Posted inଜାତୀୟ

ଝାଡ଼ଖଣ୍ଡ ବିଧାନସଭା ନିର୍ବାଚନରେ ଭାଜପାର ଟେନସନ ବଢାଇବେ ନୀତୀଶ

ପାଟନା,୧୪।୭: ଭାରତୀୟ ଜନତା ମୋର୍ଚ୍ଚାର ନେତା ତଥା ବିଧାୟକ ସରୟୁ ରୟଙ୍କ ଦଳ ଜେଡିୟୁ ସହିତ ଝାଡ଼ଖଣ୍ଡ ବିଧାନସଭା ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରିବାକୁ ପ୍ରସ୍ତୁତ ହେଉଛନ୍ତି। ଏ ସମ୍ପର୍କରେ ଉଭୟ ପକ୍ଷ ମଧ୍ୟରେ ଏକ ସହମତି ପ୍ରକାଶ ପାଇଛି। ସରୟୁ ରୟ ନିଜେ ସୋସିଆଲ ମିଡିଆରେ ଏହି ସୂଚନା ଦେଇଛନ୍ତି। ଚଳିତ ବର୍ଷ ଶେଷରେ ଝାଡ଼ଖଣ୍ଡରେ ବିଧାନସଭା ନିର୍ବାଚନ ହେବାକୁ ଯାଉଛି।

ଏହାପୂର୍ବରୁ ସରୟୁ ରୟ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ ଏବଂ ତାଙ୍କ ସ୍ତ୍ରୀ କଳ୍ପନା ସୋରେନଙ୍କୁ ମଧ୍ୟ ଭେଟିଥିଲେ। ଏଠାରେ ସେ ଶନିବାର ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କୁ ଭେଟିଥିଲେ ଏବଂ ଏହି ବୈଠକର ଫଟୋ ‘ଏକ୍ସ’ରେ ଶେୟାର କରୁଥିବାବେଳେ ସରୟୁ ରାୟ ଘୋଷଣା କରିଛନ୍ତି ଯେ ଜେଡିୟୁ ଏବଂ ଭାରତୀୟ ଜନତା ମୋର୍ଚ୍ଚା ଏକାଠି ନିର୍ବାଚନ ଲଢିବାକୁ ଯାଉଛନ୍ତି। ସୂଚନାଯୋଗ୍ୟ, ସରୟୁୁ ରୟ ପୂର୍ବରୁ ଭାଜପାରେ ଥିଲେ କିନ୍ତୁ ୨୦୧୯ ବିଧାନସଭା ନିର୍ବାଚନ ପୂର୍ବରୁ ସେ ଦଳ ଛାଡିଥିଲେ। ସେ ଜାମସେଦପୁର ପୂର୍ବ ଆସନରୁ ପୂର୍ବତନ ମୁଖ୍ରମନ୍ତ୍ରୀ ରଘୁବର ଦାସଙ୍କୁ ପରାସ୍ତ କରିଥିଲେ। ସେତେବେଳେ ସରୟୁ ରୟ ଜଣେ ସ୍ବାଧୀନ ପ୍ରାର୍ଥୀ ଭାବରେ ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରିଥିଲେ। ଏପଟେ ଜେଡିୟୁ ବର୍ତ୍ତମାନ ଭାଜପା ନେତୃତ୍ୱାଧୀନ ଏନଡିଏର ଏକ ଅଂଶ।

ସୂଚନାଯୋଗ୍ୟ, ଏହି ଫଟୋ ଝାଡ଼ଖଣ୍ଡର ରାଜନୈତିକ ମହଲରେ ଅନେକ ପ୍ରଶ୍ନ ଛାଡିଛି। ପ୍ରଥମ ପ୍ରଶ୍ନ ହେଉଛି ନୀତୀଶ କୁମାର ଭାଜପା ସହ ତାଙ୍କର ମେଣ୍ଟ ଭାଙ୍ଗିବେ ଏବଂ ସରୟୁ ରୟଙ୍କ ଭାରତୀୟ ଜନତା ମୋର୍ଚ୍ଚା ସହିତ ଝାଡ଼ଖଣ୍ଡରେ ବିଧାନସଭା ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରିବେ କି? କିମ୍ବା ଭାଜପା-ଜେଡିୟୁ-ବିଜେଏମ୍‌ ମିଳିତ ଭାବେ ଝାଡ଼ଖଣ୍ଡ ବିଧାନସଭା ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରିବେ। ତେବେ ଏହା ମଧ୍ୟ ଏତେ ସହଜ ନୁହେଁ କାରଣ ସରୟୁ ରୟ ଭାଜପା ବିରୁଦ୍ଧରେ ବିଦ୍ରୋହ କରିଥିଲେ ଏବଂ ତତ୍କାଳୀନ ମୁଖ୍ୟମନ୍ତ୍ରୀ ରଘୁବର ଦାସଙ୍କ ବିରୋଧରେ ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରିଥିଲେ। ଏବେ ସମୟ କହିବ ଏସବୁ ରାଜନୈତିକ ଦଳ ଆଗାମୀ ଦିନରେ କାହା ସହିତ ନିର୍ବାଚନ ଲଢିବେ।


Enter your email to get our daily news in your inbox.

All Right Reserved By Dharitri.Com

କେମିତି ରହିବ ୨୦୨୬ରେ ଶନିଙ୍କ ଚାଲି? ଏସବୁ ରାଶି ରହିବେ ସତର୍କ, ଖରାପ ଟାଇମ୍‌ ଆରମ୍ଭ…

ହିନ୍ଦୁ ଧର୍ମ ଏବଂ ଜ୍ୟୋତିଷ ଶାସ୍ତ୍ରରେ, ଶନି ଦେବଙ୍କୁ କର୍ମର ଦାତା ଏବଂ ନ୍ୟାୟର ଦେବତା ଭାବରେ ବିବେଚନା କରାଯାଏ। ତାଙ୍କୁ ନଅଟି ଗ୍ରହ ମଧ୍ୟରେ...

ଗଞ୍ଜେଇ ଚୋରାଚାଲାଣ ପଡିଲା ମହଙ୍ଗା: ବନ୍ଧା ହେଲେ ୱେବ ଚ୍ୟାନେଲ ସାମ୍ବାଦିକ

ଖୋର୍ଦ୍ଧା,୩୦।୧୨(ପ୍ରଭାତ ପାଣିଗ୍ରାହୀ): ସାମ୍ବାଦିକ ଆଳରେ ଗଞ୍ଜେଇ ଚୋରାଚାଲାଣ ପଡିଲା ମହଙ୍ଗା। ଖୋର୍ଦ୍ଧା ଅବକାରୀ ବିଭାଗର ଜିଲା ମୋବାଇଲ ୟୁନିଟ ହାତରେ ଧରାପଡ଼ିଲେ ୱେବ ଚ୍ୟାନେଲ ସାମ୍ବାଦିକ...

ତହସିଲଦାରଙ୍କ ଘରୁ ମିଳିଲା ବିଡ଼ାବିଡ଼ା ଟଙ୍କା ସାଙ୍ଗକୁ ପୁଳାପୁଳା ସୁନା: ଭିଜିଲାନ୍ସର ବଡ଼ଧରଣର ରେଡ୍‌

ଭୁବନେଶ୍ୱର,୩୦।୧୨: କଟକ ବାରଙ୍ଗ ତହସିଲର ଅତିରିକ୍ତ ତହସିଲଦାର ଆୟବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ହାବୁଡରେ ପଡ଼ିଛନ୍ତି। ତହସିଲଦାର ଜିତେନ୍ଦ୍ର କୁମାର ପଣ୍ଡାଙ୍କ ଘରେ ଭିଜିଲାନ୍ସ...

ପାହାଡ଼ ଉପରେ ପୂଜା ପାଉଛନ୍ତି ମା’ ବାଳକୁମାରୀ, ପର୍ଯ୍ୟଟକଙ୍କୁ ଆକୃଷ୍ଟ କରୁଛି ଏହି ସ୍ଥାନ

ଗଞ୍ଜାମ ,୩୦।୧୨(ବିଦ୍ୟାଧର ସାହୁ ): ଗଞ୍ଜାମ ଜିଲା ବ୍ରହ୍ମପୁର ଠାରୁ ୨୫ କି.ମି. ଚିକିଟିରୁ ୮ କିଲୋମିଟର ଗଲାପରେ ଧାନ ଘର ଛକ ଏବଂ ସେଠାରୁ...

୨୦୨୬ ଟି-୨୦ ବିଶ୍ୱକପ ପାଇଁ ଦଳ ଘୋଷଣା କଲା ଇଂଲଣ୍ଡ, ଜାଣନ୍ତୁ କାହାକୁ ମିଳିଲା ସ୍ଥାନ

ନୂଆଦିଲ୍ଲୀ,୩୦।୧୨: ଇଂଲଣ୍ଡ ଏବଂ ୱେଲ୍ସ କ୍ରିକେଟ ବୋର୍ଡ (ECB) ଭାରତରେ ହେବାକୁ ଥିବା ୨୦୨୬ ଟି-୨୦ ବିଶ୍ୱକପ ପାଇଁ ଏହାର ଦଳ ଘୋଷଣା କରିଛି। ଆଶ୍ଚର୍ଯ୍ୟଜନକ...

ଜଙ୍ଗଲ ଓ ପରିବେଶ ମନ୍ତ୍ରୀଙ୍କ ବଡ଼ ବୟାନ, ବଣଭୋଜି ନାରେ ପ୍ରଦୂଷଣ କଲେ ହେବ…

ଭୁବନେଶ୍ୱର,୩୦।୧୨: ବର୍ତ୍ତମାନ ସମୟରେ ପର୍ଯ୍ୟଟନ ଋତୁ ଚାଲୁଥିବା ବେଳେ ଅନେକ ସ୍ଥାନରେ ପର୍ଯ୍ୟଟକଙ୍କ ଗହଳି ଦେଖାଯାଉଛି । ବଣଭୋଜି କରି ମଜା ନେଉଛନ୍ତି ଲୋକେ ।...

ଖଣି ପାଇଁ ଜମି ଯିବାରୁ ଜୀବନ ହାରିଲେ ଯୁବକ, ୧୭ ଘଣ୍ଟାରୁ ଅଧିକ ସମୟ ମୃତଦେହକୁ ରଖି ବିକ୍ଷୋଭ କଲେ…

ଝାରସୁଗୁଡା, ୩୦।୧୨(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡା ଜିଲା ଲଖନପୁର ବ୍ଲକ ଉବୁଡା ଗ୍ରାମର ଜଣେ ୨୫ ବର୍ଷୀୟ ଯୁବକଙ୍କ ସୋମବାର ଆତ୍ମହତ୍ୟା ପରେ ସ୍ଥାନୀୟ ଅଞ୍ଚଳରେ...

ନୂଆବର୍ଷ ପାଇଁ ପୁରୀରେ ବଢ଼ିଲା ସୁରକ୍ଷା ବ୍ୟବସ୍ଥା

ପୁରୀ,୩୦।୧୨: ନୂଆବର୍ଷ ପାଳନ ପାଇଁ ପୁରୀରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରିଦିଆଯାଇଛି। ଶ୍ରଦ୍ଧାଳୁଙ୍କ ସୁରକ୍ଷା ଏବଂ ଶୃଙ୍ଖଳିତ ଦର୍ଶନ ପାଇଁ ୭୦ ପ୍ଲାଟୁନ ପୋଲିସ ଫୋର୍ସ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri