Posted inଜାତୀୟ

ଆଇନ ମନ୍ତ୍ରୀଙ୍କଠାରୁ ଦାୟିତ୍ୱ ଛଡ଼ାଇ ନେଲେ ନୀତୀଶ…

ପାଟନା,୩୧।୮ : ବିହାରରେ ରାଜନୈତିକ ଆରୋପ ପ୍ରତ୍ୟାରୋପ ମଧ୍ୟରେ ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ଅପହରଣ ଅଭିଯୋଗରେ ଘେରି ରହିଥିବା କାର୍ତ୍ତିକେୟ ସିଂଙ୍କ ଠାରୁ ଆଇନ ମନ୍ତ୍ରଣାଳୟର ଦାୟିତ୍ୱ ଛଡ଼ାଇ ନେଇଛନ୍ତି। ବର୍ତ୍ତମାନ ସେ ଆଖୁ ଏବଂ ଶିଳ୍ପ ବିଭାଗରେ କାର୍ଯ୍ୟ କରିବେ। ଏଥି ସହିତ ଆଇନ ମନ୍ତ୍ରଣାଳୟର ଦାୟିତ୍ୱକୁ ବର୍ତ୍ତମାନ ଶାମିମ ଅହମ୍ମଦ ସମ୍ଭାଳିବେ। ଶାମିମ ଅହମ୍ମଦ ପୂର୍ବରୁ ବିହାର ସରକାରଙ୍କ ଆଖୁ ଏବଂ ଶିଳ୍ପ ମନ୍ତ୍ରୀ ଥିଲେ।

କାର୍ତ୍ତିକେୟ କୁମାର ସିଂଙ୍କ ବିରୋଧରେ ଅପହରଣ ମାମଲା ପଞ୍ଜିକୃତ ହୋଇଛି ଏବଂ ଏହି କାରଣରୁ କୋର୍ଟ ତାଙ୍କ ବିରୋଧରେ ୱାରେଣ୍ଟ ଜାରି କରି ଅଗଷ୍ଟ ୧୬ ରେ ଆତ୍ମସମର୍ପଣ କରିବାକୁ କହିଥିଲେ। ସେ ଆତ୍ମସମର୍ପଣ କରିବା ପରିବର୍ତ୍ତେ ଆଇନ ମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିଥିଲେ। ଏହାକୁ ନେଇ ବିବାଦ ଉପୁଜିଥିଲା।

୨୦୧୪ ମସିହାରେ, ଜଣେ ବ୍ୟକ୍ତିଙ୍କୁ ଅପହରଣ କରାଯାଇଥିଲା। କାର୍ତ୍ତିକେୟ ସିଂ ମଧ୍ୟ ଏହି ମାମଲାରେ ଅଭିଯୁକ୍ତ। ସେ କୋର୍ଟରେ ଆତ୍ମସମର୍ପଣ କରିନାହାଁନ୍ତି କିମ୍ବା ଜାମିନ ଆବେଦନ କରିନାହାଁନ୍ତି। କୋର୍ଟ ବର୍ତ୍ତମାନ ଏହି ମାମଲାର ପରବର୍ତ୍ତୀ ଶୁଣାଣି ସେପ୍ଟେମ୍ବର ୧ କୁ ଘୁଞ୍ଚାଇ ଦେଇଛନ୍ତି।

ନିର୍ବାଚନୀ ସତ୍ୟପାଠରେ କାର୍ତ୍ତିକେୟ ତାଙ୍କ ବିରୋଧରେ ପଞ୍ଜୀକୃତ ହୋଇଥିବା ଚାରିଟି ମାମଲା ସମ୍ପର୍କରେ ସୂଚନା ଦେଇଛନ୍ତି। ଏହି ମାମଲାରେ ସେ ଚୋରି, ଅପହରଣ, ଦଙ୍ଗା, ସରକାରୀ କାର୍ଯ୍ୟରେ ବାଧା ସୃଷ୍ଟି କରିବା, ଅପରାଧିକ ଷଡଯନ୍ତ୍ର, ଚୋରୀ, ମାରାତ୍ମକ ଅସ୍ତ୍ରଶସ୍ତ୍ର ରଖିବା ଭଳି ଅଭିଯୋଗ ରହିଛି।

ସତ୍ୟପାଠ ଅନୁଯାୟୀ କାର୍ତ୍ତିକେୟ ସିଂଙ୍କର ମୋଟ ସମ୍ପତ୍ତି ୨୨.୯୯ କୋଟି ରହିଛି। କାର୍ତ୍ତିକେୟ ନୀତୀଶ କ୍ୟାବିନେଟର ଦ୍ୱିତୀୟ ଧନୀ ମନ୍ତ୍ରୀ। ନୀତୀଶ କ୍ୟାବିନେଟର ସବୁଠାରୁ ଧନୀ ମନ୍ତ୍ରୀ ହେଉଛନ୍ତି ଆରଜେଡି କୋଟାର ସୁମିର ମହାସେଠ। ସୁମିରଙ୍କ ସମ୍ପତ୍ତି ୨୪.୪୫ କୋଟି ଟଙ୍କା ରହିଛି। ନୀତୀଶଙ୍କ କ୍ୟାବିନେଟରେ ପାଞ୍ଚଜଣ ମନ୍ତ୍ରୀ ଅଛନ୍ତି, ଯେଉଁମାନଙ୍କର ସମ୍ପତ୍ତି ୧୦ କୋଟିରୁ ଅଧିକ।


Enter your email to get our daily news in your inbox.

All Right Reserved By Dharitri.Com

ପୂର୍ବତନ ଅତିରିକ୍ତ ତହସିଲଦାରଙ୍କୁ ୩ବର୍ଷ କାରାଦଣ୍ଡ, ଜାଣନ୍ତୁ କାରଣ

ବରଗଡ଼,୧୩।୮(ପ୍ରେମାନନ୍ଦ ଖମାରୀ): ବରଗଡର ପୂର୍ବତନ ଅତିରିକ୍ତ ତହସିଲଦାର ଗୋବିନ୍ଦ ଦଣ୍ଡସେନା ଏକ ଲାଞ୍ଚ ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଛନ୍ତି । ଗୁରୁବାର ଭିଜିଲାନ୍ସ ସ୍ବତନ୍ତ୍ର ବିଚାରପତି ଦଣ୍ଡସେନାଙ୍କ…

ଭଞ୍ଜନଗରରେ ଚାଞ୍ଚଲ୍ୟ: ୪ ବର୍ଷର ଶିଶୁକନ୍ୟାକୁ ବଳାତ୍କାର ଉଦ୍ୟମ, ଅଭିଯୁକ୍ତ ବାପାଙ୍କୁ ମାଂସ ପାଇଁ ପଠାଇ ଝିଅକୁ…

ଭଞ୍ଜନଗର,୧୩ା୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ଏକ ଘୃଣ୍ୟ ଘଟଣା ଘଟିଛି। ଜଣେ ୪୦ ବର୍ଷର ବିବାହିତ ଯୁବକ ତାଙ୍କ ସାଙ୍ଗର ୪ ବର୍ଷର…

‘ମୁଁ ବି RSSକୁ ସୁରକ୍ଷା ଦେବି…’, ରାହୁଲ ଗାନ୍ଧୀଙ୍କ ଏମିତି ବୟାନକୁ ନେଇ ଉଠିଲାଣି ରାଜନୈତିକ ଝଡ଼!

ନୂଆଦିଲ୍ଲୀ,୧୩।୮: ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ଦ୍ୱାରା ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (ଆରଏସଏସ) ସମ୍ପର୍କରେ ଦିଆଯାଇଥିବା ଏକ ବିବୃତ୍ତି ଏକ ନୂତନ ରାଜନୈତିକ…

ଅଟୋ ଦୁର୍ଘଟଣାରେ ରବୀନ୍ଦ୍ରଙ୍କ ମୃତ୍ୟୁ, ସହାୟତାର ହାତ ବଢ଼ାଇଲେ ଉପଜିଲାପାଳ

ଗୁଣପୁର,୧୩ା୮(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ରାମନାଗୁଡ଼ା ନିକଟସ୍ଥ ପରୀକ୍ଷିତି ଠାରେ ଗୁରୁବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଅପରାହ୍ନ ସମୟରେ ଏକ ଦ୍ରୁତ ଗତିରେ…

କାହିଁକି ଭାଜପାରେ ସାମିଲ ହେଲେ ହରଭଜନ? ନିଜେ କହିଲେ ଏହା ପଛ ବଡ଼ କାରଣ

ନୂଆଦିଲ୍ଲୀ,୧୩।୮: ହରଭଜନ ସିଂହ ଅଭିଯୋଗ କରିଛନ୍ତି ଯେ ପଞ୍ଜାବ ମୁଖ୍ୟମନ୍ତ୍ରୀ କ୍ରୀଡ଼ାକୁ ପ୍ରୋତ୍ସାହନ ଦେବାରେ କୌଣସି ଆଗ୍ରହ ଦେଖାଇ ନଥିଲେ ଏବଂ ତାଙ୍କୁ କେବେ ନିଯୁକ୍ତି ମଧ୍ୟ…

ଖାର୍ଗେଙ୍କ ମଞ୍ଚର ‘ଶୁଦ୍ଧିକରଣ’କୁ ନେଇ ଗର୍ଜିଲେ ପ୍ରିୟଙ୍କା ଗାନ୍ଧୀ, ଦେଶବ୍ୟାପୀ ସତ୍ୟାଗ୍ରହ କରିବ କଂଗ୍ରେସ

ନୂଆଦିଲ୍ଲୀ,୧୩।୮: ଉତ୍ତରାଖଣ୍ଡର ହଲଦ୍ୱାନୀରେ କଂଗ୍ରେସ ରାଷ୍ଟ୍ରୀୟ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେଙ୍କ ‘ବିଜୟ ଶଙ୍ଖନାଦ’ ରାଲିରେ ଯେଉଁ ମଞ୍ଚରେ ଭାଷଣ ଦେଇଥିଲେ, ସେହି ମଞ୍ଚର ‘ଶୁଦ୍ଧିକରଣ’କୁ ନେଇ ବିବାଦ…

ହରସିମରତ କୌର ବାଦଲଙ୍କୁ ଫୋନ କଲେ ମୋଦି, ପଚାରି ବୁଝିଲେ…

ନୂଆଦିଲ୍ଲୀ,୧୩।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶିରୋମଣି ଅକାଳୀ ଦଳ (SAD) ମୁଖ୍ୟ ସୁଖବୀର ସିଂହ ବାଦଲଙ୍କ ଉପରେ ଆକ୍ରମଣ ପରେ ତାଙ୍କ ସ୍ବାସ୍ଥ୍ୟବସ୍ଥା ପଚାରି ବୁଝିଛନ୍ତି। ସୂତ୍ର…

ଉପଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ୨୪ ଘଣ୍ଟିଆ ଅନଶନ

ଗୁଣପୁର,୧୩ା୮(ସୁଜାତା ପାଢ଼ୀ): ଅଖିଳ ଭାରତୀୟ କୃଷି ଓ ଗ୍ରାମୀଣ ଶ୍ରମିକ ସଂଘ ତରଫରୁ ଦେଶ ବ୍ୟାପୀ ଅନଶନ ଓ ସତ୍ୟାଗ୍ରହ ଗୁରୁବାର କରାଯାଇଥିବାବେଳେ ଗୁଣପୁର ନୂଆ ବସ୍‌ଷ୍ଟାଣ୍ଡଠାରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri