Posted inଜାତୀୟ

ବିହାରରେ ପୁଣି ନୀତିଶ-ସୁଶୀଲଙ୍କ ସରକାର: ଏନ୍‌ଡ଼ିଏର ନିଷ୍ପତ୍ତି

ପାଟନା,୧୫।୧୧: ବିହାରରେ ପୁଣି ନୀତିଶ କୁମାର ଏବଂ ସୁଶୀଲ ମୋଦିଙ୍କ ଯୋଡ଼ି ଶାସନ ଡୋର ଧରିବେ। ଏନେଇ ରବିବାର ଏନ୍‌ଡ଼ିଏ ବୈଠକରେ ସ୍ଥିର ହୋଇଛି। ନିତୀଶଙ୍କୁ ଏନ୍‌ଡ଼ିଏର ନେତା ଭାବେ ଚୟନ କରାଯାଇଛି। ନୀତିଶ ପୁଣି ମୁଖ୍ୟମନ୍ତ୍ରୀ ହେବେ ଏବଂ ସୁଶୀଲ ଉପମୁଖ୍ୟମନ୍ତ୍ରୀ ଭାବେ ଦାୟିତ୍ୱ ଗ୍ରହଣ କରିବେ। ନୀତିଶ ରାଜ୍ୟପାଳ ଫାଗୁ ଚୌହ୍ବାନଙ୍କୁ ଭେଟି ସରକାର ଗଠନ ପାଇଁ ଦାବି ଉପସ୍ଥାପନ କରିଛନ୍ତି। ସୋମବାର ଅପରାହ୍ନ ୪ଟା ୩୦ରେ ନୀତିଶ ରାଜ୍ୟର ୩୭ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ। ମୁଖ୍ୟମନ୍ତ୍ରୀ ଭାବେ ସେ ୭ମ ଥର ଲାଗି ଶପଥ ନେବେ। ସେ ମୁଖ୍ୟମନ୍ତ୍ରୀ ହେବାକୁ ମନା କରୁଥିଲେ ବୋଲି ନୀତିଶ କହିଛନ୍ତି। ତେବେ ସମସ୍ତଙ୍କର କଥା ମାନି ସେ ଏହା ଗ୍ରହଣ କରିଛନ୍ତି। ଭାଜପାରୁ କେହି ଜଣେ ମୁଖ୍ୟମନ୍ତ୍ରୀ ହୁଅନ୍ତୁ ବୋଲି ସେ ଚାହୁଁଥିବା କହିଛନ୍ତି। ସୁଶୀଲଙ୍କୁ ଭାଜପା ବିଧାନମଣ୍ଡଳ ନେତା ଭାବେ ଚୟନ କରାଯାଇଛି। ସେହିପରି ଭାଜପା ବିଧାୟକ ଦଳ ନେତା ଭାବେ କଟିହାର ଆସନରୁ ବିଜୟୀ ହୋଇଥିବା ତାରକିଶୋର ପ୍ରସାଦଙ୍କୁ ଚୟନ କରାଯାଇଛି। ସେହିପରି ଉପନେତା ଭାବେ ରେଣୁ ଦେବୀ ଚୟନ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବର ସାଜିବେ ସଚିନ ତେନ୍ଦୁଲକରଙ୍କ ପୁଅ: ଜାଣନ୍ତୁ ଅର୍ଜନୁଙ୍କ ମୋଟ ସମ୍ପତ୍ତି କେତେ

ନୂଆଦିଲ୍ଲୀ,୧୧।୨:ସଚିନ ତେନ୍ଦୁଲକରଙ୍କ ପୁଅ ଅର୍ଜୁନ ତେନ୍ଦୁଲକର ଖୁବ ଶୀଘ୍ର ବିବାହ କରିବାକୁ ଯାଉଛନ୍ତି। ବିବାହ କାର୍ଡ ବଣ୍ଟାଉଛି। ସଚିନ ରାଷ୍ଟ୍ରପତି ଏବଂ ପ୍ରଧାନମନ୍ତ୍ରୀଙ୍କ ସମେତ ଅନେକ ପ୍ରମୁଖ…

ଟ୍ରେଡ ଡିଲରେ ଆମେରିକା ଚୁପଚାପ କରିଦେଲା ଘୋଟାଲା! କ’ଣ ପରିବର୍ତ୍ତନ ହେଲା? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ଓ୍ବାଶିଂଟନ,୧୧।୨: ଭାରତ ଏବଂ ଆମେରିକା ମଧ୍ୟରେ ସମ୍ପ୍ରତି ଘୋଷିତ ମଧ୍ୟବର୍ତ୍ତୀକାଳୀନ ବାଣିଜ୍ୟ ଚୁକ୍ତିନାମାକୁ ନେଇ ଏକ ନୂଆ ବିବାଦ ସୃଷ୍ଟି ହୋଇଛି। ହ୍ବାଇଟ ହାଉସ ଚୁପ ଚାପ…

ଆସନ୍ତାକାଲି ଦେଶବ୍ୟାପୀ ଧର୍ମଘଟ: ବାହାରକୁ ଯିବା ପୂର୍ବରୁ କ’ଣ ଖୋଲା, କ’ଣ ବନ୍ଦ, ଦେଖନ୍ତୁ…

ନୂଆଦିଲ୍ଲୀ/ଭୁବନେଶ୍ୱର,୧୧।୨: ଆସନ୍ତାକାଲି ଭାରତ ବନ୍ଦ ଡାକରା। କେନ୍ଦ୍ରୀୟ ଶ୍ରମ ଆଇନକୁ ବିରୋଧ କରି କେନ୍ଦ୍ର ସରକାର ବିରୋଧରେ ଦେଶବ୍ୟାପୀ ହରତାଳ ଓ ଧର୍ମଘଟ କରିବେ ବିଭିନ୍ନ ଶ୍ରମିକ…

ଟ୍ରମ୍ପଙ୍କ ସାଂସଦ ଆଣିଲେ H1B ଭିଜା ଶେଷ କରିବାର ପ୍ଲାନ, ଜାଣନ୍ତୁ ଭାରତୀୟଙ୍କ ଉପରେ କ’ଣ ପଡ଼ିବ ପ୍ରଭାବ

ଓ୍ବାଶିଂଟନ,୧୧।୨: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନିକଟତର ଜଣେ ସାଂସଦ ଏକ ବିଲ ଆଗତ କରିଛନ୍ତି ଯାହା ଭାରତୀୟମାନଙ୍କ ପାଇଁ ଏକ ବଡ଼ ଆଘାତ। ସୋମବାର (ଫେବୃଆରୀ…

ବଡ଼ ପରଦାରେ ଭାଇରାଲ ଗର୍ଲ ମୋନାଲିସା: ପ୍ରଶଂସାରେ ପୋତିଲେ ଦର୍ଶକ

ମହାକୁମ୍ଭ ମେଳାରେ ଭାଇରାଲ ହୋଇଥିବା ମୋନାଲିସା ଖୁବ୍‌ଶୀଘ୍ର ବଡ଼ ପରଦାରେ ନଜର ଆସିବେ। ମୋନାଲିସାଙ୍କ ପ୍ରଥମ ଫିଲ୍ମ ‘ଦି ଡାଏରୀ ଅଫ ମଣିପୁର’ ମୁକ୍ତିଲାଭ କରିବାକୁ ଯାଉଛି।…

ଭାରତ ସହ ଟ୍ରେଡ୍‌ ଡିଲ୍‌ ମଧ୍ୟରେ ଆମେରିକା ନେଲା ବଡ଼ ପଦକ୍ଷେପ: ହଟିଲା…

ଓ୍ବାଶିଂଟନ୍‌,୧୧।୨: ଆମେରିକା ବାଣିଜ୍ୟ ପ୍ରତିନିଧିଙ୍କ କାର୍ଯ୍ୟାଳୟ (USTR) ଭାରତର ଏକ ମାନଚିତ୍ର ହଟାଇ ଦେଇଛି। ଏଥିରେ ପାକିସ୍ତାନ ଅଧିକୃତ କଶ୍ମୀର (PoK) ଏବଂ ଅକ୍ସାଇ ଚାଇନାକୁ ଭାରତର…

କ୍ରାଶ ହେଉଥିଲା ବିମାନ, ପତ୍ନୀଙ୍କ ପାଇଁ ଏମିତି ବାର୍ତ୍ତା ଦେଲେ ପାଇଲଟ, ଭିଡ଼ିଓ ହେଉଛି ଭାଇରାଲ

ଜର୍ଜିଆ,୧୧।୨: ଆମେରିକାର ଜର୍ଜିଆ ରାଜ୍ୟର ଏକ ବ୍ୟସ୍ତବହୁଳ ରାସ୍ତାରେ ଏକ ଛୋଟ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ସୌଭାଗ୍ୟବଶତଃ, ଏଥିରେ କୌଣସି କ୍ଷତି ହୋଇନାହିଁ। ଏହି ଘଟଣା ଘଟିଥିଲା…

ଶ୍ରମିକଙ୍କୁ ୧୦୦ ମିଟର ଘୋଷାଡି ନେଲା ବସ, ଆଉ ତା’ପରେ ଘଟିଲା…

ଭଞ୍ଜନଗର,୧୧/୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲ୍ଲା ଭଞ୍ଜନଗର ଥାନା ଅନ୍ତର୍ଗତ ଭାଲିଆଖାଇ ଛକରେ ବୁଧବାର ନୀଳକଣ୍ଠ ନାମକ ଏକ ଘରୋଇ ବସ ଧକ୍କାରେ ଜଣେ ସାଇକେଲ ଆରୋହୀ ଗୁରୁତର ଭାବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri