Posted inଜାତୀୟ

ତେଜସ୍ବୀଙ୍କ କଥା ମାନିଲେ ନୀତୀଶ, ୧୦ ଲକ୍ଷ ସରକାରୀ ଚାକିରି ସହ ୨୦ ଲକ୍ଷ ନିଯୁକ୍ତି ସମ୍ପର୍କରେ ଘୋଷଣା…

ପାଟନା, ୧୫।୮ : ଦେଶର ୭୬ ତମ ସ୍ବାଧୀନତା ଦିବସ ପାଳନ ଅବସରରେ ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ଏକ ବଡ଼ ଘୋଷଣା କରିଛନ୍ତି। ବାସ୍ତବରେ ଉପମୁଖ୍ୟମନ୍ତ୍ରୀ ତେଜସ୍ବୀ ଯାଦବଙ୍କ ପରାମର୍ଶ କ୍ରମେ ମୁଖ୍ୟମନ୍ତ୍ରୀ ନୀତୀଶ ରାଜ୍ୟରେ ୧୦ ଲକ୍ଷ ଲୋକଙ୍କୁ ସରକାରୀ ଚାକିରି ଦେବାକୁ ଘୋଷଣା କରିଛନ୍ତି। ଏହା ବ୍ୟତୀତ ୨୦ ଲକ୍ଷ ନିଯୁକ୍ତି ସୁଯୋଗ ମଧ୍ୟ ସୃଷ୍ଟି ହେବା ସମ୍ପର୍କରେ ଘୋଷଣା କରିଛନ୍ତି। ଏହି ଘୋଷଣା ସହିତ ମୁଖ୍ୟମନ୍ତ୍ରୀ ଗତ ସପ୍ତାହରେ ଉପମୁଖ୍ୟମନ୍ତ୍ରୀ ତେଜସ୍ବୀ ଯାଦବ କରିଥିବା ଦାବିକୁ ମାନି ନେଇଛନ୍ତି।

ନୀତୀଶଙ୍କ ୧୦ ଲକ୍ଷ ସରକାରୀ ଚାକିରି ଘୋଷଣାକୁ ନେଇ ଉପମୁଖ୍ୟମନ୍ତ୍ରୀ ତେଜସ୍ବୀ ଯାଦବ ଖୁସି ବ୍ୟକ୍ତ କରିଛନ୍ତି। ଟୁଇଟ କରି ସେ ନୀତୀଶ କୁମାରଙ୍କୁ ଅଭିଭାବକ ମୁଖ୍ୟମନ୍ତ୍ରୀ ବୋଲି କହିଛନ୍ତି। ତେଜସ୍ବୀ ତାଙ୍କ ଟୁଇଟରେ ଲେଖିଛନ୍ତି ଯେ ୭୬ ତମ ସ୍ବାଧୀନତା ଦିବସ ଅବସରରେ ଅଭିଭାବକ ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ପାଟନାର ଗାନ୍ଧୀ ମୌଦାନରୁ ଐତିହାସିକ ଘୋଷଣା କରିଛନ୍ତି। ୧୦ ଲକ୍ଷ ସରକାରୀ ଚାକିରି ପରେ ଅନ୍ୟ ବ୍ୟବସ୍ଥାରେ ୧୦ ଲକ୍ଷ ଅତିରିକ୍ତ ଚାକିରି ମଧ୍ୟ ଦିଆଯିବ ବୋଲି ତେଜସ୍ବୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଘରୋଇ ସହାୟକଙ୍କ ଘରୁ ୩୦ କୋଟି ଜବତ

ରାଞ୍ଚି,୬ା୫ : ଝାଡ଼ଖଣ୍ଡର ଗ୍ରାମାଞ୍ଚଳ ବିକାଶ ମନ୍ତ୍ରୀ ଆଲମଗିର ଆଲମଙ୍କ ବ୍ୟକ୍ତିଗତ ସଚିବ ସଞ୍ଜୀବ ଲାଲ୍‌ଙ୍କ ଘରୋଇ ସହାୟକଙ୍କ ଘରୁ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ସୋମବାର...

କେଜ୍‌ରିଓ୍ବାଲଙ୍କ ଅଡୁଆ ବଢିଲା

ନୂଆଦିଲ୍ଲୀ,୬।୫: ଦିଲ୍ଲୀ ମଦ ଦୁର୍ନୀତି ମାମଲାରେ ଗିରଫ ହୋଇଥିବା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲଙ୍କ ଅଡୁଆ ବଢିଛି। ଅରବିନ୍ଦ କେଜ୍‌ରିଓ୍ବାଲଙ୍କ ବିରୋଧରେ ଏନଆଇଏ ତଦନ୍ତ ପାଇଁ...

ଭାଙ୍ଗିବ ସବୁ ରେକର୍ଡ! ଅମିତ ଶାହାଙ୍କ ପାଇଁ ଭାଜପା ରଖିଲା ବଡ ଟାର୍ଗେଟ

ନୂଆଦିଲ୍ଲୀ,୬।୫: ଚଳିତ ଲୋକ ସଭା ନିର୍ବାଚନ ୨୦୨୪ ରେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଭାଜପାର ପାରମ୍ପାରିକ ଆସନ ଗାନ୍ଧୀ ନଗରରୁ ପ୍ରତିଦ୍ୱନ୍ଦ୍ୱିତା କରିବାକୁ ଯାଉଛନ୍ତି।...

ସୁନା, ରୂପା ନୁହେଁ ଚୋରି ହେଲା ୭୦ ୟୁନିଟ ପ୍ଲାଜମା

ଜୟପୁର,୬।୫: ରାଜଧାନୀ ଜୟପୁରରେ ଅବସ୍ଥିତ ଜେ.କେ ଲନ ହସ୍ପିଟାଲରୁ ୭୦ ୟୁନିଟ ପ୍ଲାଜମା ଚୋରି ହୋଇଛି। ପ୍ଲାଜମା ଚୋରି ଘଟଣା ସାମ୍ନାକୁ ଆସିବା ମାତ୍ରେ ଡାକ୍ତରଖାନା...

ଗୋଟିଏ ଭୋଟର ମୂଲ୍ୟ ତୁମେ କ’ଣ ବୁଝିବ ବାବୁ! ଭୋଟ ଦେବାକୁ କାଲିଫର୍ନିଆରୁ ବିହାର ପହଞ୍ଚିଲେ ଦମ୍ପତି

ବୈଶାଳି,୬।୫: ଏକ ଶକ୍ତିଶାଳୀ ଗଣତନ୍ତ୍ର ପାଇଁ ଭୋଟର ମହତ୍ତ୍ୱ କ’ଣ। ଯଦି ଆପଣ ଏହି ପ୍ରଶ୍ନର ଉତ୍ତର ଜାଣିବାକୁ ଚାହାଁନ୍ତି ତେବେ ଆପଣଙ୍କୁ ବିହାରର ଏକ...

ପୁଞ୍ଚ ଆକ୍ରମଣରେ ସାମିଲ ପାକିସ୍ତାନୀ ଆତଙ୍କବାଦୀଙ୍କ ସ୍କେଚ ଜାରି

ଶ୍ରୀନଗର,୬।୫: ଜମ୍ମୁ କଶ୍ମୀରର ପୁଞ୍ଚ ଜିଲା ଅନ୍ତର୍ଗତ ଭାରତୀୟ ବାୟୁସେନା କନଭେନ ଉପରେ ହୋଇଥିବା ଆତଙ୍କବାଦୀ ଆକ୍ରମଣରେ ସମ୍ପୃକ୍ତ ଦୁଇ ଆତଙ୍କବାଦୀଙ୍କ ଉପରେ ୨୦ ଲକ୍ଷ...

ପାକ କରିବ ଆଟମ ବମ ବର୍ଷା, ରାଜନାଥଙ୍କ ବୟାନ ପରେ ଏମିତି କହିଲେ ଫାରୁକ

ନୂଆଦିଲ୍ଲୀ,୬।୫: ଭାରତ ସହିତ କଶ୍ମୀର ଦଖଲ କରିଥିବା ପାକିସ୍ତାନର ଏକୀକରଣକୁ ନେଇ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂଙ୍କ ବିବୃତ୍ତି ଉପରେ ପ୍ରତିକ୍ରିୟା ପ୍ରକାଶ କରି ଜମ୍ମୁ...

ବଲ ଭାବି ଉଠାଇ ନେଲେ ବୋମା, ବିସ୍ଫୋରଣରେ ଜଣେ ଶିଶୁ ମୃତ, ୩ ଆହତ

କୋଲକାତା,୬।୫: ସୋମବାର ପଶ୍ଚିମବଙ୍ଗର ହୁଗଲିରେ ଏକ ବଡ଼ ଦୁର୍ଘଟଣା ଘଟିଛି। ହୁଗୁଲିର ପାଣ୍ଡୁଆରେ ହୋଇଥିବା ବିସ୍ଫୋରଣରେ ଜଣେ ଶିଶୁଙ୍କର ମତ୍ୟୁ ଘଟିଛି। ଏହି ଦୁର୍ଘଟଣାରେ ତିନି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri