Posted inଜାତୀୟ

ଶରଦ ପାଓ୍ବାରଙ୍କୁ ଭେଟିଲେ ନୀତୀଶ

ପାଟନା,୭।୯: ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ଆଜିକାଲି ଦିଲ୍ଲୀ ଗସ୍ତରେ ଆସି ବିରୋଧୀ ଦଳର ନେତାଙ୍କ ସହ ସାକ୍ଷାତ କରୁଛନ୍ତି। ଏହି ସାକ୍ଷାତର ମୁଖ୍ୟ କାରଣ ହେଉଛି ଆସନ୍ତା ୨୦୨୪ ଲୋକ ସଭା ନିର୍ବାଚନରେ ଭାଜପାର ବିଜୟ ରଥକୁ ରୋକିବା ପାଇଁ ବିରୋଧୀଙ୍କୁ ଏକଜୁଟ କରିବା।
ଏହି କ୍ରମରେ ବୁଧବାର ନୀତୀଶ କୁମାର ଏନସିପି ସୁପ୍ରିମୋ ଶରଦ ପାୱାରଙ୍କୁ ଭେଟିଛନ୍ତି। ଉଭୟଙ୍କ ମଧ୍ୟରେ ଆଗାମୀ ନିର୍ବାଚନ ରଣନୀତି ସମ୍ପର୍କରେ ଆଲୋଚନା ହୋଇଥିଲା। ଏନସିପି ମୁଖ୍ୟଙ୍କୁ ଭେଟିବା ପରେ ନୀତୀଶ କୁମାର କହିଛନ୍ତ, ବହୁତ ଭଲ ବାର୍ତ୍ତାଳାପ ହୋଇଛି। ଭାଜପାକୁ ହଟାଇବାକୁ ହେଲେ ବିରୋଧୀ ଏକଜୁଟ ହେବା ଆବଶ୍ୟକ। ଯଦି ବିରୋଧୀ ଏକଜୁଟ ହୁଅନ୍ତି ତେବେ ଏହା ଦେଶ ପାଇଁ ଭଲ। ଏହାପୂର୍ବରୁ ନୀତୀଶ କୁମାର କମ୍ୟୁନିଷ୍ଟ ପାର୍ଟି ଅଫ ଇଣ୍ଡିଆର ସାଧାରଣ ସମ୍ପାଦକ ଦୀପଙ୍କର ଭଟ୍ଟାଚାର୍ଯ୍ୟଙ୍କୁ ଭେଟିଥିଲେ।
ନୀତୀଶ କୁମାର ଗତ ମାସରେ ବିହାରରେ ଭାଜପା ସହ ମେଣ୍ଟ ଭାଙ୍ଗି ଆରଜେଡି ସହ ସରକାର ଗଠନ କରିଥିଲେ। ସେବେଠାରୁ ସେ ବିରୋଧୀ ଏକତା ଉପରେ ଲଗାତାର ଗୁରୁତ୍ୱ ଦେଉଛନ୍ତି।
ମଙ୍ଗଳବାର ନୀତୀଶ କୁମାର କହିଥିଲେ, ସେ ପ୍ରଧାନମନ୍ତ୍ରୀ ପ୍ରାର୍ଥୀ ନୁହଁନ୍ତି କିମ୍ବା ଏଥିପାଇଁ ଆଗ୍ରହୀ ନୁହଁନ୍ତି କିନ୍ତୁ ଭାରତୀୟ ଜନତା ପାର୍ଟି (ଭାଜପା) ବିରୋଧରେ ବିରୋଧୀ ଦଳକୁ ଏକଜୁଟ କରିବା ତାଙ୍କର ଲକ୍ଷ୍ୟ।
ନିକଟରେ ଶରଦ ପାୱାର ମଧ୍ୟ ସ୍ପଷ୍ଟ କରିଛନ୍ତି ଯେ ସେ ପ୍ରଧାନମନ୍ତ୍ରୀ ପ୍ରାର୍ଥୀ ନୁହଁନ୍ତି। ଏଥି ସହିତ ବିରୋଧୀ ଦଳଗୁଡ଼ିକୁ ଏକଜୁଟ କରିବା ପାଇଁ ନିରନ୍ତର ଆଲୋଚନା ଚାଲିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦମଦାର ବିଜୟ ସହ ସିଜିନ୍‌ ଆରମ୍ଭ କଲା ରାଜସ୍ଥାନ ରୟାଲ

ଗୁଆହାଟୀ,୩୦।୩: ରାଜସ୍ଥାନ ରୟାଲ୍ସ ଏକ ଦମଦାର ବିଜୟ ସହିତ IPL 2026 ସିଜିନ ଆରମ୍ଭ କରିଛି। ଗୁଆହାଟୀରେ ଖେଳାଯାଇଥିବା ସେମାନଙ୍କର ପ୍ରଥମ ମ୍ୟାଚରେ ରାଜସ୍ଥାନ ରୟାଲ୍ସ ସମ୍ପୂର୍ଣ୍ଣ…

ଅଙ୍ଗନୱାଡ଼ି ସୁପରଭାଇଜରଙ୍କ ବଦଳି ଦାବିରେ ଧାରଣା: ପ୍ରଶାସନର ଏଭଳି ପ୍ରତିଶ୍ରୁତି ପରେ ହଟିଲା…

ଦେବଗଡ଼, ୩୦।୩ (ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ରିଆମାଳ ବ୍ଲକ ଅଙ୍ଗନୱାଡ଼ି ସୁପରଭାଇଜରଙ୍କ ବଦଳି ଦାବିରେ ଅଙ୍ଗନୱାଡି କର୍ମୀ ବ୍ଲକ ସମ୍ମୁଖରେ ଦେଉଥିବା ଧାରଣାସ୍ଥଳରେ ସୋମବାର…

୧୫ କିଲୋ ଗଞ୍ଜେଇ ସହ ଯୁବକଙ୍କୁ ବାନ୍ଧିଲା ପୋଲିସ

ନନ୍ଦପୁର,୩୦।୩( ତୁଷାର କାନ୍ତ ମହାନ୍ତି): ନନ୍ଦପୁର ଅବକାରୀ ଦଳ ସୋମବାର ଜଣେ ଯୁବକଙ୍କୁ ୧୫ କିଲୋ ୨୦୦ ଗ୍ରାମ ଗଞ୍ଜେଇ ସହ ଗିରଫ କରିଛି। ନନ୍ଦପୁର ଅଞ୍ଚଳରୁ…

ଡାକ୍ତରଙ୍କ ପାଖକୁ ଯାଆନ୍ତୁ ନିଶିକାନ୍ତ ଦୁବେ: ବର୍ଷିଲେ ନବୀନ

ଭୁବନେଶ୍ୱର, ୩୦।୩: ଏମ୍‌ପି ନିଶିକାନ୍ତ ଦୁବେଙ୍କ ଦ୍ୱାରା ବିଜୁ ବାବୁଙ୍କ ବାବଦରେ ରବିବାର ରଖାଯାଇଥିବା ବିବୃତ୍ତି ଶୁଣି ଆଶ୍ଚର୍ଯ୍ୟ ହେଲି। ତାଙ୍କର ଏଭଳି ମନ୍ତବ୍ୟକୁ ନିନ୍ଦା କରୁଛି।…

ହଠାତ୍‌ ଭାରସାମ୍ୟ ହରାଇ ଷ୍ଟ୍ରିଟଲାଇଟ ଖୁଣ୍ଟକୁ ଧକ୍କା ଦେଲା କାର୍‌: ଘଟଣାସ୍ଥଳରେ…

ଦେବଗଡ,୩୦ା୩(ଶଶାଙ୍କ ଶେଖର ଝାଙ୍କର): ସୋମବାର ଅପରାହ୍ନରେ ଦେବଗଡ ପୌରାଞ୍ଚଳ ମୋହିନୀପୁର ଛକ ନିକଟସ୍ଥ ୫୩ ନମ୍ବର ଜାତୀୟ ରାଜପଥରେ ଏକ କାର୍‌ ଦୁର୍ଘଟଣାଗ୍ରସ୍ତ ହୋଇଥିବା ଜଣାପଡିଛି ।…

ଅପସାରିତ ପୌରାଧ୍ୟକ୍ଷାଙ୍କୁ ପୁନଃ ଅବସ୍ଥାପିତ ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ, ତୁରନ୍ତ…

ଦେବଗଡ,୩୦ା୩(ଶଶାଙ୍କ ଶେଖର ଝାଙ୍କର): ୨୦୨୫ ଜାନୁଆରୀ ୨୮ ତାରିଖରେ ରାଜ୍ୟ ସରକାରଙ୍କ ଦ୍ୱାରା ଗାଦିଚ୍ୟୁତ ହୋଇଥିବା ଦେବଗଡ ପୌର ପରିଷଦ ଅଧ୍ୟକ୍ଷା ଶାନ୍ତି ମଞ୍ଜରୀ ଦେଈଙ୍କୁ ଏହି…

ବିଜୁ ପଟ୍ଟନାୟକଙ୍କ ଉପରେ ଅସମ୍ମାନଜନକ ମନ୍ତବ୍ୟକୁ ନେଇ ମୁହଁ ଖୋଲିଲେ ବୈଜୟନ୍ତ ପଣ୍ଡା: କହୁ କହୁ କହିଦେଲେ…

ଭୁବନେଶ୍ୱର,୩୦।୩: ଭାଜପା ଏମ୍‌ପି ନିଶିକାନ୍ତ ଦୁବେ ସ୍ବର୍ଗତଃ ବିଜୁ ପଟ୍ଟନାୟକଙ୍କୁ ଉପରେ ଦେଇଥିବା ମନ୍ତବ୍ୟକୁ ନେଇ ରାଜନୀତି ଜୋର ଧରିଛି। ବିଜୁ ବାବୁଙ୍କ ପ୍ରତି ମନ୍ତବ୍ୟ ନେଇ…

ଅନ୍ତର୍ଜାତୀୟ ବଡ଼ି ଲିଫ୍ଟ ପ୍ରତିଯୋଗିତାରେ ଦିଗପହଣ୍ଡିର ଶଙ୍କର ପୁରସ୍କୃତ, ଚାରିଆଡୁ ଛୁଟୁଛି ଶୁଭେଚ୍ଛା

ଦିଗପହଣ୍ଡି,୩୦।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୩ ନଂ ୱାର୍ଡ ନୂଆସାହିରେ ରହୁଥିବା ନନ୍ଦୁ ଓରଫ ଶଙ୍କର ବେହେରା ଅନ୍ତର୍ଜାତୀୟ ବଡି ଲିଫ୍ଟ ପ୍ରତିଯୋଗିତାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri