Posted inଜାତୀୟ

ବାମନେତାଙ୍କୁ ଭେଟିଲେ ନୀତୀଶ

ନୂଆଦିଲ୍ଲୀ, ୧୪ା୪(ଆଇଏଏନ୍‌ଏସ୍‌): ୨୦୨୪ ଲୋକ ସଭା ନିର୍ବାଚନରେ ଭାଜପାକୁ ପରାସ୍ତ କରିବା ଲାଗି ବିହାର ମୁଖ୍ୟମନ୍ତ୍ରୀ ତଥା ଜେଡିୟୁ ନେତା ନୀତୀଶ କୁମାର ଅଣ୍ଟା ଭିଡ଼ିଛନ୍ତି। ୩ ଦିନିଆ ନୂଆଦିଲ୍ଲୀ ଗସ୍ତରେ ଥିବା ନୀତୀଶ ସବୁ ଅଣଭାଜପା ଦଳଙ୍କୁ ଏକାଠି କରିବା ଲାଗି ଉଦ୍ୟମ ଜାରି ରଖିଛନ୍ତି। ଏହି କ୍ରମରେ ସେ ବୁଧବାର କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ, ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ଏବଂ ଏଏପି ନେତା ତଥା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲଙ୍କୁ ଭେଟି ମିଳିତ ରଣନୀତି ଉପରେ ଆଲୋଚନା କରିଥିଲେ। ଗୁରୁବାର ସେ ସିପିଆଇ(ଏମ୍‌) ସାଧାରଣ ସମ୍ପାଦକ ସୀତାରାମ ୟେଚୁରୀ, ସିପିଆଇ ନେତା ଡି. ରାଜା ଏବଂ ଅନ୍ୟ ନେତାମାନଙ୍କୁ ଭେଟି ବିରୋଧୀ ଏକତା ନେଇ କଥା ହୋଇନ୍ତି। ଧର୍ମନିରପେକ୍ଷ ନୀତି ଆଦର୍ଶର ସମସ୍ତ ଗଣତାନ୍ତ୍ରିକ ଦଳ ଏକାଠି ହେବା ଆବଶ୍ୟକ। ବାମଦଳ ସବୁବେଳେ ଏହା ଉପରେ ବିଶ୍ୱାସ କରେ ବୋଲି ଆଲୋଚନା ଶେଷରେ ୟେଚୁରୀ ଗଣମାଧ୍ୟମକୁ କହିଛନ୍ତି। ଆଜି ଆମକୁ ଆମ ଦେଶ, ସମ୍ବିଧାନ ଓ ଗଣତନ୍ତ୍ରକୁ ସୁରକ୍ଷା ଦେବାକୁ ହେବ। ଏତ୍ଥପାଇଁ ଭାଜପାକୁ ପରାସ୍ତ କରି କେନ୍ଦ୍ରରେ ସରକାର ଗଢ଼ିବା ଜରୁରୀ। ଅଣଭାଜପା ଭୋଟ ବିଭାଜନକୁ ରୋକିବା ଆମର ମୂଳ ଲକ୍ଷ୍ୟ ହେବା ଆବଶ୍ୟକ। ଏଥିପାଇଁ ସବୁ ଦଳ ଏକାଠି ହେବାକୁ ପଡ଼ିବ ବୋଲି ୟେଚୁରୀ କହିଥିଲେ। ଖୁବ୍‌ଶୀଘ୍ର ସବୁ ବିରୋଧୀ ଦଳ ବୈଠକରେ ସାମିଲ ହେବେ। ସେଠାରେ ମିଳିତ ରଣନୀତି ପ୍ରସ୍ତୁତ ହେବ ବୋଲି ସିପିଆଇ(ଏମ୍‌) ନେତା କହିଛନ୍ତି। ଆଗକୁ ନୀତୀଶ ସମାଜବାଦୀ ପାର୍ଟି ନେତା ଅଖିଳେଶ ଯାଦବ ଏବଂ ଏନ୍‌ସିପି ନେତା ଶରଦ ପାଓ୍ବାରଙ୍କୁ ଭେଟିବେ ବୋଲି ସୂତ୍ରରୁ ଜଣାପଡ଼ିଛି। ବିହାର ମୁଖ୍ୟମନ୍ତ୍ରୀଙ୍କ ଉଦ୍ୟମକୁ ଐତିହାସିକ ବୋଲି କଂଗ୍ରେସ ଅଧ୍ୟକ୍ଷ ଖାର୍ଗେ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମୋଦିଙ୍କୁ ନେଇ ଏମିତି କହିଦେଲେ ଟ୍ରମ୍ପ: ବିଶ୍ୱରେ ପଡ଼ିଗଲା ଚହଳ

ଓ୍ବାଶିଂଟନ୍‌,୧୭।୧୨: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ପ୍ରଶଂସା କରିଛନ୍ତି। ସେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ତାଙ୍କର ‘ମହାନ ବନ୍ଧୁ’ ଭାବରେ ବର୍ଣ୍ଣନା କରିଛନ୍ତି।...

ଗାଁ ମଝିରେ ଛିଡ଼ିଲା ବିଦ୍ୟୁତ ତାର: ଅଳ୍ପକେ ବର୍ତ୍ତିଲେ ଜେଜେ ମା’-ନାତି

ଗଞ୍ଜାମ,୧୭।୧୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତ ଲକ୍ଷ୍ମୀପୁର ଗାଁରେ ବୁଧବାର ସକାଳେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଥିଲା। ଗାଁ ମଝିରେ ରାସ୍ତା...

ଓଡ଼ିଶାରେ ୨ ଦିନ ପାଇଁ ୟେଲୋ ଓ୍ବାର୍ନିଂ: ହୋଇଯାନ୍ତୁ ସତର୍କ

ଭୁବନେଶ୍ୱର,୧୭।୧୨(ଅନୁରାଧା ମହାରଣା):ରାଜ୍ୟରେ ଗତ କିଛିଦିନ ଧରି ଶୀତ ଲହରୀ ଜାରି ରହିଛି। ଆଭ୍ୟନ୍ତରୀଣ ଓଡ଼ିଶାର ସୁନ୍ଦରଗଡ଼, କୋରାପୁଟ ଏବଂ କନ୍ଧମାଳର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ...

ଆଜି ଦେଶବ୍ୟାପୀ ବିକ୍ଷୋଭ: ମହାତ୍ମା ଗାନ୍ଧୀଙ୍କ ଫଟୋ ଧରି…

ନୂଆଦିଲ୍ଲୀ,୧୭ା୧୨(ପି.ଟି.):ଏମ୍‌ଜିଏନ୍‌ଆର୍‌ଇଜିଏ ନାଁ ବଦଳାଇବା ପାଇଁ କେନ୍ଦ୍ର ସରକାର ଆଣିଥିବା ଭିବି-ଜି ରାମ ଜି ବିଲ୍‌ ବିରୋଧରେ କଂଗ୍ରେସ ବୁଧବାର ଦେଶବ୍ୟାପୀ ବିକ୍ଷୋଭ କରିବାକୁ ଘୋଷଣା କରିଛି।...

ସ୍ବିଫ୍ଟ କାର୍‌ରେ ପାର୍ଟନର୍‌ଙ୍କୁ ବସାଇ ଜଙ୍ଗଲକୁ ନେଲେ ବୟଫ୍ରେଣ୍ଡ: ଆଉ ତା’ପରେ କଲେ ଏମିତି କାଣ୍ଡ

ଲକ୍ଷ୍ନୌ,୧୭ା୧୨:ଉତ୍ତରପ୍ରଦେଶରେ ଏକ ବୀଭତ୍ସ ହତ୍ୟା ଘଟଣା ଘଟିଛି। ଜଣେ ଟ୍ୟାକ୍ସି ଡ୍ରାଇଭର ତାଙ୍କ ସ୍ତ୍ରୀ ଉମା(୩୦)ଙ୍କୁ ହତ୍ୟା କରିବା ପରେ ମୃତଦେହକୁ ଜଙ୍ଗଲ ମଧ୍ୟରେ ଫିଙ୍ଗିଦେଇଥିଲେ।...

କମ୍ୟୁନିଟି ସେଣ୍ଟର ସ୍ଥାନାନ୍ତର ଉଦ୍ୟମକୁ ବିରୋଧ: ବିରୋଧ କଲା ଜିଲା ଆଦିବାସୀ କଲ୍ୟାଣ ସଂଘ

ଅମରପାଲି,୧୭/୧୨(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ବହଲପଦର ପଞ୍ଚାୟତର ହୋତାପାଲି ( ସୁରଧାପାଲି) ଠାରେ ନିର୍ମାଣ ହେବାକୁ ଥିବା ଏକ କମ୍ୟୁନିଟି ସେଣ୍ଟର...

୧୨ ଘଣ୍ଟିଆ ଦେବଗଡ଼ ବନ୍ଦ: ଆନ୍ଦୋଳନକାରୀଙ୍କୁ ଉଠାଇନେଲା ପୋଲିସ…

ଦେବଗଡ,୧୭।୧୨(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ପୁରୁଣା ଡାକ୍ତରଖାନାରେ ୨୪ ଘଣ୍ଟିଆ ସ୍ବାସ୍ଥ୍ୟସେବା ଦାବିରେ ବନ୍ଦ ଡାକରା ଦେଇଛି ଜିଲା ମହିଳା ଏକତା ମଞ୍ଚ। ସକାଳ ୬ରୁ...

୮ ଦିନ ମଧ୍ୟରେ କିଡନୀ ରୋଗରେ ୩ ଜଣଙ୍କ ମୃତ୍ୟୁ ଘଟଣା: ରକ୍ତ, ପାନୀୟ ଜଳ ନମୁନା ସଂଗ୍ରହ

ଅମରପାଲି,୧୭ା୧୨(ପୀତାମ୍ବର ସାହୁ):ସୁବର୍ଣ୍ଣପୁର ଜିଲଶ ବୀରମହାରାଜପୁର ବ୍ଲକର ଉପାନ୍ତ ଅଞ୍ଚଳରେ କିଡ଼ନୀ ରୋଗରେ ୮ ଦିନ ମଧ୍ୟରେ ୩ ଜଣଙ୍କ ମୃତ୍ୟୁ ଘଟିଥିଲା। ଏନେଇ ଧରିତ୍ରୀରେ ଖବର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri