Posted inଜାତୀୟ

ମୋଦିଙ୍କୁ ଛାଡ଼ିଲେ ନୀତୀଶ

ପାଟନା/ନୂଆଦିଲ୍ଲୀ,୧୦ା୮(ପି.ଟି./ଆଇଏଏନ୍‌ଏସ୍‌): କିଛି ମାସ ତଳୁ ଯାହା ଆକଳନ କରାଯାଉଥିଲା, ଏବେ ତାହା ସତ ପ୍ରମାଣିତ ହୋଇଛି। ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ହାତ ଛାଡ଼ିଦେଇଛନ୍ତି। ସେ ଭାଜପା ସହ ସମ୍ପର୍କ ଛିନ୍ନ କରି ପୁରୁଣା ସାଥୀ ରାଷ୍ଟ୍ରୀୟ ଜନତା ଦଳ (ଆର୍‌ଜେଡି) ସମର୍ଥନରେ ପୁଣି ଥରେ ସରକାର ଗଢ଼ିବାକୁ ଯାଉଛନ୍ତି। କ୍ଷମତାସୀନ ସଂଯୁକ୍ତ ଜନତା ଦଳ (ଜେଡିୟୁ)କୁ ଦୁର୍ବଳ କରିବା ପାଇଁ ଭାଜପା ଉଦ୍ୟମ ଚଳାଇଥିଲା ଏବଂ ତାଙ୍କୁ ବାରମ୍ବାର ଅପମାନିତ କରିଥିଲା। ଏଥିଯୋଗୁ ଜେଡିୟୁ ନେତାମାନେ ଭାଜପା ନେତୃତ୍ୱାଧୀନ ଜାତୀୟ ଗଣତାନ୍ତ୍ରିକ ମେଣ୍ଟ (ଏନ୍‌ଡିଏ) ଛାଡ଼ିବାକୁ ନିଷ୍ପତ୍ତି ନେଇଥିଲେ। ସେମାନଙ୍କ ପରାମର୍ଶକ୍ରମେ ଏନ୍‌ଡିଏରୁ ଓହରିଯାଇଥିବା ନେଇ ରାଜ୍ୟପାଳଙ୍କୁ ଇସ୍ତଫାପତ୍ର ପ୍ରଦାନ ପରେ ଗଣମାଧ୍ୟମକୁ ନୀତୀଶ କହିଛନ୍ତି। ନୀତୀଶ ମଙ୍ଗଳବାର ମହାମେଣ୍ଟର ନେତା ନିର୍ବାଚିତ ହେବା ପରେ ରାଜ୍ୟପାଳ ଫାଗୁ ଚୌହାନଙ୍କୁ ଭେଟି ୧୬୪ ବିଧାୟକଙ୍କ ସମର୍ଥନପତ୍ର ପ୍ରଦାନ କରିଛନ୍ତି। ଏଥିସହ ନୂଆ ସରକାର ଗଠନ ପାଇଁ ଦାବି ଜଣାଇଛନ୍ତି। ୨୦୧୭ରେ ମହାମେଣ୍ଟ ଛାଡ଼ି ଏନ୍‌ଡିଏରେ ସାମିଲ ହୋଇଥିବା ନୀତୀଶଙ୍କ ସଦ୍ୟ ପଦକ୍ଷେପ ଏହାର ଠିକ୍‌ ଓଲଟା ହୋଇଛି। ୨୦୨୪ ସାଧାରଣ ନିର୍ବାଚନରେ ନୀତୀଶ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପ୍ରତିଦ୍ୱନ୍ଦ୍ୱୀ ହୋଇପାରନ୍ତି ବୋଲି ଚର୍ଚ୍ଚା ଜୋର୍‌ ଧରିଥିବାବେଳେ ଏହି ଘଟଣାକ୍ରମ ଏପରି ସମ୍ଭାବନାକୁ ବଳ ଦେଇଛି। ଆର୍‌ଜେଡି ସହ ଜେଡିୟୁର ଅନୌପଚାରିକ ଚୁକ୍ତି ଅନୁସାରେ ନୀତୀଶ ଏବେ ସପ୍ତମ ଥର ପାଇଁ ମୁଖ୍ୟମନ୍ତ୍ରୀ ପଦରେ ରହିବେ ଓ ତେଜସ୍ବୀ ଯାଦବ ଉପମୁଖ୍ୟମନ୍ତ୍ରୀ ହେବେ। ନୀତୀଶଙ୍କ ସମେତ ନୂଆ କ୍ୟାବିନେଟ ସଦସ୍ୟମାନେ ବୁଧବାର ଅପରାହ୍ନ ୨ଟାରେ ଶପଥ ନେବେ। ୮-୧୦ ମାସ ପରେ ସେ ତେଜସ୍ବୀଙ୍କୁ ମୁଖ୍ୟମନ୍ତ୍ରୀ ପଦରେ ବସାଇ ନିଜେ ଜାତୀୟ ରାଜନୀତିରେ ବଡ଼ ଭୂମିକା ତୁଲାଇବେ। ଏପରି ହେଲେ ୨୦୨୪ ଲୋକ ସଭା ନିର୍ବାଚନ ମୋଦି ବନାମ ନୀତୀଶ ହୋଇପାରେ।


Enter your email to get our daily news in your inbox.

All Right Reserved By Dharitri.Com

ଗାଁକୁ ସମ୍ପୂର୍ଣ୍ଣ ମଦମୁକ୍ତ କରିବା ପାଇଁ ଜିଲାପାଳଙ୍କଠାରେ ପହଞ୍ଚିଲେ ଶତାଧିକ ମହିଳା

ବଲାଙ୍ଗୀର,୧୨ା୧୦(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ବଙ୍ଗୋମୁଣ୍ଡା ବ୍ଲକ ବେଲପଡ଼ା ପଞ୍ଚାୟତ ଦେଓଗାଁ ଗ୍ରାମରେ ସମ୍ପୂର୍ଣ୍ଣ ମଦ ବିକ୍ରିକୁ ବନ୍ଦ କରିବା ନେଇ ସୋମବାର ଜିଲାପାଳ ଅଫିସରେ…

ଦୁଇଥର ଗଜକେଶରୀ ଯୋଗ: ଏହି ୪ ରାଶିଙ୍କ ଭାଗ୍ୟରେ ଲାଗିଲା ଲଟେରୀ, ଚାରିଆଡୁ ଆସିବ ଟଙ୍କା!

ବୈଦିକ ଜ୍ୟୋତିଷ ଅନୁସାରେ ଗଜକେଶରୀ ଯୋଗକୁ ଏକ ଶୁଭ ଯୋଗ ଭାବେ ବିବେଚନା କରାଯାଏ। ଜ୍ୟୋତିଷୀୟ ମାନ୍ୟତା ଅନୁଯାୟୀ, ଜନ୍ମକୁଣ୍ଡଳୀରେ ଏହି ଯୋଗ ସୃଷ୍ଟି ହେଲେ କ୍ୟାରିୟର,…

ଏଲିଟ ଫିଲ୍ଡିଂ କ୍ଲବରେ ସାମିଲ ହେଲେ ତିଲକ

ଇନ୍ଦୋର,୧୨।୧୦: ଭାରତୀୟ ଟି-୨୦ ଦଳର ଉପଅଧିନାୟକ ତିଳକ ବର୍ମା ଏକ ଉଲ୍ଲେଖନୀୟ ସଫଳତା ହାସଲ କରିଛନ୍ତି। ୱେଷ୍ଟଇଣ୍ଡିଜ ବିପକ୍ଷ ଅନ୍ତର୍ଜାତୀୟ ଟି-୨୦ ସିରିଜର ତୃତୀୟ ମ୍ୟାଚ୍‌ରେ ତିଳକ…

୧୩ରେ ଲଘୁଚାପ: ପାଣିପାଗ ବିଭାଗର କହିଲା ଏହାର ଗତିବିଧି…

ଭୁବନେଶ୍ୱର,୧୨।୧୦ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଆସନ୍ତା ୧୩ ଅକ୍ଟୋବର ବେଳକୁ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ତେବେ ଅନୁକୂଳ ପାଣିପାଗ ଓ ସାମୁଦ୍ରିକ ପରିସ୍ଥିତି…

କ୍ରିକେଟ ମଇଦାନରେ କମାଲ କଲେ ଦ୍ରାବିଡ଼ଙ୍କ ପୁଅ: ବିସ୍ଫୋରକ ଇନିଂସ ଖେଳି ସମସ୍ତଙ୍କୁ କରିଦେଲେ ଚକିତ

ନୂଆଦିଲ୍ଲୀ, ୧୨।୧୦: ପୂର୍ବତନ ଭାରତୀୟ ଅଧିନାୟକ ତଥା ମୁଖ୍ୟ କୋଚ ରାହୁଲ ଦ୍ରାବିଡ଼ଙ୍କ ପୁଅ ଅନୱୟ ଦ୍ରାବିଡ଼ ନିଜର ଆକ୍ରମଣାତ୍ମକ ବ୍ୟାଟିଂ ପାଇଁ ଏବେ ଚର୍ଚ୍ଚାରେ। ଭିନୁ…

ସରକାରୀ କର୍ମଚାରୀଙ୍କ ଦରମା-ପେନସନ ଉପରେ ବଡ଼ ଖବର: ଏହି ରାଜ୍ୟ ଗଠନ କଲା ଅଷ୍ଟମ ବେତନ ଆୟୋଗ

ନୂଆଦିଲ୍ଲୀ, ୧୨।୧୦: କେନ୍ଦ୍ର ସରକାର ୨୦୨୫ ନଭେମ୍ବରରେ ଅଷ୍ଟମ ବେତନ ଆୟୋଗ ଗଠନକୁ ମଞ୍ଜୁରି ଦେଇଥିଲେ। ଏହା ପରେ ଏକ କମିଟି ଗଠନ କରାଯାଇଛି। ଏହି କମିଟି…

ବୈଭବ ସୂର୍ଯ୍ୟବଂଶୀ ନୁହେଁ, ଏହି ଭାରତୀୟ ଷ୍ଟାରଙ୍କୁ ୱାଲର୍‌ଡ ସୁପରପାୱାର ଓପନର କହିଲେ ଦିନେଶ କାର୍ତ୍ତିକ

ଇନ୍ଦୋର,୧୨।୧୦: ଭାରତୀୟ ଦଳର ଷ୍ଟାର ଓପନର ଅଭିଷେକ ଶର୍ମାଙ୍କ ଜବରଦସ୍ତ ବ୍ୟାଟିଂକୁ ନେଇ ପ୍ରଶଂସାରେ ଶତମୁଖ ହୋଇଛନ୍ତି ପୂର୍ବତନ ଭାରତୀୟ କ୍ରିକେଟର ଦିନେଶ କାର୍ତ୍ତିକ। ବିଭିନ୍ନ ପରିସ୍ଥିତି…

ଝିଅ ସାରାଙ୍କୁ ନେଇ ଏମିତି କହିଲେ ସଚିନ ତେନ୍ଦୁଲକର: ସୋସିଆଲ ମିଡିଆରେ ବଢୁଛି ଚର୍ଚ୍ଚା

ମୁମ୍ବାଇ,୧୨।୧୦: ଭାରତୀୟ କ୍ରିକେଟ୍‌ର କିମ୍ବଦନ୍ତୀ ଖେଳାଳି ସଚିନ ତେନ୍ଦୁଲକରଙ୍କ ଝିଅ ସାରା ତେନ୍ଦୁଲକର ଆଜି ୨୯ ବର୍ଷରେ ପାଦ ଥାପିଛନ୍ତି। ଏହି ବିଶେଷ ଅବସରରେ ସାରାଙ୍କୁ ସୋସିଆଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?