Posted inଖେଳ

ରିଙ୍କୁ-ନୀତିଶଙ୍କ ଧୂଆଁଧାର ଅର୍ଦ୍ଧଶତକ: ବାଂଲାଦେଶ ଆଗରେ ୨୨୨ ରନର ଟାର୍ଗେଟ

ନୂଆଦିଲ୍ଲୀ,୯ା୧୦: ଭାରତୀୟ ଦଳ ଏବଂ ବାଂଲାଦେଶ ମଧ୍ୟରେ ଚାଲିଥିବା ୩ ମ୍ୟାଚ୍ ବିଶିଷ୍ଟ ଟି -୨୦ ସିରିଜର ଦ୍ୱିତୀୟ ମ୍ୟାଚ୍ ଦିଲ୍ଲୀର ଅରୁଣ ଜେଟଲୀ ଷ୍ଟାଡିୟମରେ ଖେଳାଯାଉଛି। ଏହି ମ୍ୟାଚରେ ନୀତୀଶ ରେଡ୍ଡୀ ଏବଂ ରିଙ୍କୁ ସିଂଙ୍କ ଧୂଆଁଧାର ଅର୍ଦ୍ଧଶତକ ବଳରେ ଭାରତୀୟ ଦଳ ବାଂଲାଦେଶ ପାଇଁ ୨୨୨ ରନ୍ ଲକ୍ଷ୍ୟ ଧାର୍ଯ୍ୟ କରିଛି।

ମ୍ୟାଚ୍‌ରେ ଟସ୍‌ ହାରିବା ପରେ ପ୍ରଥମେ ବ୍ୟାଟିଂ କରିବାକୁ ଆସିଥିବା ଭାରତୀୟ ଦଳର ଭଲ ଆରମ୍ଭ କରି ନଥିଲା। ଦଳ ୨୫ ରନରେ ୨ ୱିକେଟ୍ ଏବଂ ୪୧ ରନରେ ତୃତୀୟ ୱିକେଟ୍ ହରାଇଥିଲା। ସଞ୍ଜୁ ସାମସନ (୧୦), ଅଭିଷେକ ଶର୍ମା (୧୫) ଏବଂ ଅଧିନାୟକ ସୂର୍ଯ୍ୟକୁମାର ଯାଦବ (୮) ଶୀଘ୍ର ପାଭିଲିୟନକୁ ଫେରିଥିଲେ। ଏହା ପରେ ନୀତୀଶ ରେଡ୍ଡୀ ଏବଂ ରିଙ୍କୁ ସିଂ ଦାୟିତ୍ୱ ଗ୍ରହଣ କରିଥିଲେ।

ଦୁହେଁ ମିଶି ୪୯ ବଲରେ ୧୦୮ ରନର ଭାଗିଦାରୀ କରିଥିଲେ ଏବଂ ଦଳର ସ୍କୋରକୁ ୨୦୦ ପାର କରାଇଥିଲେ।କ୍ୟାରିୟରର ଦ୍ୱିତୀୟ ମ୍ୟାଚରେ ନୀତୀଶ ତାଙ୍କର ପ୍ରଥମ ଅର୍ଦ୍ଧଶତକ ହାସଲ କରିଛନ୍ତି। ସେ ୨୭ ବଲରେ ଅର୍ଦ୍ଧଶତକ ପୂରଣ କରିଥିଲେ। ଏହି ସମୟ ମଧ୍ୟରେ ସେ ୪ ଟି ଛକା ଓ ୩ ଚୌକ ମାରିଥିଲେ। ଏହି ମ୍ୟାଚରେ ନୀତୀଶ ୩୪ ଟି ବଲରେ ମୋଟ ୭୪ ରନ୍ ସଂଗ୍ରହ କରିଥିଲେ।

ନୀତୀଶ ଆଉଟ୍ ହେବା ମାତ୍ରେ ରିଙ୍କୁ ସିଂ ୨୬ ବଲରେ ଅର୍ଦ୍ଧଶତକ ହାସଲ କରିଥିଲେ। ରିଙ୍କୁ ତାଙ୍କ ଇନିଂସରେ ୬ ଟି ଛକା ଓ ୪ ଚୌକ ମାରିଥିଲେ। ତେବେ ଭାରତୀୟ ଦଳ ୯ ୱିକେଟ୍ ହରାଇବା ପରେ ୨୨୧ ରନ୍ ସଂଗ୍ରହ କରିଥିଲା। ବାଂଲାଦେଶ ପାଇଁ ରିଷଦ ହୁସେନ୍ ସର୍ବାଧିକ ୩ ୱିକେଟ୍ ନେଇଥିଲେ। ମୁସ୍ତାଫିଜୁର ରହମାନ, ତସ୍କିନ୍ ଅହମ୍ମଦ ଏବଂ ତାନଜିମ ହାସନ ସାକିବ ପ୍ରତ୍ୟେକ ଦୁଇଟି ଲେଖାଏଁ ୱିକେଟ୍ ନେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଡେବ୍ୟୁ ମ୍ୟାଚରେ କମାଲ କଲେ କୁପର କନୋଲି; ଗୁଜରାଟ ମୁହଁରୁ ବିଜୟ ଛଡ଼ାଇ ଆଣିଲା ପଞ୍ଜାବ

ନୂଆଦିଲ୍ଲୀ,୩୧।୩: ଆଇପିଏଲ୍‌ ୨୦୨୫ର ଉପବିଜେତା ପଞ୍ଜାବ କିଙ୍ଗସ ନୂଆ ସିଜନ୍‌ରେ ନିଜର ବିଜୟ ଯାତ୍ରା ଆରମ୍ଭ କରିଛି। ଶ୍ରେୟସ ଆୟରଙ୍କ ନେତୃତ୍ୱାଧୀନ ପଞ୍ଜାବ ଟିମ ଏକ କଡ଼ା…

ନିଜ ହାତରେ ବାସନ ଧୋଇଲେ ପ୍ରିୟଙ୍କା ଚୋପ୍ରା; ସ୍ୱର୍ଣ୍ଣ ମନ୍ଦିରରେ ସେବା କରି ଜିତିଲେ କୋଟି କୋଟି ପ୍ରଶଂସକଙ୍କ ମନ

ଅମୃତସର: ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଭାରତ ଗସ୍ତରେ ଅଛନ୍ତି। ନିକଟରେ ସେ ଅମୃତସରର ପବିତ୍ର…

ଭାରତ-ଚାଇନା ସମ୍ପର୍କରେ ନୂଆ ଅଧ୍ୟାୟ: ଆକାଶ ମାର୍ଗରେ ଯୋଡ଼ିହେବେ ଦୁଇ ପ୍ରତିଦ୍ୱନ୍ଦ୍ୱୀ, ସାଂଘାଇ ସହିତ…

ନୂଆଦିଲ୍ଲୀ/ସାଂଘାଇ,୩୧।୩: ଭାରତ ଏବଂ ଚାଇନା ମଧ୍ୟରେ କୋଭିଡ ମହାମାରୀ ଏବଂ ଥିବା କୂଟନୈତିକ ତିକ୍ତତା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ବିମାନ ସେବା ଏବେ…

ଗୁଣିଗାରେଡ଼ି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା, ୪ ଗିରଫ

ସୁନ୍ଦରଗଡ଼, ୩୧।୩(ଜୟନାରାୟଣ ମେଣ୍ଡୁଳି)-ବର୍ତ୍ତମାନର ବିଜ୍ଞାନ ଯୁଗରେ ମଧ୍ୟ ଆଦିବାସୀ ଅଧ୍ୟୁଷିତ ସୁନ୍ଦରଗଡ଼ ଜିଲାରେ ଲୋକଙ୍କ ମଧ୍ୟରେ ଅନ୍ଧବିଶ୍ୱାସ ଭରି ରହିଛି। ଏହି ଅନ୍ଧବିଶ୍ବାସ ଯୋଗୁ ସୋମବାର ରାତିରେ…

ରାସ୍ତାରେ ଷଣ୍ଢକୁ ଧକ୍କା ଦେଇ ଗଛରେ ପିଟଥିଲେ ବାଇକ୍‌ , ଚାଲିଗଲା ଜୀବନ ଦୁର୍ଘଟଣାରେ ବାଇକ ଚାଳକକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଗାଁ ଛକରେ ମଙ୍ଗଳବାର ଅପରାହ୍ନ ପ୍ରାୟ ସାଢେ ୪ଟାରେ ଦୁର୍ଘଟଣାରେ ଜଣେ ଯୁବକଙ୍କ…

୩୦ ବର୍ଷ ସରକାରୀ ସେବା ନିୟମିତ ନ ହୋଇ ଅବସର ନେଲେ ଟୁନା ଜେନା

ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ): ତ୍ରୁଟିପୂର୍ଣ୍ଣ ସରକାରୀ ବିଧି ବ୍ୟବସ୍ଥା ଭିତରେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ୩୦ ବର୍ଷ ସରକାରୀ ସେବା ଯୋଗାଇଥିଲେ ମଧ୍ୟ ନିୟମିତ କର୍ମଚାରୀ ମାନ୍ୟତା…

ଶିବମ୍‌ ଦୁବେଙ୍କୁ ଆଉଟ କରିବା ପରେ କାହିଁକି ‘ଗନ୍‌-ସଟ୍‌’ ସେଲିବ୍ରେଶନ କରିଥିଲେ ଜାଡେଜା? ନିଜେ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୩୧।୩: ସୋମବାର ଖେଳାଯାଇଥିବା ହାଇଭୋଲଟେଜ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ (RR)ର ଷ୍ଟାର୍‌ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜର ପୁରୁଣା ଟିମ ଚେନ୍ନାଇ ସୁପର କିଙ୍ଗସ (CSK) ବିପକ୍ଷରେ…

ଅବସରକୁ ନେଇ ମୁହଁ ଖୋଲିଲେ ଶାମି

ନୂଆଦିଲ୍ଲୀ,୩୧ା୩: ଭେଟେରାନ ଭାରତୀୟ ପେସର ମହମ୍ମଦ ଶାମି ଏବେ ଅବସର ସମ୍ପର୍କରେ ଚିନ୍ତା କରୁ ନ ଥିବା କହିଛନ୍ତି। ସେ ତାଙ୍କର ବୟସ, ଆହତ ସମସ୍ୟା କିମ୍ବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri