Posted inଜାତୀୟ

ନୀତୀଶଙ୍କ ସହିତ ମଧ୍ୟ ହେବ ଏନସିପି ଭଳି ଅବସ୍ଥା: ଭାଜପା…

ନୂଆଦିଲ୍ଲୀ,୨।୭ : ମହାରାଷ୍ଟ୍ରରେ ରାଜନୈତିକ ଅସ୍ଥିରତା ମଧ୍ୟରେ କେନ୍ଦ୍ର ମନ୍ତ୍ରୀ ରାମଦାସ ଆଠାୱାଲେ ଏକ ବଡ ଦାବି କରିଛନ୍ତି। ବିହାରରେ ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କ ସହ ମଧ୍ୟ ସମାନ ଘଟଣା ଘଟିବ ବୋଲି କହିଛନ୍ତି। ଯେପରି ଏନସିପିର ଅବସ୍ଥା ଗୁରୁତର ହୋଇଛି ।

କେନ୍ଦ୍ର ମନ୍ତ୍ରୀ ଆଠାୱାଲେ କହିଛନ୍ତି, ’ଅଜିତ ପାୱାର କିଛି ସମୟ ଧରି ଅସନ୍ତୁଷ୍ଟଥିଲେ। କାରଣ ସେ ଚାହୁଁଥିଲେ ଏନସିପି ଭାଜପା ସହ ଏକ ମେଣ୍ଟ ଗଠନ କରୁ। କିନ୍ତୁ ଶରଦ ପାୱାର ଏଥିପାଇଁ ପ୍ରସ୍ତୁତ ନ ଥିଲେ। ମୁଁ ଅଜିତ ପାୱାରଙ୍କ ନିଷ୍ପତ୍ତିକୁ ସ୍ବାଗତ କରୁଛି। ଏହା ଏନସିପି ଏବଂ ଏମଭିଏ ପାଇଁ ଏକ ବଡ ପରିବର୍ତ୍ତନ ଓ ଏକ ବଡ ଝଟକା ବୋଲି ସେ ବ୍ୟଙ୍ଗାତ୍ମକ ଭାବରେ କହିଛନ୍ତି । ଏଣିକି ଏନସିପି ମୁଖ୍ୟ ଶରଦ ପାୱାର ଏବଂ ସୁପ୍ରିୟା ସୁଲେ ଅବଶିଷ୍ଟ ଲୋକଙ୍କ ସହ କାମ କରିବେ।

ନୀତୀଶ କୁମାରଙ୍କୁ ଆକ୍ରମଣ କରି ଆଠାୱାଲେ କହିଛନ୍ତି ବିରୋଧୀ ଏକତା ସହ ଆମେ କୌଣସି ଅପରେଶନ କରିନାହୁଁ। ଲୋକମାନେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ ଅଛନ୍ତି। ବିହାରର ଅନେକ ନେତା ଓ ବିଧାୟକ ନୀତୀଶ କୁମାରଙ୍କ ଉପରେ ଅସନ୍ତୁଷ୍ଟ ଅଛନ୍ତି। ନୀତୀଶ କୁମାର ପ୍ରଥମେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ ଆସି ପରେ ଚାଲିଗଲେ, ତେଣୁ ଲୋକମାନେ ଅସନ୍ତୋଷ ପ୍ରକାଶ କରିଛନ୍ତି। ପ୍ରଧାନମନ୍ତ୍ରୀ ମୋଦିଙ୍କୁ ପ୍ରଶଂସା କରି ଆଠାୱାଲେ କହିଛନ୍ତି ମୋଦି ଜଣେ ବିକାଶ କରୁଥିବା ବ୍ୟକ୍ତି। ସେ ସମସ୍ତଙ୍କୁ ସାଙ୍ଗରେ ନେଇ ଚାଲନ୍ତି। ଦଳିତ ହୁଅନ୍ତୁ, ପଛୁଆ କିମ୍ବା ସଂଖ୍ୟାଲଘୁ ହୁଅନ୍ତୁ, ସମସ୍ତେ ମୋଦିଙ୍କୁ ସମର୍ଥନ କରୁଛନ୍ତି। ସେଥିପାଇଁ ସମଗ୍ର ଦେଶରେ ଏକ ନୂଆ ପରିବେଶ ସୃଷ୍ଟି ହେଉଛି। ମହାରାଷ୍ଟ୍ରରେ ଯେପରି ଘଟିଛି, ଏହା ଅନ୍ୟ ରାଜ୍ୟରେ ମଧ୍ୟ ହୋଇପାରେ । ୨୦୨୪ ସୁଦ୍ଧା ଆମର ଏନଡିଏ ଆହୁରି ଶକ୍ତିଶାଳୀ ହୋଇପାରେ।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ବଳ ହେଲା ଅବପାତ; ରାଜ୍ୟରେ ୧୮ ଯାଏ ପ୍ରବଳ ବର୍ଷା, ଏସବୁ ଜିଲାକୁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୧୪।୮ (ବନ୍ଦନା ସେଠୀ)- ଝାଡ଼ଖଣ୍ଡ ଏବଂ ସଂଲଗ୍ନ ଗାଙ୍ଗେୟ ପଶ୍ଚିମବଙ୍ଗ ଉପରେ ଅବପାତ ସକ୍ରିୟ ରହିଛି। ଶୁକ୍ରବାର ପୂର୍ବାହ୍ନ ୧୧ଟା ୩୦ରେ ଏହା ଝାଡ଼ଖଣ୍ଡ ଉପରେ…

ଗମ୍ଭୀର-ଅଗରକରଙ୍କ BOSS ହେବେ VVS ଲକ୍ଷ୍ମଣ! ପ୍ରଥମ ଥର ଭାରତୀୟ କ୍ରିକେଟରେ ବଡ଼ ପରିବର୍ତ୍ତନ…

ନୂଆଦିଲ୍ଲୀ,୧୪।୮ : ଆଗାମୀ ଦିନରେ ଭାରତୀୟ କ୍ରିକେଟ୍‌ରେ ଏକ ବଡ଼ଧରଣର ପରିବର୍ତ୍ତନ ଦେଖିବାକୁ ମିଳିବ। ଏଯାବତ୍‌ ବୋର୍ଡର କ୍ରିକେଟ୍‌ ସମ୍ବନ୍ଧୀୟ ସମସ୍ତ ବଡ଼ ନିଷ୍ପତ୍ତି ସଭାପତି ଏବଂ…

୧୮ ବର୍ଷ ପରେ ମା’ ଯୋଗମାୟା ପୀଠକୁ ସ୍ପେନର ଗବେଷକଙ୍କ ପୁନଃ ପରିଦର୍ଶନ

କେସିଙ୍ଗା, ୧୪/୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ ଗୁର୍ଜିମୁଣ୍ଡାସ୍ଥିତ ମା’ ଯୋଗମାୟା ଶକ୍ତିପୀଠକୁ ୧୮ ବର୍ଷ ପରେ ପୁଣି ଥରେ ପରିଦର୍ଶନ କରିଛନ୍ତି…

ନିଜ ଝିଅ ବୟସର ଯୁବତୀଙ୍କୁ ଧରି ବୁଲୁଛନ୍ତି ଗୋବିନ୍ଦା, ସ୍ତ୍ରୀ କହିଲେ-ଲଜ୍ଜା ଲାଗିବା କଥା

ମୁମ୍ବାଇ: ଦିନ ଥିଲା ବଲିଉଡ ଅଭିନେତା ଗୋବିନ୍ଦା ନିଜର ଫିଲ୍ମକୁ ନେଇ ବେଶ ଚର୍ଚ୍ଚାରେ ରହୁଥିଲେ। ହେଲେ ଆଜିକାଲି ସିନେମାକୁ ନେଇ କମ୍‌ ହେଲେ ବ୍ୟକ୍ତିଗତ ଜୀବନକୁ…

ସ୍ୱାଧୀନତା ଦିବସ ପୂର୍ବସନ୍ଧ୍ୟାରେ ଦେଶକୁ ସମ୍ବୋଧିତ କଲେ ରାଷ୍ଟ୍ରପତି: ‘ସର୍ବଶ୍ରେଷ୍ଠ ଭାରତ’ ଗଠନ ପାଇଁ ରଖନ୍ତୁ ଭାବନା, ପଢ଼ନ୍ତୁ ପ୍ରମୁଖ…

ନୂଆଦିଲ୍ଲୀ,୧୪।୮: ୮୦ତମ ସ୍ୱାଧୀନତା ଦିବସର ପୂର୍ବସନ୍ଧ୍ୟାରେ ଦେଶବାସୀଙ୍କୁ ସମ୍ବୋଧନ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଏହି ଅବସରରେ ସେ ଦେଶ ଓ ବିଦେଶରେ ରହୁଥିବା ସମସ୍ତ ଭାରତୀୟଙ୍କୁ…

ଓଡ଼ିଶାକୁ ପୁଣି ଫେରିଲା କୋଭିଡ୍‌: ଭୁବନେଶ୍ୱରରେ ଚିହ୍ନଟ ହେଲେ ଆକ୍ରାନ୍ତ, ଭୟରେ…

ଭୁବନେଶ୍ୱର, ୧୪।୮ ରାଜଧାନୀ ଭୁବନେଶ୍ୱରରେ ପୁଣି ଜଣେ କୋଭିଡ୍‌ ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜଣାପଡ଼ିଛି। ବରମୁଣ୍ଡା ଅଞ୍ଚଳର ଜଣେ ୫୦ ବର୍ଷୀୟ ବ୍ୟକ୍ତି କୋଭିଡ୍‌ ସଂକ୍ରମିତ ହୋଇଥିବା…

ବିନୟତୋଷ ମିଶ୍ରଙ୍କୁ ମିଳିଲା ଓଡ଼ିଶାର ଅନ୍ତରୀଣ ଡିଜିପି ଦାୟିତ୍ୱ; ରଖିଲେ ଏଭଳି ପ୍ରତିକ୍ରିୟା…

ଭୁବନେଶ୍ୱର,୧୪।୮: ଓଡ଼ିଶାର ନୂତନ ଅନ୍ତରୀଣ ପୋଲିସ ମହାନିର୍ଦ୍ଦେଶକ (ଡିଜିପି) ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି ବରିଷ୍ଠ ଆଇପିଏସ୍ ଅଧିକାରୀ ବିନୟତୋଷ ମିଶ୍ର। ବର୍ତ୍ତମାନ କ୍ରାଇମବ୍ରାଞ୍ଚ ଡିଜି ଭାବେ…

ସୁପ୍ରିମକୋର୍ଟରୁ ସମୟ ରୈନାଙ୍କୁ ବଡ଼ ଆଶ୍ୱସ୍ତି

ନୂଆଦିଲ୍ଲୀ,୧୪।୮: ‘ଇଣ୍ଡିଆ ଗଟ ଲ୍ୟାଟେଣ୍ଟ’ ମାମଲାରେ ହାସ୍ୟ ଅଭିନେତା ସମୟ ରୈନାଙ୍କୁ ସୁପ୍ରିମକୋର୍ଟରୁ ବଡ଼ ଆଶ୍ୱସ୍ତି ମିଳିଛି। ସୁପ୍ରିମକୋର୍ଟ ସମୟ ରୈନା ଏବଂ ଅନ୍ୟ ଅଭିଯୁକ୍ତଙ୍କ ବିରୋଧରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri