Posted inଜାତୀୟ

ବିହାରରେ ରାହୁଲ ଗାନ୍ଧୀଙ୍କ ଯାତ୍ରାରେ ସାମିଲ ହେବେ ନାହିଁ ଇଣ୍ଡିଆ ସହଯୋଗୀ ନୀତିଶ କୁମାର

ନୂଆଦିଲ୍ଲୀ,୨୫।୧: ସବୁକିଛ ଠିକ ଚାଲୁନାହିଁ ଇଣ୍ଡିଆ ମେଣ୍ଟରେ। ପଶ୍ଚିମବଙ୍ଗରେ ମମତା ବାନାର୍ଜୀ ଏବଂ ପଞ୍ଜାବର ଭଗବନ୍ତ ମନ ଏକାକୀ ନିର୍ବାଚନରେ ​​ପ୍ରତିଦ୍ୱନ୍ଦ୍ୱିତା କରିବାକୁ ଘୋଷଣା କରିଛନ୍ତି। ବର୍ତ୍ତମାନ ବିହାରରୁ ଏହି ସଙ୍କେତ ଆସୁଥିବା ଜଣାପଡୁଛି। ସୂଚନାନୁସାରେ, ନୀତୀଶ କୁମାର ରାହୁଲ ଗାନ୍ଧୀଙ୍କ ଭାରତ ଯୋଡୋ ନ୍ୟାୟ ଯାତ୍ରାରେ ଅଂଶଗ୍ରହଣ କରିବେ ନାହିଁ। ଇଣ୍ଡିଆ ସହ ଜଡିତ ସମସ୍ତ ଦଳଙ୍କୁ ଭାରତ ଯୋଡା ନ୍ୟାୟ ଯାତ୍ରାରେ ଭାଗ ନେବାକୁ ନିମନ୍ତ୍ରଣ କରାଯାଇଥିଲା, କିନ୍ତୁ ନୀତୀଶ କୁମାର ଏଥିରୁ କିଛି ଦୂରରେ ରହିବେ ବୋଲି ଖବର ଆସୁଛି।

ଏହାପୂର୍ବରୁ ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ସ୍ପଷ୍ଟ କରିଛନ୍ତି ଯେ ତାଙ୍କ ଦଳ ରାଜ୍ୟରେ ଏକାକୀ ନିର୍ବାଚନରେ ​​ପ୍ରତିଦ୍ୱନ୍ଦ୍ୱିତା କରିବେ। କଂଗ୍ରେସ ସହିତ ତାଙ୍କ ଦଳର କୌଣସି ସମ୍ପର୍କ ନାହିଁ ବୋଲି ମମତା ସ୍ପଷ୍ଟ କରିଛନ୍ତି। ମମତା ବାନାର୍ଜୀ ବୁଧବାର ଦିନ ଘୋଷଣା କରିଛନ୍ତି ଯେ ତୃଣମୂଳ କଂଗ୍ରେସ ନିଜେ ବଙ୍ଗଳାର 42 ଟି ଲୋକସଭା ଆସନରେ ନିର୍ବାଚନ ଲଢ଼ିବ। ନିର୍ବାଚନ ଫଳାଫଳ ବାହାରିବା ପରେ ହିଁ କଂଗ୍ରେସ ସହ ଏକ ମେଣ୍ଟ ବିଷୟରେ ବିଚାର କରିବ।

ତେବେ ଉଭୟ ଦଳ ଇଣ୍ଡିଆର ଏକ ଗୁରୁତ୍ୱପୂର୍ଣ୍ଣ ଅଂଶ। ଗତ କିଛି ଦିନ ହେବ ଟିଏମସି ଏବଂ କଂଗ୍ରେସ ମଧ୍ୟରେ ଇଣ୍ଡିଆକୁ ନେଇ ବଙ୍ଗଳାରେ ବିବାଦ ଲାଗି ରହିଥିଲା। ଏପରିକି ରାଜ୍ୟ କଂଗ୍ରେସ ନେତାଙ୍କୁ ମାଢ଼ ଏହି ନିଷ୍ପତ୍ତି ପସନ୍ଦ ଆସୁ ନଥିଲା। ତେଣୁକରି ଏବେ କଂଗ୍ରେସ ସହ କୌଣସି ସମ୍ପର୍କ ନାହିଁ ବୋଲି ମମତା କହିଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

୬ ମାସ ହେଲା ହୋଇନି ଛତ୍ରପୁର ପଞ୍ଚାୟତ ସମିତି ବୈଠକ, ବ୍ଲକ ଅଧ୍ୟକ୍ଷା ଜିଲାପାଳଙ୍କୁ ଭେଟି…

ଛତ୍ରପୁର,୩୦ା୭(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ପଞ୍ଚାୟତ ସମିତିର ବୈଠକ ତୁରନ୍ତ କରିବାକୁ ଗୁରୁବାର ବ୍ଲକ ଅଧ୍ୟକ୍ଷା କିରନ କୁମାରୀ ଦାସ ଗଞ୍ଜାମ ଜିଲାପାଳଙ୍କୁ ଭେଟି…

କାଦୁଅ ପଚପଚରେ ଖୋଲା ଜିମ୍‌ କେନ୍ଦ୍ର ନିର୍ମାଣ, ବିନା ସୂଚନାଫଳକକୁ ନେଇ ତାତିଲେ ଗ୍ରାମବାସୀ

କେସିଙ୍ଗା,୩୦ା୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧିନସ୍ଥ ତୁର୍ଳାଖମାନ ଗ୍ରାମରେ ଲୋକଙ୍କ ସ୍ବାସ୍ଥ୍ୟ ସୁଦୃଢ଼ କରିବା ପାଇଁ ଲୋକ ସଭା ଏମ୍‌ପି ସୁଜିତ କୁମାର ଏକ…

ପଞ୍ଚମ ଶ୍ରେଣୀ ଛାତ୍ରଙ୍କ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡଲ; ଗ୍ରୀନ କରିଡ଼ରରେ ୮୦ କିମି ଗଲେ, ଓଡ଼ିଶାରେ ପ୍ରଥମ

କୃଷ୍ଣପ୍ରସାଦ,୩୦।୭(କୈଳାଶ ଚନ୍ଦ୍ର ପଟ୍ଟନାୟକ): ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକର ପଥରକଟା ଗାଁରୁ ଏକ ଛାତିଥରା ଦୃଶ୍ୟ ସାମ୍ନାକୁ ଆସିଛି । ପ୍ରଭୁଦତ୍ତ ଜେନାଙ୍କ ପାଇଁ ସାଇକେଲ ସାଜିଲା…

ଫସଲ ବୀମା ଅଗଷ୍ଟ ୩୧ ପର୍ଯ୍ୟନ୍ତ ବୃଦ୍ଧି ଦାବି, ଜିଲାପାଳଙ୍କୁ ଦାବିପତ୍ର ପ୍ରଦାନ କରି…

ଛତ୍ରପୁର,୩୦ା୭(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଓଡ଼ିଶା କୃଷକ ସଭା ଗଞ୍ଜାମ ଜିଲା କମିଟି ପକ୍ଷରୁ ଚାଷୀଙ୍କ ହିତ ପାଇଁ ୮ ଦଫା ଦାବି ନେଇ ଗଞ୍ଜାମ ଜିଲାପାଳଙ୍କ ଉଦ୍ଦେଶ୍ୟରେ…

ଭାରତୀୟ ଏମପିଙ୍କ ଠୁ ଏତେ ଅଧିକ ଦରମା ପାଆନ୍ତି ପାକିସ୍ତାନୀ ଏମପି? ଜାଣନ୍ତୁ ସାଲାରୀ-ଭତ୍ତା ସବୁକିଛି…

ନୂଆଦିଲ୍ଲୀ,୩୦।୭: ଆଇନପ୍ରଣେତା ବା ସାଂସଦମାନଙ୍କ ସୁବିଧା ସୁଯୋଗକୁ ତୁଳନା କଲେ ଜଣାପଡ଼େ ଯେ, ପାକିସ୍ତାନୀ ଏବଂ ଭାରତୀୟ ସାଂସଦମାନେ ପ୍ରାୟ ସମାନ ମୂଳ ଦରମା ପାଇଥାନ୍ତି, କିନ୍ତୁ…

‘ଆପଣଙ୍କ ମୁହଁ ଖୋଲୁନାହିଁ, କିଏ ସିଲ୍ କରିଦେଇଛି…’, ଶାହାଙ୍କୁ ଖାର୍ଗେଙ୍କ କଡ଼ା ଟାର୍ଗେଟ

ନୂଆଦିଲ୍ଲୀ,୩୦।୭: ରାଜ୍ୟ ସଭାରେ ପେପର ଲିକ୍ ପ୍ରସଙ୍ଗକୁ ନେଇ ଆଲୋଚନା ସମୟରେ ମଲ୍ଲିକାର୍ଜୁନ ଖାର୍ଗେ କେନ୍ଦ୍ର ସରକାର ଏବଂ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କୁ କଡ଼ା ସମାଲୋଚନା…

ଭଞ୍ଜନଗରରେ ଖୁବ୍‌ଶୀଘ୍ର ‘ଘୁମୁସର ରେଡିଓ’, ୪୦ କିଲୋମିଟର ପରିଧିରେ ହେବ ପ୍ରସାରଣ

ଭଞ୍ଜନଗର,୩୦ା୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରବାସୀଙ୍କ ପାଇଁ ଖୁସି ଖବର। ସ୍ଥାନୀୟ ଅଞ୍ଚଳର ଲୋକଙ୍କ ସ୍ବର, ସମସ୍ୟା ଓ ସଂସ୍କୃତିକୁ ନେଇ ଖୁବଶୀଘ୍ର ଆରମ୍ଭ ହେବାକୁ ଯାଉଛି…

ସରକାରୀ ଦେଶୀ ମଦଭାଟି ବନ୍ଦ ଦାବି ଜୋର୍‌ ଧରିଲା, ଜିଲାପାଳ-ଅବକାରୀ ଅଧୀକ୍ଷକଙ୍କୁ ଭେଟି…

ଛତ୍ରପୁର,୩୦ା୭(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଅବକାରୀ ଅଧୀନରେ ଥିବା ନୋଳିଆ ନୂଆଗାଁ ସରକାରୀ ଦେଶୀ ମଦଭାଟି ବନ୍ଦ କରିବା ଦାବି ନେଇ ଗୁରୁବାର ଛତ୍ରପୁର ବ୍ଲକ ଅଧ୍ୟକ୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri