Posted inଜାତୀୟ

‘୨୦୨୪ ନିର୍ବାଚନରେ ନୀତୀଶ କୁମାର ହେବେ ମଜଭୁତ ପ୍ରଧାନମନ୍ତ୍ରୀ ପ୍ରାର୍ଥୀ’

ପାଟନା,୨୧।୮:ବିହାର ଉପମୁଖ୍ୟମନ୍ତ୍ରୀ ତଥା ରାଷ୍ଟ୍ରୀୟ ଜନତା ଦଳ (ଆରଜେଡି) ନେତା ତେଜସ୍ବୀ ଯାଦବ ଜେଡିୟୁ ସୁପ୍ରିମୋ ନୀତୀଶ କୁମାର ପ୍ରଧାନମନ୍ତ୍ରୀ ହେବା ନେଇ ନିଜ ମତ ରଖିଛନ୍ତି। ଯଦି ୨୦୨୪ ସାଧାରଣ ନିର୍ବାଚନରେ ପ୍ରଧାନମନ୍ତ୍ରୀ ପ୍ରାର୍ଥୀ ସମ୍ପର୍କରେ ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କ ନାଁକୁ ନେଇ ବିରୋଧୀ ରାଜି ହୁଅନ୍ତି, ତେବେ ସେ ଜଣେ ମଜଭୁତ ପ୍ରାର୍ଥୀ ଭାବେ ଉଭା ହେବେ ବୋଲି ସେ କହିଛନ୍ତି।
ନିକଟରେ ଭାରତୀୟ ଜନତା ପାର୍ଟି (ଭାଜପା) ହାତ ଛାଡି ଦ୍ୱିତୀୟ ଥର ପାଇଁ ଆରଜେଡି ନେତୃତ୍ୱାଧୀନ ମହାଗଠବନ୍ଧନରେ ଯୋଗ ଦେଇଥିବା ନୀତୀଶ କୁମାରଙ୍କ ବିଷୟରେ ତେଜସ୍ବୀ କହିଛନ୍ତି, ନୀତୀଶଙ୍କୁ ତୃଣମୂଳ ସ୍ତରରେ ବହୁତ ସମର୍ଥନ ରହିଛି। ଜେଡିୟୁ, ଆରଜେଡି, କଂଗ୍ରେସ ଏବଂ ଅନ୍ୟାନ୍ୟ ଦଳ ଏକାଠି ହେବା ପରେ ମହାଗଠବନ୍ଧନ ପୁଣି ବିହାରରେ କ୍ଷମତାକୁ ଆସିବା ଏକ ଶୁଭ ସଙ୍କେତ।
ଯଦି ଆମେ ବର୍ତ୍ତମାନ ଗଣତନ୍ତ୍ରକୁ ଧ୍ୱଂସରୁ ରକ୍ଷା କରିପାରିବା ନାହିଁ, ତେବେ ଏହାକୁ ପୁନଃସ୍ଥାପନ କରିବା ଅତ୍ୟନ୍ତ କଷ୍ଟକର ହେବ। ୨୦୨୪ ନିର୍ବାଚନ ପାଇଁ ନୀତୀଶ କୁମାର ପ୍ରଧାନମନ୍ତ୍ରୀ ପ୍ରାର୍ଥୀ ହେବେ କି ପ୍ରଶ୍ନରେ ତେଜସ୍ବୀ କହିଛନ୍ତି, ମୁଁ ଏହି ପ୍ରଶ୍ନକୁ ନୀତୀଶ ଜୀଙ୍କ ଉପରେ ଛାଡିଛି। ଯଦି ବିଚାର କରାଯାଏ, ନୀତୀଶ ଜୀ ନିଶ୍ଚିତ ଭାବରେ ଜଣେ ମଜଭୁତ ପ୍ରଧାନମନ୍ତ୍ରୀ ପ୍ରାର୍ଥୀ ହୋଇପାରିବେ। ଗତ ୫୦ ବର୍ଷ ଧରି ସେ (ନୀତୀଶ) ଜଣେ ସାମାଜିକ ତଥା ରାଜନୈତିକ କାର୍ଯ୍ୟକର୍ତ୍ତା ରହିଆସିଛନ୍ତି। ସେ ଜେପି (ଜୟପ୍ରକାଶ) ଆନ୍ଦୋଳନରେ ଭାଗ ନେଇଥିଲେ।
ସୂଚନାଯୋଗ୍ୟ, ଜେଡିୟୁ ଭାଜପା ସହ ସମ୍ପର୍କ ଭାଙ୍ଗିବା ପରେ ନୀତୀଶ କୁମାର ପ୍ରଧାନମନ୍ତ୍ରୀ ପ୍ରାର୍ଥୀ ହେବା ନେଇ ଚର୍ଚ୍ଚା ଜୋର ଧରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଗାଲେ ଟେଷ୍ଟ ପୂର୍ବରୁ କୋଚ୍‌ଙ୍କ ବଡ଼ ବୟାନ, ଏହି ୩ ସ୍ପିନର ଦଳରେ ହୋଇପାରନ୍ତି ସାମିଲ

ଗାଲେ,୧୩ା୮: ଶନିବାରଠାରୁ ଶ୍ରୀଲଙ୍କା ବିପକ୍ଷରେ ଖେଳାଯିବାକୁ ଥିବା ପ୍ରଥମ ଟେଷ୍ଟ କ୍ରିକେଟ ମ୍ୟାଚ୍‌ ଲାଗି ଭାରତୀୟ ଦଳରେ ୩ ବାମହାତୀ ସ୍ପିନରଙ୍କୁ ସାମିଲ କରାଯାଇପାରେ। ଏ ନେଇ…

ବିରୋଧୀଙ୍କ ହଟ୍ଟଗୋଳ, ସଂସଦ ଅଚଳ! ଲୋକ ସଭାରେ ୧୯% ଏବଂ ରାଜ୍ୟ ସଭାରେ ୩୯% କାର୍ଯ୍ୟ ସହିତ ମୌସୁମୀ ଅଧିବେଶନ ଶେଷ

ନୂଆଦିଲ୍ଲୀ,୧୩।୮: ଗୁରୁବାର (୧୩ ଅଗଷ୍ଟ, ୨୦୨୬) ଦିନ ଲୋକ ସଭା କାର୍ଯ୍ୟ ଅନିର୍ଦ୍ଦିଷ୍ଟ କାଳ ପାଇଁ ମୁଲତବୀ ରଖାଯାଇଥିଲା। ମୌସୁମୀ ଅଧିବେଶନ ସମୟରେ, ଲୋକ ସଭାରେ ୧୯…

ଲୋକ ସଭା ଇତିହାସରେ ପ୍ରଥମ ଥର, ଗୃହର କାର୍ଯ୍ୟକାଳ ସମୟରେ ପ୍ରତିଧ୍ୱନିତ ହେଲା ‘ବନ୍ଦେ ମାତରମ’

ନୂଆଦିଲ୍ଲୀ,୧୩।୮: ମୌସୁମୀ ଅଧିବେଶନର ଶେଷ ଦିନରେ ଲୋକ ସଭାର କାର୍ଯ୍ୟକାଳ ‘ବନ୍ଦେ ମାତରମ’ ଗାନ ସହିତ ଆରମ୍ଭ ହୋଇଥିଲା। ଏମିତି ଘଟଣା ସଂସଦରେ ପ୍ରଥମ ଥର ପାଇଁ…

ଟାଟା ଗ୍ରୁପ୍‌ର ପ୍ରକୃତ ମାଲିକ କିଏ? କେଉଁଠାକୁ ଯାଏ ଏତେ ବଡ଼ କମ୍ପାନୀର ଆୟ…ଜାଣିଲେ ହେବେ ତାଜୁବ

ନୂଆଦିଲ୍ଲୀ,୧୩।୮: ଭାରତର ସର୍ବବୃହତ୍ ଏବଂ ସବୁଠାରୁ ଭରସାଯୋଗ୍ୟ ବ୍ୟବସାୟିକ ଗ୍ରୁପ୍‌ଗୁଡ଼ିକ ମଧ୍ୟରେ ‘ଟାଟା ଗ୍ରୁପ୍’ (Tata Group) ଅନ୍ୟତମ। କିନ୍ତୁ ଆପଣ ଜାଣି ଆଶ୍ଚର୍ଯ୍ୟ ହେବେ ଯେ,…

ବାଦଲ ଫଟା ବର୍ଷା, ଜାତୀୟ ରାଜପଥରେ ଅଣ୍ଟାଏ ପାଣି

କୁଆଁରମୁଣ୍ଡା,୧୩।୮(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା କୁଆଁରମୁଣ୍ଡା ବ୍ଲକ ଅଞ୍ଚଳରେ ଗୁରୁବାର ବାଦଲ ଫଟା ବର୍ଷା ହୋଇଛି। ଏହି ବର୍ଷା ଚଳିତ ବର୍ଷର ରେକର୍ଡ ସୃଷ୍ଟି କରିଛି।…

ନ୍ୟାୟ ଦାବିରେ ଶ୍ୱଶୁର ଘର ଆଗରେ ବସିଲେ ମହିଳା, ସ୍ବାମୀ ବାହାର ରାଜ୍ୟରେ ଅନ୍ୟ ମହିଳାଙ୍କୁ ବିବାହ କରିଥିବା ଅଭିଯୋଗ

ଦିଗପହଣ୍ଡି,୧୩।୮(ଅଶେଷ ନାଥ ମିଶ୍ର): ଶ୍ୱଶୁର ଘର ଆଗରେ ଧାରଣା ଦେଲେ ବୋହୂ । ଦିଗପହଣ୍ଡି ଥାନା ଭୀଷ୍ମଗିରି ଗାଁ ବ୍ରାହ୍ମଣସାହିରେ ଧାରଣା । ସ୍ବାମୀ ବାହାର ରାଜ୍ୟରେ…

ବିପଦ ସଙ୍କେତ ଟପିଲା ବୈତରଣୀ, ତଳିଆ ଅଞ୍ଚଳରେ ବନ୍ୟା ଆଶଙ୍କା

ପାଟଣା,୧୩।୮(ବୀର କିଶୋର ଦାଶ): ଲଘୁଚାପ ଜନିତ ଲଗାଣ ବର୍ଷାରେ କେନ୍ଦୁଝର ଜିଲା ପାଟଣା ଅଞ୍ଚଳରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ଗୁରୁବାର ଅପରାହ୍ନରେ ପାଟଣା ଅଞ୍ଚଳରେ ବୈତରଣୀ ନଦୀ…

ଆମ୍ବୁଲାନ୍ସରେ ଗଞ୍ଜେଇ ଚାଲାଣ, କାଲିମେଳାରୁ ମହାରାଷ୍ଟ୍ରର ଯାଉଥିବା ବେଳେ ମାଡ଼ି ବସିଲା ପୋଲିସ

କାଲିମେଳା,୧୩।୮: ରୋଗୀ ବୁହା ଆମ୍ବୁଲାନ୍ସରେ ଗଞ୍ଜେଇ ଚାଲାଣ ଖବର ସାମ୍ନାକୁ ଆସିଛି। କାଲିମେଳା ପୋଲିସ ଏହି ଘଟଣାରେ ସମ୍ପୃକ୍ତ ୨ ଅଭିଯୁକ୍ତଙ୍କୁ ଗିରଫ କରିବା ସହ ଗଞ୍ଜେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri