Posted inଜାତୀୟ

ମଦ ଉପରୁ କଟକଣା ହଟାଇବାକୁ ଦାବି

ପାଟଣା,୧୬।୧: ବିହାରରେ ବିଷାକ୍ତ ମଦ କାରଣରୁ ଶନିବାର ନାଳନ୍ଦା ଜିଲାରେ ୧୧ ଜଣଙ୍କ ମୃତ୍ୟୁ ହେବା ପରେ ଭାଜପା ଓ ଜନତା ଦଳର ମେଣ୍ଟ ସରକାରକୁ ଟାର୍ଗେଟ କରିଛନ୍ତି ବିରୋଧୀ। ରାଜ୍ୟରେ ଘଟିଥିବା ବିଷାକ୍ତ ମଦ ମୃତ୍ୟୁ ଘଟଣା କାରଣରୁ ମଦ ଉପରୁ କଟକଣା ହଟାଇବାକୁ ଦାବି କରିଛି ପୂର୍ବତନ ମୁଖ୍ୟମନ୍ତ୍ରୀ ଜିତେନ ରାମ ମାଞ୍ଝିଙ୍କ ହିନ୍ଦୁସ୍ତାନୀ ଯୁବା ମୋର୍ଚ୍ଚା।

ନାଳନ୍ଦା ଘଟଣା ଦର୍ଶାଉଛି ବିହାରର ମଦ ନିଷେଦ ଆଇନ ସମ୍ପୂର୍ଣ୍ଣ ରୂପେ ବିଫଳ ହୋଇଛି। ତୁରନ୍ତ ଏହି ଆଇନ ଉଚ୍ଛେଦ ହେବା ଦରକାର। ଯଦି କେନ୍ଦ୍ର ସରକାର କୃଷି ଆଇନ ଉଚ୍ଛେଦ କରିପାରୁଛନ୍ତି, କ’ଣ ପାଇଁ ମୁଖ୍ୟମନ୍ତ୍ରୀ ବିହାରରେ ମଦ ଉପରୁ କଟକଣା ହଟାଉ ନାହାନ୍ତି। ଯେକୌଣସି ଆଇନର ଉଚ୍ଛେଦକୁ ସମ୍ମାନର ପ୍ରସଙ୍ଗ କରିବା ଉଚିତ ନୁହେଁ। ବିଷାକ୍ତ ମଦ ବିକ୍ରି ହେଉଛି। ଗରୀବ ଲୋକେ ପ୍ରତ୍ୟେକ ଜିଲାରେ ନିଷେଦାଦେଶ ଯୋଗୁ ମୃତ୍ୟୁ ମୁଖରେ ପଡ଼ୁଛନ୍ତି। ଏହା ସରକାରଙ୍କ ଉପରେ ଦ୍ୱନ୍ଦ୍ୱ ସୃଷ୍ଟି କରୁଛି ବୋଲି ହିନ୍ଦୁସ୍ତାନୀ ଅଓ୍ବାମ ମୋର୍ଚ୍ଚାର ପ୍ରବକ୍ତା ଦାନିଶ ରିଜଓ୍ବାନ କହିଛନ୍ତି।

ଏହି ଘଟଣା ଉପରେ ମୁଖ୍ୟମନ୍ତ୍ରୀ ନୀତିଶ କୁମାରଙ୍କ ଇସ୍ତଫା ଦାବି କରିଛି ରାଷ୍ଟ୍ରୀୟ ଜନତା ଦଳ (ଆରଜେଡି)। “ବିହାରରେ ଘଟୁଥିବା ବିଷାକ୍ତ ମଦ ମୃତ୍ୟୁ ମାମଲା ପାଇଁ ନିଜକୁ ଦାୟୀ କରି ନୀତିଶ କୁମାର ତାଙ୍କ ପଦବୀରୁ ଇସ୍ତଫା ଦେବା ଉଚିତ” ବୋଲି ଆରଜେଡି ପ୍ରବକ୍ତା ଶକ୍ତି ସିଂ ଯାଦବ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବୁଧଙ୍କ ଓଲଟା ଚାଲି: ଅକ୍ଟୋବରରେ ଏହି ୩ ରାଶିଙ୍କ ବଢ଼ିବ ଟେନସନ, ପାଖରୁ ପଳେଇବ ସବୁ ଟଙ୍କା!

ବୁଧଙ୍କ ରାଶି ପରିବର୍ତ୍ତନ ସହିତ ତାଙ୍କର ମାର୍ଗୀ ଏବଂ ବକ୍ରୀ ହେବା ଜ୍ୟୋତିଷ ଶାସ୍ତ୍ର ଦୃଷ୍ଟିକୋଣରୁ ବିଶେଷ ମହତ୍ତ୍ୱ ବହନ କରେ। ଜ୍ୟୋତିଷୀୟ ମାନ୍ୟତା ଅନୁଯାୟୀ, ବୁଧଙ୍କ…

କ୍ରେନ ତଳେ ଚାପି ହୋଇ ଗଞ୍ଜାମର ପ୍ରବାସୀ ଶ୍ରମିକଙ୍କ ମୃତ୍ୟୁ

ଗଞ୍ଜାମ,୨୯।୯(ଅନାଥ ତରାଇ): ପେଟ ପାଇଁ ଆନ୍ଧ୍ରପ୍ରଦେଶର ତିରୁପତି ଯାଇଥିବା ଗଞ୍ଜାମ ଜିଲାର ଜଣେ ପ୍ରବାସୀ ଶ୍ରମିକଙ୍କର ଏକ ଅଭାବନୀୟ ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ଗଞ୍ଜାମ ବ୍ଲକ ପାଳିବନ୍ଧ…

ହଜିଗଲା ମାନବିକତା: ଗଞ୍ଜାମରେ ଘଣ୍ଟା ଘଣ୍ଟା ଧରି ପଡ଼ିରହିଲା ନିରାଶ୍ରୟା ବୃଦ୍ଧାଙ୍କ ମୃତଦେହ

ଗଞ୍ଜାମ,୨୯।୯(ଅନାଥ ତରାଇ ): ଗଞ୍ଜାମ ସହରରୁ ଆସିଥିବା ଏକ ହୃଦୟବିଦାରକ ଦୃଶ୍ୟ ଆଜି ସମାଜର ମୁଖା ଖୋଲିଦେଇଛି। ବଜାରର ଭିଡ଼ ମଝିରେ ଘଣ୍ଟା ଘଣ୍ଟା ଧରି ପଡ଼ିରହିଥିଲା…

ମୋହନାରୁ ବ୍ରହ୍ମପୁର ଚୋରା ଚାଲାଣ ବେଳେ ଧରାପଡ଼ିଲେ ୨ ଗଞ୍ଜେଇ ବେପାରୀ: ୨୩ କେଜି ଗଞ୍ଜେଇ ସହ…

ଦିଗପହଣ୍ଡି ,୨୯।୯ ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ପୋଲିସ ଟିମ୍ ମଙ୍ଗଳବାର ଅପରାହ୍ନରେ ଗଞ୍ଜେଇ ଚୋରା ଚାଲାଣ ପଣ୍ଡ କରିବା ସହ ଏକ ଗଞ୍ଜେଇ…

ଦିଗପହଣ୍ଡି ବିଧାୟକ ସିଦ୍ଧାନ୍ତ ମହାପାତ୍ରଙ୍କ ବିରୋଧରେ ମହାମେଳି: ଅସନ୍ତୋଷ ଝାଡ଼ିଲେ ବରିଷ୍ଠ ନେତା, ପଞ୍ଚାୟତ ନିର୍ବାଚନ ପୂର୍ବରୁ…

ଦିଗପହଣ୍ଡି,୨୯।୯ ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ନିର୍ବାଚନ ମଣ୍ଡଳୀର ବରିଷ୍ଠ ଭାଜପା କାର୍ଯ୍ୟକର୍ତ୍ତାଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି। ବିଧାୟକ ଡ. ସିଦ୍ଧାନ୍ତ ମହାପାତ୍ର ବରିଷ୍ଠ…

ରାଜନଗରରେ ସୁଜାତାଙ୍କ ସନ୍ଦେହଜନକ ମୃତ୍ୟୁ: ଶାଶୂଘର ଲୋକଙ୍କ ବିରୋଧରେ ହତ୍ୟା ଅଭିଯୋଗ, ସ୍ୱାମୀଙ୍କୁ ଅଟକ ରଖିଲା…

ରାଜନଗର,୨୯।୯(ଭାସ୍କର ରାଉତରାୟ): ରାଜନଗର ଥାନା ଅନ୍ତର୍ଗତ ସାନବଡ଼ ଗୋପାଳପୁର ପଞ୍ଚାୟତ ଗୋସିଗାଁର ଇନ୍ଦ୍ରମଣି ରାଉତଙ୍କ ବୋହୂ ସୁଜାତା ପ୍ରଧାନଙ୍କର ସନ୍ଦେହଜନକ ମୃତ୍ୟୁ ଘଟିଛି। ଏହି ଘଟଣାରେ ଶାଶୂଘର…

୫ ରାଶି ଉପରେ କୃପା କରିବେ ଶନି; ଟଙ୍କାରେ ପୁରିଯିବ ଘର, କ୍ୟାରିୟରରେ ମିଳିବ ବଡ଼ ସଫଳତା

ଜ୍ୟୋତିଷ ଶାସ୍ତ୍ରରେ ଶନିଙ୍କୁ କର୍ମଫଳଦାତା ଏବଂ ନ୍ୟାୟର କାରକ ଗ୍ରହ ବୋଲି ବିବେଚନା କରାଯାଏ। ଶନି ପ୍ରତ୍ୟେକ ବ୍ୟକ୍ତିଙ୍କୁ ତାଙ୍କ କର୍ମ ଅନୁସାରେ ଶୁଭ ତଥା ଅଶୁଭ…

ଛାଡ଼ିଲା ବନ୍ୟା, ବଢ଼ିଲା ଚାଷୀଙ୍କ ଦୁର୍ଦ୍ଦଶା

ଭବାନୀପାଟଣା,୨୯ା୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାରେ ଗତ ସପ୍ତାହରେ ହାତୀ ଓ ତେଲ ନଦୀରେ ବନ୍ୟା ଆସିବାରୁ ନଦୀ କୂଳରେ ଥିବା ଶତାଧିକ ଏକର ଧାନଚାଷ ନଷ୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?