Posted inଜାତୀୟ

ବିହାରରେ ନବମ ଥର ପାଇଁ ନୀତୀଶ ସରକାର, ଦୁଇଜଣ ଉପ ମୁଖ୍ୟମନ୍ତ୍ରୀ ସହ ନେଲେ ଶପଥ

ପାଟଣା, ୨୮।୧: ନୀତୀଶ କୁମାରଙ୍କ ଇସ୍ତଫା ପରେ ବିହାରରେ ଏକ ନୂତନ ସରକାର ଗଠନ ହେବାକୁ ଯାଉଥିଲେ ମଧ୍ୟ ଜେଡିୟୁ ମୁଖ୍ୟମନ୍ତ୍ରୀ ପଦରେ ରହିବେ। ରବିବାର ସନ୍ଧ୍ୟାରେ ନବମ ଥର ବିହାରର ମୁଖ୍ୟମନ୍ତ୍ରୀ ଭାବେ ନୀତୀଶ କୁମାର ଶପଥ ଗ୍ରହଣ କରିଛନ୍ତି। ଶପଥ ଗ୍ରହଣ ସମାରୋହରେ ଭାଜପା ସଭାପତି ଜେ.ପି. ନଡ୍ଡା ଉପସ୍ଥିତ ରହିଥିଲେ।

ନୀତୀଶ କୁମାରଙ୍କ ସମେତ ଶପଥ ୯ ମନ୍ତ୍ରୀ ମଧ୍ୟ ଶପଥ ନେଇଛନ୍ତି। ଜେଡିୟୁ ଓ ଭାଜପାରୁ ୩ ଜଣ ଲେଖାଏଁ ଶପଥ ନେଇଥିଲା ବେଳେ ଜଣେ ସ୍ୱାଧୀନ ବିଧାୟକ ଓ ଏଚଏଏମରୁ ଜଣେ ହେଲେ ମନ୍ତ୍ରୀ ହିଛନ୍ତି।

ଭାଜପାରୁ ସମ୍ରାଟ ଚୌଧୁରୀ, ବିଜୟ ସିହ୍ନା, ପ୍ରେମ କୁମାର ମନ୍ତ୍ରୀ ହୋଇଛନ୍ତି। ସେହିଭଳି ଜେଡିୟୁରୁ ବିଜୟ ଚୌଧୁରୀ, ଶ୍ରବଣ କୁମାର, ବିଜେନ୍ଦ୍ର ଯାଦବ ମନ୍ତ୍ରୀ ହୋଇଛନ୍ତି। ଏଚଏଏମରୁ ସନ୍ତୋଷ କୁମାର ସୁମନ ମନ୍ତ୍ରୀପଦର ଶପଥ ନେଇଥିଲା ବେଳେ ସ୍ୱାଧୀନ ବିଧାୟକ ସୁମିତ କୁମାର ସିଂ ମନ୍ତ୍ରୀପଦର ଶପଥ ନେଇଛନ୍ତି।

ଭାଜପା ନେତା ସମ୍ରାଟ ଚୌଧୁରୀ ବିହାରର ଉପ ମୁଖ୍ୟମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିଛନ୍ତି। କୁଶୱା ଜାତିର ଏବଂ ବିହାର ଭାଜପା ସଭାପତି। ସେ ଭେଟେରାନ ନେତା ଶକୁନି ଚୌଧୁରୀନ ପୁଅ ଅଟନ୍ତି। ସେହିଭଳି ଲାଖୀସରାଇ ଆସନରୁ ଚାରିଥର ବିଧାୟକ ବିଜୟ ସିହ୍ନା ଭୁମିହାର ଜାତିର ପ୍ରତିନିଧିତ୍ବ କରନ୍ତି। ସେ ବିହାରର ନୂତନ ଉପମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି। ସେ ପୂର୍ବ ସରକାରରେ ଶ୍ରମ ସମ୍ବଳ ମନ୍ତ୍ରୀ ଥିଲେ।

ନୀତୀଶ କୁମାର ରବିବାର ନବମ ଥର ପାଇଁ ମୁଖ୍ୟମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିଛନ୍ତି। ଏହାର ତୁରନ୍ତ ପରେ କଂଗ୍ରେସ ତୁରନ୍ତ ଟ୍ରଷ୍ଟ ଭୋଟ୍ ଦାବି କରିଛି। ରାଜ୍ୟ କଂଗ୍ରେସ ସଭାପତି ଅଖିଳେଶ ପ୍ରସାଦ ସିଂ କହିଛନ୍ତି ଯେ ଅନେକ ଜେଡିୟୁ ବିଧାୟକ ଅସନ୍ତୋଷ ଅଛନ୍ତି ଏବଂ ଫ୍ଲୋର ଟେଷ୍ଟରେ ସବୁକିଛି ସ୍ପଷ୍ଟ ହୋଇଯିବ। ସେ କହିଛନ୍ତି ଯେ ନୀତୀଶ କୁମାରଙ୍କୁ ମୁଖ୍ୟମନ୍ତ୍ରୀ ଭାବରେ ଦେଖି ବିହାରର ଲୋକମାନେ ଅପମାନିତ ହେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୨୦୨୯ ନିର୍ବାଚନ ପାଇଁ BJPର ମାଷ୍ଟରପ୍ଲାନ୍‌, କାଲି ଘୋଷଣା ହେବ ନୂଆ ଟିମ୍‌! ଏହି ନେତାଙ୍କୁ ମିଳିବ ବଡ଼ ଦାୟିତ୍ବ

ନୂଆଦିଲ୍ଲୀ,୧୬।୮: ଭାଜପାରେ ଖୁବ୍‌ଶୀଘ୍ର ଏକ ବଡ଼ ସାଂଗଠନିକ ପୁନର୍ଗଠନ ହେବାକୁ ଯାଉଛି । ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନଙ୍କ ନେତୃତ୍ୱରେ ଦଳର ନୂଆ ଟିମ୍‌ ଘୋଷଣା…

ବୁଲାବୁଲି କି ଦାମୀ ପୋଷାକ ନୁହେଁ, ଦରମାର ୭୦% ଏହି କାମରେ ଖର୍ଚ୍ଚ କରନ୍ତି Gen Z

ନୂଆଦିଲ୍ଲୀ,୧୬।୮: ସୋସିଆଲ ମିଡିଆରେ ବର୍ତ୍ତମାନ ସମୟରେ Gen Zଙ୍କ ଟ୍ରେଣ୍ଡ, ଲାଇଫଷ୍ଟାଇଲ୍‌ ଓ ଖର୍ଚ୍ଚକୁ ନେଇ ଚର୍ଚ୍ଚା ଲାଗିରହିଛି । ଅନେକଙ୍କ ଧାରଣା ଯେ, ଯୁବପିଢ଼ି ଅଧିକ…

‘ଯଦି ତୁମର ଲଜ୍ଜା ଅଛି, ତେବେ ହାତ ଯୋଡି ୧୪୦ କୋଟି ଜନତାଙ୍କୁ କ୍ଷମା ମାଗ’, କାହିଁକି ସୋନିଆଙ୍କୁ ଏମିତି କହିଲେ ଶାହା

ନୂଆଦିଲ୍ଲୀ,୧୬।୮: କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ବର୍ତ୍ତମାନ ରାଜସ୍ଥାନ ଗସ୍ତରେ ଅଛନ୍ତି। ତାଙ୍କ ଗସ୍ତ ସମୟରେ ସେ ମନ୍ତବ୍ୟ ଦେଇଥିଲେ ଯେ କଂଗ୍ରେସ ଦଳର ମୁଖ୍ୟାଳୟରେ ‘ବନ୍ଦେ…

ସୋନିଆଙ୍କ ବିରୋଧରେ ଦାଖଲ ହେଲା ଅଭିଯୋଗ; ‘ବନ୍ଦେ ମାତରମ’କୁ ଅପମାନ କରିଥିବା…

ନୂଆଦିଲ୍ଲୀ,୧୬।୮: କର୍ନାଟକର ମାଙ୍ଗାଲୁରୁର ଉର୍ଭା ପୋଲିସ ଷ୍ଟେଶନରେ କଂଗ୍ରେସ ନେତ୍ରୀ ସୋନିଆ ଗାନ୍ଧୀଙ୍କ ବିରୋଧରେ ଭାଜପା ନେତାମାନେ ଏକ ଆନୁଷ୍ଠାନିକ ଅଭିଯୋଗ ଦାଖଲ କରିଛନ୍ତି। ସ୍ବାଧୀନତା ଦିବସରେ…

ମହିଳାଙ୍କ ପାଇଁ ସରକାରଙ୍କ ବଡ଼ ଘୋଷଣା, ରକ୍ଷାବନ୍ଧନରେ ୩ ଦିନ ମାଗଣା ବସ୍ ସେବା

ଲକ୍ଷ୍ନୌ,୧୬।୮: ରକ୍ଷାବନ୍ଧନ ଅବସରରେ ଉତ୍ତରପ୍ରଦେଶର ମହିଳାମାନଙ୍କ ପାଇଁ ବଡ଼ ଖୁସି ଖବର ସାମ୍ନାକୁ ଆସିଛି । ଉତ୍ତର ପ୍ରଦେଶ ରାଜ୍ୟ ସଡ଼କ ପରିବହନ ନିଗମ (UPSRTC) ମହିଳାଙ୍କୁ…

Video: ଇନଷ୍ଟାଗ୍ରାମରେ ଭିଡିଓ ଶେୟାର କରି ମୋଦି, କହିଲେ…

ନୂଆଦିଲ୍ଲୀ,୧୬।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସ୍ବାଧୀନତା ଦିବସ (ଅଗଷ୍ଟ ୧୫) ସକାଳର ଏକ ବିଶେଷ ମୁହୂର୍ତ୍ତ ସେୟାର କରିଛନ୍ତି। ତାଙ୍କ ଇନଷ୍ଟାଗ୍ରାମରେ ପୋଷ୍ଟ ହୋଇଥିବା ଏକ ଭିଡିଓରେ…

ଶାହରୁଖ ଖାନ, ଅଜୟ ଦେବଗନ, ଟାଇଗର ଶ୍ରଫଙ୍କ ବଢିଲା ସମସ୍ୟା; ‘କାରଣ ଦର୍ଶାଅ’ ନୋଟିସ ଜାରି କଲା FDA

ନୂଆଦିଲ୍ଲୀ,୧୬।୮: ତିନି ପ୍ରମୁଖ ବଲିଉଡ ତାରକା – ଶାହରୁଖ ଖାନ, ଅଜୟ ଦେବଗନ ଏବଂ ଟାଇଗର ଶ୍ରଫଙ୍କ ପାଇଁ ସମସ୍ୟା ବଢ଼ିବା ପରି ମନେ ହେଉଛି। ‘ବିମଲ…

ଖୁବଶୀଘ୍ର ଭାରତ ଗସ୍ତ କରିପାରନ୍ତି ବାଂଲାଦେଶୀ ପ୍ରଧାନମନ୍ତ୍ରୀ; ଦିଲ୍ଲୀ-ଢାକା ସମ୍ପର୍କ ପାଇଁ ଏହି ଗସ୍ତ କାହିଁକି ଗୁରୁତ୍ୱପୂର୍ଣ୍ଣ ଜାଣନ୍ତୁ

ଢାକା/ନୂଆଦିଲ୍ଲୀ,୧୬।୮: ବାଂଲାଦେଶର ପ୍ରଧାନମନ୍ତ୍ରୀ ତାରିକ ରହମାନ ଅଗଷ୍ଟ ୨୦ ରୁ ୨୫ ମଧ୍ୟରେ ଭାରତ ଗସ୍ତ କରିପାରନ୍ତି। ‘ଦି ଡେଲି ଷ୍ଟାର’ ସୂତ୍ର ଉଦ୍ଧୃତ କରି ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri