Posted inଜାତୀୟ

ମୋଦି ସରକାରଙ୍କୁ ଟାର୍ଗେଟ୍‌ କଲେ ନୀତୀଶ

ପାଟନା,୨୫।୧: ମହାଗଠବନ୍ଧନରେ ଯୋଗଦେବା ପରେ ବିହାର ମୁଖ୍ୟମନ୍ତ୍ରୀ ନିତିଶ କୁମାର କେନ୍ଦ୍ର ମୋଦି ସରକାରଙ୍କୁ ଲଗାତର ଟାର୍ଗେଟ୍‌ କରୁଛନ୍ତି। ବୁଧବାର ସେ କହିଛନ୍ତି, କେନ୍ଦ୍ର ସରକାର ଗରିବ ରାଜ୍ୟ ପ୍ରତି ଧ୍ୟାନ ଦେଉନାହାଁନ୍ତି। ପଛୁଆ ରାଜ୍ୟଗୁଡିକର ବିକାଶ ପାଇଁ କେନ୍ଦ୍ର ସର୍ବପ୍ରଥମେ କାର୍ଯ୍ୟ କରିବା ଉଚିତ, କିନ୍ତୁ କେନ୍ଦ୍ର ସରକାର ଋଣ ଉପରେ ମଧ୍ୟ ରୋକ ଲଗାଇଛନ୍ତି। ଏହା ବିକାଶ କାର୍ଯ୍ୟକୁ ପ୍ରଭାବିତ କରୁଛି। ଏହା ପୂର୍ବରୁ କୌଣସି କେନ୍ଦ୍ର ସରକାର ଏତେ ହସ୍ତକ୍ଷେପ କରି ନ ଥିଲେ।
ନୀତୀଶ କୁମାର କହିଛନ୍ତି, ବିହାରର ବିକାଶ ପାଇଁ ସେ କେନ୍ଦ୍ରରୁ ଦାବି କରୁଛନ୍ତି କିନ୍ତୁ କୌଣସି ସହାୟତା ମିଳୁନାହିଁ। ଏନଡିଏରେ ଏକାଠି ରହିଥିବାବେଳେ ମଧ୍ୟ କେନ୍ଦ୍ର କୌଣସି ସାହାଯ୍ୟ ଦେଇ ନ ଥିଲା। ଏହା ପରେ ମଧ୍ୟ ରାଜ୍ୟ ସରକାର ବିକାଶ ପାଇଁ ନିଜେ ଉଦ୍ୟମ କରୁଛନ୍ତି। ଯଦି କେନ୍ଦ୍ରରୁ ସାହାଯ୍ୟ ମିଳିଥାନ୍ତା ତେବେ ବିକାଶ କାର୍ଯ୍ୟ ରାଜ୍ୟରେ ତୀବ୍ର ହୋଇଥାନ୍ତା। କେନ୍ଦ୍ର ଗରିବ ରାଜ୍ୟମାନଙ୍କୁ ସାହାଯ୍ୟ କରିବାକୁ ଚାହୁଁନାହାନ୍ତି। କେନ୍ଦ୍ର ସରକାର କେବଳ ପ୍ରଚାର ଉପରେ ଧ୍ୟାନ ଦିଅନ୍ତି। ଏଥି ସହ ବିହାରରେ ବିକାଶ ପାଇଁ ରାଜ୍ୟ ସରକାର ସମସ୍ତ ପ୍ରକାର ଉଦ୍ୟମ କରୁଛନ୍ତି ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରୋଗୀଙ୍କ ସହ ଦୁର୍ବ୍ୟହାର କରୁଛନ୍ତି ପାରଳାଖେମୁଣ୍ଡି ଚିକିତ୍ସାଳୟରେ ମୁତୟନ ସୁରକ୍ଷାକର୍ମୀ, ମୋବାଇଲ ନମ୍ବରରେ ୧୧ ସଂଖ୍ୟା…

ପାରଳାଖେମୁଣ୍ଡି,୨୪ା୫(ଗିରିଧାରୀ ପରିଛା): ବର୍ତ୍ତମାନ ପ୍ରବଳ ଖରା ହେଉଥିବା ବେଳେ ତାତିରୁ ତ୍ରାହି ପାଇଁ ଡହଳ ବିକଳ ହେଉଛନ୍ତି ଲୋକେ । ଏପରି ସ୍ଥଳେ ରୋଗୀଙ୍କ କଥା ଆହୁରି…

ରୋଗୀ ସ୍ଥାନାନ୍ତର ବେଳେ ଚାଲିଲାନି ଆମ୍ବୁଲାନ୍ସ, ଘରୋଇ ଗାଡ଼ିରେ ବ୍ରହ୍ମପୁର ମେଡିକାଲ ଗଲେ

ଛତ୍ରପୁର,୨୪ା୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାର ଛତ୍ରପୁର ଉପଖଣ୍ଡ ସରକାରୀ ହସ୍ପିଟାଲରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି । ଜଣେ ଶିଶୁର ଅବସ୍ଥା ଗୁରୁତର ହେବାରୁ ତାଙ୍କୁ…

ପ୍ରେମ ପାଇଁ ଜୀବନ ହାରିଲେ ଯୁବକ: ଭିଡିଓ ଭାଇରାଲ

ଭୁବନେଶ୍ୱର,୨୪।୫: ମୟୂରଭଞ୍ଜ ଜିଲା ରାସଗୋବନ୍ଦପୁର ଥାନା ମାଣିନ୍ଦା ଅଞ୍ଚଳରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ପ୍ରେମ ପାଇଁ ଜଣେ ଯୁବକ ବିଷ ପିଇ ସୋସିଆଲ ମିଡିଆରେ…

ଭୋ ଭୋ ହୋଇ କାନ୍ଦି ଗଡ଼ିଲେ ମା’, ଭାଇ ଦେଲେ ମୁଖାଗ୍ନି; ପଞ୍ଚଭୂତରେ ବିଲୀନ ହେଲେ ଟ୍ବିଶା…

ଭୋପାଳ,୨୪।୫: ପଞ୍ଚଭୂତର ବିଲୀନ ହେଲେ ମଡେଲ ତଥା ଅଭିନେତ୍ରୀ ଟ୍ବିଶା ଶର୍ମା। ରବିବାର ଭୋପାଳର ଭଦଭଦା ଶ୍ମଶାନ ଘାଟରେ ତାଙ୍କର ଅନ୍ତିମ ସଂସ୍କାର ସମ୍ପନ୍ନ ହୋଇଛି। ଟ୍ବିଶାଙ୍କ…

ଯନ୍ତ୍ରୀଙ୍କ ପିସି କାରବାର ଅଭିଯୋଗ, ବିଦ୍ୟାଳୟ ରୂପାନ୍ତରୀକରଣ କରି ପାଇଁ ଥାନାର ଦ୍ୱାରସ୍ଥ ହେଲେ ଯୁବକ

ଥୁଆମୂଳ ରାମପୁର,୨୪ା୫(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ କନିଷ୍ଠ ଯନ୍ତ୍ରୀ ଓ ଅସାଧୁ ବ୍ୟକ୍ତିଙ୍କ ମଧୁଚନ୍ଦ୍ରିକା ଏବେ ଚରମ ସୀମାରେ ପହଞ୍ଚିଛି। ଆଦିବାସୀ ବହୁଳ…

ପୁଅକୁ ମେଡିକାଲ ନେବାବେଳେ ବାପାଙ୍କ କୋଳରେ ଚାଲିଗଲା ଜୀବନ, ପୂରା ଘଟଣା ଜାଣିଲେ ଆଖିରେ ଆସିଯିବ ଲୁହ

ଲକ୍ଷ୍ନୌ,୨୪ା୫: ସୋସିଆଲ ମିଡିଆରେ ଏକ ହୃଦୟ ବିଦାରକ ଭିଡିଓ ଦ୍ରୁତ ଗତିରେ ଭାଇରାଲ ହେଉଛି। ଯେଉଁଥିରେ ଦେଖାଯାଉଛି ଏକ ନିଷ୍ପାପ ଶିଶୁର ଜୀବନ କିଛି ମୁହୂର୍ତ୍ତ ମଧ୍ୟରେ…

ଶ୍ବଶୁରଘରୁ ବର୍ଷାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର

କଟକ,୨୪।୫:(ପ୍ରଭୁକଲ୍ୟାଣ ପାଲ):  ପୁଣି ଯୌତୁକ ଜୁଇରେ ଆଉ ଜଣେ ନବବଧୂ। ନବବଧୂଙ୍କୁ ଯୌତୁକ ପାଇଁ ଶାଶୁଘର ଲୋକେ ହତ୍ୟା କରିଥିବା ଅଭିଯୋଗ ହୋଇଛି । ଯାଜପୁର ଟାଉନ…

ଆଗପଛ ହୋଇ ଆସୁଥିଲା ଦୁଇ କାର୍‌, ହଠାତ୍‌ ମଝି ରାସ୍ତାରେ ଘଟିଲା…

ଗଞ୍ଜାମ,୨୪ା୫(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରମ୍ଭା ଥାନା ହୁମ୍ମା ଫାଣ୍ଡି ଅନ୍ତର୍ଗତ ଜାତୀୟ ରାଜପଥ-୧୬ ହୁମ୍ମା ଓ ଶଙ୍ଖନୂଆଗାଁ ମଧ୍ୟଭାଗରେ ଥିବା ଜଷ୍ଟିଂଙ୍ଗ ନିକଟରେ ଗୋଟିଏ କାର୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri