Posted inଜାତୀୟ

ଆରଜେଡି ମନ୍ତ୍ରୀଙ୍କୁ ବାହାର କରି ଭାଜପା ନେତାଙ୍କୁ ସରକାରରେ ସାମିଲ କରିବେ ନୀତୀଶ କୁମାର!

ନୂଆଦିଲ୍ଲୀ,୨୭।୧: ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ରବିବାର ସହଯୋଗୀ ତଥା ଲାଲୁ ଯାଦବଙ୍କ ଦଳ ରାଷ୍ଟ୍ରୀୟ ଜନତା ଦଳ (ଆରଜେଡି) ର ମନ୍ତ୍ରୀଙ୍କୁ ବରଖାସ୍ତ କରିବେ ବୋଲି ସୂତ୍ରରୁ ଜଣାପଡିଛି। ଆସନ୍ତା ତିନି ମାସ ମଧ୍ୟରେ ହେବାକୁ ଥିବା ଲୋକସଭା ନିର୍ବାଚନ ପାଇଁ ଭାଜପା ଏବଂ ନୀତୀଶ କୁମାରଙ୍କ ଜନତା ଦଳ (ୟୁନାଇଟେଡ୍) କିମ୍ବା ଜେଡି (ୟୁ) ଭିତରେ ଆସନ ବୁଝାମଣା ମଧ୍ୟ ଶେଷ ହୋଇଛି।

ଏଥିସହ ବିହାରର ସମସ୍ତ ଭାଜପା ବିଧାୟକ ନୀତୀଶ କୁମାରଙ୍କୁ ସମର୍ଥନ ପତ୍ର ପ୍ରଦାନ କରିଥିବା ବୋଲି ସୂତ୍ରରୁ ଖବର ମିଳିଛି। ଏହି ରାଜନୈତିକ ବିକାଶ ସୂଚାଉଛି ଯେ ଜେଡି (ୟୁ) ମୁଖ୍ୟ – ଯିଏ ଅଗଷ୍ଟ ୨୦୨୨ ରେ ମହାଗଠବନ୍ଧନ କିମ୍ବା ଗ୍ରାଣ୍ଡ ଆଲାଇନ୍ସରେ ଯୋଗଦେବାକୁ ଭାଜପାକୁ ଛାଡ଼ିଥିଲେ ଆରଜେଡି ଏବଂ କଂଗ୍ରେସ ସହ ମିଳିତ ସରକାର ଚଳାଇବାରେ ସଫଳ ହୋଇ ନାହାନ୍ତି।

ତେବେ ସୂତ୍ରରୁ ମିଳିଥିବା ଖବର ଅନୁଯାୟୀ ନୀତୀଶ କୁମାର ରାଜ୍ୟରେ ସରକାର ପରିବର୍ତ୍ତନ ନେଇ ସିଧାସଳଖ ଗୃହମନ୍ତ୍ରୀ ଅମିତ ଶାହା ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସହ କଥାବାର୍ତ୍ତା କରୁଛନ୍ତି।

ଖବର ଅନୁଯାୟୀ ପୁଣିଥରେ ଭାଜପା ଶିବିରକୁ ଫେରିବା ପୂର୍ବରୁ ନୀତୀଶ କୁମାର ରବିବାର ଜେଡି(ୟୁ) ଏବଂ ଭାଜପା ବିଧାୟକଙ୍କ ପାଇଁ ଏକ ଲଞ୍ଚ (ମଧ୍ଯହ୍ନ ଭୋଜନ)ର ଆୟୋଜନ କରୁଛନ୍ତି। ଏହାପରେ ଉଭୟ ପାର୍ଟିର ବିଧାୟକ ରାଜ୍ୟପାଳଙ୍କ ନିକଟକୁ ଯାଇ ସେମାନଙ୍କର ସମର୍ଥନ ପତ୍ର ପ୍ରଦାନ କରିବେ।

ସୂତ୍ରରୁ ପ୍ରକାଶ ଯେ ନୀତୀଶ କୁମାର ଆରଜେଡିରୁ ବରଖାସ୍ତ ହୋଇଥିବା ମନ୍ତ୍ରୀଙ୍କୁ ଭାଜପା ନେତାଙ୍କ ଦ୍ୱାରା ବଦଳାଇବାର ସମ୍ଭାବନା ରହିଛି।

ବିହାରରେ ସରକାରକୁ ଭାଜପାକୁ ଫେରାଇ ଆଣିଥିବାରୁ ୨୦୨୫ ପରେ କେନ୍ଦ୍ରରେ ନୀତୀଶଙ୍କୁ ଏକ ପ୍ରମୁଖ ଭୂମିକାରେ ଦେଖିବାକୁ ମିଳିପାରେ। ଏବେ ଭାଜପାରୁ ରାଜ୍ୟସଭାକୁ ଯାଇଥିବା ସୁଶୀଲ ମୋଦିଙ୍କୁ ଡେପୁଟି କରିବାକୁ ନୀତୀଶ ଚାହୁଁଥିବା ମଧ୍ୟ ଖବର ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଘରେ ନ ଥିବା ବେଳେ କଳାକନା ବୁଲାଇଲେ ଟାଇଲ୍‌ ମିସ୍ତ୍ରୀ

ବଞ୍ଚୋ,୪।୧୦(ପ୍ରଦୋଷ ବିଶ୍ୱାଳ): ଘରେ କେହି ନ ଥିବାର ସୁଯୋଗ ନେଇ ତାଲା ଭାଙ୍ଗି ନଗଦ ଟଙ୍କା ସହ ସୁନା ଏବଂ ରୁପା ଅଳଙ୍କାର ଚୋରି ଘଟଣାରେ ଘସିପୁରା…

କେନ୍ଦୁଝରରେ ଧରିତ୍ରୀ ଖବରଦାତାଙ୍କୁ ଆକ୍ରମଣ, ଅଭିଯୁକ୍ତକୁ ବାନ୍ଧିଲା ପୋଲିସ

ହାଟଡିହୀ,୪।୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ରାମଚନ୍ଦ୍ରପୁର ଥାନା ଅଞ୍ଚଳରେ ଜଣେ ବରିଷ୍ଠ ଖବରଦାତାଙ୍କୁ ଆକ୍ରମଣ ହୋଇଥିବା ନେଇ ଅଭିଯୋଗ ହୋଇଛି । ଅଭିଯୋଗକୁ ଭିତ୍ତି…

ଆମ୍ବେଦକର ସେବା ସଂଘର ଶୋଭାଯାତ୍ରା, କର୍ମକର୍ତ୍ତା ଚୟନ

ଦିଗପହଣ୍ଡି,୪।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିଠାରେ ଅନୁସୂଚିତ ଜାତି ଓ ଜନଜାତି ବର୍ଗଙ୍କ ସାମ୍ବିଧାନିକ ମୌଳିକ ଅଧିକାର, ସାମାଜିକ ନ୍ୟାୟ, ଜମି ଅଧିକାର, ଶିକ୍ଷା ଓ…

ଜାଲରେ ଛନ୍ଦି ହୋଇଥିଲା ୮ ଫୁଟର ଅଜଗର, ଟାମଣା ଘାଟି ଜଙ୍ଗଲରେ….

ଛତ୍ରପୁର,୪ା୧୦(ଦିଲ୍ଲୀପ ସାମଲ /ଦ୍ଵାରିକା ପଟ୍ଟନାୟକ): ଛତ୍ରପୁର ବ୍ଲକ ଅନ୍ତର୍ଗତ ଅନ୍ତନ୍ତପୁର ଓ ସୀତାରାମପୁର ଦେଇ ଯାଇଥିବା ଏକ ନାଳରୁ ୮ ଫୁଟିଆ ଅଜଗର ସାପ ଉଦ୍ଧାର କରାଯାଇଛି…

ଆମେରିକା-ଚାଇନାକୁ ନେଇ ବଡ଼ ଖୁଲାସା କଲେ ଜୟଶଙ୍କର, ବିଶ୍ବରେ ହଇଚଇ!

ନୂଆଦିଲ୍ଲୀ,୪।୧୦: ଭାରତର ବୈଦେଶିକ ମନ୍ତ୍ରୀ ଏସ୍. ଜୟଶଙ୍କର ଆମେରିକା ଓ ଚାଇନାକୁ ନେଇ ବଡ଼ ମନ୍ତବ୍ୟ ଦେଇଛନ୍ତି । ୬୨ତମ ମ୍ୟୁନିକ୍ ସିକ୍ୟୁରିଟି କନଫରେନ୍ସରେ ଜୟଶଙ୍କର କହିଛନ୍ତି…

ଏସିଆନ ଗେମ୍ସର ୨୦ତମ ସଂସ୍କରଣ ଉଦ୍‌ଯାପିତ

ନାଗୋୟା,୪ା୧୦: ଜାପାନର ପରମ୍ପରା ଓ ଆତିଥ୍ୟକୁ ପ୍ରଦର୍ଶିତ କରୁଥିବା ଲାଇଟ୍‌ ଓ ମ୍ୟୁଜିକାଲ ଶୋ’ ସହିତ ଏସିଆନ ଗେମ୍ସର ୨୦ତମ ସଂସ୍କରଣ ରବିବାର ଉଦ୍‌ଯାପିତ ହୋଇଯାଇଛି। ଦୁଇ…

ବୈଭବ ସୂର୍ଯ୍ୟବଂଶୀଙ୍କ ବଡ଼ ଗୁମର ଖୋଲିଲେ ଆୟର, ସମୟ ଆସିଲେ….

ନୂଆଦିଲ୍ଲୀ,୪।୧୦: ୱେଷ୍ଟଇଣ୍ଡିଜ୍ ବିପକ୍ଷ ଟି-୨୦ ସିରିଜ୍‌ ପୂର୍ବରୁ ଭାରତୀୟ ଟି-୨୦ ଦଳର ଅଧିନାୟକ ଶ୍ରେୟସ ଆୟର ଦଳର ଖେଳ ରଣନୀତି ଓ ଯୁବ ଖେଳାଳି ବୈଭବ ସୂର୍ଯ୍ୟବଂଶୀଙ୍କୁ…

ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼, ବୈଠକ ସାରି ବାହାରିଲା ବେଳେ …

ଭୁବନେଶ୍ବର,୪।୧୦: ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼ ହୋଇଛି । ବୈଠକ ସାରି ଫେରୁଥିବା ବେଳେ କିଛି ବ୍ୟକ୍ତି ତାଙ୍କ ଗାଡି ଉପରକୁ ଟେକା ଫିଙ୍ଗିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?