Posted inଜାତୀୟ

ତେଜସ୍ବୀଙ୍କ କଥା ମାନିଲେ ନୀତୀଶ, ୧୦ ଲକ୍ଷ ସରକାରୀ ଚାକିରି ସହ ୨୦ ଲକ୍ଷ ନିଯୁକ୍ତି ସମ୍ପର୍କରେ ଘୋଷଣା…

ପାଟନା, ୧୫।୮ : ଦେଶର ୭୬ ତମ ସ୍ବାଧୀନତା ଦିବସ ପାଳନ ଅବସରରେ ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ଏକ ବଡ଼ ଘୋଷଣା କରିଛନ୍ତି। ବାସ୍ତବରେ ଉପମୁଖ୍ୟମନ୍ତ୍ରୀ ତେଜସ୍ବୀ ଯାଦବଙ୍କ ପରାମର୍ଶ କ୍ରମେ ମୁଖ୍ୟମନ୍ତ୍ରୀ ନୀତୀଶ ରାଜ୍ୟରେ ୧୦ ଲକ୍ଷ ଲୋକଙ୍କୁ ସରକାରୀ ଚାକିରି ଦେବାକୁ ଘୋଷଣା କରିଛନ୍ତି। ଏହା ବ୍ୟତୀତ ୨୦ ଲକ୍ଷ ନିଯୁକ୍ତି ସୁଯୋଗ ମଧ୍ୟ ସୃଷ୍ଟି ହେବା ସମ୍ପର୍କରେ ଘୋଷଣା କରିଛନ୍ତି। ଏହି ଘୋଷଣା ସହିତ ମୁଖ୍ୟମନ୍ତ୍ରୀ ଗତ ସପ୍ତାହରେ ଉପମୁଖ୍ୟମନ୍ତ୍ରୀ ତେଜସ୍ବୀ ଯାଦବ କରିଥିବା ଦାବିକୁ ମାନି ନେଇଛନ୍ତି।

ନୀତୀଶଙ୍କ ୧୦ ଲକ୍ଷ ସରକାରୀ ଚାକିରି ଘୋଷଣାକୁ ନେଇ ଉପମୁଖ୍ୟମନ୍ତ୍ରୀ ତେଜସ୍ବୀ ଯାଦବ ଖୁସି ବ୍ୟକ୍ତ କରିଛନ୍ତି। ଟୁଇଟ କରି ସେ ନୀତୀଶ କୁମାରଙ୍କୁ ଅଭିଭାବକ ମୁଖ୍ୟମନ୍ତ୍ରୀ ବୋଲି କହିଛନ୍ତି। ତେଜସ୍ବୀ ତାଙ୍କ ଟୁଇଟରେ ଲେଖିଛନ୍ତି ଯେ ୭୬ ତମ ସ୍ବାଧୀନତା ଦିବସ ଅବସରରେ ଅଭିଭାବକ ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ପାଟନାର ଗାନ୍ଧୀ ମୌଦାନରୁ ଐତିହାସିକ ଘୋଷଣା କରିଛନ୍ତି। ୧୦ ଲକ୍ଷ ସରକାରୀ ଚାକିରି ପରେ ଅନ୍ୟ ବ୍ୟବସ୍ଥାରେ ୧୦ ଲକ୍ଷ ଅତିରିକ୍ତ ଚାକିରି ମଧ୍ୟ ଦିଆଯିବ ବୋଲି ତେଜସ୍ବୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏପ୍ରିଲ ୨୦ରେ ଐତିହାସିକ ଚନ୍ଦନ ଯାତ୍ରା, ଠାକୁରଙ୍କ ନୌବିହାର ପାଇଁ ଆସିଲା ଡ଼ଙ୍ଗା

ଗଞ୍ଜାମ,୨ା୪(ବିଦ୍ୟାଧର ସାହୁ ): ଗଞ୍ଜାମ ଏନଏସି ଅନ୍ତର୍ଗତ କରଣ ସାହି ସ୍ଥିତ ଶ୍ରୀଶ୍ରୀ ମଦନ ମୋହନ ଗୋପାଳ ସ୍ୱାମୀଙ୍କ ପୀଠରେ ଚଳିତ ମାସ ରୁ ଆରମ୍ଭ ହେବ…

ମୁହାଁମୁହିଁ ଧକ୍କା ହୋଇ ଓଲଟିପଡିଲା ଅଟୋ, ଦୁଇ ଯାତ୍ରୀ….

ନନ୍ଦପୁର,୨।୪(ତୁଷାର କାନ୍ତ ମହାନ୍ତି): ନନ୍ଦପୁର ହାଣ୍ଡିପୁଟ ସଂଯୋଗୀ ଏମଡିଆର ୫୫ ରାସ୍ତାର ହିକିମପୁଟ-ମାରଡା ଛକ ମଧ୍ୟରେ ଗୁରୁବାର ସକାଳେ ଏପି୩୯ ଟିଏମ ୦୦୬୫ ଓ ଓଡ଼ି ୧୦…

SIR ଡ୍ୟୁଟିରେ ଥିବା ବିଚାରପତିଙ୍କୁ ସୁରକ୍ଷା ଦେବା ପାଇଁ ସୁପ୍ରିମକୋର୍ଟଙ୍କ କଡ଼ା ନିର୍ଦ୍ଦେଶ

ନୂଆଦିଲ୍ଲୀ/କୋଲକାତା,୨ା୪: ପଶ୍ଚିମବଙ୍ଗରେ ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (SIR) ପାଇଁ ନିଯୁକ୍ତ ନ୍ୟାୟିକ ବିଚାରପତିମାନଙ୍କ ପ୍ରତି ସୃଷ୍ଟି ହୋଇଥିବା ବିପଦକୁ ସୁପ୍ରିମକୋର୍ଟ ଗୁରୁବାର ଗମ୍ଭୀର ଭାବରେ…

ରାଘବ ଚଢାଙ୍କୁ ବଡ଼ ଝଟକା , ଉପନେତା ପଦରୁ ହଟାଇଲା AAP

ନୂଆଦିଲ୍ଲୀ,୨।୪: ଆମ ଆଦମୀ ପାର୍ଟି (ଏଏପି) ରାଘବ ଚଢାଙ୍କୁ ଏକ ବଡ଼ ଝଟ୍‌କା ଦେଇଛି। ଦଳ ରାଜ୍ୟ ସଭା ସଚିବାଳୟକୁ ଚିଠି ଲେଖି ତାଙ୍କୁ ଗୃହର ଉପନେତା…

ନଦୀକୁ ଡେଇଁ କରୁଥିଲେ ରିଲସ, ପାଣିରେ ବୁଡ଼ି ଯୁବକ….

ଭଦ୍ରକ,୨।୪(ସନାତନ ରାଉତ): ରିଲସ କରିବା ହେଲା କାଳ । ଗୁରୁବାର ଭଦ୍ରକ ପୁରୁଣା ବଜାର ଥାନା ସଂଥିଆ ପୋଲ ଉପରୁ ସାଳନ୍ଦୀ ନଦୀକୁ ଡେଇଁ ୨ ଯୁବକ…

SIR ଅଧିକାରୀଙ୍କୁ ବନ୍ଧକ ରଖିବା ପ୍ରସଙ୍ଗରେ ସୁପ୍ରିମକୋର୍ଟଙ୍କ କଠୋର ଆଭିମୁଖ୍ୟ: ମମତା ବାନାର୍ଜୀ ସରକାରଙ୍କୁ କାରଣ ଦର୍ଶାଅ ନୋଟିସ

ନୂଆଦିଲ୍ଲୀ,୨।୪: ପଶ୍ଚିମବଙ୍ଗରେ ଏକ ସ୍ବତନ୍ତ୍ର ସଘନ ସମୀକ୍ଷା (SIR) କରିବାକୁ ଯାଇଥିବା ଅଧିକାରୀମାନଙ୍କୁ ବନ୍ଧକ ରଖିବା ମାମଲାରେ ସୁପ୍ରିମକୋର୍ଟ କଠୋର ଆଭିମୁଖ୍ୟ ଗ୍ରହଣ କରିଛନ୍ତି। ଏହି ମାମଲାରେ…

ଫିଲ୍ମ ଷ୍ଟାଇଲ୍‌ରେ ଗୋରୁ ଗାଡ଼ିକୁ ୧୨ କିଲୋମିଟର ଗୋଡ଼ାଇ ଗୋଡ଼ାଇ ଶେଷରେ ପୋଲିସ…

ପରଜଙ୍ଗ,୨ା୪(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ସାଆନ୍ଦା ଫାଣ୍ଡି ପୋଲିସ ଫିଲ୍ମ ଷ୍ଟାଇଲରେ ପ୍ରାୟ ୧୨ କିଲୋମିଟର ରାସ୍ତା ଗୋଡ଼ାଇ ଗୋଡ଼ାଇ ଗୋରୁ ଗାଡ଼ି ଧରିବାରେ…

ଆନ୍ଦୋଳନରେ ସୁଇପର, ଅଳିଆ ଆବର୍ଜନାରେ ପୂରିଛି ସହର

ଗଞ୍ଜାମ,୨ା୪(ବିଦ୍ୟାଧର ସାହୁ): ୧୨ଟି ଓ୍ବାର୍ଡକୁ ନେଇ ଗଠିତ ଗଞ୍ଜାମ ଏନ୍‌ଏସି ବିଭିନ୍ନ ସମସ୍ୟା ଦେଇ ଗତି କରୁଥିବା ବେଳେ ୩ ଦିନରୁ ଊର୍ଦ୍ଧ୍ୱ ହେବ ସଫେଇ କାର୍ଯ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri