Posted inଜାତୀୟ

ବୁଧବାର ଅପରାହ୍ନ ୨ଟାରେ ନୂଆ ମୁଖ୍ୟମନ୍ତ୍ରୀ ଭାବେ ନୀତୀଶ ନେବେ ଶପଥ…

ପାଟନା, ୯।୮ : ମହାମେଣ୍ଟର ନେତା ଭାବେ ନିର୍ବାଚିତ ହୋଇଥିବା ଜେଡ଼ିୟୁ ନେତା ନୀତୀଶ କୁମାର ବୁଧବାର ଅପରାହ୍ନ ୨ଟାରେ ବିହାରର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିବେ। ନୀତୀଶଙ୍କୁ ୧୬୪ ବିଧାୟକ ସମର୍ଥନ କରୁଥିବାନେଇ ସେ ଦାବି ଉପସ୍ଥାପନ କରିଛନ୍ତି। ରାଜ୍ୟରେ ଗଠନ ହେବାକୁ ଥିବା ନୂଆ ସରକାରରେ ଆରଜେଡ଼ି ନେତା ତେଜସ୍ବୀ ଯାଦବ ଉପମୁଖ୍ୟମନ୍ତ୍ରୀ ଭାବେ ମଧ୍ୟ ଶପଥ ନେବାର କାର୍ଯ୍ୟକ୍ରମ ରହିଛି।

ନୀତୀଶ ଉପସ୍ଥାପନ କରିଥିବା ବିଧାୟକଙ୍କ ତାଲିକାରେ ୭ଟି ଦଳର ବିଧାୟକଙ୍କ ନାମ ରହିଛି। ଏଥିରେ ବାମଦଳ ଏବଂ ଜିତନ ରାମ ମାଂଝିଙ୍କ ଦଳ ମଧ୍ୟ ରହିଛି ବୋଲି ନୀତୀଶ ସୂଚନା ପ୍ରଦାନ କରିଛନ୍ତି।

ଏହି ଅବସରରେ ଆରଜେଡି ନେତା ତେଜସ୍ବୀ ଯାଦବ କହିଛନ୍ତି ଯେ, ଭାଜପା ଯେଉଁ ସଦଳ ସହିତ ମେଣ୍ଟ କରିବ ସେହି ଦଳକୁ ମଧ୍ୟ ନଷ୍ଟ କରିଦେବ। ମହାରାଷ୍ଟ୍ର ଏବଂ ପଞ୍ଜାବରେ ଯାହା ହୋଇଛି ତାହା ସାରା ଦେଶ ଦେଖିଛି।

ବିହାରରେ ଯାହାବି ହେଉଛି ତାହା କାହାକୁ ଅଛପା ନାହିଁ। ଜନସାଧାରଣ ବିକଳ୍ପ ଚାହୁଁଛନ୍ତି। ବିହାରକୁ ସ୍ବତନ୍ତ୍ର ରାଜ୍ୟର ମାନ୍ୟତା ପ୍ରଦାନ କରାଗଲା ନାହିଁ। ମୁଖ୍ୟମନ୍ତ୍ରୀ ପ୍ରଧାନମନ୍ତ୍ରୀଙ୍କ ସମ୍ମୁଖରେ ତାଙ୍କ ଦାବି ଉପସ୍ଥାପନ କଲେ ମଧ୍ୟ ତାହାକୁ ଗ୍ରହଣ କରାଯାଇ ନାହିଁ। ଏବେ ରାଜ୍ୟରେ ଭାଜପାକୁ ଛାଡି ଅନ୍ୟ ସମସ୍ତ ଦଳ ନୀତୀଶଙ୍କୁ ନେତା ଭାବେ ସ୍ବୀକାର କରିଛନ୍ତି ବୋଲି ତେଜସ୍ବୀ କହିଛନ୍ତି।

ନୀତୀଶ ଦେଶର ପ୍ରଧାନମନ୍ତ୍ରୀ ପ୍ରାର୍ଥୀ ହେବେ କି ପ୍ରଶ୍ନର ଉତ୍ତରରେ ତେଜସ୍ବୀ କହିଛନ୍ତି ଯେ, ନୀତୀଶ ଜଣେ ଅନୁଭବୀ ରାଜନେତା। ଆମକୁ ଦେଶର ସମ୍ବିଧାନକୁ ବଞ୍ଚାଇବାକୁ ପଡ଼ିବ। ଦେଶର ସ୍ଥିତିକୁ ସଙ୍କଟ ଜନକ କରାଯାଉଛି। ନୀତୀଶ କୁମାର ନ ଡରି ନିଷ୍ପତ୍ତି ନେଇଛନ୍ତି। ଭାଜପାର ଏଜେଣ୍ଡାକୁ ରାଜ୍ୟରେ ଲାଗୁ ହେବାକୁ ଦେଇ ନାହାନ୍ତି। ନୀତୀଶ ନିଜ ଫାଇଦା ପାଇଁ ନୁହେଁ ବିହାରର ଜନସାଧାରଣଙ୍କ ଲାଗି ଏହି ପଦକ୍ଷେପ ଗ୍ରହଣ କରିଛନ୍ତି ବୋଲି ତେଜସ୍ବୀ କହିଛନ୍ତିି।


Enter your email to get our daily news in your inbox.

All Right Reserved By Dharitri.Com

ଇରାନ ଉପରେ ବଡ଼ ଆର୍ଥିକ କଟକଣା ଘୋଷଣା କଲେ ଟ୍ରମ୍ପ, ସହଯୋଗୀ ଦେଶକୁ ଅଲଟିମେଟମ

ଓ୍ବାଶିଂଟନ,୨୦।୮: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ କହିଛନ୍ତି ଯେ ଇସଲାମିକ ଗଣରାଜ୍ୟ ଇରାନକୁ ତାଙ୍କ ପରି କେହି ଚୁକ୍ତି କରିବା ପାଇଁ ଏତେ ସୁଯୋଗ ଦେଇନାହାଁନ୍ତି। ଟ୍ରମ୍ପ…

ସ୍ମାର୍ଟ ମିଟର ଲଗାଇବା ବାଧ୍ୟତାମୂଳକ ନୁହେଁ: ଓଲଟା କାମ କରୁଛି ଟାଟା ପାଓ୍ବାର

ଭୁବନେଶ୍ୱର,୨୦।୮(ସୁନିତ୍‌ ମିଶ୍ର):ଓଡ଼ିଶା ବିଦ୍ୟୁତ୍‌ ନିୟାମକ ଆୟୋଗ (ଓଇଆର୍‌ସି) ୨୪ ମାର୍ଚ୍ଚ ୨୦୨୬ରେ ଦେଇଥିବା ତଥ୍ୟ ଅନୁଯାୟୀ ରାଜ୍ୟରେ ବର୍ତ୍ତମାନ ୯୭ ଲକ୍ଷ ୪୯ ହଜାର ୬୧୫ ଜଣ…

‘ବନ୍ଦେ ମାତରମ’: କଂଗ୍ରେସ ପ୍ରସ୍ତାବକୁ ସମାଲୋଚନା କଲା ଭାଜପା

ନୂଆଦିଲ୍ଲୀ,୨୦।୮: ‘ବନ୍ଦେ ମାତରମ’ ଉପରେ ଚାଲିଥିବା ରାଜନୈତିକ ହଟ୍ଟଗୋଳ ମଧ୍ୟରେ, କଂଗ୍ରେସ କାର୍ଯ୍ୟକାରିଣୀ କମିଟି (CWC) କେବଳ ଏହାର ପ୍ରଥମ ଦୁଇଟି ପଦ ଗାଇବା ପାଇଁ ଏକ…

ବିପଦସଙ୍କୁଳ ଶ୍ରେଣୀଗୃହ, ମୁହଁ ମୋଡୁଛନ୍ତି ଛାତ୍ରୀଛାତ୍ର

ଭବାନୀପାଟଣା,୨୦ା୮(ଉତ୍ତମ କୁମାର ଦାଶ):ଓଡ଼ିଶା ମାନବାଧିକାର କମିଶନ (ଓଏଚ୍‌ଆର୍‌ସି) ଓ ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ କ୍ରମେ ୨୦୧୪ରେ ରାଜ୍ୟର ସମସ୍ତ ଅସୁରକ୍ଷିତ ଓ ପରିତ୍ୟକ୍ତ ସ୍କୁଲ କୋଠା ଚିହ୍ନଟ…

ଘରେ ଶୋଇଥିଲେ ଟିକେଶ୍ୱର, କାମୁଡ଼ିଲା ସାପ: ରାତିଅଧରେ ଏମିତି କାମ କରିବାରୁ ଘଟିଲା…

ଦେବଗଡ,୨୦।୮(ଶଶାଙ୍କ ଶେଖର ଝାଙ୍କର): ସାପ କାମୁଡାରେ ଦେବଗଡ ଥାନା ତଥା ବାରକୋଟ ବ୍ଲକ କଂଟାପାଲି ଗ୍ରାମ ପଞ୍ଚାୟତର ଟୁସୁଳା ଗ୍ରାମର ଜଣେ ଯୁବକଙ୍କ ମୃତ୍ୟୁ ଘଟିଥିବା ଜଣାପଡିଛି…

୨୦ଟଙ୍କା ଲାଞ୍ଚ ପାଇଁ ୩୦ ବର୍ଷର ଆଇନଗତ ଲଢ଼େଇ

ନୂଆଦିଲ୍ଲୀ, ୨୦।୮: ମାତ୍ର ୨୦ଟଙ୍କା ଲାଞ୍ଚ ମାମଲାରେ ୩ ଦଶନ୍ଧି ଧରି ଚାଳିଥିବା ଆଇନଗତ ଲଢ଼େଇର ଅନ୍ତ ଘଟିଛି। ସୁପ୍ରିମକୋର୍ଟ ବିଚାରପତି ଜଷ୍ଟିସ ଉଜ୍ଜଳ ଭୂୟାଁ ଏବଂ…

୨୮ରେ ରାଜ୍ୟ କ୍ୟାବିନେଟ୍‌: ୭ ପ୍ରସ୍ତାବକୁ ମିଳିପାରେ ଅନୁମୋଦନ

ଭୁବନେଶ୍ୱର,୨୦।୮(ରବିନାରାୟଣ ଜେନା):ରାଜ୍ୟ ସରକାରଙ୍କ ପକ୍ଷରୁ ଅଗଷ୍ଟ ୨୮ତାରିଖରେ ରାଜ୍ୟ କ୍ୟାବିନେଟ୍‌ ବୈଠକ ଅନୁଷ୍ଠିତ ହେବାକୁ ରହିଛି। ଏ ସଂକ୍ରାନ୍ତରେ ସଂସଦୀୟ ବ୍ୟାପାର ବିଭାଗ ପକ୍ଷରୁ ମନ୍ତ୍ରିମଣ୍ଡଳର ସଦସ୍ୟମାନଙ୍କୁ…

ଆଉ ଏକ ଲଘୁଚାପ: ୨୨ରୁ ପୁଣି ବର୍ଷା, ୧୫ ଜିଲାକୁ ୟେଲୋ ୱାର୍ନିଂ

ଭୁବନେଶ୍ୱର,୧୯ା୮(ସୌମ୍ୟରଞ୍ଜନ ରାଉତ) – ପଛକୁ ପଛ ଲଘୁଚାପ ଯୋଗୁ ପ୍ରବଳ ବର୍ଷା ହେବାରୁ ରାଜ୍ୟରେ ବନ୍ୟା ଦୁର୍ଦ୍ଦଶା ବଢ଼ି ଚାଲିଛି। ଏପରି ସ୍ଥିତିରେ ଆସୁଛି ଆଉ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri