Posted inଜାତୀୟ

ବାମନେତାଙ୍କୁ ଭେଟିଲେ ନୀତୀଶ

ନୂଆଦିଲ୍ଲୀ, ୧୪ା୪(ଆଇଏଏନ୍‌ଏସ୍‌): ୨୦୨୪ ଲୋକ ସଭା ନିର୍ବାଚନରେ ଭାଜପାକୁ ପରାସ୍ତ କରିବା ଲାଗି ବିହାର ମୁଖ୍ୟମନ୍ତ୍ରୀ ତଥା ଜେଡିୟୁ ନେତା ନୀତୀଶ କୁମାର ଅଣ୍ଟା ଭିଡ଼ିଛନ୍ତି। ୩ ଦିନିଆ ନୂଆଦିଲ୍ଲୀ ଗସ୍ତରେ ଥିବା ନୀତୀଶ ସବୁ ଅଣଭାଜପା ଦଳଙ୍କୁ ଏକାଠି କରିବା ଲାଗି ଉଦ୍ୟମ ଜାରି ରଖିଛନ୍ତି। ଏହି କ୍ରମରେ ସେ ବୁଧବାର କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ, ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ଏବଂ ଏଏପି ନେତା ତଥା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲଙ୍କୁ ଭେଟି ମିଳିତ ରଣନୀତି ଉପରେ ଆଲୋଚନା କରିଥିଲେ। ଗୁରୁବାର ସେ ସିପିଆଇ(ଏମ୍‌) ସାଧାରଣ ସମ୍ପାଦକ ସୀତାରାମ ୟେଚୁରୀ, ସିପିଆଇ ନେତା ଡି. ରାଜା ଏବଂ ଅନ୍ୟ ନେତାମାନଙ୍କୁ ଭେଟି ବିରୋଧୀ ଏକତା ନେଇ କଥା ହୋଇନ୍ତି। ଧର୍ମନିରପେକ୍ଷ ନୀତି ଆଦର୍ଶର ସମସ୍ତ ଗଣତାନ୍ତ୍ରିକ ଦଳ ଏକାଠି ହେବା ଆବଶ୍ୟକ। ବାମଦଳ ସବୁବେଳେ ଏହା ଉପରେ ବିଶ୍ୱାସ କରେ ବୋଲି ଆଲୋଚନା ଶେଷରେ ୟେଚୁରୀ ଗଣମାଧ୍ୟମକୁ କହିଛନ୍ତି। ଆଜି ଆମକୁ ଆମ ଦେଶ, ସମ୍ବିଧାନ ଓ ଗଣତନ୍ତ୍ରକୁ ସୁରକ୍ଷା ଦେବାକୁ ହେବ। ଏତ୍ଥପାଇଁ ଭାଜପାକୁ ପରାସ୍ତ କରି କେନ୍ଦ୍ରରେ ସରକାର ଗଢ଼ିବା ଜରୁରୀ। ଅଣଭାଜପା ଭୋଟ ବିଭାଜନକୁ ରୋକିବା ଆମର ମୂଳ ଲକ୍ଷ୍ୟ ହେବା ଆବଶ୍ୟକ। ଏଥିପାଇଁ ସବୁ ଦଳ ଏକାଠି ହେବାକୁ ପଡ଼ିବ ବୋଲି ୟେଚୁରୀ କହିଥିଲେ। ଖୁବ୍‌ଶୀଘ୍ର ସବୁ ବିରୋଧୀ ଦଳ ବୈଠକରେ ସାମିଲ ହେବେ। ସେଠାରେ ମିଳିତ ରଣନୀତି ପ୍ରସ୍ତୁତ ହେବ ବୋଲି ସିପିଆଇ(ଏମ୍‌) ନେତା କହିଛନ୍ତି। ଆଗକୁ ନୀତୀଶ ସମାଜବାଦୀ ପାର୍ଟି ନେତା ଅଖିଳେଶ ଯାଦବ ଏବଂ ଏନ୍‌ସିପି ନେତା ଶରଦ ପାଓ୍ବାରଙ୍କୁ ଭେଟିବେ ବୋଲି ସୂତ୍ରରୁ ଜଣାପଡ଼ିଛି। ବିହାର ମୁଖ୍ୟମନ୍ତ୍ରୀଙ୍କ ଉଦ୍ୟମକୁ ଐତିହାସିକ ବୋଲି କଂଗ୍ରେସ ଅଧ୍ୟକ୍ଷ ଖାର୍ଗେ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅନ୍ତର୍ଜାତୀୟ ବଡ଼ି ଲିଫ୍ଟ ପ୍ରତିଯୋଗିତାରେ ଦିଗପହଣ୍ଡିର ଶଙ୍କର ପୁରସ୍କୃତ, ଚାରିଆଡୁ ଛୁଟୁଛି ଶୁଭେଚ୍ଛା

ଦିଗପହଣ୍ଡି,୩୦।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୩ ନଂ ୱାର୍ଡ ନୂଆସାହିରେ ରହୁଥିବା ନନ୍ଦୁ ଓରଫ ଶଙ୍କର ବେହେରା ଅନ୍ତର୍ଜାତୀୟ ବଡି ଲିଫ୍ଟ ପ୍ରତିଯୋଗିତାରେ…

ନାବାଳିକାଙ୍କୁ ଅପହରଣ କରିନେଇଥିଲେ ଶୁଭମ, ବଳାତ୍କାର ପରେ…

ଦିଗପହଣ୍ଡି,୩୦।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ପାଟପୁର ପୋଲିସ…

କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା: ଚାଷୀ ଶୁଣିଲେ ହୋଇଯିବେ ଖୁସି

ନୂଆଦିଲ୍ଲୀ,୩୦।୩: ଦେଶରେ ଆଗାମୀ ଖରିଫ ଋତୁକୁ ନେଇ ଚାଷୀମାନେ କିଛି ଆଶ୍ୱସ୍ତି ପାଇଛନ୍ତି। କେନ୍ଦ୍ର ସରକାର ସ୍ପଷ୍ଟ କରିଛନ୍ତି ଯେ ଦେଶରେ ପ୍ରଚୁର ପରିମାଣରେ ସାର ଗଚ୍ଛିତ…

ଇରାନ-ଆମେରିକା ଯୁଦ୍ଧ ଭିତରେ ପଶିଲା ଚାଇନା, କହିଦେଲା ଏତେ ବଡ଼ କଥା, ଟ୍ରମ୍ପ ଛାନିଆ

ନୂଆଦିଲ୍ଲୀ,୩୦।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଚାଇନା ଇରାନ ବିରୁଦ୍ଧରେ ଆମେରିକାର ଆକ୍ରମଣକୁ ନିନ୍ଦା କରିଛି। ଚାଇନା ସ୍ପଷ୍ଟ ଭାବରେ କହିଛି ଯେ ଇରାନ ବିରୁଦ୍ଧରେ ସାମରିକ…

ମୋଦିଙ୍କୁ ନେଇ ଏମିତି କହିଦେଲେ ଓମାର ଅବଦୁଲ୍ଲା: ରାଜନୀତିରେ ହଲଚଲ

ଶ୍ରୀନଗର,୩୦।୩: ଜମ୍ମୁ ଏବଂ କଶ୍ମୀର ମୁଖ୍ୟମନ୍ତ୍ରୀ ଓମାର ଅବଦୁଲ୍ଲା ଯୁଦ୍ଧକୁ ନେଇ ନିଜ ମତ ରଖିଛନ୍ତି। ସେ କହିଛନ୍ତି, ଆମେ ନିଶ୍ଚିତ ଭାବରେ ଆଶା କରୁଛୁ ଯେ…

ଟାୱାର ଉପରକୁ ଚଢି ଏମିତି କାଣ୍ଡ କଲେ ଯୁବକ, ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚା

କୋରାପୁଟ, ୩୦।୩(ଅମିତାଭ ବେହେରା ): ମୋବାଇଲ ଟାୱାର ଉପରକୁ ଚଢି ଜଣେ ମଦ୍ୟପ ଯୁବକ ଉନ୍ମତ୍ତ କାଣ୍ଡ ସୃଷ୍ଟି କରିଥିବା ଘଟଣା କୋରାପୁଟ ଜିଲାରେ ଚର୍ଚ୍ଚାର ବିଷୟ…

ଅଲରାଉଣ୍ଡର କାମେରନ ଗ୍ରୀନଙ୍କୁ ନେଇ ମୁହଁ ଖୋଲିଲା କ୍ରିକେଟ ଅଷ୍ଟ୍ରେଲିଆ

ମୁମ୍ୱାଇ,୩୦ା୩: ଅଷ୍ଟ୍ରେଲିଆନ ଅଲରାଉଣ୍ଡର କାମେରନ ଗ୍ରୀନ ଚଳିତ ଆଇପିଏଲ୍‌ର ପ୍ରାରମ୍ଭିକ କିଛି ମ୍ୟାଚ୍‌ରେ କେବଳ ଜଣେ ବ୍ୟାଟର ଭାବେ ଖେଳିବେ। ଏ ନେଇ କ୍ରିକେଟ ଅଷ୍ଟ୍ରେଲିଆ(ସିଏ) ପକ୍ଷରୁ…

ବିଜେଡିକୁ ଶକ୍ତ ଧକ୍କା: ଭାଜପାରେ ମିଶିଲେ ବିଜେଡି ଉପାଧ୍ୟକ୍ଷଙ୍କ ସହ ୮ କାଉନସିଲର

କେନ୍ଦୁଝର,୩୦।୩ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝରଗଡ଼ ପୌର ଉପାଧ୍ୟକ୍ଷ ବରୋଦା ପ୍ରସନ୍ନ ଦାସଙ୍କ ସମେତ ଆଠ ଜଣ କାଉନସିଲର ସୋମବାର ବିଧିବଦ୍ଧ ଭାବେ ଭୁବନେଶ୍ୱରରେ ମୁଖ୍ୟମନ୍ତ୍ରୀ ମୋହନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri