Posted inଜାତୀୟ

ବିହାରରେ ପୁଣି ନୀତିଶ-ସୁଶୀଲଙ୍କ ସରକାର: ଏନ୍‌ଡ଼ିଏର ନିଷ୍ପତ୍ତି

ପାଟନା,୧୫।୧୧: ବିହାରରେ ପୁଣି ନୀତିଶ କୁମାର ଏବଂ ସୁଶୀଲ ମୋଦିଙ୍କ ଯୋଡ଼ି ଶାସନ ଡୋର ଧରିବେ। ଏନେଇ ରବିବାର ଏନ୍‌ଡ଼ିଏ ବୈଠକରେ ସ୍ଥିର ହୋଇଛି। ନିତୀଶଙ୍କୁ ଏନ୍‌ଡ଼ିଏର ନେତା ଭାବେ ଚୟନ କରାଯାଇଛି। ନୀତିଶ ପୁଣି ମୁଖ୍ୟମନ୍ତ୍ରୀ ହେବେ ଏବଂ ସୁଶୀଲ ଉପମୁଖ୍ୟମନ୍ତ୍ରୀ ଭାବେ ଦାୟିତ୍ୱ ଗ୍ରହଣ କରିବେ। ନୀତିଶ ରାଜ୍ୟପାଳ ଫାଗୁ ଚୌହ୍ବାନଙ୍କୁ ଭେଟି ସରକାର ଗଠନ ପାଇଁ ଦାବି ଉପସ୍ଥାପନ କରିଛନ୍ତି। ସୋମବାର ଅପରାହ୍ନ ୪ଟା ୩୦ରେ ନୀତିଶ ରାଜ୍ୟର ୩୭ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ। ମୁଖ୍ୟମନ୍ତ୍ରୀ ଭାବେ ସେ ୭ମ ଥର ଲାଗି ଶପଥ ନେବେ। ସେ ମୁଖ୍ୟମନ୍ତ୍ରୀ ହେବାକୁ ମନା କରୁଥିଲେ ବୋଲି ନୀତିଶ କହିଛନ୍ତି। ତେବେ ସମସ୍ତଙ୍କର କଥା ମାନି ସେ ଏହା ଗ୍ରହଣ କରିଛନ୍ତି। ଭାଜପାରୁ କେହି ଜଣେ ମୁଖ୍ୟମନ୍ତ୍ରୀ ହୁଅନ୍ତୁ ବୋଲି ସେ ଚାହୁଁଥିବା କହିଛନ୍ତି। ସୁଶୀଲଙ୍କୁ ଭାଜପା ବିଧାନମଣ୍ଡଳ ନେତା ଭାବେ ଚୟନ କରାଯାଇଛି। ସେହିପରି ଭାଜପା ବିଧାୟକ ଦଳ ନେତା ଭାବେ କଟିହାର ଆସନରୁ ବିଜୟୀ ହୋଇଥିବା ତାରକିଶୋର ପ୍ରସାଦଙ୍କୁ ଚୟନ କରାଯାଇଛି। ସେହିପରି ଉପନେତା ଭାବେ ରେଣୁ ଦେବୀ ଚୟନ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭୋଟ ଦେଇଥିବା ପ୍ରମାଣ କଲେ ରେଷ୍ଟୁରାଣ୍ଟରେ ମିଳିବ ଡିସକାଉଣ୍ଟ, ଫ୍ରିରେ ମିଳିବ ମଦ

ନୂଆଦିଲ୍ଲୀ,୨୫।୪: ଆରମ୍ଭ ହୋଇଯାଇଛି ଗଣତନ୍ତ୍ରର ମହାପର୍ବ ନିର୍ବାଚନ। ଏପ୍ରିଲ ୧୯ରେ ପ୍ରଥମ ପର୍ଯ୍ୟାୟ ମତଦାନ ସରିଥିବାବେଳେ ଶୁକ୍ରବାର ଦ୍ୱିତୀୟ ପର୍ଯ୍ୟାୟ ମତଦାନ ହେବାକୁ ଯାଉଛି। ତେବେ...

କଂଗ୍ରେସ ନାଁରେ ସାଂଘାତିକ ଅଭିଯୋଗ ଆଣିଲେ ପ୍ରଧାନମନ୍ତ୍ରୀ ମୋଦି

ଭୋପାଳ,୨୫।୪: ଲୋକ ସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ପୂର୍ବରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମୋରେନାରେ ଏକ ସାଧାରଣ ସଭାରେ ସମ୍ବୋଧିତ କରିଥିଲେ। ଏହି ସମୟରେ ସେ...

କାହିଁକି କେଜ୍‌ରିୱାଲଙ୍କୁ କରାଗଲା ଗିରଫ: ସୁପ୍ରିମକୋର୍ଟରେ କହିଲା ଇଡି

ନୂଆଦିଲ୍ଲୀ,୨୫।୪: ଦିଲ୍ଲୀ ସିଏମ ଅରବିନ୍ଦ କେଜ୍‌ରିୱାଲଙ୍କ ଆବେଦନକୁ ବିରୋଧ କରି ଏନଫୋର୍ସମେଣ୍ଟ ନିର୍ଦ୍ଦେଶାଳୟ (ଇଡି) ସୁପ୍ରିମକୋର୍ଟରେ ଏକ ଆଫିଡେଭିଟ ଦାଖଲ କରିଛି। ଦାଖଲ ହୋଇଥିବା ଆଫିଡେଭଟ୍‌ରେ...

ମୋଦିଙ୍କୁ ନିର୍ବାଚନ କମିଶନରଙ୍କ ପକ୍ଷରୁ କ୍ଲିନଚିଟ୍‌, ହିନ୍ଦୁ ଦେବୀଦେବତାଙ୍କ ନାମରେ ମାଗି ନାହାନ୍ତି ଭୋଟ୍‌

ନୂଆଦିଲ୍ଲୀ,୨୫।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ନିର୍ବାଚନ କମିଶନରଙ୍କ ଦ୍ୱାରା କ୍ଲିନଚିଟ୍‌। ମୋଦିଙ୍କ ନାମରେ ହିନ୍ଦୁ ଦେବୀଦେବତାଙ୍କ ନାଁରେ ଭୋଟ ମାଗୁଥିବା ଅଭିଯୋଗ ହୋଇଥିଲା। ଯାହାକୁ ଗୁରୁବାର...

ଅଭିନେତ୍ରୀ ତମନ୍ନା ଭାଟିଆଙ୍କୁ ସମନ

ବମ୍ବେ,୨୫।୪: ଅଡ଼ୁଆରେ ଫସିଛନ୍ତି ବଲିଉଡ ଅଭିନେତ୍ରୀ ତମନ୍ନା ଭାଟିଆ। ଅଭିନେତା ସଞ୍ଜୟ ଦତ୍ତଙ୍କ ପରେ ବର୍ତ୍ତମାନ ତମନ୍ନା ଭାଟିଆଙ୍କ ନାମ ମଧ୍ୟ ବେଆଇନ ଆଇପିଏଲ୍‌ ମ୍ୟାଚ୍‌...

ଯେବେ ମମତା ରାଗିଯାଇ ବାଜପେୟୀଙ୍କ ଟେବୁଲ ଉପରେ ରଖିଥିଲେ ମଣିଷ ଖପୁରୀ, କାରଣ ଜାଣିଲେ ତାଜୁବ ହେବେ

ନୂଆଦିଲ୍ଲୀ,୨୫।୪: ରାଜନୀତିର ଚର୍ଚ୍ଚିତ ଚେହେରା ମମତା ବାନାର୍ଜୀ। ଯିଏ ଭାରତୀୟ ରାଜନୀତିର ନିଜ ରାଗ ଓ ଜିଦ ପାଇଁ ମଧ୍ୟ ଜଣାଶୁଣା। ଯଦି ଦିଦି କିଛି...

ଭାଜପାରେ ଯୋଗ ଦେବେ ଲୋକପ୍ରିୟ ୟୁଟ୍ୟୁବର ମନୀଷ କଶ୍ୟପ

ନୂଆଦିଲ୍ଲୀ,୨୫।୪: ପଦ୍ମ ଧରିବେ ଲୋକପ୍ରିୟ ୟୁଟ୍ୟୁବର ମନୀଷ କଶ୍ୟପ । ବିହାରର ଏହି ଚର୍ଚ୍ଚିତ ୟୁଟ୍ୟୁବର ଗୁରୁବାର ଭାରତୀୟ ଜନତା ପାର୍ଟିରେ ସାମିଲ ହେବେ ।...

ନିର୍ବାଚନ ଡ୍ୟୁଟି ଲାଗିବା ମାତ୍ରେ କର୍ମଚାରୀ ଅସୁସ୍ଥ ହେବା ସଂଖ୍ୟା ବୃଦ୍ଧି, ମିଛ ହେଲେ କାର୍ଯ୍ୟାନୁଷ୍ଠାନ

ଭୋଜପୁର,୨୫।୪: ବିହାରର ଭୋଜପୁରରେ ଲୋକ ସଭା ଓ ବିଧାନସଭା ଉପ ନିର୍ବାଚନ ପାଇଁ ଡ୍ୟୁଟି ଲାଗିବା ମାତ୍ରେ ସରକାରୀ କର୍ମଚାରୀ ବହୁ ସଂଖ୍ୟାରେ ଅସୁସ୍ଥ ହୋଇପଡିଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri