେ ଭୋଟ ଦେଇଥିବାବେଳେ ବିପକ୍ଷରେ ଶୂନ ଭୋଟ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ୟୁଶନ ହେବେ ରାଜସ୍ବ ବାବୁ: ଯୋଜନାର କାର୍ଯ୍ୟକାରିତା ଉପରେ ସରକାରଙ୍କ ଫୋକସ୍‌

ଭୁବନେଶ୍ୱର,୨୪।୧୨(ରବିନାରାୟଣ ଜେନା): ରାଜ୍ୟ ସରକାରଙ୍କ ପକ୍ଷରୁ ଗତ ୧୮ ମାସ ମଧ୍ୟରେ ରାଜସ୍ବସେବାକୁ ଲୋକଙ୍କ ନିକଟତର କରିବା ପାଇଁ ଭୂ-ବନ୍ଦୋବସ୍ତ ଆଇନଠାରୁ ଆରମ୍ଭକରି ଜମି ପଞ୍ଜୀକରଣ...

ମାସେ ପରେ ବି ତୁଟିନି ଧାନ କିଣାବିକା ସମସ୍ୟା: ପୋଲିସ-ଚାଷୀ ଧସ୍ତାଧସ୍ତି

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟାକୁ ଏକମାସରୁ ଊଦ୍ଧର୍‌ବ ବିତିଗଲାଣି। ଏହାସତ୍ତ୍ୱେ ଧାନ କିଣାବିକା ନେଇ ନାନା ସମସ୍ୟା ଅସମାହିତ ରହିଛି। ଧାନ...

୬ ବଲ୍‌ରେ ୫ ଉଇକେଟ…ଇତିହାସ ରଚିଲେ ୨୮ ବର୍ଷୀୟ ଏହି ବୋଲର୍‌; ପ୍ରଥମ ଥର…

ନୂଆଦିଲ୍ଲୀ,୨୩।୧୨: ଟି୨୦ଆଇ କ୍ରିକେଟ୍‌ରେ ଏକ ଓଭରରେ ୫ ଉଇକେଟ୍ ନେବା ପ୍ରତ୍ୟେକ ବୋଲରଙ୍କ ସ୍ୱପ୍ନ ଅଟେ। ୪ ଓଭରର ସ୍ପେଲ୍‌ରେ ଏହି କାରନାମା କରିବା ବହୁତ...

ଆଶେସ୍‌ ଖରାପ ପ୍ରଦର୍ଶନ ପରେ ମଦ ପିଇ ମାତାଲ ହେଲେ ଇଂଲଣ୍ଡ କ୍ରିକେଟର, ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୨୩।୧୨: ଅଷ୍ଟ୍ରେଲିଆ ବିପକ୍ଷ ଆଶେସ୍ ସିରିଜ୍ ମଧ୍ୟରେ ଇଂଲଣ୍ଡ କ୍ରିକେଟ୍ ଦଳ ପାଇଁ ଏକ ଅଡୁଆ ପରିସ୍ଥିତି ସୃଷ୍ଟି ହୋଇଛି। ଦଳର ଷ୍ଟାର୍ ବ୍ୟାଟର ବେନ୍...

ଦିଲ୍ଲୀ କ୍ୟାପିଟାଲ୍ସର ବଡ଼ ଘୋଷଣା: ୨୫ ବର୍ଷୀୟ ଏହି ଖେଳାଳି ହେଲେ ନୂଆ ଅଧିନାୟକ

ନୂଆଦିଲ୍ଲୀ,୨୩।୧୨: ଦିଲ୍ଲୀ କ୍ୟାପିଟଲ୍ସ ଏକ ବଡ଼ ଘୋଷଣା କରିଛି। ମହିଳା ପ୍ରିମିୟର ଲିଗ୍ (WPL) ୨୦୨୬ ସିଜନ୍ ପୂର୍ବରୁ ଟିମ୍‌କୁ ନୂଆ ଅଧିନାୟକ ମିଳିଛି। ଅକ୍ସନ୍...

Gotra Matching for Marriage: ସମାନ ଗୋତ୍ରରେ ବିବାହ କରିବା ଶୁଭ ନା ଅଶୁଭ? ଜାଣନ୍ତୁ କ’ଣ କୁହେ…

ହିନ୍ଦୁ ଧର୍ମରେ ବିବାହ ପୂର୍ବରୁ କୁଣ୍ଡଳୀ ମିଳନ ସହିତ ଗୋତ୍ରର ପରୀକ୍ଷା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ବୋଲି ବିବେଚନା କରାଯାଏ। ଏକ ଗୋତ୍ରରେ ବିବାହକୁ ସାଧାରଣତଃ ଅଶୁଭ...

ବନ୍ଦେ ଭାରତ ଏକ୍ସପ୍ରେସ ଆଗକୁ ଡେଇଁ ଯୁବକଙ୍କ ଆତ୍ମହତ୍ୟା: ପାଖରେ ପଡ଼ିଛି ମୋବାଇଲ, ବ୍ୟାଗ୍‌; ମିଳିନି ପରିଚୟ…

ଛତ୍ରପୁର, ୨୩।୧୨(ଦିଲ୍ଲୀପ ସାମଲ): ବିଶାଖାପାଟଣାରୁ ଭୁବନେଶ୍ୱର ଯାଉଥିବା ବନ୍ଦେ ଭାରତ ଏକ୍ସପ୍ରେସ ଆଗକୁ ଡେଇଁ ଜଣେ ଯୁବକ ଆତ୍ମହତ୍ୟା କରିଛନ୍ତି। ମୃତକଙ୍କ ପରିଚୟ ଜଣା ପଡ଼ିନାହିଁ।...

୨୦୨୬ ତାମିଲନାଡୁ ନିର୍ବାଚନ: ୩୦%ରୁ ଅଧିକ ଭୋଟ୍ ପାଇବା ନେଇ ବିଜୟଙ୍କ ଦାବି

ଚେନ୍ନାଇ,୨୩।୧୨: ୨୦୨୬ ତାମିଲନାଡୁ ବିଧାନସଭା ନିର୍ବାଚନକୁ ନେଇ ଏବେଠାରୁ ରାଜନୀତି ସରଗରମ ହେବାରେ ଲାଗିଛି। ସୁପରଷ୍ଟାର ବିଜୟଙ୍କ ନୂତନ ରାଜନୈତିକ ଦଳ ‘ତାମିଲଗା ଭେଟ୍ରି କାଝାଗାମ’...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri